bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Mark 1
Mark 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 2 →
1
ଈଶ୍ଵରଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସୁସମାଚାରର ଆରମ୍ଭ ।
2
ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
3
ପ୍ରାନ୍ତରରେ ଉଚ୍ଚ ଶଦ୍ଦ କରୁଥିବା ଜଣକର ସ୍ଵର, ପ୍ରଭୁଙ୍କ ପଥ ପ୍ରସ୍ତୁତ କର, ତାହାଙ୍କ ରାଜଦାଣ୍ତ ସଳଖ କର,
4
ବାପ୍ତିଜକ ଯୋହନ ପ୍ରାନ୍ତରରେ ଉପସ୍ଥିତ ହୋଇ ପାପକ୍ଷମା ନିମନ୍ତେ ମନପରିବର୍ତ୍ତନରବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ।
5
ସେଥିରେ ସମଗ୍ର ଯିହୁଦା ପ୍ରଦେଶ ଓ ସମସ୍ତ ଯିରୂଶାଲମନିବାସୀ ବାହାରି ତାଙ୍କ ନିକଟକୁ ଆସିବାକୁ ଲାଗିଲେ ଓ ଆପଣା ଆପଣା ପାପ ସ୍ଵୀକାର କରି ତାଙ୍କ ଦ୍ଵାରା ଯର୍ଦ୍ଦନ ନଦୀରେ ବାପ୍ତିଜିତ ହେଲେ ।
6
ଯୋହନ ଓଟଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା କଟିରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି ପଙ୍ଗପାଳ ଓ ବନମଧୁ ଖାଉଥିଲେ ।
7
ସେ ଘୋଷଣା କରି କହିବାକୁ ଲାଗିଲେ, ମୋʼଠାରୁ ଯେ ଅଧିକ ଶକ୍ତିମାନ, ସେ ମୋʼ ଉତ୍ତାରେ ଆସୁଅଛନ୍ତି; ମୁଁ ଅବନତ ହୋଇ ତାହାଙ୍କ ପାଦୁକାର ବନ୍ଧନ ଫିଟାଇବାକୁ ଯୋଗ୍ୟ ନୁହେଁ ।
8
ମୁଁ ତୁମ୍ଭମାନଙ୍କୁ ଜଳରେ ବାପ୍ତିସ୍ମ ଦେଲି, ମାତ୍ର ସେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦେବେ ।
9
ସେହି ସମୟରେ ଯୀଶୁ ଗାଲିଲୀର ନାଜରିତରୁ ଆସି ଯର୍ଦ୍ଦନରେ ଯୋହନଙ୍କ ଦ୍ଵାରା ବାପ୍ତିଜିତ।। ହେଲେ ।
10
ଆଉ, ତତ୍କ୍ଷଣାତ୍ ସେ ଜଳରୁ ଉଠିଆସିବା ସମୟରେ ଆକାଶ ବିଦୀର୍ଣ୍ଣ ହେବା ଓ ଆତ୍ମାଙ୍କୁ କପୋତ ପରି ଆପଣା ଉପରକୁ ଅବତରଣ କରିବା ଦେଖିଲେ,
11
ପୁଣି ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ ।
12
ସେହିକ୍ଷଣି ଆତ୍ମା ତାହାଙ୍କୁ ପ୍ରାନ୍ତରକୁ ଘେନିଗଲେ ।
13
ଯୀଶୁ ପ୍ରାନ୍ତରରେ ଚାଳିଶ ଦିନ ରହି ଶୟତାନ ଦ୍ଵାରା ପରୀକ୍ଷିତ ହେଉଥିଲେ; ସେ ବନ୍ୟ ପଶୁମାନଙ୍କ ସହିତ ରହିଲେ, ପୁଣି ଦୂତମାନେ ତାହାଙ୍କ ସେବା କରୁଥିଲେ ।
14
ଯୋହନ କାରାରୁଦ୍ଧ ହେଲା ପରେ ଯୀଶୁ ଗାଲିଲୀକୁ ଆସି ଈଶ୍ଵରଙ୍କ ସୁସମାଚାର ଘୋଷଣା କରି କହିବାକୁ ଲାଗିଲେ,
15
କାଳ ସମ୍ପୂର୍ଣ୍ଣ ହେଲାଣି, ଈଶ୍ଵରଙ୍କ ରାଜ୍ୟ ସନ୍ନିକଟ; ମନ ପରିବର୍ତ୍ତନ କର ଓ ସୁସମାଚାରରେ ବିଶ୍ଵାସ କର ।
16
ସେ ଗାଲିଲୀ ସମୁଦ୍ରକୂଳ ଦେଇ ଯାଉଥିବା ସମୟରେ ଶିମୋନ ଓ ତାଙ୍କ ଭାଇ ଆନ୍ଦ୍ରିୟଙ୍କୁ ସମୁଦ୍ରରେ ଭଉଁରିଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ ।
