bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 25
Leviticus 25
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 26 →
1
ଅନନ୍ତର ସଦାପ୍ରଭୁ ସୀନୟ-ପର୍ବତରେ ମୋଶାଙ୍କୁ କହିଲେ,
2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ସେହି ଦେଶରେ ପ୍ରବେଶ କଲେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମି ବିଶ୍ରାମ ଭୋଗ କରିବ ।
3
ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା କ୍ଷେତ୍ରରେ ବୀଜ ବୁଣିବ ଓ ଛଅ ବର୍ଷ ପର୍ଯ୍ୟନ୍ତ ତୁମ୍ଭେ ଆପଣା ଦ୍ରାକ୍ଷାଲତା ଝାଡ଼ିବ ଓ ତହିଁର ଫଳ ସଂଗ୍ରହ କରିବ;
4
ମାତ୍ର ସପ୍ତମ ବର୍ଷରେ ଭୂମିର ମହାବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ ।
5
ଯେଉଁ ଶସ୍ୟ ତୁମ୍ଭ କ୍ଷେତ୍ରରେ ଆପେ ବଢ଼େ, ତାହା ତୁମ୍ଭେ କାଟିବ ନାହିଁ ଓ ତୁମ୍ଭେ ଆପଣା ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ; ତାହା ଭୂମିର ମହାବିଶ୍ରାମ-ବର୍ଷ ହେବ ।
6
ଆଉ, ଭୂମିର ବିଶ୍ରାମ ତୁମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ ହେବ; ତୁମ୍ଭର କ୍ଷେତ୍ରୋତ୍ପନ୍ନ ସମସ୍ତ ଦ୍ରବ୍ୟ ତୁମ୍ଭର ଓ ତୁମ୍ଭ ଦାସର ଓ ତୁମ୍ଭ ଦାସୀର ଓ ତୁମ୍ଭ ବର୍ତ୍ତନଜୀବୀର ଓ ତୁମ୍ଭ ସହବାସୀ ବିଦେଶୀର;
7
ପୁଣି, ତୁମ୍ଭ ପଶୁର ଓ ତୁମ୍ଭ ଦେଶୀୟ ବନପଶୁର ଆହାର ନିମନ୍ତେ ହେବ ।
8
ଆଉ, ତୁମ୍ଭେ ଆପଣା ନିମନ୍ତେ ସାତ ବିଶ୍ରାମ ବର୍ଷ, ଅର୍ଥାତ୍, ସାତଗୁଣ ସାତବର୍ଷ ଗଣନା କରିବ; ତହିଁରେ ସେହି ସାତଗୁଣ ସାତ ବର୍ଷର ଦିନ ତୁମ୍ଭ ପ୍ରତି ଅଣଞ୍ଚାଶ ବର୍ଷ ହେବ ।
9
ତହୁଁ ସପ୍ତମ ମାସର ଦଶମ ଦିନରେ ତୁମ୍ଭେ ମହାଶଦ୍ଦକାରୀ ତୂରୀ ବଜାଇବ; ପ୍ରାୟଶ୍ଚିତ୍ତ ଦିନରେ ତୁମ୍ଭେମାନେ ଆପଣାମାନଙ୍କ ସମସ୍ତ ଦେଶରେ ତୂରୀ ବଜାଇବ ।
10
ପୁଣି, ତୁମ୍ଭେମାନେ ପଚାଶତମ ବର୍ଷକୁ ପବିତ୍ର ରୂପେ ମାନ୍ୟ କରିବ, ଆଉ ସମୁଦାୟ ଦେଶରେ ତହିଁର ସମସ୍ତ ନିବାସୀମାନଙ୍କ ପ୍ରତି ମୁକ୍ତି ଘୋଷଣା କରିବ; ତାହା ତୁମ୍ଭମାନଙ୍କ ନିମନ୍ତେ ଯୋବେଲ (ମହୋଲ୍ଲାସ-ଉତ୍ସବ) ହେବ ଓ ତୁମ୍ଭେମାନେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ଓ ପ୍ରତି ଜଣ ଆପଣା ଆପଣା ବଂଶ ନିକଟକୁ ଫେରିଯିବ ।
