bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Mark 5
Mark 5
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 6 →
1
ପରେ ସେମାନେ ସମୁଦ୍ରର ପରପାରସ୍ଥ ଗରାଶୀୟ-ମାନଙ୍କ ଅଞ୍ଚଳରେ ଉପସ୍ଥିତ ହେଲେ ।
2
ଯୀଶୁ ନୌକାରୁ ଓହ୍ଳାଇବାମାତ୍ରେ ଜଣେ ଅଶୁଚି ଆତ୍ମାବିଷ୍ଟ ଲୋକ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲା ।
3
ସେ ସମାଧି-ସ୍ଥାନରେ ବାସ କରୁଥିଲା, ପୁଣି କେହି ତାହାକୁ ଜଞ୍ଜିରରେ ସୁଦ୍ଧା ଆଉ ବାନ୍ଧି ପାରୁ ନ ଥିଲେ,
4
କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ତାଇଦେଇ ବେଡ଼ିସବୁ ଖଣ୍ତ ଖଣ୍ତ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାରି ବଳ ନ ଥିଲା ।
5
ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା ।
6
ସେ ଯୀଶୁଙ୍କୁ ଦୂରରୁ ଦେଖି ଦୌଡ଼ିଆସି ତାହାଙ୍କୁ ପ୍ରଣାମ କଲା,
7
ଆଉ ଉଚ୍ଚ ସ୍ଵରରେ ଚିତ୍କାର କରି କହିଲା, ହେ ପରାତ୍ପର ଈଶ୍ଵରଙ୍କ ପୁତ୍ର ଯୀଶୁ, ତୁମ୍ଭ ସାଙ୍ଗରେ ମୋର କଅଣ ଅଛି? ତୁମ୍ଭକୁ ଈଶ୍ଵରଙ୍କ ନାମରେ ଶପଥ ଦେଉଅଛି, ମୋତେ ଯନ୍ତ୍ରଣା ଦିଅ ନାହିଁ ।
8
କାରଣ ଯୀଶୁ ତାହାକୁ କହିବାକୁ ଯାଉଥିଲେ, ଆରେ ଅଶୁଚି ଆତ୍ମା, ଏହି ଲୋକଠାରୁ ବାହାରିଯା ।
9
ଆଉ, ଯୀଶୁ ତାହାକୁ ପଚାରିଲେ, ତୋର ନାଁ କଅଣ? ସେ ତାହାଙ୍କୁ କହିଲା, ମୋର ନାଁ ବାହିନୀ, ଯେଣୁ ଆମେ ଅନେକ ।
10
ପୁଣି, ଯୀଶୁ ଯେପରି ସେମାନଙ୍କୁ ସେହି ଅଞ୍ଚଳରୁ ବାହାରକୁ ପଠାଇ ନ ଦିଅନ୍ତି, ସେଥିପାଇଁ ସେ ତାହାଙ୍କୁ ବହୁତ ବିନତି କଲା ।
11
ସେଠାରେ ପର୍ବତ କଡ଼ରେ ଗୋଟିଏ ଘୁଷୁରିପଲ ଚରୁଥିଲା ।
12
ଆଉ, ସେମାନେ ତାହାଙ୍କୁ ବିନତି କରି କହିଲେ, ସେହି ଘୁଷୁରିମାନଙ୍କ ଭିତରେ ପଶିବା ପାଇଁ ଆମ୍ଭମାନଙ୍କୁ ସେମାନଙ୍କ ମଧ୍ୟକୁ ପଠାଅ ।
13
