bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 26
Leviticus 26
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 27 →
1
ତୁମ୍ଭେମାନେ ଆପଣାମାନଙ୍କ ନିମନ୍ତେ ଦେବମୂର୍ତ୍ତି ନିର୍ମାଣ କରିବ ନାହିଁ, କିଅବା ଆପଣାମାନଙ୍କ ନିମନ୍ତେ ଖୋଦିତ ପ୍ରତିମା କି ସ୍ତମ୍ଭ ସ୍ଥାପନ କରିବ ନାହିଁ ଓ ତାହା ନିକଟରେ ପ୍ରଣାମ କରିବା ନିମନ୍ତେ ତୁମ୍ଭମାନଙ୍କ ଦେଶରେ କୌଣସି ଖୋଦିତ ପ୍ରସ୍ତର ରଖିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ ।
2
ତୁମ୍ଭେମାନେ ଆମ୍ଭର ସକଳ ବିଶ୍ରାମ ଦିବସ ପାଳନ କରିବ ଓ ଆମ୍ଭର ପବିତ୍ର ସ୍ଥାନକୁ ସମାଦର କରିବ; ଆମ୍ଭେ ସଦାପ୍ରଭୁ ଅଟୁ ।
3
ଯେବେ ତୁମ୍ଭେମାନେ ଆମ୍ଭର ବିଧି ଅନୁସାରେ ଚଳିବ ଓ ଆମ୍ଭର ଆଜ୍ଞା ମାନ୍ୟ କରି ପାଳନ କରିବ;
4
ତେବେ ଆମ୍ଭେ ତୁମ୍ଭମାନଙ୍କୁ ବୃଷ୍ଟି ଉପଯୁକ୍ତ ସମୟରେ ଦାନ କରିବା, ତହିଁରେ ଭୂମି ନିଜ ଶସ୍ୟର ପୂର୍ଣ୍ଣତା ଉତ୍ପନ୍ନ କରିବ ଓ କ୍ଷେତ୍ରର ବୃକ୍ଷସକଳ ଆପଣା ଆପଣା ଫଳ ଉତ୍ପନ୍ନ କରିବ ।
5
ଆଉ ତୁମ୍ଭମାନଙ୍କର ଶସ୍ୟମର୍ଦ୍ଦନ କାଳ ଦ୍ରାକ୍ଷା ସଂଗ୍ରହ କାଳ ପର୍ଯ୍ୟନ୍ତ ଲାଗିବ ଓ ଦ୍ରାକ୍ଷା ସଂଗ୍ରହ କାଳ ବୀଜବପନ କାଳ ପର୍ଯ୍ୟନ୍ତ ଲାଗିବ; ପୁଣି ତୁମ୍ଭେମାନେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରିବ ଓ ଆପଣା ଦେଶରେ ନିର୍ଭୟରେ ବାସ କରିବ ।
6
ଆଉ ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ନିରସ୍ତ କରିବାୁଓ ତୁମ୍ଭମାନଙ୍କ ଦେଶରେ ଖଡ଼୍ଗ ଭ୍ରମଣ କରିବ ନାହିଁ ।
7
ଆଉ ତୁମ୍ଭେମାନେ ଆପଣା ଶତ୍ରୁମାନଙ୍କୁ ଘଉଡ଼ାଇ ଦେବ ଓ ସେମାନେ ତୁମ୍ଭମାନଙ୍କ ଆଗେ ଖଡ଼୍ଗରେ ପଡ଼ିବେ ।
8
ପୁଣି ତୁମ୍ଭମାନଙ୍କର ପାଞ୍ଚ ଜଣ ଶହେ ଜଣଙ୍କୁ ଘଉଡ଼ାଇ ଦେବ ଓ ତୁମ୍ଭମାନଙ୍କର ଶହେ ଜଣ ଦଶ-ସହସ୍ର ଜଣଙ୍କୁ ଘଉଡ଼ାଇ ଦେବ; ଆଉ ତୁମ୍ଭମାନଙ୍କର ଶତ୍ରୁଗଣ ତୁମ୍ଭମାନଙ୍କ ଆଗେ ଖଡ଼୍ଗରେ ପଡ଼ିବେ ।
9
ଆଉ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ପ୍ରସନ୍ନମୁଖ ହେବା ଓ ତୁମ୍ଭମାନଙ୍କୁ ପ୍ରଜାବ; ଓ ବହୁବଂଶ କରିବା ଓ ତୁମ୍ଭମାନଙ୍କ ସହିତ ଆପଣା ନିୟମ ସ୍ଥିର କରିବା ।
10
ପୁଣି ତୁମ୍ଭେମାନେ ବହୁକାଳ-ସଞ୍ଚିତ ପୁରାତନ ଶସ୍ୟ ଭୋଜନ କରିବ ଓ ତୁମ୍ଭେମାନେ ନୂତନ ଶସ୍ୟ ହେତୁ ପୁରାତନ ଶସ୍ୟ ବାହାର କରିବ ।
11
ଆଉ ଆମ୍ଭେ ଆପଣା ଆବାସ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାପନ କରିବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ନାହିଁ ।
12
ପୁଣି ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ଗମନାଗମନ କରିବା ଓ ତୁମ୍ଭମାନଙ୍କର ପରମେଶ୍ଵର ହେବା ଓ ତୁମ୍ଭେମାନେ ଆମ୍ଭର ଲୋକ ହେବ ।
13
