bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Judges 8
Judges 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 9 →
1
ଅନନ୍ତର ଇଫ୍ରୟିମର ଲୋକମାନେ ତାଙ୍କୁ କହିଲେ, ତୁମ୍ଭେ ମିଦୀୟନ ସଙ୍ଗେ ଯୁଦ୍ଧ କରିବାକୁ ଗଲା ବେଳେ ଆମ୍ଭମାନଙ୍କୁ ଯେ ଡାକିଲ ନାହିଁ, ତୁମ୍ଭେ ଆମ୍ଭମାନଙ୍କ ପ୍ରତି ଏ କି କଥା କଲ? ପୁଣି ସେମାନେ ତାଙ୍କ ସଙ୍ଗରେ ଅତ୍ୟ; ବିବାଦ କଲେ ।
2
ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେସରର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?
3
ପରମେଶ୍ଵର ତୁମ୍ଭମାନଙ୍କ ହସ୍ତରେ ସିନା ମିଦୀୟନର ଓରେବ୍ ଓ ସେବ୍ ଦୁଇ ଅଧିପତିଙ୍କୁ ସମର୍ପଣ କଲେ, ମାତ୍ର ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରି ପାରିଲି? ତେବେ ତାଙ୍କର ଏହି କଥା କହିବାରେ ତାଙ୍କ ପ୍ରତି ସେମାନଙ୍କର କ୍ରୋଧ ନିବୃତ୍ତ ହେଲା ।
4
ଏଉତ୍ତାରେ ଗିଦିୟୋନ୍ ଯର୍ଦ୍ଦନକୁ ଆସି ତାହା ପାର ହେଲେ; ସେ ଓ ତାଙ୍କ ସଙ୍ଗୀ ସେହି ତିନି ଶହ ଲୋକ କ୍ଳା; ହେଲେ ହେଁ ପଛେ ପଛେ ଗୋଡ଼ାଉଥାʼନ୍ତି ।
5
ପୁଣି ସେ ସୁକ୍କୋତର ଲୋକମାନଙ୍କୁ କହିଲେ, ମୁଁ ନିବେଦନ କରୁଅଛି, ଆମ୍ଭର ପଶ୍ଚାଦ୍ଗାମୀ ଲୋକମାନଙ୍କୁ ରୋଟୀ ଦିଅ; କାରଣ ସେମାନେ କ୍ଳା; ହୋଇଅଛନ୍ତି ଓ ମୁଁ ମିଦୀୟନର ରାଜା ସେବହ ଓ ସଲମୁନ୍ନର ପଛେ ପଛେ ଗୋଡ଼ାଉଅଛି ।
6
ତହିଁରେ ସୁକ୍କୋତର ଅଧିପତିମାନେ କହିଲେ, ସେବହ ଓ ସଲମୁନ୍ନର ହାତ ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭ ସୈନ୍ୟଗଣକୁ ରୋଟୀ ଦେବୁ?
7
ତହିଁରେ ଗିଦିୟୋନ୍ କହିଲେ, ଏ ସକାଶୁ ସଦାପ୍ରଭୁ ସେବହ ଓ ସଲମୁନ୍ନକୁ ମୋʼ ହସ୍ତରେ ସମର୍ପଣ କଲେ, ମୁଁ ପ୍ରାନ୍ତରର କାନକୋଳି କଣ୍ଟକାଦି ଦ୍ଵାରା ତୁମ୍ଭମାନଙ୍କ ମାଂସ ଚିରିବି ।
