bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Luke 9
Luke 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
1
ଇତିମଧ୍ୟରେ ସେ ଦ୍ଵାଦଶଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ, ପୁଣି ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ ।
2
ଆଉ, ସେ ସେମାନଙ୍କୁ ଈଶ୍ଵରଙ୍କ ରାଜ୍ୟ ଘୋଷଣା ଓ ରୋଗୀମାନଙ୍କୁ ସୁସ୍ଥ କରିବା ନିମନ୍ତେ ପ୍ରେରଣ କଲେ,
3
ଏବଂ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୋଟୀ କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ଵା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ ।
4
ଆଉ, ତୁମ୍ଭେମାନେ ଯେକୌଣସି ଗୃହରେ ପ୍ରବେଶ କରିବ, ସେସ୍ଥାନରୁ ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
5
ଆଉ, ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ ନ କରନ୍ତି, ସେହି ନଗରରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ ।
6
ସେଥିରେ ସେମାନେ ପ୍ରସ୍ଥାନ କରି ସର୍ବତ୍ର ସୁସମାଚାର ପ୍ରଚାର ଓ ସୁସ୍ଥ କରୁ କରୁ ଗ୍ରାମେ ଗ୍ରାମେ ଭ୍ରମଣ କରିବାକୁ ଲାଗିଲେ ।
7
ଇତିମଧ୍ୟରେ ସାମ; ରାଜା ହେରୋଦ ଏହିସମସ୍ତ ଘଟଣା ବିଷୟ ଶୁଣି ହତବୁଦ୍ଧି ହେଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
8
ପୁଣି, କେହି କେହି ଏଲୀୟ ଦର୍ଶନ ଦେଇଅଛନ୍ତି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହୋଇଅଛନ୍ତି ବୋଲି କହୁଥିଲେ ।
9
କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ ଛେଦନ କରିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ, ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ ।
10
ପରେ ପ୍ରେରିତମାନେ ବାହୁଡ଼ିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ । ଆଉ, ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ପ୍ରସ୍ଥାନ କଲେ ।
11
କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଶ୍ଚାଦ୍ଗମନ କଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ଵରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ପ୍ରୟୋଜନ ଥିଲା, ସେମାନଙ୍କୁ ସୁସ୍ଥ କଲେ ।
12
ଇତିମଧ୍ୟରେ ଦିବା ଅବସାନ ହେବାକୁ ଲାଗିଲା; ସେଥିରେ ଦ୍ଵାଦଶ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚତୁର୍ଦ୍ଦିଗର ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ନିର୍ଜ୍ଜନ ସ୍ଥାନରେ ଅଛୁ ।
13
କିନ୍ତୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ । ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହିସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା?
14
କାରଣ ସେମାନେ ପ୍ରାୟ ପାଞ୍ଚହଜାର ପୁରୁଷ ଥିଲେ । ଆଉ, ସେ ଆପଣା ଶିଷ୍ୟମାନଙ୍କୁ କହିଲେ, ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ ।
15
ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ ।
16
ଆଉ, ସେ ସେହି ପାଞ୍ଚୋଟି ରୋଟୀ ଓ ଦୁଇଟି ମାଛ ଘେନି ସ୍ଵର୍ଗଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ସେହିସବୁ ଆଶୀର୍ବାଦ କଲେ, ପୁଣି ଭାଙ୍ଗି ଲୋକସମୂହକୁ ପରିବେଷଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ ।
17
ସେଥିରେ ସମସ୍ତେ ଭୋଜନ କରି ତୃପ୍ତ ହେଲେ, ଆଉ ସେମାନେ ସେମାନଙ୍କ ନିକଟରେ ବଳିଥିବା ବାର ଟୋକାଇ ଭଙ୍ଗା ଖଣ୍ତ ଉଠାଇନେଲେ ।
18
ଥରେ ସେ ନିରୋଳରେ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, ମୁଁ କିଏ ବୋଲି ଲୋକ-ସାଧାରଣ କଅଣ କହନ୍ତି?
