bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 22
Luke 22
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
1
ନିସ୍ତାର ପର୍ବ ନାମକ ଖମୀରଶୂନ୍ୟ ରୋଟୀର ପର୍ବ ନିକଟ ହୋଇ ଆସୁଥିଲା ।
2
ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ତାହାଙ୍କୁ ବିନାଶ କରିପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।
3
ସେତେବେଳେ ଦ୍ଵାଦଶଙ୍କ ସଂଖ୍ୟା ମଧ୍ୟରେ ଅନ୍ତର୍ଗତ ଇଷ୍କାରିୟୋତ ନାମକ ଯିହୂଦାଠାରେ ଶୟତାନ ପ୍ରବେଶ କଲା;
4
ଆଉ, ସେ ଯାଇ, କି ଉପାୟରେ ତାହାଙ୍କୁ ପ୍ରଧାନ ଯାଜକ ଓ ସେନାପତିମାନଙ୍କ ହସ୍ତରେ ସମର୍ପଣ କରି ପାରେ, ତାହା ସେମାନଙ୍କ ସହିତ ପରାମର୍ଶ କଲା ।
5
ସେଥିରେ ସେମାନେ ଆନନ୍ଦିତ ହେଲେ ଓ ତାହାକୁ ଟଙ୍କା ଦେବା ପାଇଁ ଚୁକ୍ତି କଲେ ।
6
ଆଉ, ସେ ସମ୍ମତ ହୋଇ ଲୋକସମୂହର ଅସାକ୍ଷାତରେ ତାହାଙ୍କୁ ସେମାନଙ୍କ ହସ୍ତରେ ସମର୍ପଣ କରିବା ନିମନ୍ତେ ସୁଯୋଗ ଅନ୍ଵେଷଣ କରିବାକୁ ଲାଗିଲା ।
7
ପରେ ଯେଉଁ ଦିନ ନିସ୍ତାର ପର୍ବର ମେଷଶାବକ ବଳିଦାନ କରିବାକୁ ହୁଏ, ଖମୀରଶୂନ୍ୟ ରୋଟୀ ପର୍ବର ସେହି ଦିନ ଉପସ୍ଥିତ ହେଲା;
8
ଆଉ, ସେ ପିତର ଓ ଯୋହନଙ୍କୁ ଏହା କହି ପଠାଇଲେ, ଆମ୍ଭେମାନେ ଯେପରି ଭୋଜନ କରି ପାରିବୁ, ଏଥିପାଇଁ ତୁମ୍ଭେମାନେ ଯାଇ ଆମ୍ଭମାନଙ୍କ ନିମନ୍ତେ ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କର ।
9
ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ଆମ୍ଭେମାନେ କେଉଁ ସ୍ଥାନରେ ପ୍ରସ୍ତୁତ କରିବୁ ବୋଲି ଆପଣ ଇଚ୍ଛା କରନ୍ତି?
10
ସେ ସେମାନଙ୍କୁ କହିଲେ, ଦେଖ, ତୁମ୍ଭେମାନେ ନଗରରେ ପ୍ରବେଶ କରନ୍ତେ, ଜଳକୁମ୍ଭ ଘେନିଯାଉଥିବା ଜଣେ ଲୋକ ତୁମ୍ଭମାନଙ୍କୁ ଭେଟିବ; ସେ ଯେଉଁ ଗୃହରେ ପ୍ରବେଶ କରିବ, ତାହାର ପଛେ ପଛେ ସେହି ଗୃହକୁ ଯାଇ ଗୃହର କର୍ତ୍ତାଙ୍କୁ କହିବ,
11
ଗୁରୁ ଆପଣଙ୍କୁ ପଚାରୁ ଅଛନ୍ତି, ମୁଁ ମୋହର ଶିଷ୍ୟମାନଙ୍କ ସହିତ ଯେଉଁଠାରେ ନିସ୍ତାର ପର୍ବର ଭୋଜ ପାଳନ କରିବି, ସେହି ଅତିଥିଶାଳା କାହିଁ?