8
ତହୁଁ ସେ ସେଠାରୁ ପନୂୟେଲକୁ ଉଠି ଯାଇ ସେଠାର ଲୋକମାନଙ୍କୁ ସେହିପରି କହିଲେ, ତହିଁରେ ସୁକ୍କୋତର ଲୋକମାନେ ଯେପରି ଉତ୍ତର କରିଥିଲେ, ପନୂୟେଲର ଲୋକମାନେ ମଧ୍ୟ ସେହିପରି ଉତ୍ତର ଦେଲେ ।
9
ତେବେ ସେ ପନୂୟେଲର ସେହି ଲୋକମାନଙ୍କୁ କହିଲେ, ମୁଁ କୁଶଳରେ ଫେରି ଆସିଲେ (ତୁମ୍ଭମାନଙ୍କ) ଏହି ଗଡ଼ ଭାଙ୍ଗି ପକାଇବି ।
10
ଏହି ସମୟରେ ସେବହ ଓ ସଲମୁନ୍ନ କର୍କୋରରେ ଥିଲେ ଓ ସେମାନଙ୍କର ସଙ୍ଗୀ ସୈନ୍ୟଦଳ ଊଣାଧିକ ପନ୍ଦର ହଜାର ଲୋକ ଥିଲେ; ପୂର୍ବଦେଶୀୟ ଲୋକମାନଙ୍କର ସମସ୍ତ ସୈନ୍ୟଦଳ ମଧ୍ୟରୁ ଏମାନେ କେବଳ ଅବଶିଷ୍ଟ ରହିଥିଲେ; କାରଣ ଖଡ଼୍ଗଧାରୀ ଏକଲକ୍ଷ କୋଡ଼ିଏ ହଜାର ଲୋକ ହତ ହୋଇଥିଲେ ।
11
ଏ ଉତ୍ତାରେ ଗିଦିୟୋନ୍ ନୋବହ ଓ ଯଗ୍-ବିହର ପୂର୍ବଦିଗରେ ତମ୍ଵୁ ନିବାସୀମାନଙ୍କ ପଥ ଦେଇ ଉଠି ଯାଇ ସେହି ସୈନ୍ୟଦଳକୁ ଆଘାତ କଲେ; ଯେହେତୁ ସେହି ସୈନ୍ୟଦଳ ନିର୍ଭୟରେ ଥିଲେ ।
12
ସେତେବେଳେ ସେବହ ଓ ସଲମୁନ୍ନ ପଳାୟନ କଲେ; ଏଣୁ ସେ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ; ପୁଣି ମିଦୀୟନର ସେହି ଦୁଇ ରାଜା ସେବହ ଓ ସଲମୁନ୍ନକୁ ଧରି ସମସ୍ତ ସୈନ୍ୟଙ୍କୁ ଉଦ୍ବିଗ୍ନ କଲେ ।
13
ତହୁଁ ଯୋୟାଶର ପୁତ୍ର ଗିଦିୟୋନ୍ ହେରସର ଘାଟି ଦେଇ ଯୁଦ୍ଧରୁ ଫେରି ଆସିଲେ ।
14
ପୁଣି ସେ ସୁକ୍କୋତର ଲୋକମାନଙ୍କ ମଧ୍ୟରୁ ଜଣେ ଯୁବାକୁ ଧରି ପଚାରିଲେ; ତହିଁରେ ସେ ସୁକ୍କୋତର ଅଧିପତି ଓ ତହିଁର ପ୍ରାଚୀନମାନଙ୍କ ସତସ୍ତରି ଜଣର ନାମ ତାଙ୍କ ପାଇଁ ଲେଖାଇ ଦେଲା ।
15
ଏଥିଉତ୍ତାରେ ସେ ସୁକ୍କୋତର ଲୋକମାନଙ୍କ ନିକଟକୁ ଆସି କହିଲେ, ସେବହ ଓ ସଲ୍ମୁନ୍ନକୁ ଦେଖ, ଏମାନଙ୍କ ବିଷୟରେ ତୁମ୍ଭେମାନେ ପରା ଆମ୍ଭକୁ ତୁଚ୍ଛ କରି କହିଥିଲ, ସେବହ ଓ ସଲ୍ମୁନ୍ନର ହାତ କି ତୁମ୍ଭର ହସ୍ତଗତ ହେଲାଣି ଯେ, ଆମ୍ଭେମାନେ ତୁମ୍ଭର କ୍ଳା; ଲୋକମାନଙ୍କୁ ରୋଟୀ ଦେବୁ?
