bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 8
Luke 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 9 →
1
ଏଥିର ଅଳ୍ପ ସମୟ ପରେ ସେ ଆପେ ନଗରେ ନଗରେ ଓ ଗ୍ରାମେ ଗ୍ରାମେ ଘୋଷଣା କରି ଈଶ୍ଵରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରି ଭ୍ରମଣ କରିବାକୁ ଲାଗିଲେ, ଆଉ ଦ୍ଵାଦଶ ତାହାଙ୍କ ସାଙ୍ଗରେ ଥିଲେ,
2
ପୁଣି ଯେଉଁ ସ୍ତ୍ରୀମାନେ ଦୁଷ୍ଟ ଆତ୍ମା ଓ ରୋଗରୁ ସୁସ୍ଥ କରାଯାଇଥିଲେ, ଏପରି କେତେକ ସ୍ତ୍ରୀଲୋକ, ଅର୍ଥାତ୍, ମଗ୍ଦଲିନୀ ନାମ୍ନୀ ମରୀୟମ, ଯାହାଙ୍କଠାରୁ ସାତ ଭୂତ ବାହାରି ଯାଇଥିଲେ,
3
ହେରୋଦଙ୍କ ବେବର୍ତ୍ତା ଖୂଜାଙ୍କ ଭାର୍ଯ୍ୟା ଯୋହାନା, ଶୋଶନ୍ନା, ପୁଣି ଆହୁରି ଅନେକ ସ୍ତ୍ରୀଲୋକ ତାହାଙ୍କ ସାଙ୍ଗରେ ଥାଇ ଆପଣା ଆପଣା ସମ୍ପତ୍ତି ଦେଇ ସେମାନଙ୍କ ସେବା କରୁଥିଲେ ।
4
ବହୁସଂଖ୍ୟକ ଲୋକ ଏକତ୍ର ହୁଅନ୍ତେ ଓ ନଗରୁ ନଗରୁ ଲୋକେ ତାହାଙ୍କ ନିକଟକୁ ଆସନ୍ତେ, ସେ ଦୃଷ୍ଟାନ୍ତ ଦେଇ କହିଲେ,
5
ଜଣେ ବୁଣାଳି ଆପଣା ବିହନ ବୁଣିବାକୁ ବାହାରିଲା । ସେ ବୁଣୁ ବୁଣୁ କେତେକ ବାଟ ପାଖରେ ପଡ଼ିଲା ଓ ପାଦ ତଳେ ଦଳି ହୋଇଗଲା, ପୁଣି ଆକାଶର ଚଢ଼େଇମାନେ ସେଗୁଡ଼ିକ ଖାଇଗଲେ ।
6
ଆଉ କେତେକ ପଥର ଉପରେ ପଡ଼ିଲା, ପୁଣି ଗଜା ହୋଇ ରସ ନ ପାଇବାରୁ ଶୁଖିଗଲା ।
7
ଆଉ କେତେକ କଣ୍ଟାଗଛଗୁଡ଼ାକ ମଧ୍ୟରେ ପଡ଼ିଲା, ପୁଣି କଣ୍ଟା-ଗଛଗୁଡ଼ାକ ତାହା ସାଙ୍ଗେ ସାଙ୍ଗେ ବଢ଼ି ସେଗୁଡ଼ିକୁ ଚାପି ପକାଇଲା ।
8
ଅନ୍ୟ କେତେକ ଭଲ ଭୂଇଁରେ ପଡ଼ିଲା, ଆଉ ବଢ଼ି ଶହେ ଗୁଣ ଫଳ ଫଳିଲା । ସେ ଏହା କହୁ କହୁ ଉଚ୍ଚ ସ୍ଵରରେ କହିଲେ, ଯାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।
9
ତାହାଙ୍କ ଶିଷ୍ୟମାନେ ଏହି ଦୃଷ୍ଟାନ୍ତର ଭାବ କଅଣ ବୋଲି ପଚାରିବାକୁ ଲାଗିଲେ ।
10
ସେଥିରେ ସେ କହିଲେ, ଈଶ୍ଵରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ଵସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ଅନ୍ୟମାନଙ୍କୁ ଦୃଷ୍ଟାନ୍ତରେ କୁହାଯାଏ, ଯେପରି ସେମାନେ ଦେଖୁ ଦେଖୁ ଦେଖିବେ ନାହିଁ ଓ ଶୁଣୁ ଶୁଣୁ ବୁଝିବେ ନାହିଁ ।
11
ଦୃଷ୍ଟାନ୍ତର ଭାବ ଏହି । ବିହନ ଈଶ୍ଵରଙ୍କ ବାକ୍ୟ,
12
