bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Matthew 10
Matthew 10
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
1
ଇତି ମଧ୍ୟରେ ଯୀଶୁ ଆପଣା ଦ୍ଵାଦଶ ଶିଷ୍ୟଙ୍କୁ ନିକଟକୁ ଡାକି ସେମାନଙ୍କୁ ଅଶୁଚିଣଆତ୍ମାଗୁଡ଼ାକ ଛଡ଼ାଇବା ନିମନ୍ତେ ସେମାନଙ୍କ ଉପରେ ଅଧିକାର ଦେଲେ, ପୁଣି ସମସ୍ତ ପ୍ରକାର ରୋଗ ଓ ସମସ୍ତ ପ୍ରକାର ପୀଡ଼ା ସୁସ୍ଥ କରିବା ନିମନ୍ତେ ଅଧିକାର ଦେଲେ ।
2
ସେହି ଦ୍ଵାଦଶ ପ୍ରେରିତଙ୍କର ନାମ ଏହି, ପ୍ରଥମରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାଙ୍କ ଭ୍ରାତା ଆନ୍ଦ୍ରିୟ, ଜେବଦିଙ୍କ ପୁତ୍ର ଯାକୁବ ଓ ତାଙ୍କ ଭ୍ରାତା ଯୋହନ,
3
ଫିଲିପ୍ପ ଓ ବାର୍ଥଲମୀ, ଥୋମା ଓ କରଗ୍ରାହୀ ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ ଓ ଥଦ୍ଦୀୟ,
4
କିଣାନୀୟ ଶିମୋନ ଓ ଇଷ୍କାରିୟୋତୀୟ ଯିହୁଦା, ଯେ ଯୀଶୁଙ୍କୁ ଶତ୍ରୁହସ୍ତରେ ସମର୍ପଣ କଲା ।
5
ଯୀଶୁ ଏହି ଦ୍ଵାଦଶ ଜଣଙ୍କୁ ପ୍ରେରଣ କରି ସେମାନଙ୍କୁ ଆଜ୍ଞା ଦେଇ କହିଲେ, ବିଜାତିମାନଙ୍କ ନିକଟକୁ ଯାଅ ନାହିଁ ଏବଂ ଶମିରୋଣୀୟମାନଙ୍କର କୌଣସି ନଗରରେ ପ୍ରବେଶ କର ନାହିଁ,
6
ବରଂ ଇସ୍ରାଏଲ-ବଂଶର ହଜିଯାଇଥିବା ମେଷମାନଙ୍କ ପାଖକୁ ଯାଅ ।
7
ପୁଣି, ଯାଉ ଯାଉ ସ୍ଵର୍ଗରାଜ୍ୟ ସନ୍ନିକଟ, ଏହି କଥା କହି ଘୋଷଣା କର ।
8
ପୀଡ଼ିତମାନଙ୍କୁ ସୁସ୍ଥ କର, ମୃତମାନଙ୍କୁ ଉଠାଅ, କୁଷ୍ଠୀମାନଙ୍କୁ ଶୁଚି କର, ଭୂତମାନଙ୍କୁ ଛଡ଼ାଅ । ତୁମ୍ଭେମାନେ ବିନାମୂଲ୍ୟରେ ପାଇଅଛ, ବିନାମୂଲ୍ୟରେ ଦାନ କର ।
9
ତୁମ୍ଭମାନଙ୍କ ଗାଞ୍ଜିଆରେ ସୁନା କି ରୂପା କି ତମ୍ଵା,
10
ଆଉ ଯାତ୍ରା ନିମନ୍ତେ ଝୋଲି କିମ୍ଵା ଦୁଇଟି ଅଙ୍ଗରଖା ଅବା ଯୋତା କିମ୍ଵା ବାଡ଼ି ଆୟୋଜନ କର ନାହିଁ, କାରଣ କାର୍ଯ୍ୟକାରୀ ଆପଣା ଆହାରର ଯୋଗ୍ୟ ।
11
ଆଉ, ତୁମ୍ଭେମାନେ ଯେକୌଣସି ନଗରରେ କି ଗ୍ରାମରେ ପ୍ରବେଶ କରିବ, ସେଠାରେ କେଉଁ ଲୋକ ଯୋଗ୍ୟ, ତାହା ଅନୁସନ୍ଧାନ କର, ପୁଣି ପ୍ରସ୍ଥାନ ନ କରିବା ପର୍ଯ୍ୟନ୍ତ ସେଠାରେ ରୁହ ।
12
ଆଉ, ଗୃହରେ ପ୍ରବେଶ କରିବା ସମୟରେ ତାହାକୁ କଲ୍ୟାଣ କର;
13
ସେହି ଗୃହ ଯେବେ ଯୋଗ୍ୟ, ତେବେ ତାହା ପ୍ରତି ତୁମ୍ଭମାନଙ୍କ ଶାନ୍ତି ବର୍ତ୍ତୁ, କିନ୍ତୁ ତାହା ଯଦି ଯୋଗ୍ୟ ନୁହେଁ, ତାହାହେଲେ ତୁମ୍ଭମାନଙ୍କ ଶାନ୍ତି ତୁମ୍ଭମାନଙ୍କ ନିକଟକୁ ବାହୁଡ଼ିଆସୁ।
14
