bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 24
Luke 24
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
1
ଆଉ, ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ ।
2
ପୁଣି, ସେମାନେ ସମାଧିରୁ ପଥରଟା ଗଡ଼ାଇ ଦିଆଯାଇଥିବା ଦେଖିଲେ,
3
କିନ୍ତୁ ଭିତରକୁ ଯାଇ ପ୍ରଭୁ ଯୀଶୁଙ୍କ ଶରୀର ପାଇଲେ ନାହିଁ ।
4
ଆଉ, ସେମାନେ ସେସମ୍ଵନ୍ଧରେ ହତବୁଦ୍ଧି ହେଉଅଛନ୍ତି, ଏପରି ସମୟରେ ଦେଖ, ଉଜ୍ଜ୍ଵଳବସ୍ତ୍ର ପରିହିତ ଦୁଇ ଜଣ ବ୍ୟକ୍ତି ସେମାନଙ୍କ ନିକଟରେ ଉପସ୍ଥିତ ହେଲେ;
5
ସେଥିରେ ସେମାନେ ଭୀତ ହୋଇ ଅଧୋମୁଖ ହୁଅନ୍ତେ, ସେମାନେ ସେମାନଙ୍କୁ କହିଲେ, ମୃତମାନଙ୍କ ମଧ୍ୟରେ ତୁମ୍ଭେମାନେ କାହିଁକି ଜୀବିତଙ୍କର ଅନ୍ଵେଷଣ କରୁଅଛ?
6
ସେ ଏଠାରେ ନାହାନ୍ତି, ମାତ୍ର ଉଠିଅଛନ୍ତି । ମନୁଷ୍ୟପୁତ୍ରଙ୍କୁ ଯେ ଅବଶ୍ୟ ପାପୀମାନଙ୍କ ହସ୍ତରେ ସମର୍ପିତ ହୋଇ କ୍ରୁଶରେ ହତ ହେବାକୁ ଓ ତୃତୀୟ ଦିବସରେ ପୁନରୁତ୍ଥାନ କରିବାକୁ ହେବ,
7
ଏହି ଯେଉଁ ବାକ୍ୟ ସେ ଗାଲିଲୀରେ ଥିବା ସମୟରେ ତୁମ୍ଭମାନଙ୍କୁ କହିଥିଲେ, ତାହା ସ୍ମରଣ କର ।
8
ସେଥିରେ ସେମାନେ ତାହାଙ୍କ ବାକ୍ୟ ସ୍ମରଣ କଲେ,
9
ପୁଣି ସମାଧିରୁ ବାହୁଡ଼ିଯାଇ ଏକାଦଶ ଓ ଅନ୍ୟ ସମସ୍ତଙ୍କୁ ଏହିସବୁ ସମ୍ଵାଦ ଦେଲେ ।
10
ଏମାନେ ମଗ୍ଦଲୀନୀ ମରୀୟମ, ଯୋହାନା, ଯାକୁବଙ୍କ ମାତା ମରୀୟମ ଓ ଏମାନଙ୍କ ସାଙ୍ଗରେ ଥିବା ଅନ୍ୟ ସ୍ତ୍ରୀଲୋକମାନେ, ଏମାନେ ପ୍ରେରିତମାନଙ୍କୁ ଏହିସବୁ ବିଷୟ ଜଣାଇଲେ ।
11
ମାତ୍ର ଏସମସ୍ତ କଥା ସେମାନଙ୍କ ନିକଟରେ ପ୍ରଳାପ ପରି ଲାଗିଲା, ଆଉ ସେମାନେ ସେମାନଙ୍କୁ ଅବିଶ୍ଵାସ କଲେ ।
12
