bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Mark 7
Mark 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
1
ପରେ ଫାରୂଶୀମାନେ ଓ ଯିରୂଶାଲମରୁ ଆସିଥିବା କେତେକ ଶାସ୍ତ୍ରୀ ତାହାଙ୍କ ନିକଟରେ ଏକତ୍ର ହେଲେ।
2
ସେମାନେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ କେତେକଙ୍କୁ ଅଶୁଚି, ଅର୍ଥାତ୍ ଅଧୁଆ ହାତରେ ଖାଇବାର ଦେଖିଲେ ।
3
ଫାରୂଶୀମାନେ ଓ ସମସ୍ତ ଯିହୁଦୀ ଲୋକ ପ୍ରାଚୀନ-ମାନଙ୍କ ପରମ୍ପରାଗତ ରୀତିନୀତି ପାଳନ କରି ଭଲ ରୂପେ ହାତ ନ ଧୋଇଲେ ଭୋଜନ କରନ୍ତି ନାହିଁ,
4
ପୁଣି ହାଟ ବଜାରରୁ ଆସି ନିଜ ନିଜ ଉପରେ ପାଣି ନ ଛିଞ୍ଚିଲେ ଖାଆନ୍ତି ନାହିଁ; ଆଉ ଗିନା, ଢାଳ ଓ ପିତଳର ପାତ୍ରଗୁଡ଼ିକ ପାଣିରେ ବୁଡ଼ାଇ ଧୋଇବା ଇତ୍ୟାଦି ଅନ୍ୟାନ୍ୟ ଅନେକ ରୀତିନୀତି ପାଳନ କରିବା ନିମନ୍ତେ ସେମାନେ ଆଦେଶ ପ୍ରାପ୍ତ ହୋଇଅଛନ୍ତି ।
5
ଏଣୁ ଫାରୂଶୀମାନେ ଓ ଶାସ୍ତ୍ରୀମାନେ ତାହାଙ୍କୁ ପଚାରିଲେ, ଆପଣଙ୍କର ଶିଷ୍ୟମାନେ ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅନୁସାରେ କାହିଁକି ଆଚରଣ ନ କରି ଅଶୁଚି ହସ୍ତରେ ଭୋଜନ କରନ୍ତି?
6
ଯୀଶୁ ସେମାନଙ୍କୁ କହିଲେ, ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଭାବବାଣୀ କହିଅଛନ୍ତି, ଯେପରି ଲେଖାଅଛି, ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
7
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।
8
ତୁମ୍ଭେମାନେ ଈଶ୍ଵରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ ।
9
ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ଆପଣା ଆପଣା ପରମ୍ପରାଗତ ରୀତିନୀତି ପାଳନ କରିବା ନିମନ୍ତେ ଈଶ୍ଵରଙ୍କ ଆଜ୍ଞା ବେଶ୍ ଅଗ୍ରାହ୍ୟ କରୁଅଛ!ଣହିତୋ. ୧:୨୫
10
କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେକେହି ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ତ ଭୋଗ କରିବ ।
11
କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାଙ୍କୁ କହେ, ମୋʼଠାରୁ ଯାହା ଦ୍ଵାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍ʼ, ଅର୍ଥାତ୍ ମାନତ ହୋଇଅଛି,