11
ସେହି ପଚାଶତମ ବର୍ଷ ବ୍ୟାପୀ ତୁମ୍ଭମାନଙ୍କ ନିମନ୍ତେ ଯୋବେଲ ହେବ; ତୁମ୍ଭେମାନେ ବୁଣିବ ନାହିଁ; କିଅବା ଯେଉଁ ଶସ୍ୟ ଆପେ ବଢ଼େ, ତାହା କାଟିବ ନାହିଁ ଓ ଅଝଡ଼ା ଦ୍ରାକ୍ଷାଲତାର ଫଳ ସଂଗ୍ରହ କରିବ ନାହିଁ ।
12
କାରଣ ତାହା ଯୋବେଲ ଅଟେ; ତାହା ତୁମ୍ଭମାନଙ୍କ ପ୍ରତି ପବିତ୍ର ହେବ । ତଥାପି ତୁମ୍ଭେମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟାଦି ଖାଇ ପାରିବ ।
13
ସେହି ଯୋବେଲ ବର୍ଷରେ ପ୍ରତି ଜଣ ଆପଣା ଆପଣା ଅଧିକାରକୁ ଫେରିଯିବ ।
14
ଯେବେ ତୁମ୍ଭେ ଆପଣା ପ୍ରତିବାସୀକି କୌଣସି ଭୂମ୍ୟାଦି ବିକ, ଅବା ଆପଣା ପ୍ରତିବାସୀ ହସ୍ତରୁ କିଣ, ତେବେ ତୁମ୍ଭେମାନେ ଏକଆରେକ ପ୍ରତି ଅନ୍ୟାୟ କରିବ ନାହିଁ ।
15
ତୁମ୍ଭେ ଯୋବେଲ ପରବର୍ଷର ସଂଖ୍ୟାନୁସାରେ ଆପଣା ପ୍ରତିବାସୀଠାରୁ କିଣିବ ଓ ଫଳ-ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ସେ ତୁମ୍ଭକୁ ବିକିବ ।
16
ତୁମ୍ଭେ ବର୍ଷର ଆଧିକ୍ୟ ଅନୁସାରେ ତହିଁର ମୂଲ୍ୟ ବୃଦ୍ଧି କରିବ ଓ ବର୍ଷର ନ୍ୟୂନତାନୁସାରେ ମୂଲ୍ୟ ଊଣା କରିବ; କାରଣ ସେ ତୁମ୍ଭକୁ ଫଳ-ଉତ୍ପତ୍ତି ବର୍ଷର ସଂଖ୍ୟାନୁସାରେ ଭୂମି ବିକ୍ରୟ କରିବ ।
17
ତୁମ୍ଭେମାନେ ଏକଆରେକର ଅନ୍ୟାୟ କରିବ ନାହିଁ, ମାତ୍ର ତୁମ୍ଭେ ଆପଣା ପରମେଶ୍ଵରଙ୍କୁ ଭୟ କରିବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
18
ଏନିମନ୍ତେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଆଚରଣ କରିବ ଓ ଆମ୍ଭର ଶାସନସକଳ ମାନିବ ଓ ପାଳନ କରିବ; ତହିଁରେ ତୁମ୍ଭେମାନେ ଦେଶରେ ନିର୍ଭୟରେ ବାସ କରିବ ।
19
ପୁଣି, ଭୂମି ନିଜ ଫଳ ଉତ୍ପନ୍ନ କରିବ, ତହିଁରେ ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଭୋଜନ କରିବ ଓ ଦେଶରେ ନିର୍ଭୟରେ ବାସ କରିବ ।
20
ଆଉ ତୁମ୍ଭେମାନେ ଯେବେ କହିବ, ଦେଖ, ଆମ୍ଭେମାନେ ତ ବୁଣିବୁ ନାହିଁ, କି ଉତ୍ପନ୍ନ ଫଳ ସଂଗ୍ରହ କରିବୁ ନାହିଁ, ତେବେ ଆମ୍ଭେମାନେ ସପ୍ତମ ବର୍ଷରେ କଅଣ ଖାଇବୁ?
