bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 15
Leviticus 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 16 →
1
ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2
ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ପୁରୁଷର ଶରୀରରେ ପ୍ରମେହ ରୋଗ ହେଲେ, ସେ ଆପଣାର ସେହି ପ୍ରମେହ ସକାଶୁ ଅଶୁଚି ହେବ ।
3
ପୁଣି ପ୍ରମେହ ସକାଶୁ ତାହାର ଅଶୌଚ-ବିଧି ଏହି; ତାହାର ଶରୀରରୁ ପ୍ରମେହ କ୍ଷରୁ ଅବା ଶରୀରରେ ବନ୍ଦ ଥାଉ, ତାହା ତାହାର ଅଶୌଚ ଅଟେ ।
4
ପ୍ରମେହୀ ଲୋକ ଯେଉଁ ପ୍ରତ୍ୟେକ ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ଓ ଯେଉଁ ପ୍ରତ୍ୟେକ ପଦାର୍ଥ ଉପରେ ସେ ବସେ, ତାହା ଅଶୁଚି ହେବ ।
5
ପୁଣି, ଯେକେହି ତାହାର ଶଯ୍ୟା ଛୁଏଁ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
6
ଆଉ, ଯେକୌଣସି ପଦାର୍ଥ ଉପରେ ପ୍ରମେହୀ ବସେ, ତହିଁ ଉପରେ ଯେବେ କେହି ବସେ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
7
ପୁଣି, ଯେକେହି ପ୍ରମେହୀର ଶରୀର ଛୁଏଁ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
8
ଆଉ, ପ୍ରମେହୀ ଯେବେ ଶୁଚି ଲୋକର ଦେହରେ ଛେପ ପକାଏ, ତେବେ ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
9
ପୁଣି, ପ୍ରମେହୀ ଯେଉଁ ବାହନ ଉପରେ ଚଢ଼େ, ତାହା ଅଶୁଚି ହେବ ।
10
ଆଉ, ଯେବେ କେହି ତାହାର ତଳସ୍ଥ କୌଣସି ବସ୍ତୁ ଛୁଏଁ, ତେବେ ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ; ପୁଣି ଯେକେହି ତାହା ବହେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
11
ପୁଣି, ପ୍ରମେହୀ ଆପଣା ହସ୍ତ ଜଳରେ ନ ଧୋଇ ଯାହାକୁ ଛୁଇଁବ, ସେ ଆପଣା ବସ୍ତ୍ର ଧୋଇବ ଓ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
12
ପୁଣି, ପ୍ରମେହୀ ଯେଉଁ ମୃତ୍ତିକାପାତ୍ର ଛୁଏଁ, ତାହା ଭଙ୍ଗାଯିବ ଓ ସମସ୍ତ କାଷ୍ଠ ପାତ୍ର ଜଳରେ ଧୁଆଯିବ ।
13
ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୌଚକ୍ରିୟା ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ଶୁଚି ହେବ ।
14
ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସମାଗମ-ତମ୍ଵୁଦ୍ଵାର ନିକଟକୁ ଆସି ଯାଜକର ହସ୍ତରେ ସେମାନଙ୍କୁ ସମର୍ପଣ କରିବ ।
15
ତହିଁରେ ଯାଜକ ସେଥିରୁ ଗୋଟିକି ପାପାର୍ଥକ ବଳି ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ପୁଣି, ଯାଜକ ତାହାର ପ୍ରମେହ ହେତୁରୁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରିବ ।
16
ଆଉ, ଯେବେ କୌଣସି ପୁରୁଷର ବୀର୍ଯ୍ୟପାତ ହୁଏ, ତେବେ ସେ ଆପଣା ସମସ୍ତ ଶରୀର ଜଳରେ ଧୌତ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
17
ଆଉ, ଯେଉଁ ପ୍ରତ୍ୟେକ ବସ୍ତ୍ରରେ କି ଚର୍ମରେ ବୀର୍ଯ୍ୟପାତ ହୁଏ, ତାହା ଜଳରେ ଧୋଇବ ଓ ତାହା ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
18
