bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Mark 12
Mark 12
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
1
ଏଥିଉତ୍ତାରେ ସେ ସେମାନଙ୍କୁ ଦୃଷ୍ଟାନ୍ତରେ କହିବାକୁ ଲାଗିଲେ । ଜଣେ ବ୍ୟକ୍ତି ଗୋଟିଏ ଦ୍ରାକ୍ଷାକ୍ଷେତ୍ର କରି ତାହାର ଚାରିଆଡ଼େ ବାଡ଼ ଦେଲେ ଓ ଦ୍ରାକ୍ଷାକୁଣ୍ତ ଖୋଳି ପ୍ରହରୀଗୃହ ନିର୍ମାଣ କଲେ, ପୁଣି କୃଷକମାନଙ୍କୁ ସେହି କ୍ଷେତ ଭାଗରେ ଦେଇ ବିଦେଶକୁ ଗମନ କଲେ ।
2
ପରେ କୃଷକମାନଙ୍କଠାରୁ ଦ୍ରାକ୍ଷାକ୍ଷେତ୍ରର ଫଳରୁ ଭାଗ ପାଇବା ନିମନ୍ତେ ସେ ଜଣେ ଦାସକୁ ଉପଯୁକ୍ତ ସମୟରେ ସେମାନଙ୍କ ନିକଟକୁ ପଠାଇଲେ ।
3
କିନ୍ତୁ ସେମାନେ ତାହାକୁ ଧରି ପ୍ରହାର କଲେ ଓ ଶୂନ୍ୟ ହସ୍ତରେ ଫେରାଇଦେଲେ ।
4
ସେ ପୁଣି ସେମାନଙ୍କ ନିକଟକୁ ଆଉ ଜଣେ ଦାସକୁ ପଠାଇଲେ; ସେମାନେ ତାହାର ମଧ୍ୟ ମୁଣ୍ତ ଫଟାଇଦେଲେ ଓ ତାହାକୁ ଅପମାନ କଲେ ।
5
ସେ ଆଉ ଜଣକୁ ପଠାଇଲେ; ସେମାନେ ତାହାକୁ ମଧ୍ୟ ବଧ କଲେ । ସେଥିରେ ସେ ଆହୁରି ଅନେକଙ୍କୁ ପଠାଇଲେ; ସେମାନଙ୍କ ମଧ୍ୟରୁ କେତେକଙ୍କୁ ସେମାନେ ପ୍ରହାର କଲେ ଓ କେତେକଙ୍କୁ ବଧ କଲେ ।
6
ତାଙ୍କ ନିକଟରେ ଜଣେ ମାତ୍ର ରହିଲେ, ସେ ତାଙ୍କ ପ୍ରିୟ ପୁତ୍ର । ମୋର ପୁଅକୁ ସେମାନେ ମାନ୍ୟ କରିବେ, ଏହା କହି ସେ ଅବଶେଷରେ ତାଙ୍କୁ ସେମାନଙ୍କ ନିକଟକୁ ପଠାଇଲେ ।
7
ମାତ୍ର ସେହି କୃଷକମାନେ ପରସ୍ପର କହିଲେ, ଏ ତ ଉତ୍ତରାଧିକାରୀ, ଆସ, ଏହାକୁ ବଧ କରିବା; ତାହାହେଲେ ଅଧିକାର ଆମ୍ଭମାନଙ୍କର ହେବ ।
8
ସେଥିରେ ସେମାନେ ତାଙ୍କୁ ଧରି ବଧ କଲେ ଓ ଦ୍ରାକ୍ଷାକ୍ଷେତ୍ରର ବାହାରେ ପକାଇଦେଲେ ।
9
ତେବେ ଦ୍ରାକ୍ଷାକ୍ଷେତ୍ରର କର୍ତ୍ତା କଅଣ କରିବେ? ସେ ଆସି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଦ୍ରାକ୍ଷାକ୍ଷେତ୍ର ଦେବେ ।
10
ତୁମ୍ଭେମାନେ କି ଧର୍ମଶାସ୍ତ୍ରର ଏହି ବାକ୍ୟ ମଧ୍ୟ ପାଠ କରି ନାହଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା କୋଣର ପ୍ରଧାନ ପ୍ରସ୍ତର ହେଲା;
11
ପ୍ରଭୁଙ୍କଠାରୁ ଏହା ହେଲା, ଆଉ ତାହା ଆମ୍ଭମାନଙ୍କ ଦୃଷ୍ଟିରେ ଆଶ୍ଚର୍ଯ୍ୟଜନକ?