12
ତେବେ ତୁମ୍ଭେମାନେ ତାହାକୁ ତାହାର ପିତା କି ମାତାର କିଛି ଉପକାର କରିବାକୁ ଆଉ ଦେଉ ନ ଥାଅ;
13
ଏହିରୂପେ ତୁମ୍ଭେମାନେ ସ୍ଵପ୍ରଚଳିତ ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରୁଅଛ ଓ ସେହି ପ୍ରକାର ଅନେକ କର୍ମ କରୁଅଛ ।
14
ଯୀଶୁ ପୁନର୍ବାର ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ତୁମ୍ଭେମାନେ ସମସ୍ତେ ମୋʼ କଥା ଶୁଣ ଓ ବୁଝ ।
15
ମନୁଷ୍ୟର ବାହାରେ ଏପରି କୌଣସି ବିଷୟ ନାହିଁ, ଯାହା କି ତାହାର ଭିତରେ ପ୍ରବେଶ କରି ତାହାକୁ ଅଶୁଚି କରି ପାରେ, କିନ୍ତୁ ଯାହା ଯାହା ମନୁଷ୍ୟଠାରୁ ବାହାରେ, ସେହିସବୁ ତାହାକୁ ଅଶୁଚି କରେ ।
16
[ଯଦି କାହାର ଶୁଣିବାକୁ କାନ ଅଛି, ସେ ଶୁଣୁ ।]
17
ଆଉ, ସେ ଲୋକସମୂହଠାରୁ ଗୃହ ମଧ୍ୟକୁ ଆସିଲା ଉତ୍ତାରେ ତାହାଙ୍କ ଶିଷ୍ୟମାନେ ତାହାଙ୍କୁ ଦୃଷ୍ଟାନ୍ତଟିର ଭାବ ପଚାରିବାକୁ ଲାଗିଲେ।
18
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ସେହିପରି ଅବୋଧ? ଯାହା କିଛି ବାହାରୁ ମନୁଷ୍ୟ ଭିତରେ ପ୍ରବେଶ କରେ, ତାହା ତାହାକୁ ଅଶୁଚି କରି ପାରେ ନାହିଁ,
19
କାରଣ ତାହା ତାହାର ହୃଦୟରେ ପ୍ରବେଶ କରେ ନାହିଁ, ମାତ୍ର ଉଦରରେ ପ୍ରବେଶ କରି ବାହ୍ୟ ସ୍ଥାନରେ ବହିର୍ଗତ ହୁଏ ଓ ଏହି ପ୍ରକାରେ ସମସ୍ତ ଖାଦ୍ୟ ପରିଷ୍କୃତ ହୋଇଥାଏ, ଏହା କଅଣ ବୁଝୁ ନାହଁ?
20
ଆଉ, ସେ କହିଲେ, ଯାହା ମନୁଷ୍ୟଠାରୁ ବାହାରେ, ତାହା ହିଁ ତାହାକୁ ଅଶୁଚି କରେ ।
21
କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ-
22
ବେଶ୍ୟାଗମନ, ଚୌର୍ଯ୍ୟ, ନରହତ୍ୟା, ବ୍ୟଭିଚାର, ଲୋଭ, ଦୁଷ୍ଟତା, ଶଠତା, କାମୁକତା, ଈର୍ଷାଦୃଷ୍ଟି, ନିନ୍ଦା,, ଅହଙ୍କାର, ମୂର୍ଖତା;
23
ଏହି ସମସ୍ତ ମନ୍ଦ ବିଷୟ ଭିତରୁ ବାହାରି ମନୁଷ୍ୟକୁ ଅଶୁଚି କରେ ।
24
ଏଥିଉତ୍ତାରେ ସେ ସେଠାରୁ ଉଠି ସୋର ସୀମାକୁ ଗଲେ, ଆଉ ଗୋଟିଏ ଗୃହରେ ପ୍ରବେଶ କରି, କେହି ଯେପରି ତାହା ନ ଜାଣେ, ଏହା ଇଚ୍ଛା କରୁଥିଲେ, ମାତ୍ର ସେ ଗୁପ୍ତ ହୋଇ ରହି ପାରିଲେ ନାହିଁ ।
25
ସେହିକ୍ଷଣି ଜଣେ ସ୍ତ୍ରୀ, ଯାହାର ଝିଅଟିକି ଅଶୁଚି ଆତ୍ମା ଲାଗିଥିଲା, ସେ ତାହାଙ୍କ ବିଷୟ ଶୁଣି ତାହାଙ୍କ ଚରଣ ତଳେ ଆସି ପଡ଼ିଲା ।