ମଧ୍ୟ ସେ ସ୍ତ୍ରୀ, ଯାହା ସଙ୍ଗେ ସ୍ଖଳିତ-ବୀର୍ଯ୍ୟ ପୁରୁଷ ଶୟନ କରିବ, ସେ ଦୁହେଁ ଜଳରେ ସ୍ନାନ କରିବେ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବେ ।
19
ଆଉ, ଯେବେ ସ୍ତ୍ରୀ ରଜସ୍ଵଳା ହୁଏ ଓ ତାହାର ଦେହରୁ ରକ୍ତ କ୍ଷରେ, ତେବେ ସେ ସାତଦିନ ଆପଣା ଅଶୌଚରେ ରହିବ; ପୁଣି, ଯେକେହି ତାହାକୁ ଛୁଏଁ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
20
ଆଉ ସେ ଆପଣା ସ୍ତ୍ରୀଧର୍ମ ସମୟରେ ଯେକୌଣସି ଶଯ୍ୟାରେ ଶୟନ କରିବ, ତାହା ଅଶୁଚି ହେବ ଓ ଯହିଁ ଉପରେ ସେ ବସିବ, ତାହା ଅଶୁଚି ହେବ ।
21
ପୁଣି, ଯେକେହି ତାହାର ଶଯ୍ୟା ଛୁଏଁ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
22
ପୁଣି, ଯେକେହି ତାହାର ବସିବାର କୌଣସି ଆସନ ଉପରେ ବସେ, ସେ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
23
ଆଉ, ତାହାର ଶଯ୍ୟା କି ଆସନ ଉପରେ କିଛି ଥିଲେ ଯେକେହି ତାହା ଛୁଇଁବ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
24
ଆଉ, ଯେଉଁ ପୁରୁଷ ତାହା ସଙ୍ଗେ ଶୟନ କରେ ଓ ତାହାର ରଜ ତାହାଠାରେ ଲାଗେ, ସେ ସାତ ଦିନ ଅଶୁଚି ରହିବ; ପୁଣି ସେ ଯେକୌଣସି ଶଯ୍ୟାରେ ଶୟନ କରେ, ତାହା ଅଶୁଚି ହେବ ।
25
ଆଉ, ସ୍ତ୍ରୀଧର୍ମ ସମୟ ଛଡ଼ା ଯେବେ କୌଣସି ସ୍ତ୍ରୀର ବହୁ ଦିନ ପର୍ଯ୍ୟନ୍ତ ରକ୍ତସ୍ରାବ ହୁଏ, କିଅବା ସ୍ତ୍ରୀଧର୍ମ ସମୟ ଉତ୍ତାରେ ଯେବେ ରକ୍ତସ୍ରାବ ହୁଏ; ତେବେ ଯେପରି ସ୍ତ୍ରୀଧର୍ମ ସମୟରେ, ସେପରି ଅଶୁଚି ରକ୍ତସ୍ରାବର ସକଳ ଦିନ ହେବ, ସେ ଅଶୁଚି ଅଟେ ।
26
ସେହି ରକ୍ତସ୍ରାବର ସକଳ ଦିନ ଯେକୌଣସି ଶଯ୍ୟାରେ ସେ ଶୟନ କରେ, ତାହା ସ୍ତ୍ରୀଧର୍ମ ସମୟର ଶଯ୍ୟା ନ୍ୟାୟ ଅଶୁଚି ହେବ, ଆଉ ସେ ଯେକୌଣସି ଆସନରେ ବସେ, ତାହା ସ୍ତ୍ରୀଧର୍ମ ସମୟର ଅଶୌଚ ନ୍ୟାୟ ଅଶୁଚି ହେବ ।
27
ପୁଣି, ଯେକେହି ତାହା ସବୁ ଛୁଏଁ, ସେ ଅଶୁଚି ହେବ ଓ ଆପଣା ବସ୍ତ୍ର ଧୋଇବ ଓ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ ।
28
ମାତ୍ର ସେହି ସ୍ତ୍ରୀର ରକ୍ତସ୍ରାବ ରହିତ ହେଲେ, ସେ ଆପଣା ନିମନ୍ତେ ସାତ ଦିନ ଗଣନା କରିବ, ତହିଁ ଉତ୍ତାରେ ସେ ଶୁଚି ହେବ ।
29
ପୁଣି, ଅଷ୍ଟମ ଦିନରେ ସେ ଆପଣା ନିମନ୍ତେ ଦୁଇ ଘୁଘୁ ଅବା ଦୁଇ କାପ୍ତାଛୁଆ ନେଇ ସମାଗମ-ତମ୍ଵୁଦ୍ଵାରରେ ଯାଜକ ନିକଟକୁ ଆଣିବ ।
30
ତହିଁରେ ଯାଜକ ସେଥିରୁ ଗୋଟିକି ପାପାର୍ଥକ ବଳି ଓ ଅନ୍ୟଟିକି ହୋମବଳି ରୂପେ ଉତ୍ସର୍ଗ କରିବ; ଆଉ, ଯାଜକ ତାହାର ରକ୍ତସ୍ରାବର ଅଶୌଚ ହେତୁ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ ।
31
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ସେମାନଙ୍କର ମଧ୍ୟବର୍ତ୍ତୀ ଆମ୍ଭର ଆବାସ ଅଶୁଚି କଲେ, ଯେପରି ସେମାନେ ଆପଣାମାନଙ୍କ ଅଶୌଚରେ ନ ମରନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କୁ ସେମାନଙ୍କ ଅଶୌଚରୁ ପୃଥକ୍ କରିବ ।
32
ପ୍ରମେହ ରୋଗୀର ଓ ବୀର୍ଯ୍ୟପତନରେ ଅଶୁଚି ଲୋକର,
33
ପୁଣି ରଜସ୍ଵଳା ସ୍ତ୍ରୀର ଓ ପ୍ରମେହୀ ପୁରୁଷ ଓ ସ୍ତ୍ରୀର, ଆଉ, ସ୍ତ୍ରୀର ଅଶୌଚ କାଳେ ତାହା ସହିତ ଶୟନକାରୀ ପୁରୁଷର, ଏହି ବ୍ୟବସ୍ଥା ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27