bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 13
Luke 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 14 →
1
ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶ୍ରିତ କରିଥିଲେ, ସେମାନଙ୍କ ବିଷୟରେ ତାହାଙ୍କୁ ଜଣାଇଲେ ।
2
ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
3
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପ୍ରକାରେ ବିନଷ୍ଟ ହେବ ।
4
କିମ୍ଵା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ?
5
ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ ।
6
ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମିରି ଗଛ ଲଗାଯାଇଥିଲା । ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ ।
7
ତେଣୁ ସେ ମାଳୀକି କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମିରି ଗଛରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ଅକର୍ମଣ୍ୟ କରୁଅଛି?
8
ମାତ୍ର ସେ ତାଙ୍କୁ ଉତ୍ତର ଦେଲା, ପ୍ରଭୋ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି,
9
ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ ।
10
ଥରେ ସେ ବିଶ୍ରାମବାରରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ ।
11
ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ଵାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସଳଖ କରି ପାରୁ ନ ଥିଲା ।
12
ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ ।
13
ଆଉ, ସେ ତାହା ଉପରେ ହାତ ଥୋଇଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା ।
14
କିନ୍ତୁ ଯୀଶୁ ବିଶ୍ରାମବାରରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାରରେ ଆସ ନାହିଁ ।
15
କିନ୍ତୁ ପ୍ରଭୁ ତାଙ୍କୁ ଉତ୍ତର ଦେଲେ, ରେ କପଟୀ-ମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାରରେ ଆପଣା ଆପଣା ବଳଦ କିମ୍ଵା ଗଧ ଗୁହାଳରୁ ଫିଟାଇ ଘେନିଯାଇ ପାଣି ପିଆଅ ନାହିଁ?
16
ତେବେ ଦେଖ, ଅଠର ବର୍ଷ ବ୍ୟାପି ଶୟତାନ ଦ୍ଵାରା ଆବଦ୍ଧ ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାରରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?
17
ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକସମୂହ ତାହାଙ୍କ କୃତ ସମସ୍ତ ମହତ କର୍ମ ସକାଶେ ଆନନ୍ଦ କରିବାକୁ ଲାଗିଲେ ।
18
ସେଥିରେ ସେ କହିଲେ, ଈଶ୍ଵରଙ୍କ ରାଜ୍ୟ କାହା ସଦୃଶ? ପୁଣି, କାହା ସାଙ୍ଗରେ ମୁଁ ତାହାର ତୁଳନା କରିବି?
19
ତାହା ଏପ୍ରକାର ଗୋଟିଏ ସୋରିଷଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ ।
20
ସେ ଆହୁରି କହିଲେ, ମୁଁ କାହା ସହିତ ଈଶ୍ଵରଙ୍କ ରାଜ୍ୟର ତୁଳନା କରିବି?
21
ତାହା ଖମୀର ସଦୃଶ, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା ।
22
ଏଥିଉତ୍ତାରେ ସେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଭ୍ରମଣ କରି ଶିକ୍ଷା ଦେଉ ଦେଉ ଯିରୂଶାଲମ ଆଡ଼କୁ ଯାତ୍ରା କରୁଥିଲେ ।
23
ଆଉ, ଜଣେ ତାହାଙ୍କୁ କହିଲେ, ପ୍ରଭୋ, ପରିତ୍ରାଣ ପାଇବା ଲୋକମାନଙ୍କ ସଂଖ୍ୟା କଅଣ ଅଳ୍ପ? ସେଥିରେ ସେ ସେମାନଙ୍କୁ କହିଲେ,
24
ସଂକୀର୍ଣ୍ଣ ଦ୍ଵାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ ।
25
ଗୃହକର୍ତ୍ତା ଉଠି ଦ୍ଵାର ବନ୍ଦ କଲା ଉତ୍ତାରେ ଯେତେବେଳେ ତୁମ୍ଭେମାନେ ବାହାରେ ଠିଆ ହୋଇ ରହିବ ଓ ହେ ପ୍ରଭୁ, ଆମ୍ଭମାନଙ୍କ ନିମନ୍ତେ ଦ୍ଵାର ଫିଟାଉନ୍ତୁ, ଏହା କହି ଦ୍ଵାରରେ ମାରିବାକୁ ଲାଗିବ, ସେତେବେଳେ ସେ ତୁମ୍ଭମାନଙ୍କୁ ଉତ୍ତର ଦେବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ ।
26
ସେସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି ଆପଣ ଆମ୍ଭମାନଙ୍କ ଦାଣ୍ତମାନଙ୍କରେ ଶିକ୍ଷା ଦେଲେ;
27
ଆଉ, ସେ ତୁମ୍ଭମାନଙ୍କୁ କହିବେ, ତୁମ୍ଭେମାନେ କେଉଁ ସ୍ଥାନର ଲୋକ, ତାହା ମୁଁ ଜାଣେ ନାହିଁ; ହେ ଅଧର୍ମାଚାରୀ ସମସ୍ତେ ମୋʼ ପାଖରୁ ଦୂର ହୁଅ ।
28
ଯେତେବେଳେ ତୁମ୍ଭେମାନେ ଅବ୍ରହାମ, ଇସ୍ହାକ, ଯାକୁବ, ପୁଣି ସମସ୍ତ ଭାବବାଦୀଙ୍କୁ ଈଶ୍ଵରଙ୍କ ରାଜ୍ୟରେ ଥିବା ଓ ଆପଣା ଆପଣାକୁ ବାହାରେ ପକାଯାଉଥିବା ଦେଖିବ, ସେତେବେଳେ ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
29
ପୁଣି, ପୂର୍ବ ଓ ପଶ୍ଚିମ, ଉତ୍ତର ଓ ଦକ୍ଷିଣରୁ ଲୋକେ ଆସି ଈଶ୍ଵରଙ୍କ ରାଜ୍ୟରେ ଭୋଜନରେ ବସିବେ ।
30
ଆଉ ଦେଖ, ଶେଷରେ ଥିବା କେତେକ ପ୍ରଥମ ହେବେ ଓ ପ୍ରଥମରେ ଥିବା କେତେକ ଶେଷରେ ପଡ଼ିବେ ।
31
ସେହି ଦଣ୍ତରେ କେତେକ ଫାରୂଶୀ ତାହାଙ୍କ ନିକଟକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ବଧ କରିବାକୁ ଇଚ୍ଛା କରୁଅଛନ୍ତି ।
32
ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ଆରୋଗ୍ୟ କରୁଅଛି, ପୁଣି ତୃତୀୟ ଦିନରେ ମୁଁ ସିଦ୍ଧ ହେବି ।
33
ଯାହାହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମର ବାହାରେ ଭାବବାଦୀର ବିନଷ୍ଟ ହେବା ଉଚିତ ନୁହେଁ ।
34
ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ ।
35
ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ, ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 14 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24