bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 10
Leviticus 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 11 →
1
ଅନନ୍ତର ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ ।
2
ତହିଁରେ ସଦାପ୍ରଭୁଙ୍କ ସମ୍ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କୁ ଗ୍ରାସ କଲା ଓ ସେମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ ।
3
ତହୁଁ ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା ଓ ସମସ୍ତ ଲୋକଙ୍କ ଅଗ୍ରତେ ଆମ୍ଭେ ଗୌରବାନ୍ଵିତ ହେବା । ତହିଁରେ ହାରୋଣ ମୌନ ହେଲେ ।
4
ଅନନ୍ତର ମୋଶା ହାରୋଣଙ୍କର ଖୁଡ଼ୁତା ଊଷୀୟେଲର ପୁତ୍ର ମୀଖାୟେଲକୁ ଓ ଇଲୀଷାଫନକୁ ଡାକି କହିଲେ, ନିକଟକୁ ଆସି ଆପଣା ଭାଇମାନଙ୍କୁ ପବିତ୍ର ସ୍ଥାନର ସମ୍ମୁଖରୁ ଛାଉଣିର ବାହାରକୁ ନେଇ ଯାଅ;
5
ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ନିକଟକୁ ଯାଇ ସେମାନଙ୍କୁ ଜାମା ସମେତ ଛାଉଣିର ବାହାରକୁ ନେଇଗଲେ ।
6
ପୁଣି, ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ତଳୀ ପ୍ରତି ସେ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ଵଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ ।
7
ଆଉ ତୁମ୍ଭେମାନେ ସମାଗମ-ତମ୍ଵୁଦ୍ଵାରରୁ ବାହାରକୁ ଯିବ ନାହିଁ, ଗଲେ ମରିବ । କାରଣ ତୁମ୍ଭମାନଙ୍କ ଦେହରେ ସଦାପ୍ରଭୁଙ୍କର ଅଭିଷେକ-ତୈଳ ଅଛି । ତହିଁରେ ସେମାନେ ମୋଶାଙ୍କର ବାକ୍ୟାନୁସାରେ ସେହିପରି କଲେ ।
8
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ,
9
ତୁମ୍ଭମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ଵୁରେ ପ୍ରବେଶ କରିବ, ସେ ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
10
ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣିପାରିବ;
11
ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଇସ୍ରାଏଲ-ସନ୍ତାନଗଣକୁ ଯେସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ ।
12
ଅନନ୍ତର ମୋଶା ହାରୋଣଙ୍କୁ ଓ ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ-ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ଯେହେତୁ ତାହା ମହାପବିତ୍ର;
13
ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ ।
14
ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭ କନ୍ୟାଗଣ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ କୌଣସି ଶୁଚି ସ୍ଥାନରେ ଭୋଜନ କରିବ, ଯେହେତୁ ଇସ୍ରାଏଲ-ସନ୍ତାନଗଣର ମଙ୍ଗଳାର୍ଥକ ବଳି ମଧ୍ୟରୁ ତାହା ତୁମ୍ଭର ଓ ତୁମ୍ଭ ସନ୍ତାନଗଣର ପ୍ରାପ୍ତବ୍ୟ ଅଂଶୁ ।
15
ସେମାନେ ମେଦମୟ ଅଗ୍ନିକୃତ ଉପହାର ସହିତ ଉତ୍ତୋଳନୀୟ ଚଟୁଆ ଓ ଦୋଳନୀୟ ବକ୍ଷ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବା ନିମନ୍ତେ ଆଣିବେ; ପୁଣି ତାହା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତୁମ୍ଭର ଓ ତୁମ୍ଭ ସନ୍ତାନଗଣଙ୍କର ଅନନ୍ତକାଳୀନ ଅଧିକାର ହେବ ।
16
ଆଉ, ମୋଶା ପାପାର୍ଥକ ଛାଗର ବହୁତ ଅନ୍ଵେଷଣ କଲେ, ମାତ୍ର ଦେଖ, ତାହା ଦଗ୍ଧ ହୋଇଥିଲା; ଏଣୁ ସେ ହାରୋଣଙ୍କର ଅବଶିଷ୍ଟ ଦୁଇ ପୁତ୍ର ଇଲୀୟାସର ଓ ଈଥାମରଙ୍କ ପ୍ରତି କ୍ରୋଧ କରି କହିଲେ,
17
ତୁମ୍ଭେମାନେ କିହେତୁ ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ? ତାହା ତ ମହାପବିତ୍ର, ପୁଣି ମଣ୍ତଳୀର ଅପରାଧ ବହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି ।
18
ଦେଖ, ପବିତ୍ର ସ୍ଥାନ ଭିତରକୁ ତାହାର ରକ୍ତ ଅଣାଗଲା ନାହିଁ; ଯେପରି ଆମ୍ଭେ ଆଜ୍ଞା ଦେଇଥିଲୁ, ସେପରି ତୁମ୍ଭେମାନେ ପବିତ୍ର ସ୍ଥାନରେ ତାହା ତ ଭୋଜନ କରିଥାʼନ୍ତ ।
19
ତେବେ ହାରୋଣ ମୋଶାଙ୍କୁ କହିଲେ, ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?
20
ତହୁଁ ମୋଶା ତାହା ଶୁଣନ୍ତେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27