bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 18
Leviticus 18
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 19 →
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ,ଣଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
3
ତୁମ୍ଭେମାନେ ଯେଉଁ ମିସର ଦେଶରେ ବାସ କଲ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ; ପୁଣି, ଯେଉଁ କିଣାନ ଦେଶକୁ ଆମ୍ଭେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶାଚାର ଅନୁସାରେ ଆଚରଣ କରିବ ନାହିଁ ଓ ସେମାନଙ୍କ ବିଧି ଅନୁସାରେ ଚଳିବ ନାହିଁ ।
4
ତୁମ୍ଭେମାନେ ଆମ୍ଭର ଶାସନ ମାନ୍ୟ କରିବ ଓ ଆମ୍ଭର ବିଧି ପାଳନ କରିବ ଓ ତଦନୁସାରେ ଆଚରଣ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
5
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କରିବ; ମନୁଷ୍ୟ ତାହା କଲେ, ତହିଁରେ ହିଁ ସେ ବଞ୍ଚିବ; ଆମ୍ଭେ ସଦାପ୍ରଭୁ ଅଟୁ ।
6
ତୁମ୍ଭମାନଙ୍କର କେହି ଆପଣା ନିକଟ-କୁଟୁମ୍ଵ ମଧ୍ୟରୁ କାହାରି ଆବରଣୀୟ ଅନାବୃତ କରିବାକୁ ଯିବ ନାହିଁ, ଆମ୍ଭେ ସଦାପ୍ରଭୁ ଅଟୁ ।
7
ତୁମ୍ଭେ ଆପଣା ପିତାର ଆବରଣୀୟ ଅବା ଆପଣା ମାତାର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ମାତା; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
8
ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ ।
9
ତୁମ୍ଭେ ଆପଣା ଭଗିନୀ, ଅର୍ଥାତ୍, ତୁମ୍ଭ ପିତୃକନ୍ୟା କି ମାତୃକନ୍ୟା, ସେ ଗୃହଜାତା ହେଉ କି ଅନ୍ୟତ୍ରଜାତା ହେଉ, ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
10
ତୁମ୍ଭେ ଆପଣା ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ତାହା ତୁମ୍ଭ ନିଜର ଆବରଣୀୟ ।
11
ତୁମ୍ଭେ ଆପଣା ବିମାତୃକନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; କାରଣ ସେ ତୁମ୍ଭ ପିତାଠାରୁ ଜନ୍ମିଅଛି, ସେ ତୁମ୍ଭର ଭଗିନୀ, ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ ।
12
ତୁମ୍ଭେ ଆପଣା ପିତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, ସେ ତୁମ୍ଭର ପିତୃଗୋତ୍ରଜାତା ।
13
ତୁମ୍ଭେ ଆପଣା ମାତୃଭଗିନୀର ଆବରଣୀୟ ଅନାବୃତ କରିବ ନାହିଁ, କାରଣ ସେ ତୁମ୍ଭର ମାତୃଗୋତ୍ରଜାତା ।
14
ତୁମ୍ଭେ ଆପଣା ପିତୃଭ୍ରାତାର ଆବରଣୀୟ ଅନାବୃତ କରିବ ନାହିଁ, ତୁମ୍ଭେ ତାହାର ଭାର୍ଯ୍ୟା ନିକଟକୁ ଯିବ ନାହିଁ, କାରଣ ସେ ତୁମ୍ଭର ପିତୃବ୍ୟପନିୀ ।
15
ତୁମ୍ଭେ ଆପଣା ପୁତ୍ରବଧୂର ଆବରଣୀୟ ଅନାବୃତ କରିବ ନାହିଁ; ସେ ତୁମ୍ଭର ପୁତ୍ରବଧୂ; ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବ ନାହିଁ;
16
ତୁମ୍ଭେ ଆପଣା ଭ୍ରାତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ଭ୍ରାତାର ଆବରଣୀୟ ।
17
ତୁମ୍ଭେ କୌଣସି ସ୍ତ୍ରୀର ଓ ତାହାର କନ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତୁମ୍ଭେ ତାହାର ପୌତ୍ରୀର କି ଦୌହିତ୍ରୀର ଆବରଣୀୟ ଅନାବୃତ କରିବା ପାଇଁ ତାହାକୁ ଗ୍ରହଣ କରିବ ନାହିଁ; ସେମାନେ ଗୋତ୍ରଜାତା; ଏହା ଦୁଷ୍ଟତା ଅଟେ ।
18
ଆଉ ଭଗିନୀ ଜୀବିତା ଥାଉ ଥାଉ ତୁମ୍ଭେ ତାହା ପାର୍ଶ୍ଵରେ ତାହାର ସପନିୀ ରୂପେ ଆବରଣୀୟ ଅନାବୃତ କରିବା ପାଇଁ ତାʼର ଭଗିନୀକି ଗ୍ରହଣ କରିବ ନାହିଁ ।
19
ପୁଣି, କୌଣସି ସ୍ତ୍ରୀ ତାହାର ସ୍ତ୍ରୀଧର୍ମ ହେତୁ ଅଶୁଚି ଥିବାଯାଏ ତୁମ୍ଭେ ତାହାର ଆବରଣୀୟ ଅନାବୃତ କରିବା ନିମନ୍ତେ ତାହା ନିକଟକୁ ଯିବ ନାହିଁ।
20
ଆଉ, ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ ପ୍ରତିବାସୀର ଭାର୍ଯ୍ୟାଠାରେ ଗମନ କରିବ ନାହିଁ।
21
ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ଵରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ ।
22
ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ ।
23
ତୁମ୍ଭେ ଆପଣାକୁ ଅଶୁଚି କରିବା ନିମନ୍ତେ କୌଣସି ପଶୁଠାରେ ଗମନ କରିବ ନାହିଁ; କିଅବା କୌଣସି ସ୍ତ୍ରୀ ଆପଣା ସହିତ ସଂସର୍ଗ କରାଇବାକୁ କୌଣସି ପଶୁର ସମ୍ମୁଖରେ ଠିଆ ହେବ ନାହିଁ; ଏହା ତ ପାଷାଣ୍ତତା ।
24
ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ଵାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ଵାରା ଅଶୁଚି ହୋଇଅଛନ୍ତି;
25
ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି ।
26
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଓ ଶାସନ ପାଳନ କରିବ, ସ୍ଵଦେଶୀୟ ବା ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ହେଉ, ତୁମ୍ଭେମାନେ ଏହି ସକଳ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବ ନାହିଁ;
27
କାରଣ ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ଦେଶ ନିବାସୀମାନେ ଏହିସବୁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି ଓ ଦେଶ ଅଶୁଚି ହୋଇଅଛି ।
28
ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀମାନଙ୍କୁ ଉଦ୍ଗାର କଲା, ସେପରି ତୁମ୍ଭମାନଙ୍କୁ ହିଁ ଉଦ୍ଗାର କରିବ;
29
ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀ-ମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ ।
30
ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ରକ୍ଷଣୀୟ ରକ୍ଷା କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27