bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 14
Leviticus 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 15 →
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
କୁଷ୍ଠ ରୋଗୀର ଶୁଚି ହେବା ଦିନରେ ତାହାର ଏହି ବ୍ୟବସ୍ଥା; ସେ ଯାଜକ ନିକଟକୁ ଅଣାଯିବ;
3
ତହୁଁ ଯାଜକ ଛାଉଣିର ବାହାରକୁ ଯିବ; ପୁଣି ଯାଜକ ଦେଖିବ, ଆଉ ଦେଖ, ଯେବେ କୁଷ୍ଠୀର କୁଷ୍ଠ ରୋଗର ଘାʼ ସୁସ୍ଥ ହୋଇଥାଏ,
4
ତେବେ ଯେଉଁ ଲୋକ ଶୁଚି ହେବାକୁ ଅଛି, ଯାଜକ ସେହି ଲୋକ ନିମନ୍ତେ ଦୁଇ ଜୀଅନ୍ତା ଶୁଚି ପକ୍ଷୀ ଓ ଏରସ କାଠ ଓ ସିନ୍ଦୂରବର୍ଣ୍ଣ (ଲୋମ) ଓ ଏସୋବ ନେବା ପାଇଁ ଆଜ୍ଞା ଦେବ ।
5
ପୁଣି ଯାଜକ ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବାକୁ ଆଜ୍ଞା ଦେବ ।
6
ତହିଁ ଉତ୍ତାରେ ସେ ସେହି ଜୀଅନ୍ତା ପକ୍ଷୀକି ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେଇ ସେହି ସ୍ରୋତଜଳ ଉପରେ ହତ ପକ୍ଷୀର ରକ୍ତରେ ଜୀଅନ୍ତା ପକ୍ଷୀକି ଓ ସେହି ସବୁ ଡୁବାଇବ;
7
ପୁଣି ସେ କୁଷ୍ଠରୁ ଶୋଧନୀୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକି କ୍ଷେତ୍ର ଆଡ଼େ ଛାଡ଼ିଦେବ ।
8
ତହୁଁ ସେହି ଶୋଧନୀୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ଵୁର ବାହାରେ ରହିବ ।
9
ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ ।
10
ପୁଣି, ଅଷ୍ଟମ ଦିନରେ ଦୁଇ ନିଖୁ; ମେଷବତ୍ସ ଓ ଏକବର୍ଷୀୟା ଏକ ନିଖୁ; ମେଷବତ୍ସା ଓ ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ ନେବ ।
11
ତହୁଁ ଶୁଚିକାରୀ ଯାଜକ ସେହି ଶୋଧନୀୟ ଲୋକକୁ ଓ ସେହି ସବୁ ଦ୍ରବ୍ୟ ନେଇ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ସ୍ଥାପନ କରିବ;
12
ପୁଣି ଯାଜକ ସେହି ଦୁଇ ମେଷବତ୍ସ ମଧ୍ୟରୁ ଗୋଟିଏ ଓ ସେହି ଏକ ଲୋଗ୍ ତୈଳ ନେଇ ଦୋଷାର୍ଥକ ବଳି ରୂପେ ଉତ୍ସର୍ଗ କରିବ, ଆଉ ଦୋଳନୀୟ ନୈବେଦ୍ୟ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ ।
13
ଆଉ, ଯେଉଁ ସ୍ଥାନରେ ପାପାର୍ଥକ ଓ ହୋମାର୍ଥକ ବଳି ବଧ କରାଯାଏ, ସେହି ପବିତ୍ର ସ୍ଥାନରେ ସେହି ମେଷବତ୍ସ ବଧ କରିବ; କାରଣ ଯେପରି ପାପାର୍ଥକ ବଳି, ସେପରି ଦୋଷାର୍ଥକ ବଳି ଯାଜକର ଅଟଇ; ତାହା ମହାପବିତ୍ର।
14
ଏଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;