ଆଉ ଯେଉଁମାନେ ବାଟ ପାଖରେ ଅଛନ୍ତି, ସେମାନେ ବାକ୍ୟ ଶୁଣନ୍ତି; ତାହା ପରେ ଶୟତାନ ଆସି, ଯେପରି ସେମାନେ ବିଶ୍ଵାସ କରି ପରିତ୍ରାଣ ନ ପାଆନ୍ତି, ଏଥିନିମନ୍ତେ ସେମାନଙ୍କ ହୃଦୟରୁ ବାକ୍ୟ ହରଣ କରିନିଏ ।
13
ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ଵାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି ।
14
ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏହିପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବଶବର୍ତ୍ତୀ ହୋଇ ଜୀବନଯାତ୍ରା କରୁ କରୁ ଚାପି ହୋଇଯାଆନ୍ତି, ପୁଣି ପରିପକ୍ଵ ଫଳ ଉତ୍ପନ୍ନ କରନ୍ତି ନାହିଁ ।
15
ଆଉ, ଉତ୍ତମ ଭୂମିରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଉତ୍ତମ ଓ ସରଳ ହୃଦୟରେ ବାକ୍ୟ ଶୁଣି ତାହା ଧରି ରଖନ୍ତି ଏବଂ ଧୈର୍ଯ୍ୟ ସହକାରେ ଫଳ ଫଳନ୍ତି ।
16
କେହି ପ୍ରଦୀପ ଜାଳି ପାତ୍ର ଦ୍ଵାରା ତାହା ଘୋଡ଼ାଇ ରଖେ ନାହିଁ, କିମ୍ଵା ଖଟ ତଳେ ରଖେ ନାହିଁ, ମାତ୍ର ଦୀପରୁଖା ଉପରେ ରଖେ, ଯେପରି ପ୍ରବେଶ କରିବା ଲୋକମାନେ ଆଲୋକ ଦେଖି ପାରନ୍ତି ।
17
କାରଣ ଯାହା ପ୍ରକାଶିତ ନ ହେବ, ଏପରି ଗୁପ୍ତ ବିଷୟ କିଛି ନାହିଁ, ଅବା ଯାହା ଜଣାଯାଇ ପ୍ରକାଶ ନ ପାଇବ, ଏପରି ଗୁପ୍ତ ବିଷୟ କିଛି ନାହିଁ ।
18
ଅତଏବ, କିପରି ଶୁଣୁଅଛ, ସେ ବିଷୟରେ ସାବଧାନ; କାରଣ ଯାହାର ଅଛି, ତାହାକୁ ଦିଆଯିବ, ଆଉ ଯାହାର ନାହିଁ, ସେ ଯାହା ନିଜର ଅଛି ବୋଲି ମନେ କରେ, ତାହା ସୁଦ୍ଧା ତାହାଠାରୁ ନିଆଯିବ ।
19
ତାହାଙ୍କ ମା ଓ ଭାଇମାନେ ତାହାଙ୍କ ନିକଟକୁ ଆସିଲେ, କିନ୍ତୁ ଲୋକଗହଳି ହେତୁ ତାହାଙ୍କ ସହିତ ସାକ୍ଷାତ କରି ପାରୁ ନ ଥିଲେ ।
20
ସେଥିରେ ତାହାଙ୍କୁ ଏହି ସମ୍ଵାଦ ଦିଆଗଲା, ଆପଣଙ୍କର ମା ଓ ଭାଇମାନେ ଆପଣଙ୍କ ସହିତ ଦେଖା କରିବାକୁ ଇଚ୍ଛା କରି ବାହାରେ ଠିଆ ହୋଇଅଛନ୍ତି ।
21
କିନ୍ତୁ ସେ ସେମାନଙ୍କୁ ଉତ୍ତର ଦେଲେ, ଯେଉଁମାନେ ଈଶ୍ଵରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ମୋହର ମା ଓ ଭାଇମାନେ ।
22
ସେହି ସମୟରେ ଦିନେ ସେ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକି ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।
23
କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ସେ ଶୋଇପଡ଼ିଲେ । ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ ।