21
ଆମ୍ଭେ ଷଷ୍ଠ ବର୍ଷରେ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦ ଆଜ୍ଞା କରିବା, ତହିଁରେ ତାହା ତିନି ବର୍ଷର ଫଳ ଉତ୍ପନ୍ନ କରିବ ।
22
ପୁଣି, ଅଷ୍ଟମ ବର୍ଷରେ ତୁମ୍ଭେମାନେ ବୁଣିବ ଓ ପୁରାତନ ଶସ୍ୟ ଖାଇବ; ନବମ ବର୍ଷ ପର୍ଯ୍ୟନ୍ତ ଫଳ ଉତ୍ପନ୍ନ ହେବାଯାଏ, ତୁମ୍ଭେମାନେ ପୁରାତନ ଶସ୍ୟ ଭୋଜନ କରିବ ।
23
ଆଉ ଭୂମି ସଦାକାଳ ନିମନ୍ତେ ବିକା ଯିବ ନାହିଁ; କାରଣ ଭୂମି ଆମ୍ଭର; ତୁମ୍ଭେମାନେ ଆମ୍ଭ ସହିତ ବିଦେଶୀ ଓ ପ୍ରବାସୀ ଅଟ ।
24
ଆଉ, ତୁମ୍ଭେମାନେ ଆପଣାମାନଙ୍କ ଅଧିକୃତ ଦେଶର ସମସ୍ତ ଭୂମି ମୁକ୍ତ କରିବାକୁ ଦେବ ।
25
ଯେବେ ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ ।
26
ପୁଣି, ଯେବେ ତାହା ମୁକ୍ତ କରିବାକୁ ତାହାର କେହି ନ ଥାଏ ଓ ସେ ବର୍ଦ୍ଧିଷ୍ଣୁ ହୋଇ ତାହା ମୁକ୍ତ କରିବାକୁ ଯଥେଷ୍ଟ ଧନ ପାଏ,
27
ତେବେ ସେ ତହିଁର ବିକ୍ରୟ-ବର୍ଷ ଗଣନା କରୁ ଓ ତଦନୁସାରେ ଅତିରିକ୍ତ ମୂଲ୍ୟ କ୍ରୟକର୍ତ୍ତାକୁ ଫେରାଇ ଦେଉ; ତହିଁରେ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ ।
28
ମାତ୍ର ଯେବେ ସେ ତାହା ଫେରାଇ ନେବାକୁ ଅସମର୍ଥ ହୁଏ, ତେବେ ସେ ଯାହା ବିକିଅଛି, ତାହା ଯୋବେଲ ପର୍ଯ୍ୟନ୍ତ କ୍ରୟକର୍ତ୍ତାର ହସ୍ତରେ ରହିବ; ପୁଣି, ତାହା ଯୋବେଲ ସମୟରେ ମୁକ୍ତ ହେବ ଓ ସେ ପୁନର୍ବାର ଆପଣା ଅଧିକାରକୁ ଫେରିଯିବ ।
29
ଆଉ, ଯେବେ କେହି ପ୍ରାଚୀରବେଷ୍ଟିତ ନଗରର ମଧ୍ୟବର୍ତ୍ତୀ ବାସଗୃହ ବିକ୍ରୟ କରେ, ତେବେ ସେ ବିକ୍ରୟ ବର୍ଷର ଶେଷ ପର୍ଯ୍ୟନ୍ତ ତାହା ମୁକ୍ତ କରି ପାରିବ; ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ସେ ତାହା ମୁକ୍ତ କରିବାର ଅଧିକାର ପାଇବ ।
30
