bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Lamentations 3
Lamentations 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
1
ଯେ ତାହାଙ୍କ କ୍ରୋଧରୂପ ପାଞ୍ଚଣ ଦ୍ଵାରା କ୍ଳେଶ ଦେଖିଅଛି, ମୁଁ ସେହି ମନୁଷ୍ୟ ।
2
ସେ ମୋତେ ଆଲୁଅରେ ନୁହେଁ, ଅନ୍ଧକାରରେ ଚଳାଇଅଛନ୍ତି ।
3
ସେ ନିଶ୍ଚୟ ମୋʼ ବିରୁଦ୍ଧରେ ଦିନଯାକ ଆପଣା ହସ୍ତ ପୁନଃ ପୁନଃ ଫେରାଉଅଛନ୍ତି ।
4
ସେ ମୋହର ମାଂସ ଓ ମୋର ଚର୍ମ ଜୀର୍ଣ୍ଣ କରିଅଛନ୍ତି; ସେ ମୋହର ଅସ୍ଥିସବୁ ଭାଙ୍ଗି ପକାଇଅଛନ୍ତି ।
5
ସେ ମୋତେ ଅବରୁଦ୍ଧ କରିଅଛନ୍ତି, ସେ ମୋତେ ବିଷବୃକ୍ଷ ଓ ଶ୍ରାନ୍ତିରେ ବେଷ୍ଟିତ କରିଅଛନ୍ତି ।
6
ସେ ବହୁ କାଳରୁ ମୃତ ଲୋକମାନଙ୍କ ତୁଲ୍ୟ ମୋତେ ଅନ୍ଧକାର ସ୍ଥାନରେ ବାସ କରାଇଅଛନ୍ତି ।
7
ସେ ମୋର ଚାରିଆଡ଼େ ବେଢ଼ା ଦେଇଅଛନ୍ତି, ମୁଁ ବାହାରି ଯାଇ ନ ପାରେ; ସେ ମୋହର ଶୃଙ୍ଖଳ ଭାରୀ କରିଅଛନ୍ତି ।
8
ହଁ, ମୁଁ ସାହାଯ୍ୟ ପାଇଁ ଆର୍ତ୍ତସ୍ଵର କଲେ, ସେ ମୋହର ପ୍ରାର୍ଥନା ଅଗ୍ରାହ୍ୟ କରନ୍ତି ।
9
ସେ କଟା ପଥରରେ ମୋହର ପଥ ଅବରୋଧ କରିଅଛନ୍ତି, ସେ ମୋର ପଥସବୁ ବକ୍ର କରିଅଛନ୍ତି ।
10
ସେ ମୋʼ ପ୍ରତି ଛକି ବସିଥିବା ଭାଲୁ ଓ ଅନ୍ତରାଳରେ ଥିବା ସିଂହ ପରି ଅଟନ୍ତି ।
11
ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ତ ଖଣ୍ତ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି ।
12
ସେ ଆପଣା ଧନୁରେ ଗୁଣ ଦେଇଅଛନ୍ତି ଓ ମୋତେ ତୀର ଲକ୍ଷ୍ୟ କରି ରଖିଅଛନ୍ତି ।
13
ସେ ଆପଣା ତୂଣର ଶର ମୋହର ମର୍ମରେ ପ୍ରବେଶ କରାଇଅଛନ୍ତି ।
14
ମୁଁ ନିଜ ଲୋକସକଳର ଉପହାସର ବିଷୟ ଓ ଦିନଯାକ ସେମାନଙ୍କର ଗାୟନ ହୋଇଅଛି ।
15
ସେ ମୋତେ ତିକ୍ତତାରେ ପୂର୍ଣ୍ଣ କରିଅଛନ୍ତି, ସେ ନାଗଦଅଣାରେ ମୋତେ ପୂରିତ କରିଅଛନ୍ତି ।
16
ଆହୁରି, ସେ କଙ୍କରରେ ମୋର ଦ; ଭାଙ୍ଗିଅଛନ୍ତି, ସେ ଭସ୍ମରେ ମୋତେ ଆଚ୍ଛାଦିତ କରିଅଛନ୍ତି ।
17
ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ସୁଖଭୋଗ ପାସୋରି ଗଲି ।
18
ଏଣୁ ମୁଁ କହିଲି, ମୋହର ବଳ ଓ ସଦାପ୍ରଭୁଙ୍କ-ଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି ।
19
ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ଵରୂପ ।
20
ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି ।
21
ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି ।
22
ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ ।
