bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 23
Luke 23
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
1
ପରେ ସଭାଟାଯାକ ସମସ୍ତେ ଉଠି ପୀଲାତଙ୍କ ନିକଟକୁ ତାହାଙ୍କୁ ଘେନିଗଲେ ।
2
ଆଉ, ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗ କରି କହିବାକୁ ଲାଗିଲେ, ଆମ୍ଭେମାନେ ଦେଖିଲୁ, ଏ ଲୋକଟା ଆମ୍ଭମାନଙ୍କ ଜାତିକି ରାଜଦ୍ରୋହୀ କରାଉଅଛି ଏବଂ କାଇସରଙ୍କୁ କର ଦେବା ପାଇଁ ନିଷେଧ କରୁଅଛି ଓ ଆପଣାକୁ ଅଭିଷିକ୍ତ ରାଜା ବୋଲି କହୁଅଛି ।
3
ଏଥିରେ ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।
4
ସେଥିରେ ପୀଲାତ ପ୍ରଧାନ ଯାଜକ ଓ ଲୋକ-ସମୂହକୁ କହିଲେ, ଆମ୍ଭେ ଏହି ଲୋକଠାରେ କୌଣସି ଦୋଷ ପାଉ ନାହୁଁ ।
5
କିନ୍ତୁ ସେମାନେ ଆହୁରି ଦୃଢ଼ ରୂପେ କହିବାକୁ ଲାଗିଲେ, ଏ ସମଗ୍ର ଯିହୁଦା ଦେଶରେ ଶିକ୍ଷା ଦେଇ ଗାଲିଲୀଠାରୁ ଆରମ୍ଭ କରି ଏ ସ୍ଥାନ ପର୍ଯ୍ୟନ୍ତ ସୁଦ୍ଧା ଲୋକସାଧାରଣଙ୍କୁ ମତାଉଅଛି ।
6
କିନ୍ତୁ ପୀଲାତ ଏହା ଶୁଣି ପଚାରିଲେ, ଏ ଲୋକଟା କଅଣ ଜଣେ ଗାଲିଲୀୟ?
7
ପୁଣି, ସେ ଯେ ହେରୋଦଙ୍କ ରାଜ୍ୟର ଲୋକ, ଏହା ଜ୍ଞାତ ହୋଇ ସେ ତାହାଙ୍କୁ ହେରୋଦଙ୍କ ନିକଟକୁ ପଠାଇଦେଲେ, ଯେଣୁ ସେ ମଧ୍ୟ ଏହି ସମୟରେ ଯିରୂଶାଲମରେ ଥିଲେ ।
8
ହେରୋଦ ଯୀଶୁଙ୍କୁ ଦେଖି ଅତ୍ୟ; ଆନନ୍ଦିତ ହେଲେ, କାରଣ ସେ ତାହାଙ୍କ ବିଷୟ ଶୁଣିଥିବାରୁ ତାହାଙ୍କୁ ବହୁକାଳରୁ ଦେଖିବାକୁ ଇଚ୍ଛା କରୁଥିଲେ, ପୁଣି ତାହାଙ୍କ ଦ୍ଵାରା କୌଣସି ଆଶ୍ଚର୍ଯ୍ୟକର୍ମ ସାଧିତ ହେବା ଦେଖିବାକୁ ଆଶା କରୁଥିଲେ ।
9
ଏଣୁ ସେ ତାହାଙ୍କୁ ଅନେକ କଥା ପଚାରିବାକୁ ଲାଗିଲେ, କିନ୍ତୁ ସେ ତାଙ୍କୁ କୌଣସି ଉତ୍ତର ଦେଲେ ନାହିଁ ।
10
ଆଉ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଠିଆ ହୋଇ ତାହାଙ୍କ ବିରୁଦ୍ଧରେ ତୀବ୍ର ଭାବରେ ଅଭିଯୋଗ କରୁଥିଲେ ।
