bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Mark 15
Mark 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
1
ପ୍ରଭାତ ହେବାମାତ୍ରେ ସମସ୍ତ ମହାସଭା, ଅର୍ଥାତ୍, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କ ସହିତଣପ୍ରଧାନ ଯାଜକମାନେ ସଭା କରି ଯୀଶୁଙ୍କୁ ବାନ୍ଧି ଘେନିଯାଇ ପୀଲାତଙ୍କ ହସ୍ତରେ ସମର୍ପଣ କଲେ ।
2
ପୀଲାତ ତାହାଙ୍କୁ ପଚାରିଲେ, ତୁମ୍ଭେ କି ଯିହୁଦୀ-ମାନଙ୍କର ରାଜା? ସେ ତାଙ୍କୁ ଉତ୍ତର ଦେଲେ, ଆପଣ କହୁଅଛନ୍ତି ।
3
ଆଉ, ପ୍ରଧାନ ଯାଜକମାନେ ତାହାଙ୍କ ବିରୁଦ୍ଧରେ ଅନେକ ଅଭିଯୋଗ କରିବାକୁ ଲାଗିଲେ ।
4
ସେଥିରେ ପୀଲାତ ପୁନର୍ବାର ତାହାଙ୍କୁ ପଚାରିଲେ, ତୁମ୍ଭେ କିଛି ଉତ୍ତର ଦେଉ ନାହଁ? ଦେଖ, ଏମାନେ ତୁମ୍ଭ ବିରୁଦ୍ଧରେ କେତେ ଅଭିଯୋଗ କରୁଅଛନ୍ତି ।
5
କିନ୍ତୁ ଯୀଶୁ ଆଉ କୌଣସି ଉତ୍ତର ଦେଲେ ନାହିଁ, ସେଥିରେ ପୀଲାତ ଚମତ୍କୃତ ହେଲେ ।
6
ମାତ୍ର ପର୍ବ ସମୟରେ ଲୋକମାନେ ଯେଉଁ ବନ୍ଦୀକୁ ମାଗୁଥିଲେ, ତାହାକୁ ସେ ସେମାନଙ୍କ ନିମନ୍ତେ ମୁକ୍ତ କରୁଥିଲେ ।
7
ଯେଉଁ ବିପ୍ଳବୀମାନେ ବିପ୍ଳବ ସମୟରେ ନରହତ୍ୟା କରିଥିଲେ, ସେମାନଙ୍କ ସହିତ ବାରବ୍ବା ନାମକ ଜଣେ ଲୋକ ବନ୍ଦୀ ଥିଲା ।
8
ତେଣୁ ଲୋକସମୂହ ଉପରକୁ ଯାଇ ତାଙ୍କୁ ଆପଣା ରୀତି ଅନୁସାରେ କରିବା ନିମନ୍ତେ ଅନୁରୋଧ କରିବାକୁ ଲାଗିଲେ ।
9
ସେଥିରେ ପୀଲାତ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ କଅଣ ଇଚ୍ଛା କରୁଅଛ? ଆମ୍ଭେ କଅଣ ତୁମ୍ଭମାନଙ୍କ ନିମନ୍ତେ ଯିହୁଦୀମାନଙ୍କ ରାଜାଙ୍କୁ ମୁକ୍ତ କରିଦେବା?
10
କାରଣ ପ୍ରଧାନ ଯାଜକମାନେ ଯେ ଈର୍ଷାରେ ତାହାଙ୍କୁ ସମର୍ପଣ କରିଥିଲେ, ତାହା ସେ ବୁଝିଲେ ।
11
ମାତ୍ର ସେ ଯେପରି ସେମାନଙ୍କ ନିମନ୍ତେ ବରଞ୍ଚ ବାରବ୍ବାକୁ ମୁକ୍ତ କରନ୍ତି, ସେଥିପାଇଁ ପ୍ରଧାନ ଯାଜକମାନେ ଲୋକସମୂହକୁ ମତାଇଲେ ।
12
କିନ୍ତୁ ପୀଲାତ ପୁନର୍ବାର ସେମାନଙ୍କୁ ଉତ୍ତର ଦେଲେ, ତେବେ ଯାହାକୁ ତୁମ୍ଭେମାନେ ଯିହୁଦୀମାନଙ୍କର ରାଜା ବୋଲି କହୁଅଛ, ତାହା ପ୍ରତି ଆମ୍ଭେ କଅଣ କରିବା?