[କିନ୍ତୁ ପିତର ଉଠି ସମାଧି ନିକଟକୁ ଦୌଡ଼ିଗଲେ, ପୁଣି ନଇଁପଡ଼ି ଚାହିଁ କେବଳ ସୂକ୍ଷ୍ମ ବସ୍ତ୍ରସବୁ ଦେଖିଲେ, ଆଉ ସେ ସେହି ଘଟଣା ବିଷୟରେ ଚମତ୍କୃତ ହୋଇ ଆପଣା ଘରକୁ ଚାଲିଗଲେ ।]
13
ଆଉ ଦେଖ, ସେହିଦିନ ସେମାନଙ୍କ ମଧ୍ୟରୁ ଦୁଇ ଜଣ ଯିରୂଶାଲମଠାରୁ ପ୍ରାୟ ଚାରି କ୍ରୋଶ ଦୂରବର୍ତ୍ତୀ ଇମ୍ମାୟୁ ଗ୍ରାମକୁ ଯାଉଥିଲେ
14
ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ ।
15
ସେମାନେ କଥାବାର୍ତ୍ତା ଓ ବାଦାନୁବାଦ କରୁଥିବା ସମୟରେ ଯୀଶୁ ଆପେ ସେମାନଙ୍କ ନିକଟକୁ ଆସି ସେମାନଙ୍କ ସଙ୍ଗେ ସଙ୍ଗେ ଗମନ କରିବାକୁ ଲାଗିଲେ;
16
କିନ୍ତୁ ସେମାନଙ୍କର ଚକ୍ଷୁ ଏପରି ରୁଦ୍ଧ ହୋଇଥିଲା ଯେ, ସେମାନେ ତାହାଙ୍କୁ ଚିହ୍ନି ପାରିଲେ ନାହିଁ ।
17
ସେ ସେମାନଙ୍କୁ ପଚାରିଲେ, ତୁମ୍ଭେମାନେ ଚାଲୁ ଚାଲୁ ଯେଉଁ ସମସ୍ତ ବିଷୟ ପରସ୍ପର କଥାବାର୍ତ୍ତା କରୁଅଛ, ସେସବୁ କଅଣ? ସେଥିରେ ସେମାନେ ବିଷର୍ଣ୍ଣ ମୁଖରେ ଠିଆ ହୋଇ ରହିଲେ ।
18
ଆଉ, ସେମାନଙ୍କ ମଧ୍ୟରୁ କ୍ଳେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କଅଣ ଏକାକୀ ସେସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ?
19
ସେ ସେମାନଙ୍କୁ ପଚାରିଲେ, କି କି ପ୍ରକାର ଘଟଣା? ସେମାନେ ତାହାଙ୍କୁ କହିଲେ, ନାଜରିତୀୟ ଯୀଶୁଙ୍କ ବିଷୟ; ସେ ଈଶ୍ଵର ଓ ସମସ୍ତ ଲୋକଙ୍କ ଦୃଷ୍ଟିରେ କର୍ମରେ ଓ ବାକ୍ୟରେ ଜଣେ ଶକ୍ତିଶାଳୀ ଭାବବାଦୀ ଥିଲେ,
20
ଆଉ ଆମ୍ଭମାନଙ୍କର ପ୍ରଧାନ ଯାଜକ ଓ ଅଧ୍ୟକ୍ଷମାନେ କିପରି ତାହାଙ୍କୁ ପ୍ରାଣଦଣ୍ତ ଭୋଗିବାକୁ ସମର୍ପଣ କରି ତାହାଙ୍କୁ କ୍ରୁଶରେ ବଧ କଲେ, ଏହିସମସ୍ତ ବିଷୟ ।
21
କିନ୍ତୁ ଯେ ଇସ୍ରାଏଲକୁ ମୁକ୍ତ କରିବେ, ସେ ଯେ ଏହି ବ୍ୟକ୍ତି, ତାହା ଆମ୍ଭେମାନେ ଆଶା କରିଥିଲୁ; ମାତ୍ର ଏହା ଛଡ଼ା ଏସମସ୍ତ ଘଟିବାର ଆଜିକି ତିନି ଦିନ ହେଲା ।