12
ସେଥିରେ ସେ ତୁମ୍ଭମାନଙ୍କୁ ସୁସଜ୍ଜିତ ଗୋଟିଏ ଉପରିସ୍ଥ ବୃହତ୍ କୋଠରି ଦେଖାଇଦେବେ; ସେସ୍ଥାନରେ ପ୍ରସ୍ତୁତ କର ।
13
ଆଉ, ସେମାନେ ଯାଇ, ସେ ସେମାନଙ୍କୁ ଯେପରି କହିଥିଲେ, ସେହିପରି ଦେଖି ନିସ୍ତାର ପର୍ବର ଭୋଜ ପ୍ରସ୍ତୁତ କଲେ ।
14
ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ସେ ଓ ତାହାଙ୍କ ସଙ୍ଗେ ପ୍ରେରିତମାନେ ଭୋଜନ କରିବାକୁ ବସିଲେ ।
15
ଆଉ, ସେ ସେମାନଙ୍କୁ କହିଲେ, ମୋହର ଦୁଃଖଭୋଗ ପୂର୍ବେ ମୁଁ ତୁମ୍ଭମାନଙ୍କ ସହିତ ଏହି ନିସ୍ତାର ଭୋଜ ପାଳନ କରିବାକୁ ଏକା; ବାଞ୍ଛା କଲି;
16
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟରେ ଏହା ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ମୁଁ ଆଉ କେବେ ହେଁ ତାହା ପାଳନ କରିବି ନାହିଁ ।
17
ପୁଣି, ସେ ପାନପାତ୍ର ଗ୍ରହଣ କରି ଧନ୍ୟବାଦ ଦେଇ କହିଲେ, ଏହା ନେଇ ଆପଣା ଆପଣା ମଧ୍ୟରେ ଭାଗ କର,
18
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଆସିବା ପର୍ଯ୍ୟନ୍ତ ମୁଁ ଆଜିଠାରୁ ଦ୍ରାକ୍ଷାଫଳର ରସ ଆଉ ପାନ କରିବି ନାହିଁ ।
19
ପୁଣି, ସେ ରୋଟୀ ଘେନି ଧନ୍ୟବାଦ ଦେଲେ ଓ ତାହା ଭାଙ୍ଗି ସେମାନଙ୍କୁ ଦେଇ କହିଲେ, ତୁମ୍ଭମାନଙ୍କ ନିମନ୍ତେ ଦତ୍ତ ହେଉଥିବା ମୋହର ଶରୀର ଏହି; ମୋତେ ସ୍ମରଣ କରିବା ନିମନ୍ତେ ଏହା କର ।
20
ଭୋଜନ ଉତ୍ତାରେ ସେହିପରି ସେ ପାନପାତ୍ର ଘେନି କହିଲେ, ଏହି ପାନପାତ୍ର ତୁମ୍ଭମାନଙ୍କ ନିମନ୍ତେ ପାତିତ ହେଉଥିବା ମୋହର ରକ୍ତରେ ସ୍ଥାପିତ ନୂତନ ନିୟମ ।
21
କିନ୍ତୁ ଦେଖ, ଯେ ମୋତେ ଶତ୍ରୁହସ୍ତରେ ସମର୍ପଣ କରୁଅଛି, ତାହାର ହସ୍ତ ମୋʼ ସହିତ ମେଜ ଉପରେ ଅଛି ।
22
କାରଣ ଯେପରି ନିରୂପିତ ହୋଇଅଛି, ମନୁଷ୍ୟପୁତ୍ର ସେହିପରି ପ୍ରୟାଣ କରୁଅଛନ୍ତି ସତ୍ୟ, ତଥାପି ଯେଉଁ ଲୋକ ଦ୍ଵାରା ସେ ଶତ୍ରୁହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ତର ପାତ୍ର!