24
ସେଥିରେ ସେମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ । ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ନିବୃତ୍ତ ହୋଇ ସୁସ୍ଥିର ହେଲା ।
25
ପୁଣି, ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ବିଶ୍ଵାସ କାହିଁ? କିନ୍ତୁ ସେମାନେ ଭୀତ ଓ ଚମତ୍କୃତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
26
ପରେ ସେମାନେ ଗାଲିଲୀର ସମ୍ମୁଖବର୍ତ୍ତୀ ସେପାରିର ଗରାଶୀୟମାନଙ୍କ ଅଞ୍ଚଳରେ ପହଞ୍ଚିଲେ ।
27
ସେ ନୌକାରୁ ବାହାରି କୂଳରେ ଓହ୍ଲାନ୍ତେ, ସେହି ନଗରର ଜଣେ ଭୂତଗ୍ରସ୍ତ ଲୋକ ତାହାଙ୍କୁ ଭେଟିଲା; ସେ ବହୁକାଳ ପର୍ଯ୍ୟନ୍ତ ଲୁଗା ନ ପିନ୍ଧି ଓ ଘରେ ନ ରହି ସମାଧି ସ୍ଥାନରେ ରହୁଥିଲା ।
28
ସେ ଯୀଶୁଙ୍କୁ ଦେଖି ଚିତ୍କାର କରି ତାହାଙ୍କ ଚରଣ ତଳେ ପଡ଼ି ଉଚ୍ଚ ସ୍ଵରରେ କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି,? ମୁଁ ତୁମ୍ଭକୁ ନିବେଦନ କରୁଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
29
କାରଣ ସେ ଅଶୁଚି ଆତ୍ମାକୁ ସେହି ମନୁଷ୍ୟଠାରୁ ବାହାରିଯିବା ପାଇଁ ଆଜ୍ଞା ଦେବାକୁ ଯାଉଥିଲେ । ସେହି ଆତ୍ମା ଅନେକ ଥର ତାହାକୁ ଧରିଥିଲା, ପୁଣି ଲୋକେ ତାହାଙ୍କୁ ଜଞ୍ଜିର ଓ ବେଡ଼ିରେ ବାନ୍ଧି ରଖୁଥିଲେ, ମାତ୍ର ସେ ବନ୍ଧନସବୁ ଛିଣ୍ତାଇ ପକାଇ ଭୂତ ଦ୍ଵାରା ପ୍ରାନ୍ତରକୁ ଚାଳିତ ହେଉଥିଲା ।
30
ଯୀଶୁ ତାହାଙ୍କୁ ପଚାରିଲେ, ତୋର ନାଁ କଅଣ? ସେ କହିଲା, ବାହିନୀ; କାରଣ ଅନେକ ଭୂତ ତାହାଠାରେ ପ୍ରବେଶ କରିଥିଲେ ।
31
ପୁଣି, ସେ ଯେପରି ସେମାନଙ୍କୁ ରସାତଳକୁ ଯିବା ପାଇଁ ଆଜ୍ଞା ନ ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
32
ସେଠାରେ ପର୍ବତ ଉପରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା, ପୁଣି ସେ ଯେପରି ସେମାନଙ୍କୁ ସେହି ଘୁଷୁରିଗୁଡ଼ାକ ମଧ୍ୟରେ ପଶିବା ପାଇଁ ଅନୁମତି ଦିଅନ୍ତି, ଏଥିପାଇଁ ସେମାନେ ତାହାଙ୍କୁ ବିନତି କଲେ ।
33
ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଭୂତଗୁଡ଼ାକ ସେହି ମନୁଷ୍ୟଠାରୁ ବାହାରି ଘୁଷୁରିଗୁଡ଼ାକ ମଧ୍ୟରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖ ସ୍ଥାନ ଦେଇ ହ୍ରଦରେ ପଡ଼ି ବୁଡ଼ି ମଲେ ।