22
ଆହୁରି ମଧ୍ୟ, ଆମ୍ଭମାନଙ୍କ ମଧ୍ୟରୁ କେତେକ ସ୍ତ୍ରୀଲୋକ ଆମ୍ଭମାନଙ୍କୁ ଆଚମ୍ଵିତ କରିଅଛନ୍ତି; ସେମାନେ ପ୍ରତ୍ୟୁଷରେ ସମାଧି ନିକଟକୁ ଯାଇଥିଲେ,
23
ଆଉ ତାହାଙ୍କ ଶରୀର ନ ପାଇ ଆସି କହିଲେ ଯେ, ସେମାନେ ଦୂତମାନଙ୍କର ଦର୍ଶନ ମଧ୍ୟ ପାଇଅଛନ୍ତି ଓ ସେହି ଦୂତମାନେ କହିଲେ ଯେ, ସେ ଜୀବିତ ଅଛନ୍ତି ।
24
ଆଉ, ଆମ୍ଭମାନଙ୍କ ସଙ୍ଗୀମାନଙ୍କ ମଧ୍ୟରୁ କେହି କେହି ସମାଧି ନିକଟକୁ ଯାଇ, ସ୍ତ୍ରୀଲୋକମାନେ ଯେପରି କହିଥିଲେ, ସେପରି ଦେଖିଲେ, କିନ୍ତୁ ତାହାଙ୍କୁ ଦେଖିଲେ ନାହିଁ ।
25
ସେଥିରେ ସେ ସେମାନଙ୍କୁ କହିଲେ, ହେ ନିର୍ବୋଧମାନେ ଓ ଭାବବାଦୀମାନଙ୍କ ଦ୍ଵାରା କଥିତ ସମସ୍ତ ବାକ୍ୟରେ ବିଶ୍ଵାସ କରିବାକୁ ଶିଥିଳଚିତ୍ତମାନେ,
26
ଏହିସମସ୍ତ ଦୁଃଖ ଭୋଗ କରି ଆପଣା ମହିମାରେ ପ୍ରବେଶ କରିବା କଅଣ ଖ୍ରୀଷ୍ଟଙ୍କର ଆବଶ୍ୟକ ନ ଥିଲା?
27
ପୁଣି, ମୋଶା ଓ ସମସ୍ତ ଭାବବାଦୀଙ୍କଠାରୁ ଆରମ୍ଭ କରି ସମସ୍ତ ଧର୍ମଶାସ୍ତ୍ରରେ ଆପଣା ସମ୍ଵନ୍ଧୀୟ କଥା ସେ ସେମାନଙ୍କୁ ବୁଝାଇଦେଲେ ।
28
ଆଉ, ସେମାନେ ଯେଉଁ ଗ୍ରାମକୁ ଯାଉଥିଲେ, ସେଥିର ନିକଟବର୍ତ୍ତୀ ହୁଅନ୍ତେ, ସେ ଆହୁରି ଆଗକୁ ଯିବାର ଭାବ ଦେଖାଇଲେ ।
29
କିନ୍ତୁ ସେମାନେ ତାହାଙ୍କୁ ବଳାଇ କହିଲେ, ଆମ୍ଭ-ମାନଙ୍କ ସାଙ୍ଗରେ ରହନ୍ତୁ, କାରଣ ସନ୍ଧ୍ୟା ହୋଇଆସୁଅଛି ଓ ବେଳ ଗଡ଼ିଗଲାଣି । ସେଥିରେ ସେ ସେମାନଙ୍କ ସହିତ ରହିବାକୁ ଘର ଭିତରକୁ ଗଲେ ।
30
ଆଉ, ସେମାନଙ୍କ ସହିତ ଭୋଜନରେ ବସିଲା ଉତ୍ତାରେ ସେ ରୋଟୀ ଘେନି ଆଶୀର୍ବାଦ କଲେ, ପୁଣି ତାହା ଭାଙ୍ଗି ସେମାନଙ୍କୁ ଦେବାକୁ ଲାଗିଲେ ।
31