17
ଯୀଶୁ ସେମାନଙ୍କୁ କହିଲେ, ମୋହର ଅନୁଗମନ କର, ମୁଁ ତୁମ୍ଭମାନଙ୍କୁ ମନୁଷ୍ୟ ଧରିବା ଶିଖାଇବି ।
18
ସେଥିରେ ସେମାନେ ସେହିକ୍ଷଣି ଜାଲ ଛାଡ଼ି ତାହାଙ୍କର ଅନୁଗମନ କଲେ ।
19
ପୁଣି, ସେ ଅଳ୍ପ ଦୂର ଆଗକୁ ଯାଇ ଜେବଦୀଙ୍କ ପୁତ୍ର ଯାକୁବ ଓ ତାଙ୍କ ଭାଇ ଯୋହନଙ୍କୁ ନୌକାରେ ଜାଲ ସଜାଡ଼ୁଥିବା ଦେଖିଲେ ।
20
ସେହିକ୍ଷଣି ସେ ସେମାନଙ୍କୁ ଡାକିଲେ, ପୁଣି ସେମାନେ ସେମାନଙ୍କର ପିତା ଜେବଦୀଙ୍କି ମୂଲିଆମାନଙ୍କ ସହିତ ନୌକାରେ ଛାଡ଼ି ତାହାଙ୍କର ଅନୁଗମନ କଲେ ।
21
ପରେ ସେମାନେ କଫର୍ନାହୂମକୁ ଗଲେ, ଆଉ ସେହିକ୍ଷଣି ଯୀଶୁ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ।
22
ଲୋକମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ଵିତ ହେଲେ,କାରଣ ସେ ଶାସ୍ତ୍ରୀମାନଙ୍କ ପରି ଶିକ୍ଷା ନ ଦେଇ ଅଧିକାରପ୍ରାପ୍ତ ବ୍ୟକ୍ତିଙ୍କ ପରି ସେମାନଙ୍କୁ ଶିକ୍ଷା ଦେଉଥିଲେ ।
23
ସେହିକ୍ଷଣି ସେମାନଙ୍କ ସମାଜଗୃହରେ ଥିବା ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ଚିତ୍କାର କରି କହିଲା,
24
ହେ ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ, ତାହା ମୁଁ ଜାଣେ; ତୁମ୍ଭେ ଈଶ୍ଵରଙ୍କର ସେହି ପବିତ୍ର ବ୍ୟକ୍ତି।
25
ଯୀଶୁ ତାହାକୁ ଧମକ ଦେଇ କହିଲେ, ଚୁପ୍ କର୍, ଏହାଠାରୁ ବାହାରିଯା ।
26
ସେଥିରେ ସେହି ଅଶୁଚି ଆତ୍ମାଟା ତାହାକୁ ମୋଡ଼ି ପକାଇ ଅତି ଉଚ୍ଚ ସ୍ଵରରେ ପାଟି କରି ତାହାଠାରୁ ବାହାରିଗଲା ।
27
ଏଥିରେ ସମସ୍ତେ ଏତେ ବିସ୍ମୟାନ୍ଵିତ ହେଲେ ଯେ, ସେମାନେ ବାଦାନୁବାଦ କରି କହିବାକୁ ଲାଗିଲେ, ଏ କଅଣ? ଏ ତ ଅଧିକାରଯୁକ୍ତ ନୂତନ ଶିକ୍ଷା! ସେ ଅଶୁଚି ଆତ୍ମାମାନଙ୍କୁ ସୁଦ୍ଧା ଆଦେଶ ଦିଅନ୍ତି, ଆଉ ସେମାନେ ତାହାଙ୍କ ଆଜ୍ଞା ମାନନ୍ତି ।
28
ସେଥିରେ ତାହାଙ୍କ ସମ୍ଵନ୍ଧୀୟ ସମାଚାର ତତ୍କ୍ଷଣାତ୍ ଗାଲିଲୀର ଚତୁର୍ଦ୍ଦିଗସ୍ଥ ସମସ୍ତ ଅଞ୍ଚଳରେ ବ୍ୟାପିଗଲା ।
29
ତତ୍ପରେ ସେମାନେ ସମାଜଗୃହରୁ ବାହାରି ଯାକୁବ ଓ ଯୋହନଙ୍କ ସହିତ ସେହିକ୍ଷଣି ଶିମୋନ ଓ ଆନ୍ଦ୍ରିୟଙ୍କ ଗୃହକୁ ଗଲେ ।
30
ଶିମୋନଙ୍କ ଶାଶୁ ଜ୍ଵରରେ ଶଯ୍ୟାଗତା ଥିଲେ, ଆଉ ସେମାନେ ସେହିକ୍ଷଣି ତାଙ୍କ କଥା ଯୀଶୁଙ୍କୁ ଜଣାଇଲେ ।
31
ସେଥିରେ ସେ ପାଖକୁ ଯାଇ ତାଙ୍କ ହସ୍ତ ଧରି ତାଙ୍କୁ ଉଠାଇଲେ, ଆଉ ତାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ସେମାନଙ୍କ ପରିଚର୍ଯ୍ୟା କରିବାକୁ ଲାଗିଲେ ।
32