19
ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହୋଇଅଛନ୍ତି ।
20
ସେ ସେମାନଙ୍କୁ ପଚାରିଲେ, କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ? ପିତର ଉତ୍ତର ଦେଲେ, ଈଶ୍ଵରଙ୍କ ଖ୍ରୀଷ୍ଟ ।
21
ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ,
22
ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ଵାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି ତୃତୀୟ ଦିବସରେ ଉତ୍ଥିତ ହେବାକୁ ହେବ ।
23
ସେତେବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
24
କାରଣ ଯେକେହି ଆପଣା ଜୀବନ ରକ୍ଷା କରିବାକୁ ଇଚ୍ଛା କରେ, ସେ ତାହା ହରାଇବ; କିନ୍ତୁ ଯେକେହି ମୋʼ ନିମନ୍ତେ ଆପଣା ଜୀବନ ହରାଇବ, ସେ ତାହା ରକ୍ଷା କରିବ ।
25
ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ?
26
ଯେଣୁ ଯେକେହି ମୋର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି ପବିତ୍ର ଦୂତମାନଙ୍କର ମହିମାରେ ଆଗମନ କରିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
27
କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଈଶ୍ଵରଙ୍କ ରାଜ୍ୟ ନ ଦେଖିବା ପର୍ଯ୍ୟନ୍ତ ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେତେକ କୌଣସି ପ୍ରକାରେ ମୃତ୍ୟୁର ଆସ୍ଵାଦ ପାଇବେ ନାହିଁ ।
28
ଏହିସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ଘେନି ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ ।
29
ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଶୁଭ୍ରବର୍ଣ୍ଣ ଓ ଅତ୍ୟ; ଉଜ୍ଜ୍ଵଳ ହେଲା ।
30
ଆଉ ଦେଖ, ମୋଶା ଓ ଏଲୀୟ, ଏହି ଦୁଇ ବ୍ୟକ୍ତି ତାହାଙ୍କ ସହିତ କଥାବାର୍ତ୍ତା କରିବାକୁ ଲାଗିଲେ;
31
ସେମାନେ ଗୌରବରେ ଦର୍ଶନ ଦେଇ, ସେ ଯିରୂଶାଲମରେ ଯେଉଁ ମହାପ୍ରସ୍ଥାନ କରିବାକୁ ଉଦ୍ୟତ ଥିଲେ, ସେ ବିଷୟରେ କହୁଥିଲେ ।
32
ସେତେବେଳେ ପିତର ଓ ତାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରା; ଥିଲେ; କିନ୍ତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଜାଗ୍ରତ ହୁଅନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ବ୍ୟକ୍ତିଙ୍କି ଦେଖିଲେ ।
33
ପୁଣି, ସେମାନେ ତାହାଙ୍କଠାରୁ ପ୍ରସ୍ଥାନ କରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।
34
ସେ ଏହା କହୁ କହୁ ଖଣ୍ତେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୀତ ହେଲେ ।
35
ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶ୍ରବଣ କର ।
36
ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେସମୟରେ କାହାକୁ କହିଲେ ନାହିଁ ।
37
ତହିଁ ଆରଦିନ ସେମାନେ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ସହିତ ସାକ୍ଷାତ କଲେ ।
38
ଆଉ ଦେଖ, ଲୋକସମୂହ ମଧ୍ୟରୁ ଜଣେ ଉଚ୍ଚ ସ୍ଵରରେ କହିଲା, ହେ ଗୁରୁ, ମୁଁ ଆପଣଙ୍କୁ ନିବେଦନ କରୁଅଛି, ମୋʼ ପୁଅ ପ୍ରତି କୃପାଦୃଷ୍ଟି କରନ୍ତୁ, କାରଣ ସେ ମୋର ଗୋଟିଏ ବୋଲି ପିଲା;
39
ଦେଖନ୍ତୁ, ତାହାକୁ ଗୋଟିଏ ଭୂତ ଧରେ, ଆଉ ସେ ହଠାତ୍ ଚିତ୍କାର କରି ଉଠେ, ପୁଣି ସେ ତାହାକୁ ଏପରି ମୋଡ଼ିପକାଏ ଯେ, ତାହା ମୁହଁରୁ ଫେଣ ବାହାରେ, ପୁଣି ସେ ତାହାକୁ କ୍ଷତବିକ୍ଷତ କରି ତାହାଠାରୁ କଷ୍ଟରେ ବାହାରିଯାଏ ।
40
ତାହାକୁ ଛଡ଼ାଇବା ନିମନ୍ତେ ମୁଁ ଆପଣଙ୍କ ଶିଷ୍ୟମାନଙ୍କୁ ନିବେଦନ କରିଥିଲି, କିନ୍ତୁ ସେମାନେ ପାରିଲେ ନାହିଁ ।
41
ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ଓ ବିପଥଗାମୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ଘେନିଆସ ।
42
ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାର ହସ୍ତରେ ସମର୍ପଣ କଲେ ।
43
ସେଥିରେ ସମସ୍ତେ ଈଶ୍ଵରଙ୍କର ମହାଶକ୍ତି।। ସକାଶେ ଆଶ୍ଚର୍ଯ୍ୟାନ୍ଵିତ ହେଲେ । ମାତ୍ର ତାହାଙ୍କ କୃତ ସମସ୍ତ କାର୍ଯ୍ୟ ସକାଶେ ସମସ୍ତେ ଚମତ୍କୃତ ହେଉଥିବା ସମୟରେ ସେ ଆପଣା ଶିଷ୍ୟମାନଙ୍କୁ କହିଲେ,
44
ଏହିସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି ।
45
କିନ୍ତୁ ସେମାନେ ସେହି କଥା ବୁଝିଲେ ନାହିଁ, ଆଉ ତାହା ସେମାନଙ୍କଠାରୁ ଗୁପ୍ତ ଥିଲା, ଯେପରି ତାହା ସେମାନଙ୍କର ବୋଧଗମ୍ୟ ନ ହୁଏ, ପୁଣି ସେମାନେ ସେହି କଥା ସମ୍ଵନ୍ଧରେ ତାହାଙ୍କୁ ପଚାରିବାକୁ ଭୟ କରୁଥିଲେ ।
46
ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ, ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା ।
47
କିନ୍ତୁ ଯୀଶୁ ସେମାନଙ୍କୁ ମନର ତର୍କବିତର୍କ ଜ୍ଞାତ ହୋଇ ଗୋଟିଏ ସାନ ପିଲାକୁ ଘେନି ଆପଣା ପାଖରେ ଠିଆ କରାଇ ସେମାନଙ୍କୁ କହିଲେ,
48
ଯେକେହି ମୋʼ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେକେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ ।
49
ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ ।
50
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ ।
51
ପରେ ଯେତେବେଳେ ତାହାଙ୍କର ଊର୍ଦ୍ଧ୍ଵରେ ଗୃହୀତ ହେବା ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ଏକା; ଭାବରେ ମନକୁ ଦୃଢ଼ କରି,
52
ଆପଣା ଆଗେ ଦୂତମାନଙ୍କୁ ପଠାଇଲେ । ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
53
କିନ୍ତୁ ସେ ଯିରୂଶାଲମକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ ।
54
ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୋ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରିଁ ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
55
କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ [ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ । ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି ।]
56
ତତ୍ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଚାଲିଗଲେ ।
57
ସେମାନେ ବାଟରେ ଯାଉଥିବା ସମୟରେ ଜଣେ ଲୋକ ତାହାଙ୍କୁ କହିଲେ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି ।
58
ଯୀଶୁ ତାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ ।
59
ପୁଣି, ସେ ଆଉ ଜଣଙ୍କୁ କହିଲେ, ମୋହର ଅନୁଗମନ କର । କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
60
ମାତ୍ର ସେ ତାହାଙ୍କୁ କହିଲେ, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ଵରଙ୍କ ରାଜ୍ୟ ପ୍ରଚାର କର ।
61
ଆଉ ଜଣେ ମଧ୍ୟ କହିଲେ, ପ୍ରଭୋ, ମୁଁ ଆପଣଙ୍କର ଅନୁଗମନ କରିବି, ମାତ୍ର ପ୍ରଥମେ ମୋହର ଗୃହରେ ଥିବା ଲୋକମାନଙ୍କଠାରୁ ବିଦାୟ ନେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
62
କିନ୍ତୁ ଯୀଶୁ ତାଙ୍କୁ କହିଲେ, ଯେ ଲଙ୍ଗଳରେ ହାତ ଦେଇ ପଛକୁ ଚାହେଁ, ସେ ଈଶ୍ଵରଙ୍କ ରାଜ୍ୟର ଯୋଗ୍ୟ ନୁହେଁ ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24