23
ସେସବୁ ପ୍ରତି ପ୍ରଭାତରେ ନୂତନ; ତୁମ୍ଭର ବିଶ୍ଵସ୍ତତା ମହତ ।
24
ମୋର ପ୍ରାଣ କୁହେ, ସଦାପ୍ରଭୁ ମୋହର ବାଣ୍ଟସ୍ଵରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି ।
25
ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ଵେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି ।
26
ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ ।
27
ଯୌବନ କାଳରେ ଯୁଆଳି ବହିବାର ମନୁଷ୍ୟର ମଙ୍ଗଳ ।
28
ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି ।
29
ସେ ଧୂଳିରେ ଆପଣା ମୁଖ ରଖୁ; ତାହାହେଲେ ଅବା ଭରସା ଥାଇପାରେ ।
30
ଯେ ତାହାକୁ ପ୍ରହାର କରେ, ସେ ତାହାକୁ ଆପଣା ଗାଲ ଦେଖାଇଦେଉ; ସେ ପୂର୍ଣ୍ଣ ଅପମାନରେ ପରିପୂର୍ଣ୍ଣ ହେଉ ।ଣ
31
କାରଣ ପ୍ରଭୁ ସଦାକାଳ ପରିତ୍ୟାଗ କରିବେ ନାହିଁ ।
32
କାରଣ ଯଦ୍ୟପି ସେ ଦୁଃଖ ଘଟାନ୍ତି, ତଥାପି ଆପଣାର ଅପାର ଦୟାନୁସାରେ ସେ କରୁଣା କରିବେ ।
33
କାରଣ ସେ ମନୁଷ୍ୟ-ସନ୍ତାନଗଣକୁ ସ୍ଵେଚ୍ଛାରେ କ୍ଳେଶ କିଅବା ଦୁଃଖ ଦିଅନ୍ତି ନାହିଁ ।
34
ପୃଥିବୀର ବନ୍ଦୀସକଳ ପଦ ତଳେ ଦଳିତ ହେବାର,
35
ସର୍ବୋପରିସ୍ଥଙ୍କ ସମ୍ମୁଖରେ ମନୁଷ୍ୟର ସ୍ଵତ୍ଵ ଅନ୍ୟଥା ହେବାର,
36
ମନୁଷ୍ୟର ବିବାଦ ଅଯଥାର୍ଥ ରୂପେ ନିଷ୍ପତ୍ତି ହେବାର, ପ୍ରଭୁ ଭଲ ପାଆନ୍ତି ନାହିଁ ।
37
ପ୍ରଭୁ ଆଜ୍ଞା ନ କଲେ, ଯେ କଥା କହେ ଓ ତାହା ସିଦ୍ଧ ହୁଏ, ଏପରି କିଏ ଅଛି?
38
ସର୍ବୋପରିସ୍ଥଙ୍କ ମୁଖରୁ ଅମଙ୍ଗଳ ଓ ମଙ୍ଗଳ କି ନିର୍ଗତ ହୁଏ ନାହିଁ?
39
ଜୀବିତ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ, ଆପଣା ପାପର ଦଣ୍ତ ସକାଶୁ ମନୁଷ୍ୟ କାହିଁକି ଅସନ୍ତୋଷର କଥା କହେ?
40
ଆମ୍ଭେମାନେ ଆପଣା ଆପଣା ପଥ ଅନୁସନ୍ଧାନ ଓ ପରୀକ୍ଷା କରୁ, ପୁଣି ସଦାପ୍ରଭୁଙ୍କ ପ୍ରତି ଫେରୁ ।
41
ଆମ୍ଭେମାନେ ସ୍ଵର୍ଗ ନିବାସୀ ପରମେଶ୍ଵରଙ୍କ ଆଡ଼େ କୃତାଞ୍ଜଳିପୂର୍ବକ ଆପଣା ଆପଣା ହୃଦୟ ଉଠାଉ ।
42
ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ ।
43
ତୁମ୍ଭେ କ୍ରୋଧରେ ଆଚ୍ଛନ୍ନ ହୋଇ ଆମ୍ଭମାନଙ୍କ ପଛେ ପଛେ ଗୋଡ଼ାଇଅଛ; ତୁମ୍ଭେ ବଧ କରିଅଛ, ତୁମ୍ଭେ ଦୟା କରି ନାହଁ ।
44
ଆମ୍ଭମାନଙ୍କର ପ୍ରାର୍ଥନା ଯେପରି ଭେଦ କରି ଯାଇ ନ ପାରେ, ଏଥିପାଇଁ ତୁମ୍ଭେ ଆପଣାକୁ ମେଘରେ ଆଚ୍ଛନ୍ନ କରିଅଛ ।
45
ତୁମ୍ଭେ ଗୋଷ୍ଠୀଗଣ ମଧ୍ୟରେ ଆମ୍ଭମାନଙ୍କୁ ଝଟା ଅଳିଆ ଓ ଅଗ୍ରାହ୍ୟ ବସ୍ତୁ ତୁଲ୍ୟ କରିଅଛ ।