12
ଏଥିରେ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକସମୂହକୁ ଭୟ କଲେ; କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ, ଆଉ ସେମାନେ ତାହାଙ୍କୁ ପରିତ୍ୟାଗ କରି ଚାଲିଗଲେ ।
13
ପରେ ତାହାଙ୍କ କଥାର ଛିଦ୍ର ଧରିବା ନିମନ୍ତେ ସେମାନେ ଫାରୂଶୀ ଓ ହେରୋଦୀୟମାନଙ୍କ ମଧ୍ୟରୁ କେତେକଙ୍କୁ ତାହାଙ୍କ ପାଖକୁ ପଠାଇଲେ ।
14
ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାରିକି ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଈଶ୍ଵରଙ୍କ ମାର୍ଗ ଶିକ୍ଷା ଦିଅନ୍ତି । କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନା?
15
ଆମ୍ଭେମାନେ ଦେବା କି ନାହିଁ? କିନ୍ତୁ ସେ ସେମାନଙ୍କର କପଟତା ଜାଣି ସେମାନଙ୍କୁ କହିଲେ, କାହିଁକି ମୋତେ ପରୀକ୍ଷା କରୁଅଛ? ଗୋଟିଏ ଅଧୁଲି ମୋʼ ପାଖକୁ ଆଣ, ମୁଁ ତାହା ଦେଖେ ।
16
ତହିଁରେ ସେମାନେ ତାହା ଆଣିଲେ । ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? ସେମାନେ ତାହାଙ୍କୁ କହିଲେ, କାଇସରଙ୍କର ।
17
ସେଥିରେ ଯୀଶୁ ସେମାନଙ୍କୁ କହିଲେ, କାଇସରଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ଵରଙ୍କର ଯାହା, ତାହା ଈଶ୍ଵରଙ୍କୁ ଦିଅ । ତହିଁରେ ସେମାନେ ତାହାଙ୍କ କଥାରେ ଅତ୍ୟ; ଚମତ୍କୃତ ହେଲେ ।
18
ଏଥିଉତ୍ତାରେ ପୁନରୁତ୍ଥାନ ନାସ୍ତି କରୁଥିବା ସାଦ୍ଦୂକୀମାନେ ତାହାଙ୍କ ନିକଟକୁ ଆସି ପଚାରିବାକୁ ଲାଗିଲେ,
19
ହେ ଗୁରୁ, ମୋଶା ଆମ୍ଭମାନଙ୍କ ନିମନ୍ତେ ଲେଖିଅଛନ୍ତି ଯେ, ଯଦି କୌଣସି ଲୋକର ଭାଇ ମରେ, ଆଉ ତାହାର ଭାର୍ଯ୍ୟା ଜୀବିତା ଥାଏ, ପୁଣି ତାହାର କୌଣସି ସନ୍ତାନ ନ ଥାଏ, ତାହାହେଲେ ତାହାର ଭାଇ ତାହାର ଭାର୍ଯ୍ୟାକୁ ଗ୍ରହଣ କରି ଆପଣା ଭାଇ ନିମନ୍ତେ ବଂଶ ଉତ୍ପନ୍ନ କରିବ ।
20
ଦେଖନ୍ତୁ, ସାତ ଭାଇ ଥିଲେ; ପ୍ରଥମଟି ଗୋଟିଏ ସ୍ତ୍ରୀକି ବିବାହ କଲା ଓ ନିଃସନ୍ତାନ ହୋଇ ମଲା;
21
ପରେ ଦ୍ଵିତୀୟଟି ତାହାକୁ ଗ୍ରହଣ କରି ନିଃସନ୍ତାନ ହୋଇ ମଲା; ତୃତୀୟଟି ସେହି ପ୍ରକାର କଲା,
22
ଆଉ ସାତ ଜଣଯାକ ନିଃସନ୍ତାନ ହୋଇ ମଲେ; ସମସ୍ତଙ୍କ ଶେଷରେ ସେହି ସ୍ତ୍ରୀ ମଧ୍ୟ ମଲା ।
23
ପୁନରୁତ୍ଥାନ ସମୟରେ ଯେତେବେଳେ ସେମାନେ ଉଠିବେ, ସେତେବେଳେ ସେମାନଙ୍କ ମଧ୍ୟରୁ ସେ କାହାର ସ୍ତ୍ରୀ ହେବ? ସାତ ଜଣଯାକ ତ ତାହାକୁ ବିବାହ କରିଥିଲେ ।
24
ଯୀଶୁ ସେମାନଙ୍କୁ କହିଲେ, ଧର୍ମଶାସ୍ତ୍ର, ପୁଣି ଈଶ୍ଵରଙ୍କ ଶକ୍ତି ମଧ୍ୟ ନ ଜାଣିବା କି ତୁମ୍ଭମାନଙ୍କ ଭ୍ରାନ୍ତିର କାରଣ ନୁହେଁ?
