bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Malachi 3
Malachi 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
1
ଦେଖ, ଆମ୍ଭେ ଆପଣା ଦୂତକୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ଵେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ଦୂତଠାରେଅ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
2
ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ରଜକର କ୍ଷାର ସ୍ଵରୂପ;
3
ପୁଣି, ସେ ରୌପ୍ୟ ପରିଷ୍କାରକ ଓ ଶୁଚିକାରକର ତୁଲ୍ୟ ବସିବେ ଓ ସେ ଲେବୀର ସନ୍ତାନଗଣକୁ ପରିଷ୍କାର କରିବେ ଓ ସୁନା ଓ ରୂପା ପରି ସେମାନଙ୍କୁ ବିଶୁଦ୍ଧ କରିବେ; ତହିଁରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧାର୍ମିକତାରେ ନୈବେଦ୍ୟ ଉତ୍ସର୍ଗ କରିବେ ।
4
ସେତେବେଳେ ପୁରାତନ କାଳର ଦିନସମୂହରେ ଓ ପ୍ରାଚୀନ କାଳର ବର୍ଷସମୂହରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ତୁଷ୍ଟିଜନକ ହେବ ।
5
ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା; ଆଉ, ମାୟାବୀ ଓ ପାରଦାରିକ ଓ ମିଥ୍ୟା ଶପଥକାରୀମାନଙ୍କ ପ୍ରତିକୂଳରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
6
କାରଣ ଆମ୍ଭେ ସଦାପ୍ରଭୁ, ଆମ୍ଭର ପରିବର୍ତ୍ତନ ନାହିଁ ଏହେତୁ ହେ ଯାକୁବଙ୍କ ସନ୍ତାନଗଣ, ତୁମ୍ଭମାନଙ୍କର ବିନାଶ ହୁଏ ନାହିଁ।
7
ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେସବୁ ପାଳନ କରି ନାହଁ । ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି । ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ଫେରିବାଣେ?
8
ମନୁଷ୍ୟ କି ପରମେଶ୍ଵରଙ୍କ ଦ୍ରବ୍ୟ ଚୋରି କରିବ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ । ମାତ୍ର ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କିରୂପେ ତୁମ୍ଭର ଦ୍ରବ୍ୟ ଚୋରି କରିଅଛୁ? ଦଶମାଂଶରେ ଓ ନୈବେଦ୍ୟରେ ।
9
ତୁମ୍ଭେମାନେ ଅଭିଶାପରେ ଶାପଗ୍ରସ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ ।
10
ଆମ୍ଭର ଗୃହରେ ଯେପରି ଖାଦ୍ୟ ରହିବ, ଏଥିପାଇଁ ତୁମ୍ଭେମାନେ ଆମ୍ଭର ଭଣ୍ତାରକୁ ସମ୍ପୂର୍ଣ୍ଣ ଦଶମାଂଶ ଆଣ, ଆଉ ଆମ୍ଭେ ଆକାଶସ୍ଥ ଦ୍ଵାରସବୁ ମୁକ୍ତ କରି, ରଖିବା ପାଇଁ ସ୍ଥାନ ନିଅଣ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭମାନଙ୍କ ଉପରେ ଆଶୀର୍ବାଦରୂପ ବୃଷ୍ଟି ବର୍ଷାଇବା କି ନାହିାଁ, ଏତଦ୍ ବିଷୟରେ ଏବେ ଆମ୍ଭର ପରୀକ୍ଷା ନିଅ ।
11
ପୁଣି, ଆମ୍ଭେ ତୁମ୍ଭମାନଙ୍କ ସକାଶୁ ଗ୍ରାସକାରୀକି ଧମକାଇବା, ତହିଁରେ ସେ ତୁମ୍ଭମାନଙ୍କ ଭୂମିର ଫଳ ନଷ୍ଟ କରିବ ନାହିଁ; କିଅବା କ୍ଷେତ୍ରରେ ତୁମ୍ଭମାନଙ୍କର ଦ୍ରାକ୍ଷାଲତାର ଫଳ ଅକାଳରେ ଝଡ଼ିବ ନାହିଁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
12
ଯାବତୀୟ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ; କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
13
ସଦାପ୍ରଭୁ କହନ୍ତି, ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର ବାକ୍ୟସବୁ ଶକ୍ତ ହୋଇଅଛି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?
14
ତୁମ୍ଭେମାନେ କହିଅଛ, ପରମେଶ୍ଵରଙ୍କର ସେବା କରିବାର ବ୍ୟର୍ଥ; ଆଉ, ଆମ୍ଭେମାନେ ଯେ ତାହାଙ୍କର ରକ୍ଷଣୀୟ ରକ୍ଷା କରିଅଛୁ, ସୈନ୍ୟାଧିପତି ସଦାପ୍ରଭୁଙ୍କ ଛାମୁରେ ଖେଦଯୁକ୍ତ ହୋଇ ଗମନାଗମନ କରିଅଛୁ, ଏଥିରେ ଆମ୍ଭମାନଙ୍କର କି ଲାଭ?ଆୟୁ.୨୧:୧୪,୧୫
15
ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକି ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ଵରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି ।
16
ସେସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା ।
17
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବାଣ ।
18
ସେତେବେଳେ ତୁମ୍ଭେମାନେ ଫେରି ଆସିବ, ଆଉ ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ଵରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
All chapters:
1
2
3
4