11
ପୁଣି, ହେରୋଦ ଆପଣା ସୈନ୍ୟମାନଙ୍କ ସହିତ ତାହାଙ୍କୁ ତୁଚ୍ଛ କରି ପରିହାସପୂର୍ବକ ଚାକଚକ୍ୟ ବସ୍ତ୍ର ପିନ୍ଧାଇ ପୀଲାତଙ୍କ ନିକଟକୁ ପୁନର୍ବାର ପଠାଇଦେଲେ ।
12
ସେହି ଦିନ ହେରୋଦ ଓ ପୀଲାତ ପରସ୍ପର ବନ୍ଧୁ ହେଲେ; ଏଥିପୂର୍ବେ ସେମାନଙ୍କ ପରସ୍ପର ମଧ୍ୟରେ ଶତ୍ରୁତା ଥିଲା ।
13
ଏଥିଉତ୍ତାରେ ପୀଲାତ ପ୍ରଧାନ ଯାଜକ, ଅଧ୍ୟକ୍ଷ ଓ ଜନସାଧାରଣଙ୍କୁ ଡାକି ଏକତ୍ର କରି ସେମାନଙ୍କୁ କହିଲେ,
14
ଏ ଲୋକସାଧାରଣଙ୍କୁ ବିଦ୍ରୋହୀ କରୁଅଛି ବୋଲି ତୁମ୍ଭେମାନେ ଏହାକୁ ଆମ୍ଭ ନିକଟକୁ ଆଣିଥିଲ; ଆଉ ଦେଖ, ଆମ୍ଭେ ତୁମ୍ଭମାନଙ୍କ ସାକ୍ଷାତରେ ଏହାକୁ ପ୍ରଶ୍ନ କରି, ତାହା ବିରୁଦ୍ଧରେ ତୁମ୍ଭେମାନେ ଯେସମସ୍ତ ଅଭିଯୋଗ କରୁଅଛ, ସେପରି କୌଣସି ଦୋଷ ଏହାଠାରେ ପାଇଲୁ ନାହିଁ ।
15
ହେରୋଦ ମଧ୍ୟ ପାଇ ନାହାନ୍ତି, କାରଣ ସେ ତାହାକୁ ଆମ୍ଭମାନଙ୍କ ନିକଟକୁ ପୁଣି ପଠାଇ ଦେଲେ; ଆଉ ଦେଖ, ଏ ପ୍ରାଣଦଣ୍ତଯୋଗ୍ୟ କୌଣସି କର୍ମ କରି ନାହିଁ;
16
ଅତଏବ ଆମ୍ଭେ ଏହାକୁ ଶାସ୍ତି ଦେଇ ମୁକ୍ତ କରିଦେବୁ।
17
[ପର୍ବ ସମୟରେ ସେମାନଙ୍କ ନିମନ୍ତେ ତାଙ୍କୁ ଜଣେ ବନ୍ଦୀକି ମୁକ୍ତ କରିବାକୁ ହେଉଥିଲା ।
18
ମାତ୍ର ସେମାନେ ସମସ୍ତେ ଏକତ୍ର ଚିତ୍କାର କରି କହିଲେ, ଏହାକୁ ବଧ କର, ଆମ୍ଭମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କର ।
19
ଏହି ବାରବ୍ବା ନଗରରେ ଘଟିଥିବା କୌଣସି ବିପ୍ଳବ ଯୋଗୁଁ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିଲା ।
20
ମାତ୍ର ପୀଲାତ ଯୀଶୁଙ୍କୁ ମୁକ୍ତ କରିବାକୁ ଇଚ୍ଛା କରି ସେମାନଙ୍କୁ ପୁନର୍ବାର ବୁଝାଇଲେ ।
21
କିନ୍ତୁ ସେମାନେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲେ, ତାହାକୁ କ୍ରୁଶରେ ଚଢ଼ାଅ, କ୍ରୁଶରେ ଚଢ଼ାଅ ।
22