ତହିଁରେ ସେମାନଙ୍କ ଚକ୍ଷୁ ଉନ୍ମୁକ୍ତ ହେଲା ଓ ସେମାନେ ତାହାଙ୍କୁ ଚିହ୍ନିଲେ; ଆଉ, ସେ ସେମାନଙ୍କ ଦୃଷ୍ଟିରୁ ଅନ୍ତର୍ହିତ ହେଲେ ।
32
ସେଥିରେ ସେମାନେ ପରସ୍ପର କହିଲେ, ଯେତେବେଳେ ପଥ ମଧ୍ୟରେ ସେ ଆମ୍ଭମାନଙ୍କ ସାଙ୍ଗରେ କଥାବାର୍ତ୍ତା କରୁଥିଲେ ଓ ଆମ୍ଭମାନଙ୍କୁ ଧର୍ମଶାସ୍ତ୍ର ବୁଝାଉଥିଲେ, ସେତେବେଳେ କଅଣ ଆମ୍ଭମାନଙ୍କ ହୃଦୟ ଉତ୍ତପ୍ତ ହେଉ ନ ଥିଲା?
33
ଆଉ, ସେମାନେ ସେହି ଦଣ୍ତରେ ଉଠି ଯିରୂଶାଲମକୁ ବାହୁଡ଼ିଯାଇ ସମବେତ ହୋଇଥିବା ଏକାଦଶଙ୍କୁ ଓ ସେମାନଙ୍କ ସଙ୍ଗୀମାନଙ୍କୁ ଦେଖିଲେ;
34
ସେମାନେ କହୁଥିଲେ, ପ୍ରଭୁ ନିଶ୍ଚୟ ଉଠିଅଛନ୍ତି ଓ ଶିମୋନଙ୍କୁ ଦର୍ଶନ ଦେଇଅଛନ୍ତି ।
35
ଆଉ, ସେମାନେ ମଧ୍ୟ ବାଟର ସମସ୍ତ ଘଟଣା ଓ ରୋଟୀ ଭାଙ୍ଗିବାରେ ସେ କିପରି ସେମାନଙ୍କ ଦ୍ଵାରା ଚିହ୍ନାଗଲେ, ସେହିସବୁ ବର୍ଣ୍ଣନା କରିବାକୁ ଲାଗିଲେ ।
36
କିନ୍ତୁ ସେମାନେ ଏହିସବୁ କଥା କହୁଥିବା ସମୟରେ ସେ ଆପେ ସେମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ ।
37
ମାତ୍ର ସେମାନେ ତ୍ରାସଯୁକ୍ତ ଓ ଭୀତ ହୋଇ ଗୋଟିଏ ଭୂତ ଦେଖୁଅଛନ୍ତି ବୋଲି ମନେ କଲେ ।
38
ସେଥିରେ ସେ ସେମାନଙ୍କୁ କହିଲେ, କାହିଁକି ଉଦ୍ବିଗ୍ନ ହେଉଅଛ, ପୁଣି ତୁମ୍ଭମାନଙ୍କ ମନରେ କାହିଁକି ତର୍କବିତର୍କ ଉଠୁଅଛି?
39
ଏ ଯେ ସ୍ଵୟଂ ମୁଁ, ମୋର ହାତ ଓ ପାଦ ଦେଖ, ମୋତେ ସ୍ପର୍ଶ କରି ଦେଖ, କାରଣ ମୋହର ଯେପରି ମାଂସ ଓ ଅସ୍ଥି ଥିବାର ତୁମ୍ଭେମାନେ ଦେଖୁଅଛ, ଭୂତର ସେପରି ନାହିଁ।
40
[ଆଉ, ସେ ଏହା କହି ସେମାନଙ୍କୁ ଆପଣା ହାତ ଓ ପାଦ ଦେଖାଇଲେ ।]
41
ତେବେ ମଧ୍ୟ ସେମାନେ ଆନନ୍ଦ ହେତୁ ଅବିଶ୍ଵାସ କରି ଚମତ୍କୃତ ହେବାରୁ ସେ ସେମାନଙ୍କୁ ପଚାରିଲେ, ଏଠାରେ ତୁମ୍ଭମାନଙ୍କ ପାଖରେ କଅଣ କିଛି ଖାଦ୍ୟ ଅଛି?
