bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 17
Luke 17
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
1
ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ବିଘ୍ନ ଯେ ନ ଘଟିବ, ଏହା ଅସମ୍ଭବ, କିନ୍ତୁ ଯାହା ଦ୍ଵାରା ତାହା ଘଟିବ, ହାୟ, ସେ ଦଣ୍ତର ପାତ୍ର;
2
ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକର ବିଘ୍ନର କାରଣ ହେବା ଅପେକ୍ଷା ବରଂ ତାହା ବେକରେ ଗୋଟିଏ ଚକିପଥର ଟଙ୍ଗାଯାଇ ତାହାକୁ ସମୁଦ୍ରରେ ନିକ୍ଷେପ କରାଯାଇଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।
3
ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ । ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ, ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ ।
4
ପୁଣି, ଯଦି ସେ ଦିନ ଭିତରେ ସାତ ଥର ତୁମ୍ଭ ବିରୁଦ୍ଧରେ ପାପ କରେ ଓ ସାତ ଥର ତୁମ୍ଭ ନିକଟକୁ ଫେରିଆସି ମୁଁ ମନ ପରିବର୍ତ୍ତନ କରୁଅଛି ବୋଲି କହେ, ତେବେ ତାହାକୁ କ୍ଷମା କର ।
5
ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ଵାସ ବଢ଼ାଇ ଦିଅନ୍ତୁ ।
6
ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷଦାନା ପରି ତୁମ୍ଭମାନଙ୍କର ବିଶ୍ଵାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହ ବୋଲି କହିଲେ ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ ।
7
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ଵା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ୍?
8
ସେ କଅଣ ବରଞ୍ଚ ତାହାକୁ କହିବ ନାହିଁ, ମୋର ଖାଇବାର ଠିକ୍ କର୍, ପୁଣି ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋର ସେବା କର୍, ତାହା ପରେ ତୁ ଖିଆପିଆ କରିବୁ?
9
ଦାସ ଆଜ୍ଞାନୁସାରେ କର୍ମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ?
10
ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଜ୍ଞାନୁସାରେ ସମସ୍ତ କର୍ମ କଲା ଉତ୍ତାରେ କୁହ, ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ ।
11
ସେ ଯିରୂଶାଲମକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଗମନ କରୁଥିଲେ ।
12
ଆଉ, ସେ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ, ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ କଲେ;
13
ସେମାନେ ଦୂରରେ ଠିଆ ହୋଇ ଉଚ୍ଚ ସ୍ଵରରେ କହିଲେ, ହେ ଯୀଶୁ, ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ ।
14
ପୁଣି, ସେ ସେମାନଙ୍କୁ ଦେଖି କହିଲେ, ତୁମ୍ଭେମାନେ ଯାଇ ଆପଣା ଆପଣାକୁ ଯାଜକମାନଙ୍କୁ ଦେଖାଅ । ଆଉ, ସେମାନେ ଯାଉ ଯାଉ ଶୁଚି ହେଲେ ।
15
କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ଆପଣାକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚ ସ୍ଵରରେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ବାହୁଡ଼ିଆସି,
16
ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ ।
17
ସେଥିରେ ଯୀଶୁ ଉତ୍ତର ଦେଲେ, ଦଶଜଣ କଅଣ ଶୁଚି ହେଲେ ନାହିଁ?
18
ତେବେ ଆଉ ନଅଜଣ କାହାନ୍ତି? ଈଶ୍ଵରଙ୍କୁ ଗୌରବ ଦେବା ନିମନ୍ତେ ଏହି ବିଜାତି ଲୋକଟି ଛଡ଼ା କଅଣ ଆଉ କେହି ବାହୁଡ଼ିଆସି ନାହିଁ?
