bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 20
Leviticus 20
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 21 →
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯେବେ ଆପଣା ବଂଶର କାହାକୁ ମୋଲକ୍-ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ତ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ ।
3
ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଆପଣା ବଂଶଜାତକୁ ଦେଇଅଛି ।
4
ଆଉ, ଯେଉଁ ସମୟରେ ସେହି ଲୋକ ଆପଣା ସନ୍ତାନକୁ ମୋଲକ୍-ଦେବତା ଉଦ୍ଦେଶ୍ୟରେ ଉତ୍ସର୍ଗ କରେ, ସେ ସମୟରେ ଯେବେ ଦେଶୀୟ ଲୋକମାନେ କୌଣସି ରୂପେ ତାହା ପ୍ରତି ଚକ୍ଷୁ ମୁଦ୍ରିତ କରନ୍ତି ଓ ତାହାକୁ ବଧ ନ କରନ୍ତି,
5
ତେବେ ଆମ୍ଭେ ସେହି ଲୋକ ବିରୁଦ୍ଧରେ ଓ ତାହାର ବଂଶ ବିରୁଦ୍ଧରେ ଆପଣା ମୁଖ ରଖିବା; ପୁଣି, ତାହାକୁ ଓ ମୋଲକ୍-ଦେବତା ସହିତ ବ୍ୟଭିଚାର କରିବା ନିମନ୍ତେ ତାହାର ପଶ୍ଚାଦ୍ଗାମୀ ବ୍ୟଭିଚାରୀ ସମସ୍ତଙ୍କୁ ସେମାନଙ୍କ ଲୋକଗଣ ମଧ୍ୟରୁ ଉଚ୍ଛିନ୍ନ କରିବା ।
6
ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା ।
7
ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
8
ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ ।
9
ଯେକେହି ଆପଣା ପିତା କି ଆପଣା ମାତାକୁ ଶାପ ଦିଏ, ସେ ନିତା; ହତ ହେବ; ସେ ତାହାର ପିତାକୁ କି ତାହାର ମାତାକୁ ଶାପ ଦେଇଅଛି; ତାହା ଉପରେ ତାହାର ରକ୍ତ ବର୍ତ୍ତିବ ।
10
ଆଉ, ଯେକେହି ପରର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ଯେ ଆପଣା ପ୍ରତିବାସୀର ଭାର୍ଯ୍ୟା ସହିତ ବ୍ୟଭିଚାର କରେ, ସେହି ବ୍ୟଭିଚାରୀ ଓ ବ୍ୟଭିଚାରିଣୀ ଦୁହେଁ ନିତା; ହତ ହେବେ ।
11
ପୁଣି, ଯେଉଁ ଲୋକ ଆପଣା ପିତୃଭାର୍ଯ୍ୟା ସହିତ ଶୟନ କରେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
12
ପୁଣି, ଯେବେ କେହି ଆପଣା ପୁତ୍ରବଧୂ ସହିତ ଶୟନ କରେ, ତେବେ ସେ ଦୁହେଁ ନିତା; ହତ ହେବେ; ସେମାନେ ପାଷାଣ୍ତ କର୍ମ କରିଅଛନ୍ତି; ସେମାନଙ୍କର ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
13
ପୁଣି, ପୁରୁଷ ଯେବେ ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଶୟନ କରେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
14
ଆଉ, କେହି ଯେବେ କୌଣସି ସ୍ତ୍ରୀକି ଓ ତାହାର ମାତାକୁ ଗ୍ରହଣ କରେ, ତେବେ ତାହା ଦୁଷ୍ଟତା ଅଟେ; ତୁମ୍ଭମାନଙ୍କ ମଧ୍ୟରେ ଯେପରି ଏପରି ଦୁଷ୍ଟତା ନ ହୁଏ, ଏଥିପାଇଁ ସେ ଓ ସେମାନେ ଉଭୟ ଅଗ୍ନିରେ ଦଗ୍ଧ ହେବେ ।
15
ପୁଣି, ଯେବେ କେହି ପଶୁ ସହିତ ସଙ୍ଗମ କରେ, ତେବେ ସେ ନିତା; ହତ ହେବ; ପୁଣି ତୁମ୍ଭେମାନେ ସେହି ପଶୁକୁ ମଧ୍ୟ ବଧ କରିବ ।
16
