bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Mark 10
Mark 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 11 →
1
ସେ ସେହି ସ୍ଥାନରୁ ପ୍ରସ୍ଥାନ କରି ଯିହୁଦା ସୀମା ଓ ଯର୍ଦ୍ଦନର ପରପାରିକି ଆସିଲେ; ଆଉ ଲୋକସମୂହ ପୁନର୍ବାର ତାହାଙ୍କ ନିକଟରେ ଏକତ୍ର ହୁଅନ୍ତେ, ସେ ନିଜ ରୀତି ଅନୁସାରେ ସେମାନଙ୍କୁ ପୁଣି ଶିକ୍ଷା ଦେବାକୁ ଲାଗିଲେ ।
2
ଇତିମଧ୍ୟରେ ଫାରୂଶୀମାନେ ତାହାଙ୍କ ନିକଟକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଆପଣା ସ୍ତ୍ରୀକି ପରିତ୍ୟାଗ କରିବା କଅଣ ପୁରୁଷ ପକ୍ଷରେ ନ୍ୟାୟସଙ୍ଗତ?
3
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୋଶା ତୁମ୍ଭମାନଙ୍କୁ କି ଆଜ୍ଞା ଦେଇଅଛନ୍ତି?
4
ସେମାନେ କହିଲେ, ତ୍ୟାଗପତ୍ର ଲେଖି ସ୍ତ୍ରୀକି ପରିତ୍ୟାଗ କରିବା ନିମନ୍ତେ ମୋଶା, ଅନୁମତି ଦେଇଅଛନ୍ତି ।
5
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ସେ ତୁମ୍ଭମାନଙ୍କ ନିମନ୍ତେ ଏହି ଆଜ୍ଞା ଲିପିବଦ୍ଧ କରିଅଛନ୍ତି ।
6
କିନ୍ତୁ ସୃଷ୍ଟିର ଆରମ୍ଭରୁ ସେ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ ।
7
ଏହି କାରଣରୁ ପୁରୁଷ ଆପଣା ପିତାମାତାଙ୍କୁ ପରିତ୍ୟାଗ କରିବ, ଆଉ ସେ ଦୁହେଁ ଏକାଙ୍ଗ ହେବେ ।
8
ଏଣୁ ସେମାନେ ଆଉ ଦୁଇ ନୁହନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି ।
9
ଅତଏବ, ଈଶ୍ଵର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ବିଭିନ୍ନ ନ କରୁ ।
10
ପରେ ଶିଷ୍ୟମାନେ ଘରେ ତାହାଙ୍କୁ ଏ ବିଷୟ ପୁନର୍ବାର ପଚାରିବାକୁ ଲାଗିଲେ ।
11
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେକେହି ଆପଣା ସ୍ତ୍ରୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ତାହା ବିରୁଦ୍ଧରେ ବ୍ୟଭିଚାର କରେ;
12
ଆଉ, ଯଦି ସ୍ତ୍ରୀ ଆପଣା ସ୍ଵାମୀକି ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ତେବେ ସେ ବ୍ୟଭିଚାର କରେ ।
13
ସେ ଯେପରି ଶିଶୁମାନଙ୍କୁ ସ୍ପର୍ଶ କରନ୍ତି, ଏଥିପାଇଁ ଲୋକେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିବାକୁ ଲାଗିଲେ; ମାତ୍ର ଶିଷ୍ୟମାନେ ସେମାନଙ୍କୁ ଧମକ ଦେଲେ ।
14