ତୁମ୍ଭେମାନେ ଯେପରି ସେମାନଙ୍କର ଦାସ ନ ହେବ, ଏଥିପାଇଁ ଯେ ତୁମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲେ, ସେହି ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଆମ୍ଭେ ଅଟୁ; ଆମ୍ଭେ ତୁମ୍ଭମାନଙ୍କ ଯୁଆଳିର ଯୋତ ଭାଙ୍ଗିଅଛୁ ଓ ତୁମ୍ଭମାନଙ୍କୁ ସିଧା ଚାଲିବାକୁ ଦେଇଅଛୁ ।
14
ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ ଓ ସେହି ସକଳ ଆଜ୍ଞା ପାଳନ ନ କରିବ;
15
ପୁଣି ଯେବେ ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
16
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବିହ୍ଵଳତା, ଅର୍ଥାତ୍, ଯକ୍ଷ୍ମା ଓ ଜ୍ଵର ନିରୂପଣ କରିବା, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ ।
17
ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣର ଅଗ୍ରତେ ହତ ହେବ ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ଵ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇ ଯିବ ।
18
ଆଉ ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ବାକ୍ୟରେ ମନୋଯୋଗ ନ କରିବ, ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଅଧିକ ଦଣ୍ତ ଦେବା ।
19
ପୁଣି ଆମ୍ଭେ ତୁମ୍ଭମାନଙ୍କ ବଳର ଗର୍ବ ଖର୍ବ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ଆକାଶ ଲୌହ ତୁଲ୍ୟ ଓ ଭୂମି ପିତ୍ତଳ ତୁଲ୍ୟ କରିବା ।
20
ତହିଁରେ ତୁମ୍ଭେମାନେ ବୃଥାରେ ବଳ ବ୍ୟୟ କରିବ, କାରଣ ତୁମ୍ଭମାନଙ୍କ ଭୂମି ଶସ୍ୟ ଉତ୍ପନ୍ନ କରିବ ନାହିଁ ଓ କ୍ଷେତ୍ରର ବୃକ୍ଷସକଳ ଫଳ ଉତ୍ପନ୍ନ କରିବ ନାହିଁ ।
21
ଆଉ ଯେବେ ତୁମ୍ଭେମାନେ ଆମ୍ଭର ପ୍ରତିକୂଳାଚରଣ କରି ଆମ୍ଭ ବାକ୍ୟ ଶୁଣିବାକୁ ଅସମ୍ମତ ହେବ; ତେବେ ଆମ୍ଭେ ତୁମ୍ଭମାନଙ୍କ ପାପ ଅନୁସାରେ ତୁମ୍ଭମାନଙ୍କୁ ସାତ ଗୁଣ କ୍ଳେଶ ଦେବା ।
22
ପୁଣି ଆମ୍ଭେ ତୁମ୍ଭମାନଙ୍କ ପ୍ରତିକୂଳରେ ବନପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁଗଣକୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଧ୍ଵଂସିତ ହେବ ।
23
ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ସୁଧୁରିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ,
24
ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କର ପ୍ରତିକୂଳାଚରଣ କରିବା ଓ ତୁମ୍ଭମାନଙ୍କୁ ପ୍ରହାର କରିବା, ଆମ୍ଭେ ନିଜେ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ପ୍ରହାର କରିବା ।
25
ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ଼୍ଗ ଆଣିବା, ତାହା ନିୟମ-ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁହସ୍ତରେ ସମର୍ପିତ ହେବ ।