ପୁଣି, ସେ ସେମାନଙ୍କୁ ତୃତୀୟ ଥର କହିଲେ, କାହିଁକି, ସେ କି ଦୋଷ କରିଅଛି? ଆମ୍ଭେ ତାହାଠାରେ ପ୍ରାଣଦଣ୍ତର କୌଣସି ଦୋଷ ପାଇ ନାହୁଁ; ଅତଏବ, ଆମ୍ଭେ ତାହାକୁ ଶାସ୍ତି ଦେଇ ଛାଡ଼ିଦେବା ।
23
ମାତ୍ର ସେ କ୍ରୁଶରେ ଚଢ଼ାଯାଉ ବୋଲି ଦାବୀ କରି ସେମାନେ ବଡ଼ ପାଟିରେ ଜିଦ୍ କରିବାକୁ ଲାଗିଲେ, ଆଉ ସେମାନଙ୍କ କୋଳାହଳର ଜୟ ହେଲା ।
24
ପୁଣି, ସେମାନଙ୍କର ଦାବୀ ଅନୁସାରେ କରାଯାଉ ବୋଲି ପୀଲାତ ଆଦେଶ ଦେଲେ;
25
କିନ୍ତୁ ବିପ୍ଳବ ଓ ନରହତ୍ୟା ହେତୁ କାରାଗାରରେ ପକାଯାଇଥିବା ଯେଉଁ ଲୋକ ନିମନ୍ତେ ସେମାନେ ଦାବୀ କରିଥିଲେ, ତାହାକୁ ସେ ମୁକ୍ତ କରିଦେଲେ, ଆଉ ଯୀଶୁଙ୍କୁ ସେ ସେମାନଙ୍କ ଇଚ୍ଛାର ଅଧୀନରେ ସମର୍ପଣ କଲେ ।
26
ସେମାନେ ତାହାଙ୍କୁ ଘେନିଯିବା ସମୟରେ ପଲ୍ଲୀଗ୍ରାମରୁ ଆସୁଥିବା ଶିମୋନ ନାମକ ଜଣେ କୂରୀଣୀୟ ଲୋକଙ୍କୁ ଧରି ଯୀଶୁଙ୍କ ପଛେ ପଛେ କ୍ରୁଶ ବହିବା ନିମନ୍ତେ ତାଙ୍କ କାନ୍ଧରେ ତାହା ଥୋଇଲେ ।
27
ପୁଣି, ଲୋକମାନଙ୍କର ଓ ତାହାଙ୍କ ନିମନ୍ତେ ବକ୍ଷାଘାତ କରି ବିଳାପ କରୁଥିବା ସ୍ତ୍ରୀଲୋକମାନଙ୍କର ମହା ଜନତା ତାହାଙ୍କର ପଶ୍ଚାଦ୍ଗମନ କରୁଥିଲେ ।
28
କିନ୍ତୁ ଯୀଶୁ ସେମାନଙ୍କ ଆଡ଼କୁ ବୁଲିପଡ଼ି କହିଲେ, ଗୋ ଯିରୂଶାଲମର କନ୍ୟାମାନେ, ମୋʼ ନିମନ୍ତେ ରୋଦନ କର ନାହିଁ, ବରଂ ଆପଣା ଆପଣା ନିମନ୍ତେ ଓ ଆପଣା ଆପଣା ସନ୍ତାନମାନଙ୍କ ନିମନ୍ତେ ରୋଦନ କର;
29
କାରଣ ଦେଖ, ଯେଉଁମାନେ ବନ୍ଧ୍ୟା, ପୁଣି ଯେଉଁମାନେ କେବେ ହେଁ ଗର୍ଭବତୀ ହୋଇ ନାହାନ୍ତି ଓ ସ୍ତନ୍ୟପାନ କରାଇ ନାହାନ୍ତି, ସେମାନଙ୍କୁ ଲୋକେ ଯେତେବେଳେ ଧନ୍ୟ ଧନ୍ୟ ବୋଲି କହିବେ, ଏପରି ସମୟ ଆସୁଅଛି ।
30
ସେତେବେଳେ ଲୋକେ ପର୍ବତମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କ ଉପରେ ପଡ଼, ଆଉ ଉପପର୍ବତ-ମାନଙ୍କୁ କହିବାକୁ ଲାଗିବେ, ଆମ୍ଭମାନଙ୍କୁ ଘୋଡ଼ାଇ ପକାଅ ।
31
କାରଣ ଲୋକେ ଯଦି ସତେଜ ବୃକ୍ଷ ପ୍ରତି ଏହା କରନ୍ତି, ତେବେ ଶୁଷ୍କ ବୃକ୍ଷ ପ୍ରତି କଅଣ ନ ଘଟିବ?
