bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 19
Luke 19
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 20 →
1
ପରେ ସେ ଯିରୀହୋରେ ପ୍ରବେଶ କରି ତାହା ମଧ୍ୟ ଦେଇ ଯାଉଥିଲେ ।
2
ଆଉ ଦେଖ, ଜଖୀୟ ନାମରେ ଜଣେ ଲୋକ ଥିଲେ, ସେ ଜଣେ ପ୍ରଧାନ କରଗ୍ରାହୀ ଓ ଧନୀ ଲୋକ ।
3
ଯୀଶୁ କିଏ, ତାହା ଦେଖିବାକୁ ସେ ଚେଷ୍ଟା କରୁଥିଲେ, କିନ୍ତୁ ଲୋକମାନଙ୍କର ଭିଡ଼ ସକାଶୁ ଦେଖି ପାରୁ ନ ଥିଲେ, କାରଣ ସେ ବାଙ୍ଗର ଥିଲେ ।
4
ଏଣୁ ସେ ଆଗକୁ ଦୌଡ଼ିଯାଇ ତାହାଙ୍କୁ ଦେଖିବା ନିମନ୍ତେ ଗୋଟିଏ ଡ଼ିମିରି ଗଛରେ ଚଢ଼ିଲେ, କାରଣ ସେହି ବାଟ ଦେଇ ତାହାଙ୍କର ଯିବାର ଥିଲା ।
5
ଯୀଶୁ ସେସ୍ଥାନକୁ ଆସି ଉପରକୁ ଚାହିଁ ତାଙ୍କୁ କହିଲେ, ଜଖୀୟ, ଶୀଘ୍ର ଓହ୍ଳାଇଆସ, କାରଣ ଆଜି ମୋତେ ଅବଶ୍ୟ ତୁମ୍ଭ ଘରେ ରହିବାକୁ ହେବ ।
6
ସେଥିରେ ସେ ଶୀଘ୍ର ଓହ୍ଳାଇଆସି ଆନନ୍ଦରେ ତାହାଙ୍କର ଆତିଥ୍ୟ କଲେ ।
7
ତାହା ଦେଖି ସମସ୍ତେ ବଚସା କରି କହିବାକୁ ଲାଗିଲେ, ସେ ଜଣେ ପାପୀ ଲୋକ ଘରେ ରହିବାକୁ ଗଲାଣି ।
8
କିନ୍ତୁ ଜଖୀୟ ଠିଆ ହୋଇ ପ୍ରଭୁଙ୍କୁ କହିଲେ, ହେ ପ୍ରଭୁ, ଦେଖନ୍ତୁ, ମୋର ସମ୍ପତ୍ତିର ଅର୍ଦ୍ଧେକ ମୁଁ ଦରିଦ୍ରମାନଙ୍କୁ ଦାନ କରୁଅଛି, ଆଉ ଯଦି ଅନ୍ୟାୟରେ କାହାରିଠାରୁ କିଛି ନେଇଥାଏ, ତେବେ ଚାରି ଗୁଣରେ ତାହା ଫେରାଇ ଦେଉଅଛି ।
9
ସେଥିରେ ଯୀଶୁ ତାଙ୍କ ବିଷୟରେ କହିଲେ, ଆଜି ଏହି ଗୃହରେ ପରିତ୍ରାଣ ଉପସ୍ଥିତ ହୋଇଅଛି, ଯେଣୁ ଏ ମଧ୍ୟ ଅବ୍ରହାମଙ୍କ ଜଣେ ସନ୍ତାନ;
10
କାରଣ ଯାହା ହଜିଅଛି, ତାହା ଖୋଜି ରକ୍ଷା କରିବାକୁ ମନୁଷ୍ୟପୁତ୍ର ଆସିଅଛନ୍ତି ।
11
ଲୋକମାନେ ଏହି କଥାସବୁ ଶୁଣିବା ସମୟରେ ସେ ଆହୁରି ଗୋଟିଏ ଦୃଷ୍ଟାନ୍ତ କହିଲେ, କାରଣ ସେ ଯିରୂଶାଲମର ନିକଟବର୍ତ୍ତୀ ହୋଇଥିଲେ ଓ ଈଶ୍ଵରଙ୍କ ରାଜ୍ୟ ଅତି ଶୀଘ୍ର ପ୍ରକାଶ ପାଇବ ବୋଲି ସେମାନେ ମନେ କରୁଥିଲେ ।
12