ପୁଣି, କୌଣସି ସ୍ତ୍ରୀ ଯେବେ କୌଣସି ପଶୁ ସହିତ ସଙ୍ଗମ କରିବାକୁ ତାହା ନିକଟକୁ ଯାଇ ତାହା ଆଗରେ ଶୟନ କରେ, ତେବେ ତୁମ୍ଭେ ସେହି ସ୍ତ୍ରୀକି ଓ ପଶୁକୁ ବଧ କରିବ; ସେମାନେ ନିତା; ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
17
ଆଉ, ଯେବେ କେହି ଆପଣା ଭଗିନୀକି, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ଏକଆରେକର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବହିବ ।
18
ପୁଣି, ଯେବେ କେହି ରଜସ୍ଵଳା ସ୍ତ୍ରୀ ସହିତ ଶୟନ କରେ ଓ ତାହାର ଆବରଣୀୟ ଅନାବୃତ କରେ, ତେବେ ସେହି ପୁରୁଷ ତାହାର ଝରଣା ପ୍ରକାଶ କରିବାରୁ ଓ ସେହି ସ୍ତ୍ରୀ ଆପଣା ଝରଣା ଅନାବୃତ କରିବାରୁ, ସେ ଦୁହେଁ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ ।
19
ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ଵର ଆବରଣୀୟ ଅନାବୃତ କରାଯାଏ; ସେମାନେ ଆପଣା ଆପଣା ଅପରାଧ ବହିବେ ।
20
ଆଉ, ଯେବେ କେହି ଆପଣା ପିତୃବ୍ୟପନିୀ ସହିତ ଶୟନ କରେ, ତେବେ ସେ ଆପଣା ପିତୃବ୍ୟର ଆବରଣୀୟ ଅନାବୃତ କରିଅଛି; ସେମାନେ ଆପଣା ଆପଣା ପାପ ବହିବେ; ସେମାନେ ନିଃସନ୍ତାନ ହୋଇ ମରିବେ ।
21
ପୁଣି, ଯେବେ କେହି ଆପଣା ଭ୍ରାତୃଭାର୍ଯ୍ୟାକୁ ଗ୍ରହଣ କରେ, ତେବେ ତାହା ଅଶୁଚି କର୍ମ; ସେ ଆପଣା ଭ୍ରାତାର ଆବରଣୀୟ ଅନାବୃତ କରିଅଛି; ସେମାନେ ନିଃସନ୍ତାନ ହେବେ ।
22
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଶାସନ ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ ।
23
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚାର ଅନୁସାରେ ତୁମ୍ଭେମାନେ ଚଳିବ ନାହିଁ; କାରଣ ସେମାନେ ସେହିସବୁ ଦୁଷ୍କର୍ମ କଲେ, ଏଣୁକରି ଆମ୍ଭେ ସେମାନଙ୍କୁ ଘୃଣା କଲୁ ।
24
ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧମଧୁପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
25
ଏହେତୁ ତୁମ୍ଭେମାନେ ଶୁଚି-ଅଶୁଚି ପଶୁ ଓ ଶୁଚି-ଅଶୁଚି ପକ୍ଷୀ ମଧ୍ୟରେ ପୃଥକ କରିବ; ଆମ୍ଭେ ଯେ ଯେ ପଶୁ ଓ ପକ୍ଷୀ ଓ ଭୂଚର ଜନ୍ତୁକୁ ଅଶୁଚି ବୋଲି ତୁମ୍ଭମାନଙ୍କଠାରୁ ପୃଥକ କରିଅଛୁ, ତଦ୍ଦ୍ଵାରା ଆପଣା ଆପଣା ପ୍ରାଣକୁ ଘୃଣାଯୋଗ୍ୟ କରିବ ନାହିଁ ।
26
ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ; ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କ-ଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ ।
27
ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତା; ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
Recommended Reading
Commentary
Leviticus Commentaries
→
Devotional
Leviticus Devotional Guide
→
Get This Bible
Re-edited Study Bible
→