32
ପୁଣି, ପ୍ରାଣଦଣ୍ତ ଭୋଗିବା ନିମନ୍ତେ ଦୁଇଜଣ ଦୁଷ୍କର୍ମକାରୀ ମଧ୍ୟ ତାହାଙ୍କ ସାଙ୍ଗରେ ନିଆଯାଉଥିଲେ ।
33
ଆଉ, ସେମାନେ କପାଳ ନାମକ ସ୍ଥାନରେ ଉପସ୍ଥିତ ହୋଇ ସେଠାରେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି ଦୁଷ୍କର୍ମକାରୀମାନଙ୍କ ମଧ୍ୟରୁ ଜଣକୁ ଦକ୍ଷିଣରେ ଓ ଅନ୍ୟ ଜଣକୁ ବାମରେ କ୍ରୁଶରେ ଚଢ଼ାଇଲେ ।
34
ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କଅଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ । ଆଉ, ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ ।
35
ପୁଣି, ଲୋକମାନେ ଠିଆ ହୋଇ ଦେଖୁଥିଲେ । ଆଉ, ଅଧ୍ୟକ୍ଷମାନେ ମଧ୍ୟ ତାହାଙ୍କୁ ବିଦ୍ରୂପ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା; ସେ ଯଦି ଈଶ୍ଵରଙ୍କ ମନୋନୀତ ଖ୍ରୀଷ୍ଟ, ତେବେ ନିଜକୁ ରକ୍ଷା କରୁ ।
36
ପୁଣି, ସୈନ୍ୟମାନେ ମଧ୍ୟ ତାହାଙ୍କ ପାଖକୁ ଆସି ଅମ୍ଳରସ ଯାଚି ତାହାଙ୍କୁ ପରିହାସ କରି କହିଲେ,
37
ତୁ ଯଦି ଯିହୁଦୀମାନଙ୍କର ରାଜା, ତାହାହେଲେ ନିଜକୁ ରକ୍ଷା କର ।
38
ପୁଣି, ତାହାଙ୍କ ଊର୍ଦ୍ଧ୍ଵରେ ଏହି ଲିପି ମଧ୍ୟ ଲେଖାଥିଲା, ଏ ଯିହୁଦୀମାନଙ୍କର ରାଜା ।
39
ଆଉ, କ୍ରୁଶରେ ଚଢ଼ାଯାଇଥିବା ଦୁଷ୍କର୍ମକାରୀ-ମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ନିନ୍ଦା କରି କହିବାକୁ ଲାଗିଲା, ତୁ କଅଣ ଖ୍ରୀଷ୍ଟ ନୋହୁଁ? ନିଜକୁ ଓ ଆମ୍ଭମାନଙ୍କୁ ରକ୍ଷା କର ।
40
କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ତ ତ ପାଉଛୁ, ତୁ ଈଶ୍ଵରଙ୍କୁ କଅଣ ଭୟ ମଧ୍ୟ କରୁ ନାହୁଁ?