34
ଚରାଉଥିବା ଲୋକମାନେ ସେହି ଘଟଣା ଦେଖି ପଳାଇଯାଇ ନଗର ଓ ପଲ୍ଲୀଗୁଡ଼ିକରେ ତାହା ଜଣାଇଲେ ।
35
ସେଥିରେ ଲୋକେ ସେହି ଘଟଣା ଦେଖିବାକୁ ବାହାରି ଆସିଲେ; ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି, ଯେଉଁ ମନୁଷ୍ୟଠାରୁ ଭୂତଗୁଡ଼ାକ ବାହାରିଥିଲେ, ତାହାକୁ ଲୁଗା ପିନ୍ଧି ଭଲ ମନରେ ଯୀଶୁଙ୍କ ପାଦ ତଳେ ବସିଥିବା ଦେଖି ଭୀତ ହେଲେ ।
36
ଆଉ, ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ଲୋକ କିପରି ସୁସ୍ଥ ହେଲା, ତାହା ସେମାନଙ୍କୁ ଜଣାଇଲେ ।
37
ସେଥିରେ ଗରାଶୀୟମାନଙ୍କ ଅଞ୍ଚଳର ଚତୁର୍ଦ୍ଦିଗସ୍ଥ ସମସ୍ତ ଲୋକ ସେମାନଙ୍କଠାରୁ ପ୍ରସ୍ଥାନ କରିବା ପାଇଁ ତାହାଙ୍କୁ ଅନୁରୋଧ କଲେ, କାରଣ ସେମାନେ ଅତ୍ୟ; ଭୟଗ୍ରସ୍ତ ହୋଇଥିଲେୟ; ଆଉ, ସେ ଗୋଟିଏ ନୌକାରେ ଚଢ଼ି ବାହୁଡ଼ି ଆସିଲେ ।
38
କିନ୍ତୁ ଯେଉଁ ଲୋକଠାରୁ ଭୂତଗୁଡ଼ାକ ବାହାରି ଯାଇଥିଲେ, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ନିବେଦନ କରିବାକୁ ଲାଗିଲା;
39
ମାତ୍ର ସେ ତାହାକୁ ବିଦାୟ କରି କହିଲେ, ତୁମ୍ଭ ଘରକୁ ବାହୁଡ଼ିଯାଅ, ପୁଣି ଈଶ୍ଵର ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି, ସେହିସବୁ ବର୍ଣ୍ଣନା କର । ସେଥିରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ନଗରଯାକ ଘୋଷଣା କରିବାକୁ ଲାଗିଲା ।
40
ଯୀଶୁ ବାହୁଡ଼ି ଆସନ୍ତେ, ଲୋକସମୂହ ତାହାଙ୍କୁ ଆନନ୍ଦରେ ଗ୍ରହଣ କଲେ, କାରଣ ସମସ୍ତେ ତାହାଙ୍କ ଅପେକ୍ଷାରେ ଥିଲେ ।
41
ଆଉ, ଦେଖ, ଯାଈରସ ନାମକ ଜଣେ ବ୍ୟକ୍ତି ଆସିଲେ; ସେ ସମାଜଗୃହର ଅଧ୍ୟକ୍ଷ ଥିଲେ । ସେ ଯୀଶୁଙ୍କ ଚରଣ ତଳେ ପଡ଼ି ଆପଣା ଗୃହକୁ ଆସିବା ନିମନ୍ତେ ତାହାଙ୍କୁ ବିନତି କଲେ,
42
କାରଣ ତାଙ୍କର ପ୍ରାୟ ବାର ବର୍ଷ ବୟସର ଏକମାତ୍ର କନ୍ୟା ଥିଲା, ଆଉ ସେ ମୃତପ୍ରାୟ ହୋଇଥିଲା । କିନ୍ତୁ ସେ ଯାଉଥିବା ସମୟରେ ଲୋକସମୂହ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
43
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ, ଯେ କି କାହାରି ଦ୍ଵାରା ସୁସ୍ଥ ହୋଇ ପାରି ନ ଥିଲା,
44