46
ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି ।
47
ତ୍ରାସ ଓ ଖାତ, ଉଜାଡ଼ ଓ ବିନାଶ ଆମ୍ଭମାନଙ୍କ ପ୍ରତି ଘଟିଅଛି ।
48
ମୋʼ ଲୋକଙ୍କ କନ୍ୟାର ବିନାଶ ସକାଶୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି ।
49
ଯେପର୍ଯ୍ୟନ୍ତ ସଦାପ୍ରଭୁ ସ୍ଵର୍ଗରୁ ଅନାଇ ନ ଦେଖନ୍ତି,
50
ସେଯାଏ, ମୋର ଚକ୍ଷୁ ଅବିଶ୍ରା; ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ ।
51
ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଆର୍ଦ୍ର କରୁଅଛି ।
52
ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି ।
53
ସେମାନେ କୂପରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି ।
54
ମୋʼ ମସ୍ତକର ଉପର ଦେଇ ଜଳ ବହିଗଲା; ମୁଁ କହିଲି, ମୁଁ ଉଚ୍ଛିନ୍ନ ହେଲି ।
55
ହେ ସଦାପ୍ରଭୁ, ମୁଁ ଗଭୀରତମ କୂପ ମଧ୍ୟରୁ ତୁମ୍ଭ ନାମରେ ପ୍ରାର୍ଥନା କଲି ।
56
ତୁମ୍ଭେ ମୋହର ରବ ଶୁଣିଲ; ମୋର ନିଶ୍ଵାସ, ମୋହର ଆର୍ତ୍ତନାଦ ପ୍ରତି ଆପଣା କର୍ଣ୍ଣ ଲୁଚାଅ ନାହିଁ ।
57
ଯେଉଁ ଦିନ ମୁଁ ତୁମ୍ଭ ଛାମୁରେ ପ୍ରାର୍ଥନା କଲି, ସେଦିନ ତୁମ୍ଭେ ନିକଟବର୍ତ୍ତୀ ହେଲନ୍ତ ତୁମ୍ଭେ କହିଲ, ଭୟ କର ନାହିଁ ।
58
ହେ ପ୍ରଭୁ, ତୁମ୍ଭେ ମୋʼ ପ୍ରାଣର ବିବାଦସକଳର ସପକ୍ଷରେ ପ୍ରତିବାଦ କରିଅଛ; ତୁମ୍ଭେ ମୋହର ଜୀବନ ମୁକ୍ତ କରିଅଛ ।
59
ହେ ସଦାପ୍ରଭୁ, ମୋʼ ପ୍ରତି କୃତ ଅନ୍ୟାୟ ତୁମ୍ଭେ ଦେଖିଅଛ; ତୁମ୍ଭେ ମୋହର ବିଚାର ନିଷ୍ପତ୍ତି କର ।
60
ତୁମ୍ଭେ ସେମାନଙ୍କର ପ୍ରତିଶୋଧ ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଦେଖିଅଛ ।
61
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ତିରସ୍କାର ଓ ମୋʼ ବିରୁଦ୍ଧରେ ସେମାନଙ୍କର କୃତ ସଙ୍କଳ୍ପସବୁ ଶୁଣିଅଛ;
62
ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ ।
63
ତୁମ୍ଭେ ସେମାନଙ୍କର ବସିବାର ଓ ଉଠିବାର ନିରୀକ୍ଷଣ କର; ମୁଁ ସେମାନଙ୍କର ଗାୟନ ସ୍ଵରୂପ ହୋଇଅଛି ।
64
ହେ ସଦାପ୍ରଭୁ, ତୁମ୍ଭେ ସେମାନଙ୍କ ହସ୍ତକୃତ କର୍ମାନୁସାରେ ସେମାନଙ୍କୁ ପ୍ରତିଫଳ ଦେବ ।
65
ତୁମ୍ଭେ ସେମାନଙ୍କୁ ଚିତ୍ତର କଠିନତା, ତୁମ୍ଭର ଅଭିଶାପ ଦେବ ।
66
ତୁମ୍ଭେ କ୍ରୋଧରେ ସେମାନଙ୍କ ପଛେ ପଛେ ଗୋଡ଼ାଇବ ଓ ସଦାପ୍ରଭୁଙ୍କ ଆକାଶମଣ୍ତଳର ତଳୁ ସେମାନଙ୍କୁ ଉଚ୍ଛିନ୍ନ କରିବ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 4 →
All chapters:
1
2
3
4
5