ସେ ସେମାନଙ୍କୁ ଅନୁମତି ଦିଅନ୍ତେ, ଅଶୁଚି ଆତ୍ମାଗୁଡ଼ାକ ବାହାରି ଘୁଷୁରିମାନଙ୍କ ଭିତରେ ପଶିଲେ; ସେଥିରେ ସେହି ପଲ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନରୁ ସମୁଦ୍ରରେ ପଡ଼ି ବୁଡ଼ିମଲେ । ଘୁଷୁରିମାନଙ୍କ ସଂଖ୍ୟା ପ୍ରାୟ ଦୁଇହଜାର ଥିଲା ।
14
ସେମାନଙ୍କୁ ଚରାଉଥିବା ଲୋକମାନେ ପଳାଇଯାଇ ନଗର ଓ ପଲ୍ଳୀଗୁଡ଼ିକରେ ତାହା ଜଣାଇଲେ; ସେଥିରେ ଲୋକେ କଅଣ ଘଟିଛି ବୋଲି ଦେଖିବାକୁ ଆସିଲେ ।
15
ପୁଣି, ସେମାନେ ଯୀଶୁଙ୍କ ନିକଟକୁ ଆସି ସେହି ଭୂତଗ୍ରସ୍ତ, ଅର୍ଥାତ୍, ଯାହାକୁ ପୂର୍ବରେ ବାହିନୀ ଭୂତ ଲାଗିଥିଲା, ତାହାକୁ ଲୁଗା ପିନ୍ଧି ଭଲ ମନରେ ବସିଥିବା ଦେଖି ଭୀତ ହେଲେ ।
16
ଆଉ, ଯେଉଁମାନେ ଦେଖିଥିଲେ, ସେମାନେ ସେହି ଭୂତଗ୍ରସ୍ତ ପ୍ରତି କିପରି କଅଣ ଘଟିଥିଲା, ତାହା ଓ ଘୁଷୁରିମାନଙ୍କ ବିଷୟ ସେମାନଙ୍କ ନିକଟରେ ବର୍ଣ୍ଣନା କଲେ ।
17
ସେଥିରେ ସେମାନେ ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ତାହାଙ୍କୁ ବିନତି କରିବାକୁ ଲାଗିଲେ ।
18
ପରେ ସେ ନୌକାରେ ଚଢ଼ିବା ସମୟରେ, ଯେଉଁ ଲୋକକୁ ପୂର୍ବରେ ଭୂତ ଲାଗିଥିଲା, ସେ ତାହାଙ୍କ ସାଙ୍ଗରେ ରହିବା ନିମନ୍ତେ ଥରକୁ ଥର ବିନତି କଲା ।
19
କିନ୍ତୁ ଯୀଶୁ ଅନୁମତି ନ ଦେଇ ତାହାକୁ କହିଲେ, ତୁମ୍ଭର ଗୃହକୁ, ତୁମ୍ଭର ଆତ୍ମୀୟମାନଙ୍କ ନିକଟକୁ ଯାଅ, ପୁଣି ପ୍ରଭୁ ତୁମ୍ଭ ନିମନ୍ତେ ଯେ ଯେ କର୍ମ କରିଅଛନ୍ତି ଓ ତୁମ୍ଭ ପ୍ରତି ଯେଉଁ ଦୟା ଦେଖାଇଅଛନ୍ତି, ସେହିସବୁ ସେମାନଙ୍କୁ ଜଣାଅ ।
20
ତହିଁରେ ସେ ଚାଲିଯାଇ, ଯୀଶୁ ତାହା ନିମନ୍ତେ ଯେ ଯେ କର୍ମ କରିଥିଲେ, ସେହିସବୁ ଦେକାପଲିରେ ଘୋଷଣା କରିବାକୁ ଲାଗିଲା; ସେଥିରେ ସମସ୍ତେ ଚମତ୍କୃତ ହେଲେ ।
21
ଯୀଶୁ ନୌକାରେ ପାର ହୋଇ ପୁନର୍ବାର ଅପର ପାରିକି ବାହୁଡ଼ିଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ନିକଟରେ ଏକତ୍ର ହେଲେ; ଆଉ, ସେ ସମୁଦ୍ରକୂଳରେ ରହିଲେ ।
22
ସେତେବେଳେ ସମାଜଗୃହର ଅଧ୍ୟକ୍ଷଙ୍କ ମଧ୍ୟରୁ ଯାଈରସ ନାମକ ଜଣେ ବ୍ୟକ୍ତି ଆସି ତାହାଙ୍କୁ ଦେଖି ତାହାଙ୍କ ଚରଣ ତଳେ ପଡ଼ିଲେ,
23