16
ତହୁଁ ସେ ସେହି ନଗରର ପ୍ରାଚୀନମାନଙ୍କୁ ଧରିଲେ ଓ ପ୍ରାନ୍ତରର କାନକୋଳି କଣ୍ଟକାଦି ନେଇ ତଦ୍ଦ୍ଵାରା ସୁକ୍କୋତର ଲୋକମାନଙ୍କୁ ଶିକ୍ଷା ଦେଲେ ।
17
ପୁଣି ସେ ପନୂୟେଲ ଗଡ଼ ଭାଙ୍ଗି ପକାଇଲେ ଓ ନଗରସ୍ଥ ଲୋକମାନଙ୍କୁ ବଧ କଲେ ।
18
ଆଉ ସେ ସେବହକୁ ଓ ସଲ୍ମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କିପ୍ରକାର ଲୋକ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ ।
19
ତେବେ ସେ କହିଲେ, ସେମାନେ ତ ମୋହର ଭାଇ, ମୋʼ ମାତାର ପୁତ୍ର; ମୁଁ ଜୀବିତ ସଦାପ୍ରଭୁଙ୍କ ନାମ ନେଇ କହୁଅଛି, ତୁମ୍ଭେମାନେ ଯେବେ ସେମାନଙ୍କୁ ବଞ୍ଚାଇ ରଖିଥାʼନ୍ତ, ତେବେ ମୁଁ ତୁମ୍ଭମାନଙ୍କୁ ବଧ କରନ୍ତି ନାହିଁ ।
20
ତହୁଁ ସେ ଆପଣା ଜ୍ୟେଷ୍ଠ ପୁତ୍ର ଯେଥରକୁ କହିଲେ, ଉଠ, ସେମାନଙ୍କୁ ବଧ କର, ମାତ୍ର ସେ ଯୁବା ଆପଣା ଖଡ଼୍ଗ ବାହାର କଲା ନାହିଁ, କାରଣ ସେ ଯୁବା ଥିବାରୁ ଭୟ କଲା ।
21
ତହିଁରେ ସେବହ ଓ ସଲ୍ମୁନ୍ନ କହିଲେ, ତୁମ୍ଭେ ଉଠି ଆମ୍ଭମାନଙ୍କୁ ଆଘାତ କର; କାରଣ ଯେ ଯେପରି ପୁରୁଷ, ତାହାର ସେପରି ବୀରତ୍ଵ । ଏ ଉତ୍ତାରେ ଗିଦିୟୋନ୍ ଉଠି ସେବହକୁ ଓ ସଲ୍ମୁନ୍ନକୁ ବଧ କଲେ, ପୁଣି ସେମାନଙ୍କ ଓଟମାନଙ୍କ ଗଳାର ସମସ୍ତ ଚନ୍ଦ୍ରହାର କାଢ଼ି ନେଲେ ।
22
ଅନନ୍ତର ଇସ୍ରାଏଲ-ଲୋକମାନେ ଗିଦିୟୋନ୍ଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ପୁତ୍ର, ମଧ୍ୟ ତୁମ୍ଭ ପୁତ୍ରର ପୁତ୍ର ଆମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କର; କାରଣ ତୁମ୍ଭେ ମିଦୀୟନର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିଅଛ ।
23
ତହିଁରେ ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବି ନାହିଁ, କିଅବା ମୋʼ ପୁତ୍ର ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବ ନାହିଁ; ସଦାପ୍ରଭୁ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ ।
24
ପୁଣି ଗିଦିୟୋନ୍ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କ ନିକଟରେ ଏହି ନିବେଦନ କରୁଅଛି ଯେ, ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଲୁଟିତ ନଥ ଆମ୍ଭକୁ ଦିଅ । କାରଣ ସେମାନେ ଇଶ୍ମାଏଲୀୟ ଲୋକ ଥିବାରୁ ସେମାନଙ୍କର ସୁବର୍ଣ୍ଣ ନଥ ଥିଲା ।