15
ଆଉ, ଯାଜକ ସେହି ଏକ ଲୋଗ୍ ତୈଳରୁ କିଛି ନେଇ ଆପଣା ବାମ ହସ୍ତର ପାପୁଲିରେ ଢାଳିବ;
16
ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଦକ୍ଷିଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ଵାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;
17
ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;
18
ଏଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୋଧନୀୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ ।
19
ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୋଧନୀୟ ଲୋକର ଅଶୌଚ ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ ।
20
ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ-ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ ।
21
ଆଉ, ଯେବେ ସେ ଦରିଦ୍ର ଓ ଏତେ ଆଣି ନ ପାରେ, ତେବେ ସେ ଆପଣା ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଦୋଳନୀୟ ନୈବେଦ୍ୟ ରୂପେ ଦୋଷାର୍ଥକ ବଳି ପାଇଁ ଗୋଟିଏ ମେଷବତ୍ସ ଓ ଭକ୍ଷ୍ୟ-ନୈବେଦ୍ୟ ରୂପେ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦା ଓ ଏକ ଲୋଗ୍ ତୈଳ;
22
ପୁଣି, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ଆଣିବ; ଆଉ, ଏଥିରୁ ଗୋଟିଏ ପାପାର୍ଥକ ବଳି ଓ ଅନ୍ୟଟି ହୋମବଳି ହେବ ।
23
ଆଉ, ଅଷ୍ଟମ ଦିନରେ ସେ ଆପଣା ଶୌଚ ନିମନ୍ତେ ସମାଗମ-ତମ୍ଵୁଦ୍ଵାର ନିକଟରେ ସଦାପ୍ରଭୁଙ୍କ ସମ୍ମୁଖରେ ଯାଜକ ନିକଟକୁ ସେମାନଙ୍କୁ ଆଣିବ ।
24
ତହୁଁ ଯାଜକ ଦୋଷାର୍ଥକ ବଳିର ମେଷବତ୍ସ ଓ ସେହି ଏକ ଲୋଗ୍ ତୈଳ ନେବ; ପୁଣି, ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳନୀୟ ନୈବେଦ୍ୟାର୍ଥେ ତାହା ଦୋଳାଇବ;
25
ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ ବୃଦ୍ଧାଙ୍ଗୁଳିରେ ଲଗାଇବ;
26
ତହିଁ ଉତ୍ତାରେ ସେହି ତୈଳରୁ କିଛି ନେଇ ଆପଣା ବାମ ହସ୍ତ-ପାପୁଲିରେ ଢାଳିବ;
27
ଆଉ, ଯାଜକ ଆପଣା ଦକ୍ଷିଣ ଅଙ୍ଗୁଳି ଦ୍ଵାରା ସେହି ବାମ ହସ୍ତସ୍ଥିତ ତୈଳରୁ କିଛି କିଛି ନେଇ ସଦାପ୍ରଭୁଙ୍କ ଛାମୁରେ ସାତ ଥର ଛିଞ୍ଚିବ;
28
ତହୁଁ ଯାଜକ ଆପଣା ହସ୍ତସ୍ଥିତ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ସ୍ଥାନରେ ଲଗାଇବ ।