ମାତ୍ର ଯେବେ ପୂର୍ଣ୍ଣ ଏକ ବର୍ଷ ମଧ୍ୟରେ ତାହା ମୁକ୍ତ କରା ନ ଯାଏ, ତେବେ ପ୍ରାଚୀରବେଷ୍ଟିତ ନଗର-ମଧ୍ୟବର୍ତ୍ତୀ ସେହି ଗୃହ ପୁରୁଷ-ପରମ୍ପରାରେ କ୍ରୟକର୍ତ୍ତାର ନିତ୍ୟ ଅଧିକାର ହେବ; ଯୋବେଲ ସମୟରେ ତାହା ମୁକ୍ତ ହେବ ନାହିଁ ।
31
ମାତ୍ର ପ୍ରାଚୀରହୀନ ଗ୍ରାମର ମଧ୍ୟବର୍ତ୍ତୀ ଗୃହମାନ ଦେଶର କ୍ଷେତ୍ର ମଧ୍ୟରେ ଗଣାଯିବ; ତାହା ମୁକ୍ତ ହୋଇପାରେ, ପୁଣି ଯୋବେଲ ସମୟରେ ତାହା ମୁକ୍ତ ହେବ ।
32
ମାତ୍ର ଲେବୀୟମାନଙ୍କର ନଗରମାନ, ସେମାନଙ୍କ ଅଧିକୃତ ନଗରର ଗୃହସକଳ ମୁକ୍ତ କରିବାର ଅଧିକାର ଲେବୀୟମାନଙ୍କ ପକ୍ଷରେ ଅନନ୍ତକାଳସ୍ଥାୟୀ ହେବ ।
33
ପୁଣି, ଯେବେ କେହି ଲେବୀୟମାନଙ୍କଠାରୁ ତାହା ମୁକ୍ତ କରେ, ତେବେ ସେହି ବିକ୍ରୀତ ଗୃହ ଓ ତାହାର ଅଧିକୃତ ନଗର ଯୋବେଲ ସମୟରେ ମୁକ୍ତ ହେବ; କାରଣ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଲେବୀୟମାନଙ୍କ ଗୃହସକଳ ସେମାନଙ୍କର ଅଧିକାର ।
34
ମାତ୍ର ସେମାନଙ୍କ ନଗରର ପ୍ରାନ୍ତର-ଭୂମି ବିକା ଯିବ ନାହିଁ; କାରଣ ତାହା ସେମାନଙ୍କର ଅନନ୍ତକାଳୀନ ଅଧିକାର ।
35
ଆଉ ଯେବେ ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଧାରଣ କରିବ ।
36
ତୁମ୍ଭେ ତାହାଠାରୁ ସୁଧ କି ଦେଢ଼ି ନିଅ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କର; ତହିଁରେ ତୁମ୍ଭର ଭାଇ ତୁମ୍ଭ ସହିତ ଜୀବନଧାରଣ କରିବ ।
37
ତୁମ୍ଭେ ସୁଧରେ ତାହାକୁ ଟଙ୍କା ଦେବ ନାହିଁ, କିଅବା ଦେଢ଼ି ପାଇଁ ତାହାକୁ ଆପଣା ଅନ୍ନ ଦେବ ନାହିଁ ।
38
ଯେ ତୁମ୍ଭମାନଙ୍କର ପରମେଶ୍ଵର ହେବା ପାଇଁ ତୁମ୍ଭମାନଙ୍କୁ କିଣାନ ଦେଶ ଦେବା ନିମନ୍ତେ ମିସର ଦେଶରୁ ବାହାର କରି ଆଣିଲେ, ତୁମ୍ଭମାନଙ୍କର ପରମେଶ୍ଵର ସେହି ସଦାପ୍ରଭୁ ଆମ୍ଭେ ଅଟୁ ।
39