ଏଣୁ ସେ କହିଲେ, ଜଣେ କୁଳୀନ ବ୍ୟକ୍ତି ଆପଣା ନିମନ୍ତେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ି ଆସିବା ସକାଶେ ଦୂର ଦେଶକୁ ଯାତ୍ରା କଲେ ।
13
ସେ ଆପଣାର ଦଶ ଜଣ ଦାସଙ୍କୁ ଡାକି ସେମାନଙ୍କୁ ଦଶଗୋଟି ମୋହର ଦେଇ କହିଲେ, ମୋର ଆସିବା ପର୍ଯ୍ୟନ୍ତ ବେପାର କର ।
14
କିନ୍ତୁ ତାଙ୍କ ଦେଶବାସୀମାନେ ତାଙ୍କୁ ଘୃଣା କରୁଥିଲେ, ଆଉ ସେମାନେ ତାଙ୍କ ପଛରେ ଦୂତ ପଠାଇ କହିଲେ, ଏ ଲୋକ ଯେ ଆମ୍ଭମାନଙ୍କ ଉପରେ ରାଜତ୍ଵ କରିବ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ ।
15
ପରେ ସେ ରାଜପଦ ପ୍ରାପ୍ତ ହୋଇ ବାହୁଡ଼ିଆସି, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଜ୍ଞା ଦେଲେ ।
16
ସେଥିରେ ପ୍ରଥମ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୋହର ଆଉ ଦଶଟି ମୋହର ଲାଭ କରିଅଛି ।
17
ସେ ତାହାକୁ କହିଲେ, ବେଶ୍, ଉତ୍ତମ ଦାସ, ତୁମ୍ଭେ ଅତି ଅଳ୍ପ ବିଷୟରେ ବିଶ୍ଵସ୍ତ ହୋଇଥିବାରୁ ଦଶଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ ।
18
ପୁଣି, ଦ୍ଵିତୀୟ ଜଣକ ଆସି କହିଲା, ପ୍ରଭୋ, ଆପଣଙ୍କ ମୋହର ପାଞ୍ଚୋଟି ମୋହର ଲାଭ କରିଅଛି ।
19
ସେ ତାହାକୁ ମଧ୍ୟ କହିଲେ, ତୁମ୍ଭେ ସୁଦ୍ଧା ପାଞ୍ଚଗୋଟି ନଗର ଉପରେ ଅଧିକାର ପ୍ରାପ୍ତ ହୁଅ ।
20
ଆଉ ଜଣେ ଆସି କହିଲା, ପ୍ରଭୋ, ଦେଖନ୍ତୁ, ଏହି ଆପଣଙ୍କର ମୋହର, ମୁଁ ଏହା ଗାମୁଛାରେ ବାନ୍ଧି ରଖିଦେଇଥିଲି;
21
କାରଣ ମୁଁ ଆପଣଙ୍କୁ ଭୟ କଲି, ଯେଣୁ ଆପଣ ଜଣେ କଠୋର ଲୋକ, ଯାହା ରଖି ନ ଥାଆନ୍ତି, ତାହା ଉଠାଇ ନିଅନ୍ତି, ପୁଣି ଯାହା ବୁଣି ନ ଥାଆନ୍ତି, ତାହା କାଟନ୍ତି ।
22
ସେ ତାହାକୁ କହିଲେ, ରେ ଦୁଷ୍ଟ ଦାସ, ତୋର ମୁହଁର କଥାରେ ତୋହର ବିଚାର କରିବି । ମୁଁ ଜଣେ କଠୋର ଲୋକ, ଯାହା ରଖି ନ ଥାଏ, ତାହା ଉଠାଇନିଏ, ପୁଣି ଯାହା ବୁଣି ନ ଥାଏ, ତାହା କାଟେ, ଏହା କଅଣ ଜାଣିଥିଲୁ?