29
ପୁଣି ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ପାଇଁ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ତାହାର ମସ୍ତକରେ ଲଗାଇବ ।
30
ପୁଣି, ସେ ତାହାର ପ୍ରାପ୍ତିର ସାଧ୍ୟାନୁସାରେ ସେହି ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ମଧ୍ୟରୁ ଗୋଟିଏ ଉତ୍ସର୍ଗ କରିବ;
31
ଅର୍ଥାତ୍, ତାହାର ପ୍ରାପ୍ତିର ସାଧ୍ୟାନୁସାରେ ଭକ୍ଷ୍ୟ-ନୈବେଦ୍ୟ ସହିତ ଗୋଟିକି ପାପାର୍ଥକ ବଳି ରୂପେ ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ଶୋଧନୀୟ ଲୋକ ନିମନ୍ତେ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ ।
32
ଯେଉଁ କୁଷ୍ଠରୋଗର ଘାʼଯୁକ୍ତ ଲୋକ ଆପଣା ଶୌଚ ସମ୍ଵନ୍ଧୀୟ ଦ୍ରବ୍ୟ ପାଇବାକୁ ଅସମର୍ଥ, ତାହା ପାଇଁ ଏହି ବ୍ୟବସ୍ଥା ।
33
ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
34
ଆମ୍ଭେ ଯେଉଁ ଦେଶ ତୁମ୍ଭମାନଙ୍କ ଅଧିକାର ନିମନ୍ତେ ଦେବା, ସେହି କିଣାନ ଦେଶରେ ତୁମ୍ଭେମାନେ ପ୍ରବେଶ କଲେ, ଯେବେ ଆମ୍ଭେ ତୁମ୍ଭମାନଙ୍କ ଅଧିକୃତ ଦେଶର କୌଣସି ଗୃହରେ କୁଷ୍ଠରୋଗର ଦାଗ ଉତ୍ପନ୍ନ କରୁ;
35
ତେବେ ସେହି ଗୃହସ୍ଵାମୀ ଯାଜକ ନିକଟକୁ ଆସି କହିବ, ଯଥା, ମୋʼ ଗୃହରେ ଦାଗ ଥିଲା ପରି ମୋତେ ଦେଖାଯାଉଅଛି;
36
ତହୁଁ ଗୃହର ସମସ୍ତ ଦ୍ରବ୍ୟ ଯେପରି ଅଶୁଚି ନ ହୁଏ, ଏଥିପାଇଁ ଯାଜକ ଦାଗ ଦେଖିବାକୁ ପ୍ରବେଶ କରିବା ପୂର୍ବେ ଗୃହ ଶୂନ୍ୟ କରିବାକୁ ଯାଜକ ଆଜ୍ଞା ଦେବ; ତହିଁ ଉତ୍ତାରୁ ଯାଜକ ଗୃହ ଦେଖିବାକୁ ପ୍ରବେଶ କରିବ ।
37
ପୁଣି, ସେ ସେହି ଦାଗ ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ କିଞ୍ଚିତ ଶାଗୁଆ ବର୍ଣ୍ଣ ବା ରକ୍ତ ବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,
38
ତେବେ ଯାଜକ ଗୃହରୁ ବାହାର ହୋଇ ଦ୍ଵାର ନିକଟକୁ ଯିବ ଓ ସେହି ଗୃହକୁ ସାତ ଦିନ ରୁଦ୍ଧ କରି ରଖିବ ।
39
ପୁଣି, ଯାଜକ ସପ୍ତମ ଦିନରେ ପୁନର୍ବାର ଆସି ଦେଖିବ; ଆଉ ଦେଖ, ଯେବେ ଗୃହ-କାନ୍ଥରେ ସେହି ଦାଗ ବଢ଼ିଥାଏ,
40
ତେବେ ଯାଜକ ଦାଗଯୁକ୍ତ ପ୍ରସ୍ତରସବୁ ବାହାର କରି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବାକୁ ଲୋକମାନଙ୍କୁ ଆଜ୍ଞା ଦେବ ।
41
ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ ।
42