ଆଉ ଯେବେ ତୁମ୍ଭ ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ଆପଣାକୁ ବିକ୍ରୟ କରେ, ତେବେ ତୁମ୍ଭେ ତାହାକୁ ବନ୍ଧା-ଦାସ ପରି ପରିଶ୍ରମ କରାଇବ ନାହିଁ ।
40
ସେ ବର୍ତ୍ତନଜୀବୀ ଓ ପ୍ରବାସୀ ନ୍ୟାୟ ତୁମ୍ଭ ସହିତ ବାସ କରିବ; ସେ ଯୋବେଲ ବର୍ଷ ପର୍ଯ୍ୟନ୍ତ ତୁମ୍ଭର ଦାସ୍ୟକର୍ମ କରିବ ।
41
ତହୁଁ ସେ ଆପଣା ସନ୍ତାନଗଣ ସହିତ ତୁମ୍ଭଠାରୁ ମୁକ୍ତ ହୋଇ ଆପଣା ବଂଶ ନିକଟକୁ ଓ ତାହାର ପୈତୃକ ଅଧିକାରକୁ ଫେରିଯିବ ।
42
କାରଣ ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ସେମାନେ ବନ୍ଧାଦାସ ତୁଲ୍ୟ ବିକ୍ରୀତ ହେବେ ନାହିଁ ।
43
ତୁମ୍ଭେ ତାହା ଉପରେ କଠିନ କର୍ତ୍ତୃତ୍ଵ କରିବ ନାହିଁ; ମାତ୍ର ଆପଣା ପରମେଶ୍ଵରଙ୍କୁ ଭୟ କରିବ ।
44
ତୁମ୍ଭର ବନ୍ଧା-ଦାସ ଓ ବନ୍ଧା-ଦାସୀ ରଖିବାର ହେଲେ, ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥ ଅନ୍ୟ ଦେଶୀୟମାନଙ୍କଠାରୁ ବନ୍ଧା-ଦାସ ଓ ବନ୍ଧା-ଦାସୀ କିଣିବ ।
45
ଆହୁରି ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସୀ ବିଦେଶୀୟ ସନ୍ତାନମାନଙ୍କଠାରୁ ଓ ତୁମ୍ଭମାନଙ୍କ ଦେଶରେ ସେମାନଙ୍କଠାରୁ ଉତ୍ପନ୍ନ ଯେ ଯେ ବଂଶ ତୁମ୍ଭମାନଙ୍କର ସହବର୍ତ୍ତୀ ଥାʼନ୍ତି, ସେମାନଙ୍କଠାରୁ କ୍ରୟ କରିବ, ପୁଣି, ସେମାନେ ତୁମ୍ଭମାନଙ୍କର ଅଧିକାର ହେବେ ।
46
ପୁଣି, ତୁମ୍ଭେମାନେ ଆପଣା ଉତ୍ତାରେ ଆପଣା ଭବିଷ୍ୟତ ସନ୍ତାନଗଣର ଅଧିକାର ନିମନ୍ତେ ପୈତୃକ ସମ୍ପତ୍ତି ରୂପେ ସେମାନଙ୍କୁ ଦେଇ ପାରିବ; ତୁମ୍ଭେମାନେ ସେମାନଙ୍କୁ ନିତ୍ୟ ଆପଣାମାନଙ୍କର ଦାସ୍ୟକର୍ମ କରାଇ ପାରିବ; ମାତ୍ର ତୁମ୍ଭେମାନେ ଆପଣାମାନଙ୍କ ଭ୍ରାତା ଇସ୍ରାଏଲ-ସନ୍ତାନଗଣ ଉପରେ ପରସ୍ପର କଠିନ କର୍ତ୍ତୃତ୍ଵ କରିବ ନାହିଁ ।
47
ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ କୌଣସି ବିଦେଶୀ କି ପ୍ରବାସୀ ଲୋକର ହସ୍ତ ଧନରେ ବଢ଼େ, ପୁଣି, ତାହାର ନିକଟବର୍ତ୍ତୀ ତୁମ୍ଭର ଭ୍ରାତା ଦରିଦ୍ର ହୋଇଯାଏ ଓ ସେହି ବିଦେଶୀ କି ପ୍ରବାସୀ କିଅବା ସେହି ବିଦେଶୀ ବଂଶରୁ ଉତ୍ପନ୍ନ କାହାରି ନିକଟରେ ଆପଣାକୁ ବିକେ;
48
ତେବେ ସେହି ବିକ୍ରୟ ଉତ୍ତାରେ ତାହାର ମୁକ୍ତି ହୋଇ ପାରିବ; ତାହାର ଜ୍ଞାତି ମଧ୍ୟରୁ କେହି ତାହାକୁ ମୁକ୍ତ କରି ପାରିବ ।
49
କିଅବା ତାହାର ପିତୃବ୍ୟ କି ପିତୃବ୍ୟପୁତ୍ର ତାହାକୁ ମୁକ୍ତ କରି ପାରିବ, ଅବା ତାହାର ବଂଶଜାତ ନିକଟବର୍ତ୍ତୀ କୌଣସି ଜ୍ଞାତି ତାହାକୁ ମୁକ୍ତ କରି ପାରିବ । ଅବା ଯେବେ ତାହାର ହସ୍ତ ଧନରେ ବୃଦ୍ଧି ପାଏ, ତେବେ ସେ ଆପଣାକୁ ମୁକ୍ତ କରି ପାରିବ ।
50
ତହିଁରେ ତାହାର ବିକ୍ରୟ-ବର୍ଷଠାରୁ ଯୋବେଲ-ବର୍ଷ ପର୍ଯ୍ୟନ୍ତ ସେ କ୍ରୟକର୍ତ୍ତା ସହିତ ଗଣନା କରିବ, ପୁଣି ବିକ୍ରୟ-ବର୍ଷର ସଂଖ୍ୟାନୁସାରେ ତାହାର ମୂଲ୍ୟ ହେବ; ବର୍ତ୍ତନଜୀବୀର ଦିନ ତୁଲ୍ୟ ତାହାର ଦାସତ୍ଵ-କାଳ ହେବ ।
51
ଯେବେ ଅନେକ ବର୍ଷ ବାକୀ ଥାଏ, ତେବେ ତଦନୁସାରେ ସେ କ୍ରୟମୂଲ୍ୟରୁ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ ।
52
ଆଉ ଯେବେ ଯୋବେଲ-ବର୍ଷ ପର୍ଯ୍ୟନ୍ତ ଅଳ୍ପ ବର୍ଷ ବାକୀ ଥାଏ, ତେବେ ସେ ତାହା ସହିତ ଗଣନା କରିବ; ସେହି ସେହି ବର୍ଷାନୁସାରେ ସେ ଆପଣା ମୁକ୍ତିର ମୂଲ୍ୟ ଫେରାଇ ଦେବ ।
53
ବର୍ଷକୁ ବର୍ଷ ନିଯୁକ୍ତ ଦାସ ତୁଲ୍ୟ ସେ ତାହା ସହିତ ରହିବ; ତୁମ୍ଭ ସାକ୍ଷାତରେ ତାହା ଉପରେ କେହି କଠିନ କର୍ତ୍ତୃତ୍ଵ କରିବ ନାହିଁ ।
54
ଆଉ ଯେବେ ସେ ଏହିରୂପେ ମୁକ୍ତ ନ ହୁଏ, ତେବେ ସେ ଯୋବେଲ-ବର୍ଷରେ ଆପଣା ସନ୍ତାନଗଣ ସହିତ ମୁକ୍ତ ହୋଇ ବାହାରି ଯିବ ।
55
କାରଣ ଇସ୍ରାଏଲ-ସନ୍ତାନଗଣ କେବଳ ଆମ୍ଭର ଦାସ, ସେମାନେ ଆମ୍ଭର ଦାସ, ଆମ୍ଭେ ସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27