23
ତେଣୁ ସେମାନଙ୍କ ମଧ୍ୟରୁ କିଏ ଏହା କରିବାକୁ ଯାଉଅଛି, ସେ ବିଷୟରେ ସେମାନେ ପରସ୍ପର ବାଦାନୁବାଦ କରିବାକୁ ଲାଗିଲେ ।
24
ପୁଣି, ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ବୋଲି ଗଣିତ, ସେ ବିଷୟରେ ସେମାନଙ୍କ ମଧ୍ୟରେ ବିବାଦ ଘଟିଲା ।
25
ସେଥିରେ ସେ ସେମାନଙ୍କୁ କହିଲେ, ବିଜାତିମାନଙ୍କ ରାଜାମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି, ଆଉ ଯେଉଁମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ସେମାନେ ଦେଶବନ୍ଧୁ ବୋଲି ଖ୍ୟାତ ହୁଅନ୍ତି ।
26
କିନ୍ତୁ ତୁମ୍ଭେମାନେ ସେପ୍ରକାର ହୁଅ ନାହିଁ, ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେ ଜ୍ୟେଷ୍ଠ, ସେ କନିଷ୍ଠ ପରି ହେଉ, ପୁଣି ଯେ ନେତା, ସେ ସେବକ ପରି ହେଉ ।
27
କାରଣ କିଏ ଶ୍ରେଷ୍ଠ? ଯେ ଭୋଜନୋପବିଷ୍ଟ, ନା ଯେ ସେବକ? ଯେ ଭୋଜନୋପବିଷ୍ଟ, ସେ କି ଶ୍ରେଷ୍ଠ ନୁହନ୍ତିଣ? କିନ୍ତୁ ମୁଁ ତୁମ୍ଭମାନଙ୍କ ମଧ୍ୟରେ ଜଣେ ସେବକ ପରି ଅଛି ।
28
ମାତ୍ର ତୁମ୍ଭେମାନେ ମୋହର ସମସ୍ତ ପରୀକ୍ଷାରେ ମୋʼ ସହିତ ରହିଆସିଅଛ;
29
ଏଣୁ ମୋହର ପିତା ଯେପରି ମୋʼ ନିମନ୍ତେ ରାଜ୍ୟ ନିରୂପଣ କଲେ, ମୁଁ ମଧ୍ୟ ସେପରି ତୁମ୍ଭମାନଙ୍କ ନିମନ୍ତେ ନିରୂପଣ କରୁଅଛି,
30
ଯେପରି ତୁମ୍ଭେମାନେ ମୋହର ରାଜ୍ୟରେ ମୋʼ ମେଜରେ ଭୋଜନପାନ କରିବ, ପୁଣି ସିଂହାସନରେ ଉପବେଶନ କରି ଇସ୍ରାଏଲର ଦ୍ଵାଦଶ ଗୋଷ୍ଠୀକି ଶାସନ କରିବ ।
31
ଶିମୋନ, ଶିମୋନ, ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
32
କିନ୍ତୁ ତୁମ୍ଭର ବିଶ୍ଵାସ ଯେପରି ଲୋପ ନ ହୁଏ, ଏଥିପାଇଁ ମୁଁ ତୁମ୍ଭ ନିମନ୍ତେ ନିବେଦନ କଲି; ପୁଣି, ତୁମ୍ଭେ ଫେରିଲା ଉତ୍ତାରେ ଆପଣା ଭାଇମାନଙ୍କୁ ସୁସ୍ଥିର କର ।
33
ମାତ୍ର ସେ ତାହାଙ୍କୁ କହିଲେ, ହେ ପ୍ରଭୁ, ମୁଁ ଆପଣଙ୍କ ସହିତ କାରାଗାରକୁ ଯିବାକୁ ଓ ମୃତ୍ୟୁଭୋଗ କରିବାକୁ ପ୍ରସ୍ତୁତ ଅଛି ।
34
କିନ୍ତୁ ସେ କହିଲେ, ହେ ପିତର, ମୁଁ ତୁମ୍ଭକୁ କହୁଅଛି, ଆଜି କୁକୁଡ଼ା ନ ଡାକୁଣୁ ତୁମ୍ଭେ ଯେ ମୋତେ ଜାଣ, ଏହା ତିନି ଥର ଅସ୍ଵୀକାର କରିବ ।
35
ଆଉ, ସେ ସେମାନଙ୍କୁ କହିଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ ଗାଞ୍ଜିଆ, ଝୋଲି ଓ ଯୋତା ବିନା ପଠାଇଥିଲି, ସେତେବେଳେ ତୁମ୍ଭମାନଙ୍କର କି କିଛି ଅଭାବ ହୋଇଥିଲା? ସେମାନେ କହିଲେ, କିଛି ନାହିଁ ।