19
ପୁଣି, ସେ ତାହାକୁ କହିଲେ, ଉଠି ପ୍ରସ୍ଥାନ କର, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି।
20
ଈଶ୍ଵରଙ୍କ ରାଜ୍ୟ କେବେ ଆସୁଅଛି, ଏ ବିଷୟରେ ଫାରୂଶୀମାନେ ତାହାଙ୍କୁ ପଚାରିବାରୁ ସେ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ଵରଙ୍କ ରାଜ୍ୟ ଦୃଶ୍ୟ ଭାବରେ ଆସେ ନାହିଁ;
21
କିମ୍ଵା ଦେଖ, ଏଠାରେ ବା ସେଠାରେ ବୋଲି ଲୋକେ କହିବେ ନାହିଁ; କାରଣ ଦେଖ, ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କ ମଧ୍ୟରେଜଜ ଅଛି ।
22
କିନ୍ତୁ ସେ ଶିଷ୍ୟମାନଙ୍କୁ କହିଲେ, ଏପରି ସମୟ ଆସିବ, ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କର ଦିନଗୁଡ଼ିକ ମଧ୍ୟରୁ ଗୋଟିଏ ଦିନ ଦେଖିବାକୁ ବାଞ୍ଛା କରିବ, କିନ୍ତୁ ଦେଖିବ ନାହିଁ ।
23
ଦେଖ, ସେଠାରେ, ଦେଖ, ଏଠାରେ ବୋଲି ଲୋକେ ତୁମ୍ଭମାନଙ୍କୁ କହିବେ; କିନ୍ତୁ ତୁମ୍ଭେମାନେ ଯାଅ ନାହିଁ କିମ୍ଵା ସେମାନଙ୍କର ପଶ୍ଚାଦ୍ଗାମୀ ହୁଅ ନାହିଁ ।
24
କାରଣ ବିଜୁଳି ମାରି ଯେପରି ଆକାଶର ଗୋଟିଏ ପାଖରୁ ଆର ପାଖ ପର୍ଯ୍ୟନ୍ତ ଆଲୁଅ ଦିଏ, ମନୁଷ୍ୟପୁତ୍ର ଆପଣା ଦିନରେ ସେହିପରି ହେବେ ।
25
କିନ୍ତୁ ପ୍ରଥମେ ତାହାଙ୍କୁ ଅବଶ୍ୟ ଅନେକ ଦୁଃଖଭୋଗ କରିବାକୁ ହେବ ଓ ଏହି ବର୍ତ୍ତମାନ ପୁରୁଷ ଦ୍ଵାରା ଅଗ୍ରାହ୍ୟ ହେବାକୁ ହେବ ।
26
ଆଉ, ନୋହଙ୍କ ସମୟରେ ଯେପ୍ରକାର ଘଟିଥିଲା, ମନୁଷ୍ୟପୁତ୍ରଙ୍କ ସମୟରେ ମଧ୍ୟ ସେହି ପ୍ରକାର ଘଟିବ;
27
ଜାହାଜରେ ନୋହଙ୍କ ପ୍ରବେଶ କରିବା ଦିନ ପର୍ଯ୍ୟନ୍ତ ଲୋକେ ଭୋଜନପାନ ଏବଂ ବିବାହ କରିବା ଓ ବିବାହ ଦେବାରେ ପ୍ରବୃତ୍ତ ଥିଲେ, ପୁଣି ଜଳପ୍ଳାବନ ଆସି ସମସ୍ତଙ୍କୁ ବିନାଶ କଲା ।
28
ଲୋଟଙ୍କ ସମୟରେ ମଧ୍ୟ ସେହିପ୍ରକାର ଘଟିଥିଲା, ଲୋକେ ଭୋଜନପାନ, କ୍ରୟବିକ୍ରୟ, ବୃକ୍ଷରୋପଣ ଓ ଗୃହନିର୍ମାଣ କରିବାରେ ପ୍ରବୃତ୍ତ ଥିଲେ,
29
କିନ୍ତୁ ଲୋଟ ସଦୋମରୁ ବାହାରିଯିବା ଦିନ ଆକାଶରୁ ଅଗ୍ନି ଓ ଗନ୍ଧକ ବୃଷ୍ଟି ହୋଇ ସମସ୍ତଙ୍କୁ ବିନାଶ କଲା ।
30
ମନୁଷ୍ୟପୁତ୍ର ପ୍ରକାଶିତ ହେବା ଦିନ ସେହି ପ୍ରକାର ଘଟିବ।
31
ସେହିଦିନ ଯେ ଛାତ ଉପରେ ଥିବ, ସେ ଘର ଭିତରେ ଥିବା ଆପଣା ଜିନିଷପତ୍ର ଘେନିଯିବା ପାଇଁ ଓହ୍ଳାଇ ନ ଆସୁ; ସେହିପରି ଯେ କ୍ଷେତରେ ଥିବ, ସେ ବାହୁଡ଼ି ନ ଯାଉ ।
32
ଲୋଟଙ୍କ ସ୍ତ୍ରୀର କଥା ସ୍ମରଣ କର ।
33
ଯେକେହି ଆପଣା ଜୀବନ ଲାଭ କରିବାକୁ ଚେଷ୍ଟା କରେ, ସେ ତାହା ହରାଇବ, ଆଉ ଯେକେହି ଆପଣା ଜୀବନ ହରାଇବ, ସେ ତାହା ବଞ୍ଚାଇବ ।
34
ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ରାତ୍ରିରେ ଦୁଇ ଜଣ ଗୋଟିଏ ଶଯ୍ୟାରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।
35
ଦୁଇ ଜଣ ସ୍ତ୍ରୀ ଏକାଠି ଚକି ପେଷୁଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।
36
[ଦୁଇ ଜଣ କ୍ଷେତରେ ଥିବେ, ଜଣକୁ ଗ୍ରହଣ କରାଯିବ ଓ ଅନ୍ୟ ଜଣକୁ ପରିତ୍ୟାଗ କରାଯିବ ।]
37
ସେଥିରେ ସେମାନେ ତାହାଙ୍କୁ ଉତ୍ତର ଦେଲେ, ହେ ପ୍ରଭୁ, କେଉଁଠାରେ? ସେ ସେମାନଙ୍କୁ କହିଲେ, ଯେଉଁଠାରେ ଶବ, ସେହିଠାରେ ଶାଗୁଣାଗୁଡ଼ାକ ମଧ୍ୟ ଏକାଠି ହେବେ ।
← Chapter 16
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 18 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24