25
ତହିଁରେ ସେମାନେ ଉତ୍ତର କଲେ, ଆମ୍ଭେମାନେ ତାହା ଅବଶ୍ୟ ଦେବୁ । ପୁଣି ସେମାନେ ବସ୍ତ୍ର ବିଛାଇ ପ୍ରତ୍ୟେକେ ତହିଁ ମଧ୍ୟରେ ଆପଣା ଆପଣା ଲୁଟିତ ନଥ ପକାଇଲେ ।
26
ତହିଁରେ ଚନ୍ଦ୍ରହାର ଓ ଝୁମୁକା ଓ ମିଦୀୟନୀୟ ରାଜାମାନଙ୍କ ପରିଧେୟ ବାଇଗଣିଆ ରଙ୍ଗ ବସ୍ତ୍ର ଓ ସେମାନଙ୍କ ଓଟର ଗଳାହାର ଛଡ଼ା ତାଙ୍କର ବାଞ୍ଛିତ ସୁବର୍ଣ୍ଣ ନଥର ପରିମାଣ ଏକ ସହସ୍ର ସାତ ଶହ ଶେକଲ ସୁବର୍ଣ୍ଣ ହେଲା ।
27
ତହୁଁ ଗିଦିୟୋନ୍ ତହିଁରେ ଏକ ଏଫୋଦ ବନାଇ ଆପଣାର ଅଫ୍ରା ନାମକ ନଗରରେ ରଖିଲେ; ଆଉ ସମସ୍ତ ଇସ୍ରାଏଲ ତହିଁର ପଶ୍ଚାଦ୍ଗମନ କରି ସେଠାରେ ବ୍ୟଭିଚାରୀ ହେଲେ; ପୁଣି ତାହା ଗିଦିୟୋନ୍ଙ୍କ ପ୍ରତି ଓ ତାଙ୍କର ବଂଶ ପ୍ରତି ଫାନ୍ଦ ସ୍ଵରୂପ ହେଲା ।
28
ଏହିରୂପେ ମିଦୀୟନ ଇସ୍ରାଏଲ-ସନ୍ତାନମାନଙ୍କ ସମ୍ମୁଖରେ ବଶୀଭୂତ ହେଲା ଓ ସେମାନେ ଆଉ ଆପଣାମାନଙ୍କ ମସ୍ତକ ଉଠାଇଲେ ନାହିଁ । ତହୁଁ ଗିଦିୟୋନ୍ଙ୍କର ସମୟରେ ଦେଶ ଚାଳିଶ ବର୍ଷ ବିଶ୍ରାମ ପାଇଲା ।
29
ଅନନ୍ତର ଯୋୟାଶର ପୁତ୍ର ଯିରୁବ୍ବାଲ୍ ଯାଇ ତାଙ୍କ ନିଜ ଗୃହରେ ବାସ କଲେ ।
30
ସେହି ଗିଦିୟୋନ୍ର ଔରସଜାତ ତିନି କୋଡ଼ି ଦଶ ପୁତ୍ର ଥିଲେ; କାରଣ ତାଙ୍କର ଅନେକ ଭାର୍ଯ୍ୟା ଥିଲେ ।
31
ପୁଣି ଶିଖିମରେ ତାଙ୍କର ଯେଉଁ ଉପପନିୀ ଥିଲା, ସେ ମଧ୍ୟ ତାଙ୍କର ଏକ ପୁତ୍ର ଜନ୍ମ କଲା, ତହିଁରେ ସେ ତାହାର ନାମ ଅବୀମେଲକ୍ ରଖିଲେ ।
32
ଏ ଉତ୍ତାରେ ଯୋୟାଶର ପୁତ୍ର ଗିଦିୟୋନ୍ ଉତ୍ତମ ବୃଦ୍ଧାବସ୍ଥାରେ ମଲେ, ପୁଣି ଅବୀୟେଷ୍ରୀୟମାନଙ୍କ ଅଫ୍ରାରେ ତାଙ୍କ ପିତା ଯୋୟାଶର କବରରେ କବର ପାଇଲେ ।
33
ଅନନ୍ତର ଗିଦିୟୋନ୍ ମଲା କ୍ଷଣେ ଇସ୍ରାଏଲ-ସନ୍ତାନମାନେ ଫେରି ବାଲ୍-ଦେବତାଗଣର ପଶ୍ଚାଦ୍ଗାମୀ ହୋଇ ବ୍ୟଭିଚାରୀ ହେଲେ, ପୁଣି ବାଲ୍-ବରୀତକୁ ଆପଣାମାନଙ୍କର ପରମେଶ୍ଵର କରି ମାନିଲେ, ।
34
ଆଉ ଚତୁର୍ଦ୍ଦିଗସ୍ଥିତ ଶତ୍ରୁଗଣ ହସ୍ତରୁ ଇସ୍ରାଏଲ-ସନ୍ତାନଗଣକୁ ରକ୍ଷା କରିଥିଲେ ଯେ ସଦାପ୍ରଭୁ ସେମାନଙ୍କ ପରମେଶ୍ଵର, ତାହାଙ୍କୁ ସେମାନେ ସ୍ମରଣ କଲେ ନାହିଁ।
35
କିଅବା ଯିରୁବ୍ବାଲ, ଅର୍ଥାତ୍, ଗିଦିୟୋନ୍ ଇସ୍ରାଏଲ ପ୍ରତି ଯେରୂପ ମଙ୍ଗଳ କରିଥିଲେ, ସେମାନେ ତଦନୁସାରେ ତାଙ୍କର ବଂଶ ପ୍ରତି ଦୟା ବ୍ୟବହାର କଲେ ନାହିଁ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21