bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 14
Luke 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
1
ଥରେ ସେ ବିଶ୍ରାମବାରରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ, ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ ।
2
ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲା ।
3
ସେଥିରେ ଯୀଶୁ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, ବିଶ୍ରାମବାରରେ ସୁସ୍ଥ କରିବା ବିଧିସଙ୍ଗତ କି ନା? କିନ୍ତୁ ସେମାନେ ନୀରବ ରହିଲେ ।
4
ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ ।
5
ଆଉ, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାରରେ ତତ୍କ୍ଷଣାତ୍ ଉଠାଇବ ନାହିଁ?
6
ଆଉ, ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ ।
7
ପୁଣି, ନିମନ୍ତ୍ରିତ ଲୋକମାନେ କିପ୍ରକାରେ ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ,
8
ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ଵାରା ବିବାହଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାଙ୍କ ଦ୍ଵାରା ନିମନ୍ତ୍ରିତ ହୋଇଥିବେ,
9
ଆଉ ଯେ ତୁମ୍ଭକୁ ଓ ତାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ଏହାଙ୍କୁ ସ୍ଥାନ ଦିଅ; ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ ।
10
କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ; ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ସାକ୍ଷାତରେ ତୁମ୍ଭର ଗୌରବ ହେବ ।
11
କାରଣ ଯେକେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ ।
12
ପୁଣି, ସେ ଆପଣା ନିମନ୍ତ୍ରଣକାରୀଙ୍କି ମଧ୍ୟ କହିଲେ, ଦିବସ ବା ରାତ୍ରିରେ ଭୋଜି ଦେଲେ ଆପଣା ବନ୍ଧୁ କି ଭ୍ରାତା କି ଆତ୍ମୀୟ କି ଧନୀ ପ୍ରତିବାସୀମାନଙ୍କୁ ନିମନ୍ତ୍ରଣ କର ନାହିଁ, କାଳେ ସେମାନେ ମଧ୍ୟ ଫେରି ତୁମ୍ଭକୁ ନିମନ୍ତ୍ରଣ କରିବେ ଓ ତୁମ୍ଭେ ପ୍ରତିଦାନ ପାଇବ ।
13
କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
14
ତାହାହେଲେ ତୁମ୍ଭେ ଧନ୍ୟ ହେବ, କାରଣ ତୁମ୍ଭକୁ ପ୍ରତିଦାନ ଦେବା ନିମନ୍ତେ ସେମାନଙ୍କର କିଛି ନାହିଁ; ଆଉ, ଧାର୍ମିକମାନଙ୍କ ପୁନରୁତ୍ଥାନ ସମୟରେ ତୁମ୍ଭକୁ ପ୍ରତିଦାନ ଦିଆଯିବ ।
15
ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ଵରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ ।
16
କିନ୍ତୁ ସେ ତାଙ୍କୁ କହିଲେ, ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ;
17
ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି ।
18
କିନ୍ତୁ ସମସ୍ତେ ଏକମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ । ପ୍ରଥମ ଜଣ ତାହାକୁ କହିଲା, ମୁଁ ଖଣ୍ତେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।