26
ଆମ୍ଭେ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗିଲେ ଦଶ ଜଣ ସ୍ତ୍ରୀ ଗୋଟିଏ ଚୁଲ୍ଲୀରେ ତୁମ୍ଭମାନଙ୍କର ରୋଟୀ ପାକ କରିବେ ଓ ପୁନର୍ବାର ତୌଲି ତୁମ୍ଭମାନଙ୍କୁ ରୋଟୀ ଦେବେ, ଆଉ ତୁମ୍ଭେମାନେ ତାହା ଭୋଜନ କରିବ, ମାତ୍ର ତୃପ୍ତ ହେବ ନାହିଁ ।
27
ଏହା ହେଲେ ହେଁ ଯେବେ ତୁମ୍ଭେମାନେ ଆମ୍ଭ କଥା ଶୁଣିବ ନାହିଁ, ମାତ୍ର ଆମ୍ଭର ପ୍ରତିକୂଳାଚରଣ କରିବ;
28
ତେବେ ଆମ୍ଭେ କ୍ରୋଧରେ ତୁମ୍ଭମାନଙ୍କର ପ୍ରତିକୂଳା-ଚରଣ କରିବା ଓ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପାପ ସକାଶୁ ତୁମ୍ଭମାନଙ୍କୁ ସାତ ଗୁଣ ଶାସ୍ତି ଦେବା ।
29
ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ମାଂସ ଖାଇବ ଓ କନ୍ୟାଗଣର ମାଂସ ତୁମ୍ଭେମାନେ ଭୋଜନ କରିବ ।
30
ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ-ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ ।
31
ଆମ୍ଭେ ତୁମ୍ଭମାନଙ୍କ ନଗରସକଳ ମରୁଭୂମି କରିବା ଓ ତୁମ୍ଭମାନଙ୍କ ପବିତ୍ର ସ୍ଥାନସକଳ ଶୂନ୍ୟ କରିବା ଓ ଆମ୍ଭେ ତୁମ୍ଭମାନଙ୍କର (ଦତ୍ତ) ତୁଷ୍ଟିଜନକ ସୁଗନ୍ଧି ଆଘ୍ରାଣ କରିବା ନାହିଁ ।
32
ପୁଣି ଆମ୍ଭେ ଦେଶକୁ ଶୂନ୍ୟସ୍ଥାନ କରିବା ଓ ତନ୍ନିବାସୀ ତୁମ୍ଭମାନଙ୍କ ଶତ୍ରୁଗଣ ତହିଁରେ ଆଶ୍ଚର୍ଯ୍ୟଜ୍ଞାନ କରିବେ ।
33
ଆଉ ଆମ୍ଭେ ନାନା ଦେଶୀୟ ଲୋକମାନଙ୍କ ମଧ୍ୟରେ ତୁମ୍ଭମାନଙ୍କୁ ଛିନ୍ନଭିନ୍ନ କରିବା ଓ ଆମ୍ଭେ ତୁମ୍ଭମାନଙ୍କ ପଶ୍ଚାତ୍ ଖଡ଼୍ଗ ନିଷ୍କୋଷ କରିବା; ତହିଁରେ ତୁମ୍ଭମାନଙ୍କ ଦେଶ ଶୂନ୍ୟସ୍ଥାନ ହେବ ଓ ତୁମ୍ଭମାନଙ୍କ ନଗରସକଳ ମରୁଭୂମି ହେବ ।
34
ତେବେ ଯେପର୍ଯ୍ୟନ୍ତ ଦେଶ ଶୂନ୍ୟସ୍ଥାନ ହୋଇଥିବ ଓ ତୁମ୍ଭେମାନେ ଆପଣା ଶତ୍ରୁଗଣର ଦେଶରେ ରହିବ, ସେପର୍ଯ୍ୟନ୍ତ ଭୂମି ଆପଣା ବିଶ୍ରାମ ଗ୍ରହଣ କରିବ; ଅର୍ଥାତ୍, ସେସମୟରେ ଭୂମି ବିଶ୍ରାମ କରି ଆପଣା ବିଶ୍ରାମ ଗ୍ରହଣ କରିବ ।
35
ଯେତେକାଳ ତାହା ଶୂନ୍ୟସ୍ଥାନ ହୋଇ ରହିବ, ସେତେକାଳ ତାହା ବିଶ୍ରାମ ପାଇବ; ଅର୍ଥାତ୍, ତୁମ୍ଭେମାନେ ତହିଁ ମଧ୍ୟରେ ବାସ କରିବା ସମୟରେ ତୁମ୍ଭମାନଙ୍କ ବିଶ୍ରାମ କାଳରେ ତାହା ଯେଉଁ ବିଶ୍ରାମ ପାଇ ନ ଥିଲା, ତାହା ପାଇବ ।
36
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେତେ ଅବଶିଷ୍ଟ ରହିବେ, ଆମ୍ଭେ ଶତ୍ରୁଗଣର ଦେଶରେ ସେମାନଙ୍କ ହୃଦୟରେ ବିଷର୍ଣ୍ଣତା ପଠାଇବା ଓ (ବାୟୁରେ) ଚାଳିତ ପତ୍ରର ଶଦ୍ଦ ସେମାନଙ୍କୁ ଘଉଡ଼ାଇ ଦେବ; ପୁଣି ଖଡ଼୍ଗଧାରରୁ ପଳାଇଲା ଲୋକ ପରି ସେମାନେ ପଳାଇବେ ଓ କେହି ସେମାନଙ୍କୁ ନ ଗୋଡ଼ାଇଲେ ହେଁ ସେମାନେ ପତିତ ହେବେ ।
37
ପୁଣି କେହି ନ ଗୋଡ଼ାଇଲେ ହେଁ ଯେପରି ଖଡ଼୍ଗ ସମ୍ମୁଖରେ, ସେପରି ସେମାନେ ଏକଆରେକ ଉପରେ ଝୁଣ୍ଟି ପଡ଼ିବେ ଓ ଶତ୍ରୁଗଣର ସମ୍ମୁଖରେ ଛିଡ଼ା ହେବା ପାଇଁ ତୁମ୍ଭମାନଙ୍କର ବଳ ପାଇବ ନାହିଁ ।