36
ସେଥିରେ ସେ ସେମାନଙ୍କୁ କହିଲେ, ମାତ୍ର ଏବେ, ଯାହାର ଗାଞ୍ଜିଆ ଅଛି, ସେ ତାହା ନେଉ, ସେହି ପ୍ରକାରେ ଝୋଲି ମଧ୍ୟ ନେଉ, ଆଉ ଯାହାର ନାହିଁ, ସେ ଆପଣା ଚାଦରଖଣ୍ତକ ବିକି ଖଣ୍ତା କିଣୁ ।
37
କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଅଧାର୍ମିକ-ମାନଙ୍କ ସହିତ ଗଣିତ ହେଲେ, ଏହି ଯେଉଁ ବାକ୍ୟ ଲେଖାଅଛି, ତାହା ମୋʼଠାରେ ସିଦ୍ଧ ହେବା ଆବଶ୍ୟକ; ଯେଣୁ ମୋʼ ସମ୍ଵନ୍ଧୀୟ କଥା ସିଦ୍ଧ ହେଉଅଛି ।
38
ସେଥିରେ ସେମାନେ କହିଲେ, ପ୍ରଭୋ, ଦେଖନ୍ତୁ, ଏଠାରେ ଦୁଇଟା ଖଣ୍ତା ଅଛି । ପୁଣି, ସେ ସେମାନଙ୍କୁ କହିଲେ, ଯଥେଷ୍ଟ ।
39
ସେ ବାହାରି ଆପଣା ଧାରାନୁସାରେ ଜୀତ ପର୍ବତକୁ ଗଲେ, ଆଉ ଶିଷ୍ୟମାନେ ମଧ୍ୟ ତାହାଙ୍କ ପଛେ ପଛେ ଗଲେ।
40
ସେହି ସ୍ଥାନରେ ଉପସ୍ଥିତ ହୋଇ ସେ ସେମାନଙ୍କୁ କହିଲେ, ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ପ୍ରାର୍ଥନା କର ।
41
ଆଉ, ସେ ସେମାନଙ୍କଠାରୁ ପ୍ରାୟ ଶହେ ହାତ ଦୂରକୁ ଯାଇ ଜାନୁ ପାତି ଏହି ପ୍ରାର୍ଥନା କରିବାକୁ ଲାଗିଲେ,
42
ହେ ପିତା, ଯଦି ତୁମ୍ଭର ଇଚ୍ଛା ଥାଏ, ତେବେ ଏହି ପାନପାତ୍ର ମୋʼଠାରୁ ଦୂର କର; ତଥାପି ମୋହର ଇଚ୍ଛା ନୁହେଁ, ମାତ୍ର ତୁମ୍ଭର ଇଚ୍ଛା ସଫଳ ହେଉ ।
43
ଆଉ, ସ୍ଵର୍ଗରୁ ଜଣେ ଦୂତ ଦର୍ଶନ ଦେଇ ତାହାଙ୍କୁ ଶକ୍ତି ପ୍ରଦାନ କଲେ ।
44
ପୁଣି, ସେ ମର୍ମାନ୍ତିକ ଦୁଃଖରେ ମଗ୍ନ ହୋଇ ଆହୁରି ଏକାଗ୍ର ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ ଓ ତାହାଙ୍କ ଝାଳ ଘନ ରକ୍ତଟୋପା ପରି ଭୂଇଁରେ ପଡ଼ିଲା ।
45
ଆଉ, ସେ ପ୍ରାର୍ଥନାରୁ ଉଠି ଶିଷ୍ୟମାନଙ୍କ ନିକଟକୁ ଆସି ସେମାନଙ୍କୁ ଦୁଃଖ ହେତୁ ନିଦ୍ରିତ ଦେଖିଲେ;
46
ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛଣ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର ।
47
ସେ କଥା କହୁଥିବା ସମୟରେ, ଦେଖ, ଲୋକସମୂହ ଆସି ଉପସ୍ଥିତ ହେଲେ, ଆଉ ଦ୍ଵାଦଶଙ୍କ ମଧ୍ୟରୁ ଯିହୂଦା ନାମକ ଜଣେ ସେମାନଙ୍କ ଆଗେ ଆଗେ ଆସି ଯୀଶୁଙ୍କୁ ଚୁମ୍ଵନ କରିବାକୁ ତାହାଙ୍କ ପାଖକୁ ଗଲା ।
48
କିନ୍ତୁ ଯୀଶୁ ତାହାକୁ କହିଲେ, ହେ ଯିହୂଦା, ଚୁମ୍ଵନ ଦ୍ଵାରା କି ମନୁଷ୍ୟପୁତ୍ରଙ୍କୁ ଶତ୍ରୁହସ୍ତରେ ସମର୍ପଣ କରୁଅଛ?