ପୁଣି ବହୁତ ବିନତି କରି କହିଲେ, ମୋହର କନ୍ୟାଟି ମୃତପ୍ରାୟ; ସେ ଯେପରି ରକ୍ଷା ପାଇ ବଞ୍ଚିବ, ଏଥିପାଇଁ ଆପଣ ଆସି ତାହା ଉପରେ ହସ୍ତ ଥୋଇବା ହେଉନ୍ତୁ ।
24
ଏଥିରେ ସେ ତାହାଙ୍କ ସାଙ୍ଗରେ ଗଲେ, ପୁଣି ବହୁତ ସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଯିବାକୁ ଲାଗିଲେ, ଆଉ ସେମାନେ ତାହାଙ୍କ ଉପରେ ମାଡ଼ିପଡ଼ୁଥିଲେ ।
25
ସେତେବେଳେ ବାର ବର୍ଷ ପର୍ଯ୍ୟନ୍ତ ପ୍ରଦର-ରୋଗଗ୍ରସ୍ତା ଜଣେ ସ୍ତ୍ରୀଲୋକ,
26
ଯେ କି ଅନେକ ବୈଦ୍ୟଙ୍କ ଦ୍ଵାରା ବହୁ କ୍ଳେଶ ଭୋଗ କରି ସର୍ବସ୍ଵ ବ୍ୟୟ କରିଥିଲେ ହେଁ କିଛିମାତ୍ର ଉପକାର ନ ପାଇ ବରଂ ଅଧିକ ପୀଡ଼ିତ ହୋଇ ପଡ଼ିଥିଲା,
27
ସେ ଯୀଶୁଙ୍କ ବିଷୟ ଶୁଣି ଲୋକଗହଳ ମଧ୍ୟରେ ପଛଆଡ଼ୁ ଆସି ତାହାଙ୍କ ଲୁଗା ଛୁଇଁଲା; କାରଣ ସେ କହୁଥିଲା,
28
କେବଳ ତାହାଙ୍କ ଲୁଗା ଛୁଇଁଲେ ମୁଁ ସୁସ୍ଥ ହେବି ।
29
ସେହିକ୍ଷଣି ତାହାର ରକ୍ତସ୍ରାବ ଶୁଷ୍କ ହେଲା, ପୁଣି ସେ ଯେ ରୋଗରୁ ଆରୋଗ୍ୟ ହୋଇଅଛି, ଏହା ସେ ନିଜ ଦେହରେ ଅନୁଭବ କଲା ।
30
ତତ୍କ୍ଷଣାତ୍ ଯୀଶୁ ଆପଣାଠାରୁ ଶକ୍ତି ନିର୍ଗତ ହେବା ଅନ୍ତରରେ ଜ୍ଞାତ ହୋଇ ଲୋକଗହଳ ମଧ୍ୟରେ ବୁଲିପଡ଼ି କହିଲେ, କିଏ ମୋହର ଲୁଗା ଛୁଇଁଲା?
31
ତାହାଙ୍କ ଶିଷ୍ୟମାନେ ତାହାଙ୍କୁ କହିଲେ, ଆପଣ ଦେଖୁଅଛନ୍ତି ଯେ, ଲୋକସମୂହ ଆପଣଙ୍କ ଉପରେ ମାଡ଼ିପଡ଼ୁଅଛନ୍ତି, ଆଉ ଆପଣ କହୁଅଛନ୍ତି, କିଏ ମୋତେ ଛୁଇଁଲା?
32
କିନ୍ତୁ ଯେ ଏହା କରିଥିଲା, ତାହାକୁ ଦେଖିବା ନିମନ୍ତେ ସେ ଚତୁର୍ଦ୍ଦିଗରେ ଦୃଷ୍ଟିପାତ କରିବାକୁ ଲାଗିଲେ ।
33
ସେଥିରେ ସେହି ସ୍ତ୍ରୀଲୋକଟି ଆପଣା ପ୍ରତି ଯାହା ଘଟିଅଛି, ତାହା ଜାଣି ଭୟରେ ଥରି ଥରି ଆସି ତାହାଙ୍କ ଚରଣ ତଳେ ପଡ଼ି ସମସ୍ତ ସତ୍ୟ କଥା ତାହାଙ୍କୁ କହିଲା ।
34
ତହିଁରେ ଯୀଶୁ ତାହାକୁ କହିଲେ, ବତ୍ସେ, ତୋହର ବିଶ୍ଵାସ ତୋତେ ସୁସ୍ଥ କରିଅଛି; ଶାନ୍ତିରେ ଚାଲି ଯା ଓ ତୋହର ରୋଗରୁ ଆରୋଗ୍ୟ ହୋଇଥା ।
35
ସେ ଏହି କଥା କହୁଥିବା ସମୟରେ ସମାଜଗୃହର ଅଧ୍ୟକ୍ଷଙ୍କ ଘରୁ ଲୋକେ ଆସି କହିଲେ, ଆପଣଙ୍କ ଝିଅଟି ମରିଗଲାଣି, ଗୁରୁଙ୍କୁ କାହିଁକି ଆଉ କଷ୍ଟ ଦେଉଅଛନ୍ତି?