38
ଆଉ ତୁମ୍ଭେମାନେ ଅନ୍ୟ ଦେଶୀୟ ଲୋକମାନଙ୍କ ମଧ୍ୟରେ ବିନଷ୍ଟ ହେବ ଓ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶ ତୁମ୍ଭମାନଙ୍କୁ ଗ୍ରାସ କରିବ ।
39
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ହେତୁରୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ ।
40
ଆଉ ଆମ୍ଭ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରି ସେମାନେ ଓ ସେମାନଙ୍କ ପିତୃଗଣ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କଲେ, ଆପଣାମାନଙ୍କର ସେହି ଅପରାଧ
41
ଓ ମଧ୍ୟ ସେମାନେ ଆମ୍ଭର ପ୍ରତିକୂଳାଚରଣ କରିବା ହେତୁରୁ ଆମ୍ଭେ ହିଁ ଯେ ସେମାନଙ୍କର ପ୍ରତିକୂଳାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ଵୀକାର କରିବେ; ତହିଁରେ ଯେବେ ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ;
42
ତେବେ ଆମ୍ଭେ ଯାକୁବ ସହିତ ଆପଣା ନିୟମ ସ୍ମରଣ କରିବା ଓ ମଧ୍ୟ ଇସ୍ହାକ ସହିତ ଆପଣା ନିୟମ ଓ ମଧ୍ୟ ଅବ୍ରହାମ ସହିତ ଆପଣା ନିୟମ ସ୍ମରଣ କରିବା; ପୁଣି ଆମ୍ଭେ ଦେଶକୁ ସ୍ମରଣ କରିବା ।
43
ଦେଶ ମଧ୍ୟ ସେମାନଙ୍କ ଦ୍ଵାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅବର୍ତ୍ତମାନରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ତ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଶାସନ ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା ।
44
ତଥାପି ଏହିସବୁ କାରଣରୁ, ସେମାନେ ଆପଣା-ମାନଙ୍କ ଶତ୍ରୁଗଣର ଦେଶରେ ଥିବା ସମୟରେ ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ନିମନ୍ତେ ଓ ସେମାନଙ୍କ ସହିତ ଆପଣା ନିୟମ ଭାଙ୍ଗିବା ନିମନ୍ତେ ସେମାନଙ୍କୁ ଅଗ୍ରାହ୍ୟ କରିବା ନାହିଁ, କିଅବା ସେମାନଙ୍କୁ ଘୃଣା କରିବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ଵର ଅଟୁ;
45
ମାତ୍ର ଆମ୍ଭେ ସେମାନଙ୍କ ଲାଗି ସେମାନଙ୍କ ପୂର୍ବପୁରୁଷମାନଙ୍କ ସହିତ କୃତ ଆପଣା ନିୟମ ସ୍ମରଣ କରିବା, ଆମ୍ଭେ ସେମାନଙ୍କର ପରମେଶ୍ଵର ହେବା ନିମନ୍ତେ ଅନ୍ୟ ଦେଶୀୟ ଲୋକମାନଙ୍କ ସାକ୍ଷାତରେସେମାନଙ୍କୁ ମିସର ଦେଶରୁ ବାହାର କରି ଆଣିଅଛୁ; ଆମ୍ଭେ ସଦାପ୍ରଭୁ ଅଟୁ ।
46
ସଦାପ୍ରଭୁ ସୀନୟ ପର୍ବତରେ ମୋଶାଙ୍କ ଦ୍ଵାରା ଆପଣାର ଓ ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଏହି ସକଳ ବିଧି ଓ ଶାସନ ଓ ବ୍ୟବସ୍ଥା ସ୍ଥାପନ କଲେ ।
← Chapter 25
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 27 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27