ଯୀଶୁ ତାହା ଦେଖି ବିରକ୍ତ ହୋଇ ସେମାନଙ୍କୁ କହିଲେ, ଶିଶୁମାନଙ୍କୁ ମୋʼ ନିକଟକୁ ଆସିବାକୁ ଦିଅ, ସେମାନଙ୍କୁ ମନା କର ନାହିଁ; କାରଣ ଈଶ୍ଵରଙ୍କ ରାଜ୍ୟ ଏହିପ୍ରକାର ଲୋକମାନଙ୍କର ।
15
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେକେହି ଶିଶୁ ପରି ଈଶ୍ଵରଙ୍କ ରାଜ୍ୟ ଗ୍ରହଣ ନ କରେ, ସେ କୌଣସି ପ୍ରକାରେ ସେଥିରେ ପ୍ରବେଶ କରିବ ନାହିଁ ।
16
ପୁଣି, ସେ ସେମାନଙ୍କୁ କୋଳରେ ଘେନି ଓ ସେମାନଙ୍କ ଉପରେ ହାତ ଥୋଇ ସେମାନଙ୍କୁ ଆଶୀର୍ବାଦ କଲେ ।
17
ସେ ପୁନର୍ବାର ଯାତ୍ରା ଆରମ୍ଭ କରିବା ସମୟରେ ଜଣେ ଦୌଡ଼ିଆସି ତାହାଙ୍କ ଛାମୁରେ ଜାନୁ ପାତି ତାହାଙ୍କୁ ପଚାରିଲେ, ହେ ସଦ୍ଗୁରୁ, ଅନ; ଜୀବନର ଅଧିକାରୀ ହେବା ନିମନ୍ତେ ମୁଁ କଅଣ କରିବି ।
18
ସେଥିରେ ଯୀଶୁ ତାଙ୍କୁ କହିଲେ, ମୋତେ ସତ୍ ବୋଲି କାହିଁକି କହୁଅଛ? ଜଣଙ୍କ ବିନା, ଅର୍ଥାତ୍ ଈଶ୍ଵରଙ୍କ ବିନା ଅନ୍ୟ କେହି ସତ୍ ନୁହେଁ ।
19
ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟାସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର ।
20
ସେ ତାହାଙ୍କୁ କହିଲେ, ହେ ଗୁରୁ, ଏହିସମସ୍ତ ମୁଁ ଯୌବନକାଳରୁ ପାଳନ କରି ଆସିଅଛି ।
21
ଯୀଶୁ ତାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାଙ୍କୁ ସ୍ନେହ କଲେ ଓ କହିଲେ, ତୁମ୍ଭର ଗୋଟିଏ ବିଷୟ ଊଣା ଅଛି, ତୁମ୍ଭେ ଯାଇ ଆପଣାର ସର୍ବସ୍ଵ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ଵର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର ।
22
କିନ୍ତୁ ଏହି କଥାରେ ତାଙ୍କ ମୁଖ ମଳିନ ହୋଇଗଲା ଓ ସେ ଦୁଃଖିତ ହୋଇ ଚାଲିଗଲେ, କାରଣ ତାଙ୍କର ବହୁତ ସମ୍ପତ୍ତି ଥିଲା ।
23
ସେଥିରେ ଯୀଶୁ ଚତୁର୍ଦ୍ଦିଗକୁ ଦୃଷ୍ଟିପାତ କରି ଆପଣା ଶିଷ୍ୟମାନଙ୍କୁ କହିଲେ, ଯେଉଁମାନଙ୍କର ଧନ ଅଛି, ସେମାନେ କେଡ଼େ କଷ୍ଟରେ ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବେ!
24
ତାହାଙ୍କ କଥା ଶୁଣି ଶିଷ୍ୟମାନେ ବିସ୍ମୟାନ୍ଵିତ ହେଲେ । କିନ୍ତୁ ଯୀଶୁ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ବତ୍ସଗଣ, ଈଶ୍ଵରଙ୍କ ରାଜ୍ୟରେ ପ୍ରବେଶ କରିବା କେଡ଼େ କଷ୍ଟକର!
25
ଈଶ୍ଵରଙ୍କ ରାଜ୍ୟରେ ଧନୀ ଲୋକର ପ୍ରବେଶ କରିବା ଅପେକ୍ଷା ବରଂ ସୂଚୀର ଛିଦ୍ର ଦେଇ ଓଟର ଯିବା ସହଜ ।
26
ଏଥିରେ ସେମାନେ ଅତିଶୟ ଆଶ୍ଚର୍ଯ୍ୟାନ୍ଵିତ ହୋଇ ପରସ୍ପରକୁ କହିଲେ, ତେବେ କିଏ ପରିତ୍ରାଣ ପାଇ ପାରେ?