41
ଆଉ, ଆମ୍ଭେମାନେ ସିନା ନ୍ୟାୟ ଭାବରେ ଦଣ୍ତ ଭୋଗୁଅଛୁ, କାରଣ ଆମ୍ଭେମାନେ ନିଜ ନିଜ କର୍ମର ସମୁଚିତ ଫଳ ପାଉଅଛୁ, କିନ୍ତୁ ଏହି ବ୍ୟକ୍ତି କୌଣସି ଦୋଷ କରି ନାହାନ୍ତି।
42
ପୁଣି, ସେ କହିଲା, ହେ ଯୀଶୁ, ଆପଣ ନିଜ ରାଜ୍ୟରେ ପ୍ରବେଶ କଲେ ମୋତେ ସ୍ମରଣ କରିବେ ।
43
ସେଥିରେ ସେ ତାହାକୁ କହିଲେ, ମୁଁ ତୁମ୍ଭକୁ ସତ୍ୟ କହୁଅଛି, ଆଜି ତୁମ୍ଭେ ମୋହର ସହିତ ପାରଦୀଶରେ ଉପସ୍ଥିତ ହେବ ।
44
ସେତେବେଳେ ପ୍ରାୟ ବାର ଘଣ୍ଟା ସମୟ ହୋଇଥିଲା, ଆଉ, ସୂର୍ଯ୍ୟର କିରଣ ନିସ୍ତେଜ ହେବାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା,
45
ପୁଣି ମନ୍ଦିରର ବିଚ୍ଛେଦବସ୍ତ୍ର ମଝିରୁ ଚିରିଗଲା ।
46
ଆଉ, ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ହେ ପିତା, ତୁମ୍ଭ ହସ୍ତରେ ମୁଁ ଆପଣାର ଆତ୍ମା ସମର୍ପଣ କରୁଅଛି । ଏହା କହି ସେ ପ୍ରାଣତ୍ୟାଗ କଲେ ।
47
ଶତସେନାପତି ଏହି ଘଟଣା ଦେଖି ଈଶ୍ଵରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।
48
ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହିସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ ।
49
କିନ୍ତୁ ତାହାଙ୍କର ପରିଚିତ ସମସ୍ତେ ଓ ଗାଲିଲୀରୁ ଏକତ୍ର ମିଳି ତାହାଙ୍କ ପଛେ ପଛେ ଆସିଥିବା ସ୍ତ୍ରୀଲୋକମାନେ ଦୂରରେ ଠିଆ ହୋଇ ଏହିସବୁ ଦେଖୁଥିଲେ ।
50
ଆଉ ଦେଖ, ଯିହୁଦୀମାନଙ୍କର ହାରାମାଥୀୟା ନଗରର ଯୋଷେଫ ନାମକ ଜଣେ ବ୍ୟକ୍ତି ମହାସଭାର ସଭ୍ୟ ଥିଲେ; ସେ ଜଣେ ଉତ୍ତମ ଓ ଧାର୍ମିକ ଲୋକ,
51
ଆଉ ସେମାନଙ୍କର ମନ୍ତ୍ରଣା ଓ କର୍ମରେ ସମ୍ମତ ହୋଇ ନ ଥିଲେ, ପୁଣି ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ ।
52
ସେ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ,
53
ପୁଣି ତାହା ଓହ୍ଲାଇଆଣି ସୂକ୍ଷ୍ମ ବସ୍ତ୍ରରେ ଗୁଡ଼ାଇ, ଯହିଁରେ କେହି କେବେ ରଖା ଯାଇ ନ ଥିଲା, ପାହାଡ଼ରେ ଖୋଳା ହୋଇଥିବା ଏପରି ଗୋଟିଏ ସମାଧିରେ ତାହାଙ୍କୁ ଥୋଇଲେ ।
54
ସେହି ଦିନ ଆୟୋଜନ ଦିନ ଥିଲା, ପୁଣି ବିଶ୍ରାମବାର ନିକଟ ହୋଇ ଆସୁଥିଲା ।
55
ଆଉ, ଗାଲିଲୀରୁ ତାହାଙ୍କ ସହିତ ଆସିଥିବା ସ୍ତ୍ରୀଲୋକମାନେ ପଛେ ପଛେ ଯାଇ ସମାଧିକି ଓ ତାହାଙ୍କ ଶରୀର କିପରି ରଖାଗଲା, ତାହା ଦେଖିଲେ,
56
ପୁଣି ସେମାନେ ବାହୁଡ଼ିଯାଇ ସୁଗନ୍ଧିଦ୍ରବ୍ୟ ଓ ତୈଳ ପ୍ରସ୍ତୁତ କଲେ ।
← Chapter 22
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 24 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24