25
ଯେଣୁ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ହେଲା ଉତ୍ତାରେ ଲୋକେ ବିବାହ କରନ୍ତି ନାହିଁ କିମ୍ଵା ବିବାହିତା ହୁଅନ୍ତି ନାହିଁ, କିନ୍ତୁ ସ୍ଵର୍ଗସ୍ଥ ଦୂତମାନଙ୍କ ପରି ରୁହନ୍ତି ।
26
ମାତ୍ର ମୃତମାନେ ଯେ ଉତ୍ଥିତ ହୁଅନ୍ତି, ସେସମ୍ଵନ୍ଧରେ ତୁମ୍ଭେମାନେ କି ମୋଶାଙ୍କ ଶାସ୍ତ୍ରରେ ବୁଦାର ବୃତ୍ତାନ୍ତରେ ପାଠ କରି ନାହଁ ଯେ, ଈଶ୍ଵର କିପରି ତାହାଙ୍କୁ କହିଲେ, ଆମ୍ଭେ ଅବ୍ରହାମଙ୍କ ଈଶ୍ଵର, ଇସ୍ହାକଙ୍କ ଈଶ୍ଵର ଓ ଯାକୁବଙ୍କ ଈଶ୍ଵର?
27
ସେ ମୃତମାନଙ୍କର ଈଶ୍ଵର ନୁହନ୍ତି, ମାତ୍ର ଜୀବିତମାନଙ୍କର । ତୁମ୍ଭେମାନେ ବଡ଼ ଭ୍ରାନ୍ତ ହେଉଅଛ ।
28
ସେତେବେଳେ ଶାସ୍ତ୍ରୀମାନଙ୍କ ମଧ୍ୟରୁ ଜଣେ ପାଖକୁ ଆସି ସେମାନଙ୍କର ବାଦାନୁବାଦ ଶୁଣି ଓ ସେ ଯେ ସେମାନଙ୍କୁ ଯଥାର୍ଥ ଉତ୍ତର ଦେଇଅଛନ୍ତି, ଏହା ଜାଣି ତାହାଙ୍କୁ ପଚାରିଲେ, ସମସ୍ତ ଆଜ୍ଞା ମଧ୍ୟରେ କିପ୍ରକାର ଆଜ୍ଞା ପ୍ରଧାନ?
29
ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ଵର ଏକମାତ୍ର ପ୍ରଭୁ ଅଟନ୍ତି;
30
ଆଉ, ତୁମ୍ଭେ ଆପଣା ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ, ସମସ୍ତ ମନ ଓ ସମସ୍ତ ଶକ୍ତି ଦେଇ ପ୍ରଭୁ ଆପଣା ଈଶ୍ଵରଙ୍କୁ ପ୍ରେମ କର ।
31
ଦ୍ଵିତୀୟଟି ଏହି, ତୁମ୍ଭେ ଆପଣା ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କର। ଏହି ଆଜ୍ଞାଗୁଡ଼ିକ ଅପେକ୍ଷା ଆଉ କୌଣସି ଶ୍ରେଷ୍ଠତର ଆଜ୍ଞା ନାହିଁ ।
32
ସେଥିରେ ସେହି ଶାସ୍ତ୍ରୀ ତାହାଙ୍କୁ କହିଲେ, ହେ ଗୁରୁ, ତାହା ସତ୍ୟ, ସେ ଯେ ଏକ ଓ ତାହାଙ୍କ ବିନା ଆଉ କେହି ନାହିଁ, ଏହା ଆପଣ ଯଥାର୍ଥ କହିଅଛନ୍ତି;
33
ପୁଣି, ସମସ୍ତ ଅନ୍ତଃକରଣ, ସମସ୍ତ ବୁଦ୍ଧି ଓ ସମସ୍ତ ଶକ୍ତି ଦେଇ ତାହାଙ୍କୁ ପ୍ରେମ କରିବା ଏବଂ ପ୍ରତିବାସୀକି ଆତ୍ମତୁଲ୍ୟ ପ୍ରେମ କରିବା ସମସ୍ତ ହୋମ ଓ ବଳିଦାନ ଅପେକ୍ଷା ଗୁରୁତର ।
34
ସେ ବୁଦ୍ଧି ସହିତ ଉତ୍ତର ଦେଇଅଛନ୍ତି ଦେଖି ଯୀଶୁ ତାହାଙ୍କୁ କହିଲେ, ଈଶ୍ଵରଙ୍କ ରାଜ୍ୟଠାରୁ ତୁମ୍ଭେ ଦୂରବର୍ତ୍ତୀ ନୁହଁ । ଏଥିଉତ୍ତାରେ କେହି ତାହାଙ୍କୁ ଆଉ କୌଣସି ପ୍ରଶ୍ନ ପଚାରିବାକୁ ସାହସ କଲେ ନାହିଁ ।
