bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Leviticus 3
Leviticus 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 4 →
1
ଆଉ, କୌଣସି ବ୍ୟକ୍ତିର ଉପହାର ଯେବେ ମଙ୍ଗଳାର୍ଥକ ବଳିଦାନ ହୁଏ; ଯେବେ ସେ ପଲରୁ ଅଣ୍ତିରା କି ମାଈ ଗୋରୁ ଦିଏ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ନିଖୁ; ପଶୁ ଆଣିବ ।
2
ପୁଣି, ସେ ସମାଗମ-ତମ୍ଵୁଦ୍ଵାର ନିକଟରେ ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ର ଯାଜକଗଣ ତାହାର ରକ୍ତ ବେଦି ଉପରେ ଚାରିଆଡ଼େ ଛିଞ୍ଚିବେ ।
3
ଏଉତ୍ତାରେ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ମେଦ
4
ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ ।
5
ତହୁଁ ହାରୋଣର ପୁତ୍ରଗଣ ବେଦି ଉପରିସ୍ଥିତ ଅଗ୍ନି ଓ କାଷ୍ଠ ଓ ହୋମଦ୍ରବ୍ୟ ଉପରେ ତାହା ଦଗ୍ଧ କରିବେ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ।
6
ଆଉ, ଯେବେ କେହି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମେଷାଦିପଲରୁ ମଙ୍ଗଳାର୍ଥକ ବଳିଦାନ କରେ, ତେବେ ସେ ନିଖୁ; ଅଣ୍ତିରା କି ମାଈ ପଶୁ ଉତ୍ସର୍ଗ କରିବ।
7
ଯେବେ ସେ ଉପହାର ନିମନ୍ତେ ମେଷବତ୍ସ ବଳିଦାନ କରେ, ତେବେ ସେ ସଦାପ୍ରଭୁଙ୍କ ଛାମୁକୁ ତାହା ଆଣିବ;
8
ପୁଣି ଆପଣା ବଳିର ମସ୍ତକରେ ହସ୍ତ-ନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ । ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
9
ଏଉତ୍ତାରୁ ସେ ସେହି ମଙ୍ଗଳାର୍ଥକ ବଳିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ; ଅର୍ଥାତ୍, ତହିଁର ମେଦ, ସମସ୍ତ ମେଦମୟ ଲାଙ୍ଗୁଳ ମେରୁଦଣ୍ତ ନିକଟରୁ ନେବ ଓ ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର ଉପରିସ୍ଥ ସମସ୍ତ ମେଦ
10
ଓ ଦୁଇ ଗୁରୁଦା ଓ ତହିଁ ଉପରିସ୍ଥିତ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଲାବକ, ଗୁରୁଦା ସହିତ ନେବ ।
11
ତହୁଁ ଯାଜକ ତାହା ବେଦି ଉପରେ ଦଗ୍ଧ କରିବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପ ଭୋଜନ ।
12
ଆଉ, କେହି ଯେବେ ଛାଗଳ ବଳିଦାନ କରେ, ତେବେ ସେ ତାହା ସଦାପ୍ରଭୁଙ୍କ ଛାମୁକୁ ଆଣିବ,
13
ପୁଣି, ଆପଣା ବଳିର ମସ୍ତକରେ ହସ୍ତନିର୍ଭର ଦେଇ ସମାଗମ-ତମ୍ଵୁ ନିକଟରେ ତାକୁ ବଧ କରିବ; ତହୁଁ ହାରୋଣର ପୁତ୍ରଗଣ ବେଦି ଉପରେ ଚାରିଆଡ଼େ ତାହାର ରକ୍ତ ଛିଞ୍ଚିବେ ।
14
ଆଉ, ସେ ତହିଁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ଅର୍ଥାତ୍, ଅନ୍ତ୍ର-ଆଚ୍ଛାଦକ ମେଦ ଓ ଅନ୍ତ୍ର-ଉପରିସ୍ଥ ସମସ୍ତ ମେଦ
15
ଓ ଦୁଇ ଗୁରୁଦା ଓ ତାହାର ଉପରିସ୍ଥ ପାର୍ଶ୍ଵବର୍ତ୍ତୀ ମେଦ ଓ ଯକୃତର ଉପରିସ୍ଥ ଅନ୍ତ୍ରାପ୍ଳାବକ, ଗୁରୁଦା ସହିତ ନେବ ।
16
ତହୁଁ ଯାଜକ ବେଦି ଉପରେ ତାହା ଦଗ୍ଧ କରିବ; ତାହା ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପ ଭୋଜନ; ସମସ୍ତ ମେଦ ସଦାପ୍ରଭୁଙ୍କର ।
17
ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 4 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27