36
କିନ୍ତୁ ଯୀଶୁ ସେ କଥା ଶୁଣି ନ ଶୁଣିଲା ପରି ସମାଜଗୃହର ଅଧ୍ୟକ୍ଷଙ୍କୁ କହିଲେ, ଭୟ କର ନାହିଁ, କେବଳ ବିଶ୍ଵାସ କର ।
37
ପୁଣି, ସେ ପିତର, ଯାକୁବ ଓ ତାଙ୍କ ଭାଇ ଯୋହନଙ୍କ ବିନା ଆଉ କାହାକୁ ଆପଣା ସାଙ୍ଗରେ ଯିବାକୁ ଦେଲେ ନାହିଁ ।
38
ସେମାନେ ସମାଜଗୃହର ଅଧ୍ୟକ୍ଷଙ୍କ ଘରକୁ ଆସନ୍ତେ, ସେ କୋଳାହଳ ହେଉଥିବା ଏବଂ ଲୋକେ ଅତ୍ୟ; ରୋଦନ ଓ ବିଳାପ କରୁଥିବା ଦେଖିଲେ,
39
ପୁଣି ଭିତରକୁ ଯାଇ ସେମାନଙ୍କୁ କହିଲେ, କାହିଁକି କୋଳାହଳ ଓ ରୋଦନ କରୁଅଛ? ପିଲାଟି ମରି ନାହିଁ, ମାତ୍ର ଶୋଇପଡ଼ିଅଛି। ସେଥିରେ ସେମାନେ ତାହାଙ୍କୁ ପରିହାସ କରିବାକୁ ଲାଗିଲେ ।
40
କିନ୍ତୁ ସେ ସମସ୍ତଙ୍କୁ ବାହାର କରି ପିଲାର ବାପା ମାଆ ଓ ଆପଣା ସଙ୍ଗୀମାନଙ୍କୁ ସାଙ୍ଗରେ ଘେନି, ପିଲାଟି ଯେଉଁ ସ୍ଥାନରେ ଥିଲା, ସେହି ସ୍ଥାନରେ ପ୍ରବେଶ କଲେ,
41
ଆଉ ପିଲାର ହାତ ଧରି ତାହାକୁ କହିଲେ, ‘ଟଲିଥାକୂମ୍ʼ, ଅର୍ଥାତ୍ ଆଗୋ ବାଳିକା, ମୁଁ ତୋତେ କହୁଅଛି, ଉଠ୍ ।
42
ସେହିକ୍ଷଣି ବାଳିକାଟି ଉଠି ବୁଲାବୁଲି କରିବାକୁ ଲାଗିଲା; କାରଣ ତାହାର ବୟସ ବାର ବର୍ଷ ଥିଲା । ଏଥିରେ ସେମାନେ ଅତିଶୟ ଆଚମ୍ଵିତ ହୋଇଗଲେ ।
43
ପୁଣି, କେହି ଯେପରି ଏ ବିଷୟ ନ ଜାଣେ, ଏଥିପାଇଁ ସେ ସେମାନଙ୍କୁ ଅତି ଦୃଢ଼ ରୂପେ ଆଜ୍ଞା ଦେଲେ, ଆଉ ବାଳିକାକୁ କିଛି ଖାଇବାକୁ ଦେବା ପାଇଁ କହିଲେ ।
← Chapter 4
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 6 →
All chapters:
1
2
3
4
5
6
7
8
9
10
11
12
13
14
15
16