26
ସେ ସୁରଫୈନୀକୀୟା ଜାତିର ଜଣେ ଗ୍ରୀକ୍ ସ୍ତ୍ରୀଲୋକ ଥିଲା । ତାହାର ଝିଅଠାରୁ ଭୂତ ଛଡ଼ାଇବା ନିମନ୍ତେ ସେ ତାହାଙ୍କୁ ଅନୁରୋଧ କରିବାକୁ ଲାଗିଲା ।
27
ସେଥିରେ ସେ ତାହାକୁ କହିଲେ, ପ୍ରଥମେ ସନ୍ତାନମାନଙ୍କୁ ତୃପ୍ତ ହେବାକୁ ଦିଅ, କାରଣ ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ ।
28
କିନ୍ତୁ ସେ ତାହାଙ୍କୁ ଉତ୍ତର ଦେଲା, ହଁ, ପ୍ରଭୁ; କୁକୁରମାନେ ମଧ୍ୟ ମେଜ ତଳେ ପିଲାମାନଙ୍କ ଖାଦ୍ୟର ଗୁଣ୍ତି ଗୁଣ୍ତା ଖାଆନ୍ତି ।
29
ସେଥିରେ ଯୀଶୁ ତାହାକୁ କହିଲେ, ଏହି କଥା ନିମନ୍ତେ ଯାଅ, ତୁମ୍ଭ ଝିଅଠାରୁ ଭୂତ ବାହାରିଗଲାଣି ।
30
ପୁଣି, ସେ ଘରକୁ ଯାଇ ପିଲାଟି ଶେଯରେ ଶୋଇଥିବା ଓ ଭୂତ ବାହାରିଯାଇଥିବା ଦେଖିଲା ।
31
ପୁନର୍ବାର ସେ ସୋର ସୀମାରୁ ପ୍ରସ୍ଥାନ କରି ସୀଦୋନ ଓ ଦେକାପଲି ସୀମା ମଧ୍ୟ ଦେଇ ଗାଲିଲୀ ସମୁଦ୍ର ନିକଟକୁ ଆସିଲେ ।
32
ଆଉ, ଲୋକେ ଜଣେ କାଲ ଓ ଖନାକୁ ତାହାଙ୍କ ନିକଟକୁ ଆଣି ତାହା ଉପରେ ହାତ ଥୋଇବା ନିମନ୍ତେ ତାହାଙ୍କୁ ବିନତି କଲେ ।
33
ଯୀଶୁ ତାହାକୁ ଲୋକସମୂହ ମଧ୍ୟରୁ ଅନ୍ତର କରି ଏକାକୀ ଘେନିଯାଇ ତାହାର ଦୁଇ କାନରେ ଆପଣା ଅଙ୍ଗୁଳି ଦେଲେ ଓ ଛେପ ପକାଇ ତାହାର ଜିଭକୁ ଛୁଇଁଲେ,
34
ଆଉ ସ୍ଵର୍ଗ ଆଡ଼େ ଊର୍ଦ୍ଧ୍ଵଦୃଷ୍ଟି କରି ଦୀର୍ଘ ନିଶ୍ଵାସ ପକାଇ ତାହାକୁ କହିଲେ, ‘ଇପ୍ପଥଃʼ, ଅର୍ଥାତ୍ ଫିଟିଯା ।
35
ସେଥିରେ ତାହାର କର୍ଣ୍ଣ ଉନ୍ମୁକ୍ତ ହେଲା ଓ ଜିହ୍ଵାର ବନ୍ଧନ ସେହିକ୍ଷଣି ଫିଟିଗଲା, ଆଉ ସେ ସ୍ପଷ୍ଟ ରୂପେ କଥା କହିବାକୁ ଲାଗିଲା।
36
ପୁଣି, ଏ ବିଷୟ କାହାରିକି ନ କହିବା ନିମନ୍ତେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ; ମାତ୍ର ସେ ସେମାନଙ୍କୁ ଯେତେ ନିଷେଧ କଲେ, ସେମାନେ ସେତେ ଆହୁରି ଅଧିକ ତାହା ଘୋଷଣା କଲେ ।
37
ଆଉ, ଲୋକମାନେ ଅତ୍ୟ; ଆଶ୍ଚର୍ଯ୍ୟାନ୍ଵିତ ହୋଇ କହିଲେ, ସେ ସମସ୍ତ କର୍ମ ଉତ୍ତମ ରୂପେ କରିଅଛନ୍ତି; ସେ ବଧିରମାନଙ୍କୁ ଶୁଣିବା ଶକ୍ତି ଓ ମୂକମାନଙ୍କୁ କହିବା ଶକ୍ତି ସୁଦ୍ଧା ପ୍ରଦାନ କରନ୍ତି ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 8 →
All chapters:
1
2
3
4
5
6
7
8
9
10
11
12
13
14
15
16