ପୁଣି, ଯେକେହି ତୁମ୍ଭମାନଙ୍କୁ ଗ୍ରହଣ କରିବ ନାହିଁ ଅବା ତୁମ୍ଭମାନଙ୍କ କଥା ଶୁଣିବ ନାହିଁ, ସେହି ଗୃହରୁ କିମ୍ଵା ସେହି ନଗରରୁ ବାହାରିଯିବା ବେଳେ ତୁମ୍ଭମାନଙ୍କ ପାଦଧୂଳି ଝାଡ଼ିଦିଅ।
15
ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର-ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ହମୋରା ଦେଶର ଦଶା ସହନୀୟ ହେବ ।
16
ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ ।
17
ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାର ସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହସମୂହରେ କୋରଡ଼ା ମାରିବେ,
18
ପୁଣି ତୁମ୍ଭେମାନେ ମୋʼ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁକୁ ଅଣାଯିବ; ତାହା ସେମାନଙ୍କ ଓ ବିଜାତିମାନଙ୍କ ପ୍ରତି ସାକ୍ଷ୍ୟ ସ୍ଵରୂପ ହେବ ।
19
କିନ୍ତୁ ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମର୍ପଣ କରିବେ, ସେତେବେଳେ ତୁମ୍ଭେମାନେ କିପରି ବା କି କଥା କହିବ, ସେ ବିଷୟରେ ଚିନ୍ତିତ ହୁଅ ନାହିଁ, କାରଣ କଅଣ କହିବ, ତାହା ସେହି ଦଣ୍ତରେ ତୁମ୍ଭମାନଙ୍କୁ ଦିଆଯିବ ।
20
ଯେଣୁ ତୁମ୍ଭେମାନେ ବକ୍ତା ନୁହଁ, କିନ୍ତୁ ତୁମ୍ଭମାନଙ୍କ ପିତାଙ୍କ ଆତ୍ମା, ଯେ କି ତୁମ୍ଭମାନଙ୍କ ଅନ୍ତରରେ କଥା କହନ୍ତି, ସେ ବକ୍ତା ଅଟନ୍ତି ।
21
ଭ୍ରାତା ଭ୍ରାତାକୁ ଓ ପିତା ପୁତ୍ରକୁ ମୃତ୍ୟୁ ଭୋଗ କରିବା ନିମନ୍ତେ ସମର୍ପଣ କରିବେ, ପୁଣି ସନ୍ତାନମାନେ ପିତାମାତାଙ୍କ ବିରୁଦ୍ଧରେ ଉଠି ସେମାନଙ୍କୁ ବଧ କରିବେ ।
22
ଆଉ, ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ଵାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ ।
23
କିନ୍ତୁ ସେମାନେ ଯେତେବେଳେ ତୁମ୍ଭମାନଙ୍କୁ ଏକ ନଗରରେ ତାଡ଼ନା କରିବେ, ସେତେବେଳେ ଅନ୍ୟ ନଗରକୁ ପଳାଇଯାଅ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ନଗରଗୁଡ଼ିକରେ ତୁମ୍ଭମାନଙ୍କ ଭ୍ରମଣ ଶେଷ ନ ହେବା ପୂର୍ବରୁ ମନୁଷ୍ୟପୁତ୍ର ଆଗମନ କରିବେ ।
24
ଶିଷ୍ୟ ଗୁରୁଠାରୁ କିମ୍ଵା ଦାସ କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ।
25
ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ତୁଲ୍ୟ ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ । ସେମାନେ ଯେବେ ଗୃହକର୍ତ୍ତାଙ୍କୁ ବାଆଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ ।