ସନ୍ଧ୍ୟା ସମୟରେ ସୂର୍ଯ୍ୟ ଅସ୍ତ ହେଲା ଉତ୍ତାରେ ଲୋକେ ତାହାଙ୍କ ଛାମୁକୁ ପୀଡ଼ିତ ଓ ଭୂତଗ୍ରସ୍ତସମସ୍ତଙ୍କୁ ଆଣିବାକୁ ଲାଗିଲେ,
33
ପୁଣି ନଗରବାସୀ ସମସ୍ତେ ଦ୍ଵାର ନିକଟରେ ଏକତ୍ର ହେଲେ ।
34
ସେଥିରେ ସେ ନାନା ପ୍ରକାର ରୋଗରେ ପୀଡ଼ିତ ଅନେକ ରୋଗୀଙ୍କି ସୁସ୍ଥ କଲେ ଓ ଅନେକ ଭୂତ ଛଡ଼ାଇଲେ, ପୁଣି ସେ ଭୂତମାନଙ୍କୁ କଥା କହିବାକୁ ଦେଲେ ନାହିଁ, କାରଣ ସେମାନେ ତାହାଙ୍କୁ ଚିହ୍ନୁଥିଲେ ।
35
ପାହାନ୍ତିଆ ସମୟରେ ଅନ୍ଧାର ଥାଉ ଥାଉ ସେ ଉଠି ବାହାରିଗଲେ ଓ ଗୋଟିଏ ନିର୍ଜ୍ଜନ ସ୍ଥାନକୁ ଯାଇ ସେଠାରେ ପ୍ରାର୍ଥନା କରିବାକୁ ଲାଗିଲେ ।
36
ଆଉ, ଶିମୋନ ଓ ତାହାଙ୍କ ସଙ୍ଗୀମାନେ ତାହାଙ୍କର ଅନୁସନ୍ଧାନ କରି,
37
ସାକ୍ଷାତ ପାଇ ତାହାଙ୍କୁ କହିଲେ, ସମସ୍ତେ ଆପଣଙ୍କର ଅନ୍ଵେଷଣ କରୁଅଛନ୍ତି ।
38
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆସ, ଆମ୍ଭେମାନେ ଅନ୍ୟ ସ୍ଥାନକୁ, ଅର୍ଥାତ୍ ନିକଟବର୍ତ୍ତୀ ବଡ଼ ବଡ଼ ଗ୍ରାମକୁ ଯିବା; ସେଠାରେ ମଧ୍ୟ ମୁଁ ପ୍ରଚାର କରିବି, କାରଣ ସେହି ଉଦ୍ଦେଶ୍ୟରେ ମୁଁ ବାହାରିଅଛି ।
39
ପୁଣି, ଯୀଶୁ ସମୁଦାୟ ଗାଲିଲୀରେ ଭ୍ରମଣ କରୁ କରୁ ସେମାନଙ୍କର ସମସ୍ତ ସମାଜଗୃହରେ ପ୍ରଚାର କଲେ ଓ ଭୂତମାନଙ୍କୁ ଛଡ଼ାଇଲେ ।
40
ଏଥିମଧ୍ୟରେ ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ଜାନୁ ପାତି ତାହାଙ୍କୁ ବିନତି କରି କହିଲା, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
41
ସେଥିରେ ସେ ଦୟାରେ ବିଗଳିତ ହୋଇ ହସ୍ତ ବିସ୍ତାର କରି ତାହାକୁ ସ୍ପର୍ଶ କଲେ ଓ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ ।
42
ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା ଓ ସେ ଶୁଚି ହେଲା ।
43
ପୁଣି, ସେ ତାହାକୁ ଅତି ଦୃଢ଼ ରୂପେ ଆଜ୍ଞା ଦେଇ ସେହିକ୍ଷଣି ବିଦାୟ କରି କହିଲେ,
44
ସାବଧାନ, କାହାକୁ କିଛି କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କ ନିକଟରେ ନିଜକୁ ଦେଖାଅ, ପୁଣି ମୋଶା ଯାହା ଯାହା ଆଦେଶ ଦେଇଅଛନ୍ତି, ସେହିସବୁ ଆପଣାର ଶୌଚକ୍ରିୟା ସ୍ଵରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
45
କିନ୍ତୁ ସେ ବାହାରିଯାଇ ସେହି ବିଷୟ ଅଧିକ ଘୋଷଣା କରି ଚାରିଆଡ଼େ ଏତେ କହିବାକୁ ଲାଗିଲା ଯେ, ଯୀଶୁ ଆଉ ପ୍ରକାଶରେ କୌଣସି ନଗରରେ ପ୍ରବେଶ କରି ପାରିଲେ ନାହିଁ, ମାତ୍ର ବାହାରେ ନିର୍ଜ୍ଜନ ସ୍ଥାନମାନଙ୍କରେ ରହିଲେ; ଆଉ, ଲୋକମାନେ ଚତୁର୍ଦ୍ଦିଗରୁ ତାହାଙ୍କ ନିକଟକୁ ଆସିବାକୁ ଲାଗିଲେ ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16