13
ସେମାନେ ପୁଣି ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
14
ସେଥିରେ ପୀଲାତ ସେମାନଙ୍କୁ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି? କିନ୍ତୁ ସେମାନେ ଅତ୍ୟ; ଚିତ୍କାର କଲେ, ତାହାକୁ କ୍ରୁଶରେ ଚଢ଼ାଅ ।
15
ଏଣୁ ପୀଲାତ ଲୋକସମୂହକୁ ସନ୍ତୁଷ୍ଟ କରିବାକୁ ଇଚ୍ଛା କରି ସେମାନଙ୍କ ନିମନ୍ତେ ବାରବ୍ବାକୁ ମୁକ୍ତ କଲେ, ପୁଣି ଯୀଶୁଙ୍କୁ କୋରଡ଼ା ପ୍ରହାର କରାଇ କ୍ରୁଶରେ ଚଢ଼ାଇବା ନିମନ୍ତେ ସମର୍ପଣ କଲେ ।
16
ସେଥିରେ ସୈନ୍ୟମାନେ ତାହାଙ୍କୁ ପ୍ରାଙ୍ଗଣ, ଅର୍ଥାତ୍, ପ୍ରାସାଦ ଭିତରକୁ ଘେନିଯାଇ ସମସ୍ତ ସୈନ୍ୟଦଳକୁ ଡାକି ଏକତ୍ର କଲେ ।
17
ସେମାନେ ତାହାଙ୍କୁ କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର ପିନ୍ଧାଇଲେ ଓ କଣ୍ଟାର ମୁକୁଟ ବନାଇ ତାହାଙ୍କ ମସ୍ତକରେ ଦେଲେ;
18
ଆଉ, ହେ ଯିହୁଦୀମାନଙ୍କ ରାଜା, ନମସ୍କାର, ଏହା କହି ତାହାଙ୍କର ବନ୍ଦନା କରିବାକୁ ଲାଗିଲେ ।
19
ପୁଣି, ସେମାନେ ଗୋଟିଏ ନଳ ଘେନି ତାହାଙ୍କ ମୁଣ୍ତରେ ମାଇଲେ ଓ ତାହାଙ୍କ ଉପରେ ଛେପ ପକାଇଲେ, ଆଉ ଆଣ୍ଠୁ ମାଡ଼ି ତାହାଙ୍କୁ ପ୍ରଣାମ କରିବାକୁ ଲାଗିଲେ ।
20
ସେମାନେ ତାହାଙ୍କୁ ପରିହାସ କଲା ଉତ୍ତାରେ ସେହି କୃଷ୍ଣଲୋହିତ ବର୍ଣ୍ଣର ବସ୍ତ୍ର କାଢ଼ି ନେଇ ତାହାଙ୍କର ନିଜ ବସ୍ତ୍ର ପିନ୍ଧାଇଲେ । ପୁଣି, ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇବା ନିମନ୍ତେ ବାହାରକୁ ଘେନିଗଲେ ।
21
ସେତେବେଳେ ଆଲେକ୍ଜାଣ୍ତର ଓ ରୂଫଙ୍କ ପିତା ଶିମୋନ ନାମକ ଜଣେ କୂରୀଣୀୟ ଲୋକ ପଲ୍ଲୀ-ଗ୍ରାମରୁଆସି ସେହି ବାଟ ଦେଇ ଯାଉଥିଲେ; ସେମାନେ ତାଙ୍କୁ ତାହାଙ୍କର କ୍ରୁଶ ବହିବା ପାଇଁ ବାଧ୍ୟ କଲେ ।
22
ଆଉ, ସେମାନେ ତାହାଙ୍କୁ ଗଲ୍ଗଥା, ଅର୍ଥାତ୍, କପାଳସ୍ଥଳ ନାମକ ସ୍ଥାନକୁ ଆଣିଲେ ।
23
ପୁଣି, ସେମାନେ ତାହାଙ୍କୁ ଗନ୍ଧରସ ମିଶ୍ରିତ ଦ୍ରାକ୍ଷାରସ ଯାଚିଲେ, କିନ୍ତୁ ସେ ତାହା ଗ୍ରହଣ କଲେ ନାହିଁ ।
24
ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି କିଏ କଅଣ ପାଇବ, ତାହା ଗୁଲିବାଣ୍ଟ ଦ୍ଵାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ ।
25
ଦିନ ନଅ ଘଣ୍ଟା ସମୟରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ ।
26
ଆଉ, ତାହାଙ୍କ ଅଭିଯୋଗଲିପିରେ ଏହା ଲେଖା ଥିଲା, ଯିହୁଦୀମାନଙ୍କର ରାଜା ।
27
ପୁଣି, ତାହାଙ୍କ ଦକ୍ଷିଣ ପାର୍ଶ୍ଵରେ ଜଣେ ଓ ବାମ ପାର୍ଶ୍ଵରେ ଜଣେ, ଏହିପରି ଦୁଇଜଣ ଡକାଇତଙ୍କୁ ସେମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଇଦେଲେ ।
28
[ସେଥିରେ ଧର୍ମଶାସ୍ତ୍ରର ଏହି ବାକ୍ୟ ସଫଳ ହେଲା, ସେ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ ] ।
29
ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ତ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, ବାଃ! ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ;
30
କ୍ରୁଶରୁ ଓହ୍ଲାଇ ଆପଣାକୁ ରକ୍ଷା କର ।
31
ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀମାନଙ୍କ ସହିତ ପରସ୍ପର ମଧ୍ୟରେ ତାହାଙ୍କୁ ପରିହାସ କରି କହିବାକୁ ଲାଗିଲେ, ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରି ପାରୁ ନାହିଁ ।
32
ଇସ୍ରାଏଲର ରାଜା ଖ୍ରୀଷ୍ଟ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସନ୍ତୁ, ଯେପରି ଆମ୍ଭେମାନେ ତାହା ଦେଖି ବିଶ୍ଵାସ କରିବା । ପୁଣି, ଯେଉଁମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ନିନ୍ଦା କରିବାକୁ ଲାଗିଲେ।
33
ବାର ଘଣ୍ଟା ସମୟରେ ଦେଶଯାକ ଅନ୍ଧକାର ଘୋଟିଯାଇ ତିନି ଘଣ୍ଟା ପର୍ଯ୍ୟନ୍ତ ରହିଲା ।
34
ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚ ସ୍ଵରରେ ଡାକି କହିଲେ, ‘ଏଲୀ, ଏଲୀ, ଲାମା ଶବକ୍ଥାନୀ?ʼ ଅର୍ଥାତ୍, ହେ ମୋହର ଈଶ୍ଵର, ହେ ମୋହର ଈଶ୍ଵର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?