19
ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର ।
20
ଅନ୍ୟ ଜଣେ କହିଲା, ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ ।
21
ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା । ସେଥିରେ ଗୃହକର୍ତ୍ତା କ୍ରୋଧାନ୍ଵିତ ହୋଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ତ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ଘେନିଆସ ।
22
ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଜ୍ଞାନୁସାରେ କରାଯାଇଛି, ତଥାପି ଆହୁରି ସ୍ଥାନ ଅଛି ।
23
ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ରାଜଦାଣ୍ତ ଓ ଗଛମୂଳକୁ ଯାଇ, ମୋର ଗୃହ ଯେପରି ପୂର୍ଣ୍ଣ ହୁଏ, ସେଥିପାଇଁ ଲୋକମାନଙ୍କୁ ଆସିବା ପାଇଁ ବଳାଅ ।
24
ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋର ଭୋଜର ଆସ୍ଵାଦ ପାଇବ ନାହିଁ ।
25
ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ଯାତ୍ରା କରୁଥିଲେ, ଆଉ ସେ ବୁଲିପଡ଼ି ସେମାନଙ୍କୁ କହିଲେ,
26
କେହି ଯେବେ ମୋʼ ନିକଟକୁ ଆସି ଆପଣା ପିତା, ମାତା, ଭାର୍ଯ୍ୟା, ସନ୍ତାନ, ଭ୍ରାତା ଓ ଭଗ୍ନୀମାନଙ୍କୁ, ଏପରିକି ଆପଣା ପ୍ରାଣକୁ ସୁଦ୍ଧା ଅପ୍ରିୟ ଜ୍ଞାନ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
27
ଯେକେହି ଆପଣା କ୍ରୁଶ ବହନ କରି ମୋହର ଅନୁଗମନ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
28
କାରଣ ତୁମ୍ଭମାନଙ୍କ ମଧ୍ୟରୁ କିଏ ପ୍ରହରୀଗୃହ ନିର୍ମାଣ କରିବାକୁ ଇଚ୍ଛା କରି ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ତାହାର ଅର୍ଥବଳ ଅଛି କି ନାହିଁ, ଏହା ପ୍ରଥମେ ବସି ବ୍ୟୟହିସାବ ଦେଖିବ ନାହିଁ?
29
କାଳେ ସେ ମୂଳଦୁଆ ବସାଇ ଶେଷ କରି ନ ପାରିଲେ, ଯେତେ ଲୋକ ତାହା ଦେଖିବେ, ସମସ୍ତେ ତାହାକୁ ପରିହାସ କରି କହିବାକୁ ଲାଗିବେ,
30
ଏ ଲୋକଟା ତୋଳିବାକୁ ଆରମ୍ଭ କରି ଶେଷ କରି ପାରିଲା ନାହିଁ ।
31
କିମ୍ଵା କେଉଁ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ଯୁଦ୍ଧ କରିବାକୁ ଯାଉଥିବା ସମୟରେ, କୋଡ଼ିଏ ହଜାର ସୈନ୍ୟ ଘେନି ତାଙ୍କ ବିରୁଦ୍ଧରେ ଆସୁଥିବା ରାଜାଙ୍କ ସହିତ ଦଶହଜାର ସୈନ୍ୟ ନେଇ ଯୁଦ୍ଧ କରିବାକୁ ସକ୍ଷମ କି ନାହିଁ, ତାହା ପ୍ରଥମେ ବସି ବିବେଚନା କରିବେ ନାହିଁ?
32
ଯଦି ପାରନ୍ତି ନାହିଁ, ତେବେ ଅନ୍ୟ ରାଜା ଦୂରରେ ଥାଉ ଥାଉ ସେ ଦୂତ ପଠାଇ ସନ୍ଧି ପ୍ରାର୍ଥନା କରନ୍ତି ।
33
ସେହିପ୍ରକାରେ ତୁମ୍ଭମାନଙ୍କ ମଧ୍ୟରୁ ଯେକେହି ଆପଣାର ସର୍ବସ୍ଵ ତ୍ୟାଗ ନ କରେ, ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ ।
34
ଲବଣ ତ ଉତ୍ତମ; କିନ୍ତୁ ଲବଣ ମଧ୍ୟ ଯଦି ସ୍ଵାଦବିହୀନ ହୁଏ, ତେବେ ତାହା କାହିଁରେ ସ୍ଵାଦଯୁକ୍ତ କରାଯିବ?
35
ତାହା ଭୂମି କିମ୍ଵା ଖତଗଦା ନିମନ୍ତେ ଯୋଗ୍ୟ ନୁହେଁ; ଲୋକେ ତାହା ବାହାରେ ଫୋପାଡ଼ି ଦିଅନ୍ତି । ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24