bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 5
Luke 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
1
ଦିନେ ଯେତେବେଳେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ି ଈଶ୍ଵରଙ୍କ ବାକ୍ୟ ଶୁଣୁଥିଲେ, ସେତେବେଳେ ସେ ଗିନେସରତ ହ୍ରଦ କୂଳରେ ଠିଆ ହୋଇଥିଲେ;
2
ଆଉ, ସେ ହ୍ରଦକୂଳରେ ଦୁଇଟି ନୌକା ଥିବାର ଦେଖିଲେ; ମାଛୁଆମାନେ ସେଥିରୁ ଓହ୍ଲାଇ ଜାଲ ଧୋଉଥିଲେ ।
3
ସେହି ନୌକାଗୁଡ଼ିକ ମଧ୍ୟରୁ ଯେଉଁଟି ଶିମୋନଙ୍କର ଥିଲା, ସେଥିରେ ସେ ଚଢ଼ି ସ୍ଥଳରୁ ଅଳ୍ପ ଦୂରକୁ ଯିବା ନିମନ୍ତେ ତାଙ୍କୁ ଅନୁରୋଧ କଲେ; ଆଉ, ସେ ବସି ନୌକାରୁ ଲୋକସମୂହକୁ ଶିକ୍ଷା ଦେବାକୁ ଲାଗିଲେ ।
4
ସେ କଥା ଶେଷ କରି ଶିମୋନଙ୍କୁ କହିଲେ, ଗଭୀର ଜଳକୁ ଯାଇ ମାଛ ଧରିବା ନିମନ୍ତେ ତୁମ୍ଭମାନଙ୍କର ଜାଲ ପକାଅ ।
5
ଏଥିରେ ଶିମୋନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ରାତିଯାକ ପରିଶ୍ରମ କରି କିଛି ଧରି ନାହୁଁ; କିନ୍ତୁ ଆପଣଙ୍କ କଥାରେ ମୁଁ ଜାଲ ପକାଇବି ।
6
ଆଉ, ସେମାନେ ତାହା ପକାଇ ବହୁତ ମାଛ ଧରିଲେ, ପୁଣି ସେମାନଙ୍କ ଜାଲ ଛିଣ୍ତିବାକୁ ଲାଗିଲା ।
7
ସେଥିରେ ସେମାନଙ୍କର ଯେଉଁ ଅଂଶୀଦାରମାନେ ଅନ୍ୟ ନୌକାରେ ଥିଲେ, ସେମାନେ ଯେପରି ଆସି ସାହାଯ୍ୟ କରନ୍ତି, ଏଥିପାଇଁ ସେମାନେ ସେମାନଙ୍କୁ ଠାରିଲେ । ଏଥିରେ ସେମାନେ ଆସି ଦୁଇଟି ନୌକାକୁ ଏପରି ପୂର୍ଣ୍ଣ କଲେ ଯେ, ସେଗୁଡ଼ିକ ବୁଡ଼ିବାକୁ ଲାଗିଲା ।
8
କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋʼ ନିକଟରୁ ଯିବା ହେଉନ୍ତୁ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ ।
9
କାରଣ ସେମାନେ ସେହି କ୍ଷେପରେ ଏତେ ମାଛ ଧରିଥିଲେ ଯେ, ତାହା ଦେଖି ସେ ଓ ତାଙ୍କ ସଙ୍ଗୀ ସମସ୍ତେ ବିସ୍ମୟାନ୍ଵିତ ହେଲେ;
10
ପୁଣି, ଜେବଦୀଙ୍କ ଦୁଇ ପୁତ୍ର ଯାକୁବ ଓ ଯୋହନ, ଯେଉଁମାନେ ଶିମୋନଙ୍କର ସହଭାଗୀ ଥିଲେ, ସେମାନେ ମଧ୍ୟ ସେହିପ୍ରକାର ବିସ୍ମୟାନ୍ଵିତ ହେଲେ । ପୁଣି, ଯୀଶୁ ଶିମୋନଙ୍କୁ କହିଲେ, ଭୟ କର ନାହିଁ, ଆଜିଠାରୁ ତୁମ୍ଭେ ମନୁଷ୍ୟମାନଙ୍କୁ ଧରିବ ।
11
ସେଥିରେ ସେମାନେ ନୌକାଗୁଡ଼ିକ କୂଳକୁ ଆଣି ସମସ୍ତ ପରିତ୍ୟାଗ କରି ତାହାଙ୍କର ଅନୁଗମନ କଲେ ।
12
ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀଲୋକ ସେସ୍ଥାନରେ ଥିଲା; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହା ହେଲେ ମୋତେ ଶୁଚି କରି ପାରନ୍ତି ।
13
ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ।
14
ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, କାହାକୁ କୁହ ନାହିଁ, କିନ୍ତୁଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ନୈବେଦ୍ୟ ଉତ୍ସର୍ଗ କର ।
15
କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ;
16
ମାତ୍ର ସେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ ।
17
ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି ଯିହୁଦା ପ୍ରଦେଶ ଓ ଯିରୂଶାଲମରୁ ଆସିଥିବା ଫାରୂଶୀ ଓ ବ୍ୟବସ୍ଥାଧ୍ୟାପକମାନେ ନିକଟରେ ବସିଥିଲେ । ଆଉ, ସେ ଯେପରି ସୁସ୍ଥ କରନ୍ତି, ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା ।
18
ପୁଣି ଦେଖ, କେତେକ ଲୋକ ଜଣେ ପକ୍ଷାଘାତ-ରୋଗୀ ମନୁଷ୍ୟକୁ ଖଟିଆରେ ବହିଆଣି ତାହାକୁ ଭିତରକୁ ଘେନିଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ ।
19
କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ଘେନିଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ ।
20
ସେ ସେମାନଙ୍କର ବିଶ୍ଵାସ ଦେଖି କହିଲେ, ହେ ମନୁଷ୍ୟ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି ।
21
ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ଵରନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ଵରଙ୍କ ବିନା ଆଉ କିଏ ପାପକ୍ଷମା କରି ପାରେ?
22
କିନ୍ତୁ ଯୀଶୁ ସେମାନଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ?
23
କଅଣ ସହଜ? ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା, ବା, ଉଠ, ଚାଲ ବୋଲି କହିବା?
24
କିନ୍ତୁ ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟ-ପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣି ପାର- ଏଥିପାଇଁ ସେ ପକ୍ଷାଘାତରୋଗୀକି କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ଘେନି ଆପଣା ଘରକୁ ଯାଅ ।
25
ସେଥିରେ ସେ ତତ୍କ୍ଷଣାତ୍ ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲା, ତାହା ଘେନି ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲା ।
26
ତହିଁରେ ସମସ୍ତେ ଆଚମ୍ଵିତ ହୋଇ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତ୍ୟ; ଭୀତ ହୋଇ କହିଲେ, ଆଜି ଆମ୍ଭେମାନେ ଅଦ୍ଭୁତ ଘଟଣା ଦେଖିଲୁ ।
27
ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କି କର ଆଦାୟ ସ୍ଥାନରେ ବସିଥିବା ଦେଖି ତାଙ୍କୁ କହିଲେ, ମୋହର ଅନୁଗମନ କର ।
28
ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ ।
29
ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁ ସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ ।
30
ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ?
31
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ପ୍ରୟୋଜନ ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ପ୍ରୟୋଜନ ଅଛି ।
32
ମୁଁ ଧାର୍ମିକମାନଙ୍କୁ ଆହ୍ଵାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନପରିବର୍ତ୍ତନ ନିମନ୍ତେ ପାପୀମାନଙ୍କୁ ଆହ୍ଵାନ କରିବା ପାଇଁ ଆସିଅଛି ।
33
ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହିପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଭୋଜନପାନ କରନ୍ତି ।
34
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ବରଯାତ୍ରୀ-ମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇ ପାର?
35
କିନ୍ତୁ ସମୟ ଆସିବ; ଆଉ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ ।
36
ପୁଣି, ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, କେହି ନୂଆ ଲୁଗାରୁ ତାଳି ଛିଣ୍ତାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ତିକ ଚିରିଦେବ, ପୁଣି ନୂଆ ଲୁଗାର ତାଳି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ ।
37
ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ ।
38
କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ ।
39
ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ପୁରୁଣା ତ ଭଲ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24