27
ଯୀଶୁ ସେମାନଙ୍କୁ ଏକଦୃଷ୍ଟିରେ ଚାହିଁ କହିଲେ, ଏହା ମନୁଷ୍ୟର ଅସାଧ୍ୟ, କିନ୍ତୁ ଈଶ୍ଵରଙ୍କର ନୁହେଁ; କାରଣ ଈଶ୍ଵରଙ୍କର ସମସ୍ତ ସାଧ୍ୟ ।
28
ପିତର ତାହାଙ୍କୁ କହିବାକୁ ଲାଗିଲେ, ଦେଖନ୍ତୁ, ଆମ୍ଭେମାନେ ସମସ୍ତ ପରିତ୍ୟାଗ କରି ଆପଣଙ୍କ ଅନୁଗାମୀ ହୋଇଅଛୁ ।
29
ଯୀଶୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯେଉଁ ଲୋକ ମୋହର ଓ ସୁସମାଚାର ନିମନ୍ତେ ଗୃହ କିମ୍ଵା ଭ୍ରାତା କି ଭଗ୍ନୀ କି ମାତା କି ପିତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରିଅଛି,
30
ଆଉ ଏବେ ଇହକାଳରେ ତାଡ଼ନା ସଙ୍ଗେ ସଙ୍ଗେ ଶତ ଗୁଣରେ ଗୃହ, ଭ୍ରାତା, ଭଗ୍ନୀ, ମାତା, ସନ୍ତାନସନ୍ତତି ଓ ଭୂମି, ପୁଣି ପରକାଳରେ ଅନ; ଜୀବନ ନ ପାଇବ, ଏପରି ଲୋକ କେହି ନାହିଁ ।
31
କିନ୍ତୁ ପ୍ରଥମରେ ଥିବା ଅନେକ ଲୋକ ଶେଷରେ ପଡ଼ିବେ ଓ ଶେଷରେ ଥିବା ଅନେକ ଲୋକ ପ୍ରଥମ ହେବେ ।
32
ସେମାନେ ଯିରୂଶାଲମକୁ ଯାତ୍ରା କରୁଥିବା ସମୟରେ ପଥ ମଧ୍ୟରେ ଥିଲେ ଓ ଯୀଶୁ ସେମାନଙ୍କ ଆଗେ ଆଗେ ଯାଉଥିଲେ, ଆଉ ସେମାନେ ବିସ୍ମୟାନ୍ଵିତ ଓ ପଶ୍ଚାତ୍ଗାମୀ ଲୋକେ ଭୀତ ହୋଇଥିଲେ । ଏଣୁ ସେ ପୁନର୍ବାର ଦ୍ଵାଦଶଙ୍କୁ ଅନ୍ତର କରି, ତାହାଙ୍କ ପ୍ରତି ଯାହା ଯାହା ଘଟିବାକୁ ଯାଉଅଛି, ସେହିସବୁ ସେମାନଙ୍କୁ ଜଣାଇବାକୁ ଲାଗିଲେ ।
33
ଯୀଶୁ କହିଲେ, ଦେଖ, ଆମ୍ଭେମାନେ ଯିରୂଶାଲମକୁ ଯାତ୍ରା କରୁଅଛୁ; ମନୁଷ୍ୟପୁତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ହସ୍ତରେ ସମର୍ପିତ ହେବେ, ଆଉ ସେମାନେ ତାହାଙ୍କୁ ପ୍ରାଣଦଣ୍ତାଜ୍ଞା ଦେଇ ବିଜାତିମାନଙ୍କ ହସ୍ତରେ ସମର୍ପଣ କରିବେ,
34
ପୁଣି ସେମାନେ ତାହାଙ୍କୁ ପରିହାସ କରିବେ, ତାହାଙ୍କ ଉପରେ ଛେପ ପକାଇବେ, ତାହାଙ୍କୁ କୋରଡ଼ା ମାରିବେ ଓ ବଧ କରିବେ, ଆଉ ତିନି ଦିନ ଉତ୍ତାରେ ସେ ପୁନରୁତ୍ଥାନ କରିବେ ।
35
ପରେ ଜେବଦୀଙ୍କ ପୁତ୍ରମାନେ ଯାକୁବ ଓ ଯୋହନ ତାହାଙ୍କ ଛାମୁକୁ ଆସି କହିଲେ, ହେ ଗୁରୁ, ଆମ୍ଭମାନଙ୍କର ଇଚ୍ଛା ଯେ, ଆମ୍ଭେମାନେ ଆପଣଙ୍କଠାରୁ ଯାହା କିଛି ମାଗିବୁ, ତାହା ଆମ୍ଭମାନଙ୍କ ପାଇଁ ଆପଣ କରନ୍ତୁ ।
36
ତହୁଁ ଯୀଶୁ ସେମାନଙ୍କୁ ପଚାରିଲେ, ମୁଁ ତୁମ୍ଭମାନଙ୍କ ପାଇଁ କଅଣ କରିବି ବୋଲି ତୁମ୍ଭେମାନେ ଇଚ୍ଛା କରୁଅଛ?