49
ଏଥିରେ କଅଣ ଘଟିବ, ତାହା ଦେଖି ତାହାଙ୍କ ସଙ୍ଗୀମାନେ କହିଲେ, ପ୍ରଭୋ, ଆମ୍ଭେମାନେ କʼଣ ଖଡ଼୍ଗରେ ଆଘାତ କରିବା?
50
ଆଉ, ସେମାନଙ୍କ ମଧ୍ୟରୁ ଜଣେ ମହାଯାଜକଙ୍କ ଦାସକୁ ଆଘାତ କରି ତାହାର ଡାହାଣ କାନ କାଟି ପକାଇଲେ ।
51
କିନ୍ତୁ ଯୀଶୁ ଉତ୍ତର ଦେଲେ, ଏତିକି ସହିଥାଅ; ପୁଣି, ସେ ତାହାର କାନ ଛୁଇଁ ତାହାକୁ ସୁସ୍ଥ କଲେ ।
52
ଆଉ, ଯୀଶୁ ତାହାଙ୍କ ବିରୁଦ୍ଧରେ ଆସିଥିବା ପ୍ରଧାନ ଯାଜକ, ମନ୍ଦିରର ସେନାପତି ଓ ପ୍ରାଚୀନମାନଙ୍କୁ କହିଲେ, ଡକାଇତ ବିରୁଦ୍ଧରେ ବାହାରିବା ପରି ଖଣ୍ତା ଓ ଠେଙ୍ଗା ଘେନି ତୁମ୍ଭେମାନେ କଅଣ ବାହାରି ଆସିଲ?
53
ମୁଁ ପ୍ରତିଦିନ ତୁମ୍ଭମାନଙ୍କ ସହିତ ମନ୍ଦିରରେ ଥିବା ସମୟରେ ତୁମ୍ଭେମାନେ ମୋʼ ବିରୁଦ୍ଧରେ ହାତ ବଢ଼ାଇଲ ନାହିଁ, କିନ୍ତୁ ଏହା ତୁମ୍ଭମାନଙ୍କର ସମୟ ଓ ଅନ୍ଧକାରର କର୍ତ୍ତାପଣ ।
54
ପରେ ସେମାନେ ତାହାଙ୍କୁ ଧରି ଘେନିଯାଇ ମହାଯାଜକଙ୍କ ଗୃହକୁ ଆଣିଲେ; କିନ୍ତୁ ପିତର ଦୂରରେ ରହି ପଛେ ପଛେ ଗଲେ ।
55
ଆଉ, ସେମାନେ ପ୍ରାଙ୍ଗଣର ମଧ୍ୟସ୍ଥଳରେ ନିଆଁ ଜାଳି ଏକାଠି ବସନ୍ତେ, ପିତର ସେମାନଙ୍କ ମଧ୍ୟରେ ବସି ରହିଲେ ।
56
ଜଣେ ଦାସୀ ତାଙ୍କୁ ନିଆଁ ପାଖରେ ବସିଥିବା ଦେଖି ତାଙ୍କୁ ଏକଦୃଷ୍ଟିରେ ଚାହିଁ କହିଲା, ଏ ଲୋକଟା ମଧ୍ୟ ତାହା ସାଙ୍ଗରେ ଥିଲା ।
57
କିନ୍ତୁ ସେ ଅସ୍ଵୀକାର କରି କହିଲେ, ହେ ନାରୀ, ମୁଁ ତାହାକୁ ଜାଣେ ନାହିଁ ।
58
ଅଳ୍ପ ସମୟ ଉତ୍ତାରେ ଆଉ ଜଣେ ତାଙ୍କୁ ଦେଖି କହିଲା, ତୁମ୍ଭେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । କିନ୍ତୁ ପିତର କହିଲେ, ନାହିଁ, ଭାଇ, ମୁଁ ନୁହେଁ ।
59
ପ୍ରାୟ ଘଣ୍ଟାକ ପରେ ଆଉ ଜଣେ ଦୃଢ଼ ଭାବରେ କହିବାକୁ ଲାଗିଲା, ଏ ଲୋକଟା ମଧ୍ୟ ନିଶ୍ଚୟ ତାହାର ସଙ୍ଗରେ ଥିଲା, କାରଣ ସେ ତ ଗାଲିଲୀୟ ଲୋକ ।
60