35
ଏହା ଶୁଣି ପାଖରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଦେଖ, ସେ ଏଲୀୟଙ୍କୁ ଡାକୁଛି ।
36
ପୁଣି, ଜଣେ ଦୌଡ଼ିଯାଇ ଗୋଟିଏ ସ୍ପଞ୍ଜ ଅମ୍ଳରସରେ ପୂର୍ଣ୍ଣ କରି ତାହା ଖଣ୍ତିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଇ କହିଲା, ରୁହ, ଏଲୀୟ ଏହାକୁ ଓହ୍ଲାଇବାକୁ ଆସୁଅଛନ୍ତି କି ନାହିଁ, ଦେଖିବା ।
37
କିନ୍ତୁ ଯୀଶୁ ଉଚ୍ଚ ସ୍ଵର କରି ପ୍ରାଣତ୍ୟାଗ କଲେ ।
38
ପୁଣି, ମନ୍ଦିରର ବିଚ୍ଛେଦ-ବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ତ ହେଲା ।
39
ତାହାଙ୍କ ସମ୍ମୁଖରେ ଠିଆ ହୋଇଥିବା ଶତସେନାପତି ତାହାଙ୍କର ଏହି ପ୍ରକାର ପ୍ରାଣତ୍ୟାଗ ଦେଖି କହିଲେ, ସତ୍ୟ, ଏହି ବ୍ୟକ୍ତି ଈଶ୍ଵରଙ୍କ ପୁତ୍ର ଥିଲେ ।
40
କେତେକ ସ୍ତ୍ରୀଲୋକ ମଧ୍ୟ ଦୂରରୁ ଦେଖୁଥିଲେ; ସେମାନଙ୍କ ମଧ୍ୟରେ ମଗ୍ଦଲୀନୀ ମରୀୟମ, ସାନ ଯାକୁବ ଓ ଯୋସିଙ୍କ ମାତା ମରୀୟମ, ପୁଣି ଶଲୋମୀ ଥିଲେ;
41
ସେ ଗାଲିଲୀରେ ଥିବା ସମୟରେ ସେମାନେ ତାହାଙ୍କ ପଶ୍ଚାଦ୍ଗମନ କରି ତାହାଙ୍କର ସେବା କରୁଥିଲେନ୍ତ ତାହାଙ୍କ ସହିତ ଯିରୂଶାଲମକୁ ଆସିଥିବା ଆହୁରି ଅନେକ ସ୍ତ୍ରୀଲୋକ ମଧ୍ୟ ଦେଖୁଥିଲେ ।
42
ବେଳ ଗଡ଼ିଆସନ୍ତେ, ସେହି ଦିନ ଆୟୋଜନ ଦିନ, ଅର୍ଥାତ୍, ବିଶ୍ରାମବାରର ପୂର୍ବ ଦିନ ଥିବାରୁ,
43
ହାରାମାଥୀୟାର ଯୋସେଫ ନାମକ ମହାସଭାର ଜଣେ ସମ୍ଭ୍ରାନ୍ତ ସଭ୍ୟ, ଯେ ନିଜେ ମଧ୍ୟ ଈଶ୍ଵରଙ୍କ ରାଜ୍ୟର ଅପେକ୍ଷାରେ ଥିଲେ, ସେ ସାହସପୂର୍ବକ ପୀଲାତଙ୍କ ନିକଟକୁ ଯାଇ ଯୀଶୁଙ୍କ ଶରୀର ମାଗିଲେ ।
44
କିନ୍ତୁ ସେ ଯେ ମରିଗଲେଣି, ଏହା ଶୁଣି ପୀଲାତ ଚମତ୍କୃତ ହେଲେ, ଆଉ ଶତସେନାପତିଙ୍କି ନିକଟକୁ ଡକାଇ ତାଙ୍କୁ ପଚାରିଲେ, ସେ କଅଣ ବହୁତ ବେଳ ହେଲା ମଲେଣି?
45
ଶତସେନାପତିଙ୍କଠାରୁ ତାହା ଜ୍ଞାତ ହୋଇ ସେ ଶବଟି ଯୋସେଫଙ୍କୁ ଦେଲେ ।
46
ସେ ଖଣ୍ତିଏ ସୂକ୍ଷ୍ମ ବସ୍ତ୍ର କିଣି ତାହାଙ୍କୁ ଓହ୍ଲାଇ ଆଣି ସେଥିରେ ତାହାଙ୍କୁ ଗୁଡ଼ାଇଲେ ଓ ପାହାଡ଼ରେ ଖୋଳା ହୋଇଥିବା ଗୋଟିଏ ସମାଧିରେ ତାହାଙ୍କୁ ଥୋଇଦେଇ ସମାଧି ଦ୍ଵାରରେ ଖଣ୍ତିଏ ପଥର ଗଡ଼ାଇଦେଲେ ।
47
ତାହାଙ୍କୁ କେଉଁ ସ୍ଥାନରେ ରଖାଗଲା, ତାହା ମଗ୍ଦଲୀନୀ ମରୀୟମ ଓ ଯୋସିଙ୍କ ମାତା ମରୀୟମ ଦେଖିଲେ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16