37
ସେମାନେ ତାହାଙ୍କୁ କହିଲେ, ଆପଣ ମହିମାପ୍ରାପ୍ତ ହେଲେ ଯେପରି ଆମ୍ଭମାନଙ୍କ ମଧ୍ୟରୁ ଜଣେ ଆପଣଙ୍କ ଦକ୍ଷିଣ ପାର୍ଶ୍ଵରେ ଓ ଅନ୍ୟ ଜଣକ ବାମ ପାର୍ଶ୍ଵରେ ବସିବ, ଆମ୍ଭମାନଙ୍କୁ ଏହି ବର ଦିଅନ୍ତୁ ।
38
କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ କଅଣ ମାଗୁଅଛ, ତାହା ଜାଣୁ ନାହଁ । ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ସେଥିରେ କି ତୁମ୍ଭେମାନେ ପାନ କରି ପାର? ଅବା ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ସେଥିରେ କି ତୁମ୍ଭେମାନେ ବାପ୍ତିଜିତ ହୋଇ ପାର?
39
ସେମାନେ ତାହାଙ୍କୁ କହିଲେ, ପାରୁ । ଯୀଶୁ ସେମାନଙ୍କୁ କହିଲେ, ମୁଁ ଯେଉଁ ପାତ୍ରରେ ପାନ କରୁଅଛି, ତୁମ୍ଭେମାନେ ସେଥିରେ ପାନ କରିବ, ପୁଣି ମୁଁ ଯେଉଁ ବାପ୍ତିସ୍ମରେ ବାପ୍ତିଜିତ ହେଉଅଛି, ତୁମ୍ଭେମାନେ ସେଥିରେ ବାପ୍ତିଜିତ ହେବ;
40
କିନ୍ତୁ ମୋହର ଦକ୍ଷିଣ ଅବା ବାମ ପାର୍ଶ୍ଵରେ ବସିବାକୁ ଦେବା ମୋହର ଅଧିକାରର ବିଷୟ ନୁହେଁ, ବରଂ ଯେଉଁମାନଙ୍କ ନିମନ୍ତେ ସ୍ଥାନ ପ୍ରସ୍ତୁତ କରାଯାଇଅଛି, ସେମାନେ ବସିବେ ।
41
ଅନ୍ୟ ଦଶଜଣ ଏହା ଶୁଣି ଯାକୁବ ଓ ଯୋହନଙ୍କ ଉପରେ ବିରକ୍ତ ହେବାକୁ ଲାଗିଲେ ।
42
ସେଥିରେ ଯୀଶୁ ସେମାନଙ୍କୁ ପାଖକୁ ଡାକି କହିଲେ, ଯେଉଁମାନେ ବିଜାତିମାନଙ୍କର ଶାସନକର୍ତ୍ତା ରୂପେ ଗଣିତ, ସେମାନେ ସେମାନଙ୍କ ଉପରେ ପ୍ରଭୁତ୍ଵ କରନ୍ତି ଓ ସେମାନଙ୍କର ମହାନ ବ୍ୟକ୍ତିମାନେ ସେମାନଙ୍କ ଉପରେ କର୍ତ୍ତୃତ୍ଵ କରନ୍ତି, ଏହା ତୁମ୍ଭେମାନେ ଜାଣ ।
43
କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ସେପ୍ରକାର ନୁହେଁ; ମାତ୍ର ତୁମ୍ଭମାନଙ୍କ ମଧ୍ୟରେ ଯେକେହି ମହାନ ହେବାକୁ ଇଚ୍ଛା କରେ, ସେ ତୁମ୍ଭମାନଙ୍କର ସେବକ ହେଉ,
44
ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେକେହି ପ୍ରଧାନ ହେବାକୁ ଇଚ୍ଛା କରେ, ସେ ସମସ୍ତଙ୍କର ଦାସ ହେଉ ।
45
କାରଣ ମନୁଷ୍ୟପୁତ୍ର ମଧ୍ୟ ସେବା ପାଇବାକୁ ଆସି ନାହାନ୍ତି, ମାତ୍ର ସେବା କରିବାକୁ ଓ ଅନେକଙ୍କ ନିମନ୍ତେ।। ମୁକ୍ତିର ମୂଲ୍ୟ ସ୍ଵରୂପେ ଆପଣା ପ୍ରାଣ ଦେବାକୁ ଆସିଅଛନ୍ତି ।
46
ପରେ ସେମାନେ ଯିରୀହୋରେ ଉପସ୍ଥିତ ହେଲେ, ଆଉ ସେ ଆପଣା ଶିଷ୍ୟସମୂହ ଓ ବହୁସଂଖ୍ୟକ ଲୋକ ସହିତ ଯିରୀହୋରୁ ପ୍ରସ୍ଥାନ କରିବା ସମୟରେ ଟୀମାୟର ପୁତ୍ର ବାର୍ଟୀମୟ ନାମକ ଜଣେ ଅନ୍ଧ ଭିକ୍ଷୁକ ପଥ ପାର୍ଶ୍ଵରେ ବସିଥିଲା ।
47
ସେ ଯେ ନାଜରିତୀୟ ଯୀଶୁ, ଏହା ଶୁଣି ସେ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ ଯୀଶୁ, ମୋତେ ଦୟା କରନ୍ତୁ ।
48
ଏଥିରେ ଅନେକେ ତାହାକୁ ତୁନି ହେବା ପାଇଁ ଧମକ ଦେବାକୁ ଲାଗିଲେ, କିନ୍ତୁ ସେ ଆହୁରି ଅଧିକ ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ଦାଉଦ ସନ୍ତାନ, ମୋତେ ଦୟା କରନ୍ତୁ ।
49
ସେଥିରେ ଯୀଶୁ ଠିଆ ହୋଇ କହିଲେ, ତାହାକୁ ଡାକ । ସେମାନେ ସେହି ଅନ୍ଧ ଲୋକଟିକୁ ଡାକି କହିଲେ, ସାହସ ଧର, ଉଠ, ସେ ତୁମକୁ ଡାକୁଅଛନ୍ତି ।
50
ତହିଁରେ ସେ ଆପଣା ଚାଦର ଫୋପାଡ଼ିଦେଇ ଉଠି ଯୀଶୁଙ୍କ ନିକଟକୁ ଆସିଲା ।
51
ଯୀଶୁ ତାହାକୁ ଉତ୍ତର ଦେଲେ, ମୁଁ ତୁମ୍ଭ ପାଇଁ କଅଣ କରିବି ବୋଲି ତୁମ୍ଭେ ଇଚ୍ଛା କରୁଅଛ? ସେହି ଅନ୍ଧ ଲୋକଟି ତାହାଙ୍କୁ କହିଲା, ହେ ଗୁରୁ, ମୁଁ ଯେପରି ଦୃଷ୍ଟି ପାଏ ।
52
ଯୀଶୁ ତାହାକୁ କହିଲେ, ଯାଅ, ତୁମ୍ଭର ବିଶ୍ଵାସ ତୁମ୍ଭକୁ ସୁସ୍ଥ କରିଅଛି । ତତ୍କ୍ଷଣାତ୍ ସେ ଦୃଷ୍ଟି ପାଇ ପଥରେ ତାହାଙ୍କ ପଛେ ପଛେ ଚାଲିବାକୁ ଲାଗିଲା ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16