ସେ ପଛଆଡ଼ୁ ଆସି ତାହାଙ୍କ ବସ୍ତ୍ରର ଝୁମ୍ପା ଛୁଇଁଲା, ଆଉ, ତତ୍କ୍ଷଣାତ୍ ତାହାର ରକ୍ତସ୍ରାବ ବନ୍ଦ ହେଲା ।
45
ସେଥିରେ ଯୀଶୁ କହିଲେ, କିଏ ମୋତେ ଛୁଇଁଲା? ମାତ୍ର ସମସ୍ତେ ଅସ୍ଵୀକାର କରନ୍ତେ, ପିତର କହିଲେ, ହେ ଗୁରୁ, ଲୋକସମୂହ ଯନ୍ତାଯନ୍ତି ହୋଇ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି ।
46
କିନ୍ତୁ ଯୀଶୁ କହିଲେ, କେହି ଜଣେ ମୋତେ ଛୁଇଁଲା, କାରଣ ମୋʼଠାରୁ ଶକ୍ତି ବାହାରିଲା ବୋଲି ମୁଁ ଜାଣିଲି ।
47
ଯେତେବେଳେ ସ୍ତ୍ରୀଲୋକଟି ଦେଖିଲା ଯେ, ସେ ଲୁଚି ରହି ପାରିଲା ନାହିଁ, ସେତେବେଳେ ସେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି, କିହେତୁରୁ ତାହାଙ୍କୁ ଛୁଇଁଲା, ପୁଣି କିପରି ତତ୍କ୍ଷଣାତ୍ ସୁସ୍ଥ ହେଲା, ତାହା ସମସ୍ତ ଲୋକଙ୍କ ସାକ୍ଷାତରେ ପ୍ରକାଶ କଲା ।
48
ସେଥିରେ ସେ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି, ଶାନ୍ତିରେ ଚାଲିଯା।
49
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଜଣେ ଆସି କହିଲା, ଆପଣଙ୍କ ଝିଅ ମରିଗଲାଣି, ଗୁରୁଙ୍କୁ ଆଉ କଷ୍ଟ ଦିଅନ୍ତୁ ନାହିଁ ।
50
କିନ୍ତୁ ଯୀଶୁ ଏହା ଶୁଣି ତାଙ୍କୁ ଉତ୍ତର ଦେଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର, ଆଉ ସେ ବଞ୍ଚିବ।
51
ପୁଣି, ସେ ଗୃହକୁ ଆସି ପିତର, ଯୋହନ ଓ ଯାକୁବ, ପୁଣି ବାଳିକାର ପିତାମାତାଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଭିତରକୁ ଯିବା ପାଇଁ ଦେଲେ ନାହିଁ ।
52
ମାତ୍ର ସମସ୍ତେ ତାହା ଲାଗି ରୋଦନ କରୁ କରୁ ଛାତିରେ ମାରିହେଉଥିଲେ । ସେଥିରେ ସେ କହିଲେ, ରୋଦନ କର ନାହିଁ; ସେ ମରି ନାହିଁ, ମାତ୍ର ଶୋଇପଡ଼ିଅଛି ।
53
କିନ୍ତୁ ସେ ମରିଯାଇଅଛି ବୋଲି ଜାଣିଥିବାରୁ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।
54
ମାତ୍ର ସେ ତାହାର ହାତ ଧରି ଡାକି କହିଲେ, ଆଗୋ ବାଳିକା, ଉଠ୍ ।
55
ସେଥିରେ ତାହାର ଆତ୍ମା ଫେରିଆସିଲା, ଆଉ ସେ ସେହିକ୍ଷଣି ଉଠିଲା, ପୁଣି ସେ ତାହାକୁ କିଛି ଖାଇବାକୁ ଦେବା ପାଇଁ ଆଜ୍ଞା ଦେଲେ ।
56
ଏଥିରେ ତାହାର ପିତାମାତା ଆଚମ୍ଵିତ ହେଲେ; କିନ୍ତୁ ସେହି ଘଟଣାର କଥା କାହାକୁ ନ କହିବା ପାଇଁ ସେ ସେମାନଙ୍କୁ ଆଜ୍ଞା ଦେଲେ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24