କିନ୍ତୁ ପିତର କହିଲେ, ଭାଇ, ତୁମ୍ଭେ ଯାହା କହୁଅଛ, ମୁଁ ତାହା ଜାଣେ ନାହିଁ । ସେହିକ୍ଷଣି ସେ କଥା କହୁ କହୁ କୁକୁଡ଼ା ଡାକିଲା,
61
ପୁଣି ପ୍ରଭୁ ବୁଲିପଡ଼ି ପିତରଙ୍କୁ ଏକଦୃଷ୍ଟିରେ ଚାହିଁଲେ; ସେଥିରେ ଆଜି କୁକୁଡ଼ା ଡାକିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ଵୀକାର କରିବ, ଏହି ଯେଉଁ କଥା ପ୍ରଭୁ ପିତରଙ୍କୁ କହିଥିଲେ,
62
ତାହା ତାଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟ; ବ୍ୟାକୁଳ ହୋଇ ରୋଦନ କଲେ ।
63
ଆଉ, ଯେଉଁ ଲୋକମାନେ ଯୀଶୁଙ୍କୁ ଧରି ରଖିଥିଲେ, ସେମାନେ ତାହାଙ୍କୁ ପ୍ରହାର କରୁ କରୁ ପରିହାସ କଲେ,
64
ପୁଣି ତାହାଙ୍କ ମୁହଁ ଘୋଡ଼ାଇ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁ ପରା ଭାବବାଦୀ! କହ ତ, କିଏ ତୋତେ ମାଇଲା?
65
ପୁଣି, ସେମାନେ ଆହୁରି ଅନେକ କଥା ତାହାଙ୍କ ବିରୁଦ୍ଧରେ କହି ତାହାଙ୍କର ନିନ୍ଦା କରିବାକୁ ଲାଗିଲେ ।
66
ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ, ପୁଣି ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।
67
କିନ୍ତୁ ସେ ସେମାନଙ୍କୁ କହିଲେ, ମୁଁ ଯଦି ଆପଣମାନଙ୍କୁ କହେ, ଆପଣମାନେ ତ ବିଶ୍ଵାସ କରିବେ ନାହି;
68
ପୁଣି, ମୁଁ ଯଦି ପ୍ରଶ୍ନ କରେ, ଆପଣମାନେ ଉତ୍ତର ଦେବେ ନାହିଁ ।
69
କିନ୍ତୁ ଅଦ୍ୟାବଧି ମନୁଷ୍ୟପୁତ୍ର ଈଶ୍ଵରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ହେବେ ।
70
ସେଥିରେ ସମସ୍ତେ ପଚାରିଲେ, ତେବେ ତୁମ୍ଭେ କଅଣ ଈଶ୍ଵରଙ୍କ ପୁତ୍ର? ସେ ସେମାନଙ୍କୁ କହିଲେ, ମୁଁ ସେହି ବୋଲି ଆପଣମାନେ କହୁଅଛନ୍ତି ।
71
ତେଣୁ ସେମାନେ କହିଲେ, ସାକ୍ଷ୍ୟରେ ଆମ୍ଭମାନଙ୍କର ଆଉ କଅଣ ପ୍ରୟୋଜନ? ଆମ୍ଭେମାନେ ତ ଆପେ ଆପେ ତାହାର ନିଜ ମୁଖରୁ ଏହା ଶୁଣିଲୁ ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24