ଆଉ, ସେମାନେ ଅନ୍ୟ ପ୍ରସ୍ତର ନେଇ ସେହି ପ୍ରସ୍ତର ସ୍ଥାନରେ ବସାଇବେ ଓ ଅନ୍ୟ ଲେପ ନେଇ ଗୃହ ଲେପନ କରିବେ ।
43
ଆଉ, ସେହି ପ୍ରସ୍ତର ବଦଳ କଲା ଉତ୍ତାରେ ଓ ଗୃହ ଚାଞ୍ଛିଲା ଉତ୍ତାରେ ଓ ଲେପନ କଲା ଉତ୍ତାରେ ଯେବେ ସେହି ଦାଗ ପୁନର୍ବାର ଗୃହରେ ଫୁଟି ବାହାରେ,
44
ତେବେ ଯାଜକ ଆସି ଦେଖିବ, ଆଉ ଦେଖ, ଯେବେ ସେହି ଦାଗ ଗୃହରେ ବୃଦ୍ଧି ପାଇଥାଏ, ତେବେ ସେହି ଗୃହରେ କ୍ଷୟ କୁଷ୍ଠ ଅଛି; ତାହା ଅଶୁଚି ଅଟେ ।
45
ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବହି ନେଇଯିବ ।
46
ଆହୁରି, ସେହି ଗୃହ ରୁଦ୍ଧ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ ।
47
ପୁଣି, ଯେ ସେହି ଗୃହରେ ଶୟନ କରେ, ସେ ଆପଣା ବସ୍ତ୍ର ଧୋଇବ ଓ ସେହି ଘରେ ଯେ ଭୋଜନ କରେ, ସେ ଆପଣା ବସ୍ତ୍ର ଧୋଇବ ।
48
ଆଉ, ଯାଜକ ଆସି ଦେଖନ୍ତେ, ଯେବେ ଦେଖ, ସେହି ଗୃହ ଲେପନ କଲା ଉତ୍ତାରେ ଦାଗ ସେହି ଗୃହରେ ବଢ଼ି ନାହିଁ, ତେବେ ଯାଜକ ସେହି ଗୃହକୁ ଶୁଚି ବୋଲି ପ୍ରକାଶ କରିବ, କାରଣ ଦାଗ ଗଲା ।
49
ତହୁଁ ସେ ସେହି ଗୃହକୁ ଶୁଚି କରିବା ପାଇଁ ଦୁଇ ପକ୍ଷୀ ଓ ଏରସ କାଠ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଏସୋବ ନେବ;
50
ପୁଣି, ମୃତ୍ତିକା ପାତ୍ରସ୍ଥିତ ସ୍ରୋତଜଳ ଉପରେ ଏକ ପକ୍ଷୀକି ବଧ କରିବ;
51
ତହୁଁ ସେ ସେହି ଏରସ କାଠ ଓ ଏସୋବ ଓ ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକି ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ ।
52
ଏହି ପ୍ରକାରେ ପକ୍ଷୀର ରକ୍ତ ଦ୍ଵାରା ଓ ସ୍ରୋତଜଳ ଦ୍ଵାରା ଓ ଜୀଅନ୍ତା ପକ୍ଷୀ ଦ୍ଵାରା ଓ ଏରସ କାଠ ଦ୍ଵାରା ଓ ଏସୋବ ଦ୍ଵାରା ଓ ସିନ୍ଦୂର ବର୍ଣ୍ଣ (ଲୋମ) ଦ୍ଵାରା ସେହି ଗୃହକୁ ଶୁଚି କରିବ ।
53
ମାତ୍ର ସେ ଜୀଅନ୍ତା ପକ୍ଷୀକି ନଗରର ବାହାରସ୍ଥ କ୍ଷେତ୍ର ଆଡ଼େ ଛାଡ଼ିଦେବ; ଏହିରୂପେ ସେ ଗୃହ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ତାହା ଶୁଚି ହେବ ।
54
କୁଷ୍ଠ ରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;
55
ପୁଣି, ବସ୍ତ୍ରସ୍ଥିତ ଓ ଗୃହସ୍ଥିତ କୁଷ୍ଠ;
56
ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,
57
ଏହି ସବୁ କେଉଁ ସମୟରେ ଶୁଚି ଓ କେଉଁ ସମୟରେ ଅଶୁଚି, ଏହା ଜଣାଇବା ନିମନ୍ତେ କୁଷ୍ଠ ରୋଗର ଏହି ବ୍ୟବସ୍ଥା ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27