42
ସେଥିରେ ସେମାନେ ତାହାଙ୍କୁ ଖଣ୍ତେ ଭଜା ମାଛ ଦେଲେ ।
43
ଆଉ, ସେ ତାହା ଘେନି ସେମାନଙ୍କ ସାକ୍ଷାତରେ ଭୋଜନ କଲେ ।
44
ପୁଣି, ସେ ସେମାନଙ୍କୁ କହିଲେ, ମୋଶାଙ୍କ ବ୍ୟବସ୍ଥା ଏବଂ ଭାବବାଦୀମାନଙ୍କ ଓ ଗୀତସଂହିତା ଧର୍ମଶାସ୍ତ୍ରରେ ମୋʼ ବିଷୟରେ ଯାହା ଯାହା ଲେଖା ଅଛି, ସେହିସବୁ ସଫଳ ହେବା ଆବଶ୍ୟକ, ମୁଁ ତୁମ୍ଭମାନଙ୍କ ସଙ୍ଗରେ ଥିବା ସମୟରେ ତୁମ୍ଭମାନଙ୍କୁ ଏହି ସମସ୍ତ କଥା କହିଥିଲି ।
45
ସେତେବେଳେ ସେମାନେ ଯେପରି ଧର୍ମଶାସ୍ତ୍ର ବୁଝି ପାରନ୍ତି, ସେଥିପାଇଁ ସେ ସେମାନଙ୍କର ବୁଦ୍ଧିରୂପ ଦ୍ଵାର ଉନ୍ମୁକ୍ତ କଲେ;
46
ଆଉ, ସେ ସେମାନଙ୍କୁ କହିଲେ, ଏହି ପ୍ରକାରେ ଲେଖାଅଛି, ଖ୍ରୀଷ୍ଟ ଦୁଃଖଭୋଗ କରିବେ ଓ ତୃତୀୟ ଦିନରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ କରିବେ,
47
ପୁଣି ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପକ୍ଷମା ନିମନ୍ତେ ମନ ପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ ।
48
ତୁମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ ଅଟ ।
49
ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ଵରୁ ଶକ୍ତିପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ ।
50
ତତ୍ପରେ ସେ ସେମାନଙ୍କୁ ବେଥନୀଆକୁ ଯିବା ବାଟ ପର୍ଯ୍ୟନ୍ତ ଘେନିଗଲେ ଓ ଆପଣା ହାତ ତୋଳି ସେମାନଙ୍କୁ ଆଶୀର୍ବାଦ କଲେ ।
51
ପୁଣି, ସେମାନଙ୍କୁ ଆଶୀର୍ବାଦ କରୁ କରୁ ସେ ସେମାନଙ୍କଠାରୁ ଅନ୍ତର ହୋଇ ସ୍ଵର୍ଗକୁ ନୀତ ହେଲେ ।
52
ଆଉ, ସେମାନେ ତାହାଙ୍କୁ ପ୍ରଣାମ କରି ମହାନନ୍ଦରେ ଯିରୂଶାଲମକୁ ବାହୁଡ଼ିଗଲେ,
53
ପୁଣି ସର୍ବଦା ମନ୍ଦିରରେ ରହି ଈଶ୍ଵରଙ୍କ ସ୍ତବ କରିବାକୁ ଲାଗିଲେ ।
← Chapter 23
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24