bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Mark 16
Mark 16
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
1
ବିଶ୍ରାମବାର ଗତ ହେଲା ଉତ୍ତାରେ ମଗ୍ଦଲୀନୀ ମରୀୟମ, ଯାକୁବଙ୍କ ମାତା ମରୀୟମ ଓ ଶଲୋମୀ ସୁଗନ୍ଧି ଦ୍ରବ୍ୟ କିଣିଲେ, ଯେପରି ସେମାନେ ଯାଇ ତାହାଙ୍କୁ ମଖାଇଦେଇ ପାରନ୍ତି ।
2
ପୁଣି, ସପ୍ତାହର ପ୍ରଥମ ଦିବସର ଅତି ପ୍ରତ୍ୟୁଷରେ ସେମାନେ ସମାଧି ନିକଟକୁ ଗଲେ, ସେତେବେଳେ ସୂର୍ଯ୍ୟ ଉଠିଥିଲା ।
3
ସେମାନେ ପରସ୍ପର କୁହାକୋହି ହେଉଥିଲେ, କିଏ ଆମ୍ଭମାନଙ୍କ ପାଇଁ ସମାଧି ଦ୍ଵାରରୁ ପଥରଟା ଗଡ଼ାଇଦେବ? କାରଣ ତାହା ଅତି ବୃହତ ଥିଲା ।
4
ଏପରି ସମୟରେ ସେମାନେ ଚାହିଁ ଦେଖିଲେ ଯେ, ପଥର ଗଡ଼ାଇ ଦିଆଯାଇଅଛି ।
5
ସେମାନେ ସମାଧି ମଧ୍ୟରେ ପ୍ରବେଶ କରି ଶୁକ୍ଳବସ୍ତ୍ର ପରିହିତ ଜଣେ ଯୁବାଙ୍କୁ ଦକ୍ଷିଣ ପାର୍ଶ୍ଵରେ ବସିଥିବା ଦେଖି ଅତିଶୟ ବିସ୍ମୟାନ୍ଵିତ ହେଲେ ।
6
ସେଥିରେ ସେ ସେମାନଙ୍କୁ କହିଲେ, ବିସ୍ମୟାନ୍ଵିତ ହୁଅ ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ଵେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖିଥିଲେ ।
7
କିନ୍ତୁ ତୁମ୍ଭେମାନେ ଯାଇ ତାହାଙ୍କ ଶିଷ୍ୟମାନଙ୍କୁ ଓ ପିତରଙ୍କୁ କୁହ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକୁ ଯାଉଅଛନ୍ତି; ସେ ତୁମ୍ଭମାନଙ୍କୁ ଯେପରି କହିଥିଲେ, ସେପରି ତୁମ୍ଭେମାନେ ତାହାଙ୍କୁ ସେଠାରେ ଦେଖିବ ।
8
ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ବିସ୍ମୟରେ ଅଭିଭୂତ ହୋଇଥିଲେ, ପୁଣି କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ ।
9
[ସପ୍ତାହର ପ୍ରଥମ ଦିବସ ପ୍ରତ୍ୟୁଷରେ ସେ ପୁନରୁତ୍ଥାନ କରି, ଯାହାଙ୍କଠାରୁ ସାତ ଭୂତ ଛଡ଼ାଇଥିଲେ, ସେହି ମଗ୍ଦଲୀନୀ ମରୀୟମଙ୍କୁ ପ୍ରଥମରେ ଦର୍ଶନ ଦେଲେ] ।
10
ସେ ଯାଇ, ଯେଉଁମାନେ ତାହାଙ୍କ ସଙ୍ଗୀ ହୋଇଥିଲେ, ସେମାନଙ୍କୁ ସମ୍ଵାଦ ଦେଲେ; ସେମାନେ ଶୋକ ଓ ରୋଦନ କରୁଥିଲେ ।
11
ସେ ଯେ ଜୀବିତ ଅଟନ୍ତି ଓ ତାଙ୍କୁ ଦର୍ଶନ ଦେଇଅଛନ୍ତି, ଏହା ଶୁଣି ସେମାନେ ବିଶ୍ଵାସ କଲେ ନାହିଁ ।
12
ଏହି ସମସ୍ତ ଘଟଣା ଉତ୍ତାରେ ସେମାନଙ୍କ ମଧ୍ୟରୁ ଦୁଇଜଣ ଗୋଟିଏ ପଲ୍ଲୀଗ୍ରାମକୁ ଯାଉଥିବା ସମୟରେ ସେ ଅନ୍ୟ ରୂପରେ ସେମାନଙ୍କୁ ଦର୍ଶନ ଦେଲେ,
13
ପୁଣି ସେମାନେ ଯାଇ ଅନ୍ୟମାନଙ୍କୁ ସମ୍ଵାଦ ଦେଲେ; କିନ୍ତୁ ସେମାନଙ୍କ କଥା ସୁଦ୍ଧା ସେମାନେ ବିଶ୍ଵାସ କଲେ ନାହିଁ ।
14
ଏଥିଉତ୍ତାରେ ଏକାଦଶ ଶିଷ୍ୟ ଭୋଜନରେ ବସିଥିବା ସମୟରେ ସେ ସେମାନଙ୍କୁ ଦର୍ଶନ ଦେଲେ ଏବଂ ସେମାନଙ୍କର ଅବିଶ୍ଵାସ ଓ ହୃଦୟର କଠିନତା ହେତୁ ସେମାନଙ୍କୁ ଅନୁଯୋଗ କଲେ, କାରଣ ଯେଉଁମାନେ ତାହାଙ୍କୁ ପୁନରୁତ୍ଥିତ ଦେଖିଥିଲେ, ସେମାନଙ୍କ କଥା ସେମାନେ ବିଶ୍ଵାସ କରି ନ ଥିଲେ ।
15
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର ।
16
ଯେ ବିଶ୍ଵାସ କରି ବାପ୍ତିଜିତ ହୁଏ, ସେ ପରିତ୍ରାଣ ପାଇବ; କିନ୍ତୁ ଯେ ଅବିଶ୍ଵାସ କରେ, ସେ ଦଣ୍ତାଜ୍ଞା ପାଇବ ।
17
ଆଉ, ବିଶ୍ଵାସୀମାନଙ୍କର ଏହିସବୁ ଚିହ୍ନ ଅନୁବର୍ତ୍ତୀ ହେବ, ସେମାନେ ମୋʼ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ,
18
ହସ୍ତରେ ସର୍ପ ଧରିବେ, ପୁଣି ପ୍ରାଣନାଶକ କୌଣସି ପଦାର୍ଥ ପାନ କଲେ ସେମାନଙ୍କର କିଛି କ୍ଷତି ହେବ ନାହିଁ; ସେମାନେ ପୀଡ଼ିତମାନଙ୍କ ଉପରେ ହସ୍ତ ଥୋଇଲେ ସେମାନେ ସୁସ୍ଥ ହେବେ ।
19
ଏହିରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ଵର୍ଗରେ ଗୃହୀତ ହୋଇ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ବସିଲେ ।
20
କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ଵାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ ।
← Chapter 15
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
All chapters:
1
2
3
4
5
6
7
8
9
10
11
12
13
14
15
16