23
ତେବେ, ବ୍ୟାଙ୍କରେ କାହିଁକି ମୋହର ଧନ ରଖିଲୁ ନାହିଁ? ତାହାହେଲେ ମୁଁ ଆସି ସୁଧ ସହିତ ତାହା ଆଦାୟ କରିଥାଆନ୍ତି ।
24
ପୁଣି, ସେ ପାଖରେ ଠିଆ ହୋଇଥିବା ଲୋକମାନଙ୍କୁ କହିଲେ, ଏହାଠାରୁ ଏହି ମୋହର ଘେନିଯାଇ, ଯାହାର ଦଶ ମୋହର ଅଛି, ତାହାକୁ ଦିଅ ।
25
ସେଥିରେ ସେମାନେ ତାଙ୍କୁ କହିଲେ, ପ୍ରଭୋ, ତାହାର ତ ଦଶ ମୋହର ଅଛି ।
26
ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
27
କିନ୍ତୁ ମୋର ଏହି ଯେଉଁ ଶତ୍ରୁମାନେ ମୁଁ ସେମାନଙ୍କ ଉପରେ ରାଜତ୍ଵ କରେ ବୋଲି ଇଚ୍ଛା କରି ନ ଥିଲେ, ସେମାନଙ୍କୁ ଏଠାକୁ ଆଣି ମୋର ସାକ୍ଷାତରେ ହତ୍ୟା କର ।
28
ଏହିସମସ୍ତ କଥା କହି ସେ ଅଗ୍ରସର ହୋଇ ଯିରୂଶାଲମ ଆଡ଼େ ଯାତ୍ରା କରିବାକୁ ଲାଗିଲେ ।
29
ଆଉ, ଯେତେବେଳେ ସେ ଜୀତ ପର୍ବତ ପାର୍ଶ୍ଵସ୍ଥ ବେଥ୍ଫାଗୀ ଓ ବେଥନିଆ ନିକଟରେ ଉପସ୍ଥିତ ହେଲେ, ସେତେବେଳେ ସେ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଏହି କଥା କହି ପଠାଇଲେ⇧,
30
ତୁମ୍ଭମାନଙ୍କ ସମ୍ମୁଖସ୍ଥ ସେହି ଗ୍ରାମକୁ ଯାଅ; ସେଥିରେ ପ୍ରବେଶ କରିବା ସମୟରେ, ଯାହା ଉପରେ କେହି କେବେ ବସି ନାହିଁ, ଏପରି ଗୋଟିଏ ଗଧଛୁଆକୁ ବନ୍ଧା ହୋଇଥିବା ଦେଖିବ; ତାହାକୁ ଫିଟାଇ ଘେନିଆସ ।
31
ଆଉ, ଯେବେ କେହି ତୁମ୍ଭମାନଙ୍କୁ କାହିଁକି ଫିଟାଉଅଛ ବୋଲି ପଚାରେ, ତେବେ ଏପରି କହିବ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି ।
32
ସେଥିରେ ପ୍ରେରିତ ଲୋକେ ପ୍ରସ୍ଥାନ କରି, ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖିଲେ ।
33
ପୁଣି, ସେମାନେ ଗଧଛୁଆକୁ ଫିଟାଉଥିବା ସମୟରେ ତାହାର ଅଧିକାରୀମାନେ ସେମାନଙ୍କୁ ପଚାରିଲେ, କାହିଁକି ଗଧଛୁଆକୁ ଫିଟାଉଅଛ?