35
କିନ୍ତୁ ଯୀଶୁ ମନ୍ଦିରରେ ଶିକ୍ଷା ଦେଉଥିବା ସମୟରେ ଉତ୍ତର ଦେଲେ, ଖ୍ରୀଷ୍ଟ ଯେ ଦାଉଦଙ୍କ ସନ୍ତାନ, ଏହା ଶାସ୍ତ୍ରୀମାନେ କିପରି କହନ୍ତି?
36
ସ୍ଵୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ଵାରା ଆବିଷ୍ଟ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।
37
ସ୍ଵୟଂ ଦାଉଦ ତାହାଙ୍କୁ ପ୍ରଭୁ ବୋଲି କହନ୍ତି; ତେବେ ସେ କିପ୍ରକାରେ ତାହାଙ୍କର ସନ୍ତାନ?
38
ସର୍ବସାଧାରଣ ଲୋକେ ଆନନ୍ଦରେ ତାହାଙ୍କ କଥା ଶୁଣୁଥିଲେ । ପୁନଶ୍ଚ, ସେ ଆପଣା ଶିକ୍ଷା ମଧ୍ୟରେ କହିଲେ, ଶାସ୍ତ୍ରୀମାନଙ୍କଠାରୁ ସାବଧାନଣ! ସେମାନେ ଦୀର୍ଘ ବସନ ପରିଧାନ କରି ଭ୍ରମଣ କରିବାକୁ, ପୁଣି ହାଟ ବଜାରରେ ନମସ୍କାର!,
39
ସମାଜଗୃହରେ ପ୍ରଧାନ ଆସନ ଓ ଭୋଜିରେ ପ୍ରଧାନ ସ୍ଥାନ ଗ୍ରହଣ କରିବାକୁ ଭଲ ପାଆନ୍ତି;
40
ସେମାନେ ବିଧବାମାନଙ୍କର ଗୃହସବୁ ଗ୍ରାସ କରନ୍ତି ଓ ଛଳନା କରି ଦୀର୍ଘ ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ତ ପାଇବେ ।
41
ପରେ ସେ ଭଣ୍ତାର ସମ୍ମୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ । ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶୀ ପକାଇଲେ;
42
ଆଉ, ଜଣେ ଦରିଦ୍ର ବିଧବା ଆସି ଏକ ପାହୁଲା ମୂଲ୍ୟର ଦୁଇ କ୍ଷୁଦ୍ର ମୁଦ୍ରା ସେଥିରେ ପକାଇଲା ।
43
ତହିଁରେ ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭଣ୍ତାରରେ ମୁଦ୍ରା ପକାଉଥିବା ସମସ୍ତ ଲୋକଙ୍କ ଅପେକ୍ଷା ଏହି ଦରିଦ୍ର ବିଧବା ଅଧିକ ପକାଇଅଛିନ୍ତ
44
କାରଣ ସମସ୍ତେ ଆପଣା ଆପଣା ଅତିରିକ୍ତ ଧନରୁ କିଛି କିଛି ପକାଇଲେ, କିନ୍ତୁ ଏ ଆପଣାର ଅନାଟନ ଅବସ୍ଥାରେ ନିଜ ପ୍ରାଣ ବଞ୍ଚାଇବା ନିମନ୍ତେ ତାହାର ଯାହା କିଛି ଥିଲା, ସେହିସବୁ ପକାଇଲା ।
← Chapter 11
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 13 →
All chapters:
1
2
3
4
5
6
7
8
9
10
11
12
13
14
15
16