34
ସେମାନେ କହିଲେ, କାରଣ ଏହାଠାରେ ପ୍ରଭୁଙ୍କର ପ୍ରୟୋଜନ ଅଛି ।
35
ପୁଣି, ସେମାନେ ତାହାକୁ ଯୀଶୁଙ୍କ ନିକଟକୁ ଆଣି ତାହା ଉପରେ ଆପଣା ଆପଣା ଲୁଗା ପକାଇ ଯୀଶୁଙ୍କୁ ବସାଇଲେ ।
36
ଆଉ, ସେ ଯାତ୍ରା କରୁଥିବା ସମୟରେ ଲୋକେ ପଥରେ ଆପଣା ଆପଣା ଲୁଗା ବିଛାଇ ଦେବାକୁ ଲାଗିଲେ ।
37
ପୁଣି, ସେ ଯେତେବେଳେ ଜୀତ ପର୍ବତର ଗଡ଼ାଣି ସ୍ଥାନର ନିକଟବର୍ତ୍ତୀ ହେଲେ, ସେତେବେଳେ ସମୁଦାୟ ଶିଷ୍ୟଦଳ ଦେଖିଥିବା ସମସ୍ତ ଶକ୍ତିର କାର୍ଯ୍ୟ ନିମନ୍ତେ ଆନନ୍ଦରେ ଉଚ୍ଚ ସ୍ଵର କରି ଈଶ୍ଵରଙ୍କର ପ୍ରଶଂସା କରୁ କରୁ କହିଲେ,
38
ପ୍ରଭୁଙ୍କ ନାମରେ ଯେଉଁ ରାଜା ଆସୁଅଛନ୍ତି, ସେ ଧନ୍ୟ। ସ୍ଵର୍ଗରେ ଶାନ୍ତି ଓ ଊର୍ଦ୍ଧ୍ଵଲୋକରେ ମହିମା ।
39
ସେଥିରେ ଲୋକସମୂହ ମଧ୍ୟରୁ କେତେକ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ ।
40
ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ କହୁଅଛି, ଏମାନେ ତୁନି ହୋଇ ରହିଲେ, ପଥରଗୁଡ଼ାକ ପାଟି କରିବେ ।
41
ଆଉ, ଯେତେବେଳେ ସେ ନିକଟକୁ ଆସିଲେ, ସେତେବେଳେ ନଗରକୁ ଦେଖି ତାହା ନିମନ୍ତେ ରୋଦନ କରି କହିଲେ,
42
ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁଣ! ମାତ୍ର ଏବେ ସେଗୁଡ଼ିକ ତୋʼ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି ।
43
ଯେଣୁ ତୋʼ ଉପରେ କୃପାଦୃଷ୍ଟିର ସମୟ ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋʼ ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
44
ପୁଣି ତୋତେ ଓ ତୋʼ ମଧ୍ୟରେ ଥିବା ତୋʼ ସନ୍ତାନମାନଙ୍କୁ ଭୂମିସାତ୍ କରିବେ, ଆଉ ତୋʼ ମଧ୍ୟରେ ଗୋଟିଏ ପଥରକୁ ଅନ୍ୟ ଗୋଟିଏ ପଥର ଉପରେ ରହିବାକୁ ଦେବେ ନାହିଁ, ଏପରି ସମୟ ତୋʼ ଉପରେ ଆସିବ ।
45
ଆଉ, ସେ ମନ୍ଦିରରେ ପ୍ରବେଶ କରି ବିକ୍ରୟ କରୁଥିବା ଲୋକମାନଙ୍କୁ ଏହା କହି ବାହାର କରିବାକୁ ଲାଗିଲେ,
46
ଲେଖାଅଛି, ଆମ୍ଭର ଗୃହ ପ୍ରାର୍ଥନା ଗୃହ ହେବ, କିନ୍ତୁ ତୁମ୍ଭେମାନେ ତାହାକୁ ଦସ୍ୟୁମାନଙ୍କ ଗହ୍ଵର କରିଅଛ ।
47
ଆଉ, ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
48
କିନ୍ତୁ ଲୋକସମସ୍ତେ ଏକାଗ୍ର ଚିତ୍ତରେ ତାହାଙ୍କ ଶିକ୍ଷା ଶୁଣୁଥିବାରୁ ସେମାନେ କଅଣ କରିବେ ବୋଲି ସ୍ଥିର କରି ପାରୁ ନ ଥିଲେ ।
← Chapter 18
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 20 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24