26
ଅତଏବ, ସେମାନଙ୍କୁ ଭୟ କର ନାହିଁ; କାରଣ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ ।
27
ମୁଁ ତୁମ୍ଭମାନଙ୍କୁ ଯାହା ଅନ୍ଧକାରରେ କହେ, ତାହା ଆଲୋକରେ କୁହ, ପୁଣି ଯାହା ତୁମ୍ଭେମାନେ ଗୋପନରେ ଶୁଣ, ତାହା ଘରଛାତ ଉପରେ ଘୋଷଣା କର ।
28
ଆଉ, ଯେଉଁମାନେ ଶରୀରକୁ ବଧ କରନ୍ତି, କିନ୍ତୁ ଆତ୍ମାକୁ ବଧ ପରି ପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ; ବରଂ ଯେ ଶରୀର ଓ ଆତ୍ମା ଉଭୟକୁ ନରକରେ ବିନଷ୍ଟ କରି ପାରନ୍ତି, ତାହାଙ୍କୁ ହିଁ ଭୟ କର ।
29
ଦୁଇଟି ଘରଚଟିଆ କଅଣ ଗୋଟିଏ ପଇସାରେ ବିକାଯାଆନ୍ତି ନାହିଁ? ଆଉ, ତୁମ୍ଭମାନଙ୍କର ପିତାଙ୍କର ଅନୁମତି ବିନା ସେମାନଙ୍କ ମଧ୍ୟରୁ ଗୋଟିଏ ହେଲେ ତଳେ ପଡ଼େ ନାହିଁ;
30
କିନ୍ତୁ ତୁମ୍ଭମାନଙ୍କ ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି ।
31
ଏଣୁ ଭୟ କର ନାହିଁ, ତୁମ୍ଭେମାନେ ଅନେକ ଘରଚଟିଆଠାରୁ ଶ୍ରେଷ୍ଠ ।
32
ଆଉ, ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ସ୍ଵୀକାର କରିବି ।
33
ମାତ୍ର ଯେ କେହି ଲୋକଙ୍କ ସାକ୍ଷାତରେ ମୋତେ ଅସ୍ଵୀକାର କରିବ, ମୁଁ ମଧ୍ୟ ମୋହର ସ୍ଵର୍ଗସ୍ଥ ପିତାଙ୍କ ସାକ୍ଷାତରେ ତାହାକୁ ଅସ୍ଵୀକାର କରିବି ।
34
ମୁଁ ଯେ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି, ଏହା ମନେ କର ନାହିଁ; ଶାନ୍ତି ଦେବାକୁ ନ ଆସି ବରଂ ଖଡ଼୍ଗ ଦେବାକୁ ଆସିଅଛି ।
35
କାରଣ ମୁଁ ପିତା ସହିତ ପୁତ୍ରର ଓ ମାତା ସହିତ କନ୍ୟାର, ପୁଣି ଶାଶୁ ସହିତ ବୋହୁର ବିରୋଧ ଘଟାଇବାକୁ ଆସିଅଛି,
36
ଆଉ ମନୁଷ୍ୟର ନିଜ ପରିଜନ ହିଁ ତାହାର ଶତ୍ରୁ ହେବେ।
37
ଯେ ପିତା କି ମାତାକୁ ମୋʼଠାରୁ ଅଧିକ ପ୍ରିୟଜ୍ଞାନ କରେ, ସେ ମୋହର ଯୋଗ୍ୟ ନୁହେଁ, ପୁଣି ଯେ ପୁତ୍ର କି କନ୍ୟାକୁ ମୋʼଠାରୁ ଅଧିକ ସ୍ନେହ କରେ, ସେ ମୋହର ଯୋଗ୍ୟ ନୁହେଁ।
38
ଆଉ, ଯେ ଆପଣା କ୍ରୁଶ ନେଇ ମୋହର ଅନୁଗମନ ନ କରେ, ସେ ମୋହର ଯୋଗ୍ୟ ନୁହେଁ ।
39
ଯେ ଆପଣା ଜୀବନ ବଞ୍ଚାଏ, ସେ ତାହା ହରାଇବ, ଆଉ ଯେ ମୋʼ ନିମନ୍ତେ ଆପଣା ଜୀବନ ହରାଏ, ସେ ତାହା ବଞ୍ଚାଇବ ।
40
ଯେ ତୁମ୍ଭମାନଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ ।
41
ଯେ ଭାବବାଦୀଙ୍କି ଭାବବାଦୀ ବୋଲି ଗ୍ରହଣ କରେ, ସେ ଭାବବାଦୀଙ୍କ ପୁରସ୍କାର ପାଇବ । ଆଉ, ଯେ ଧାର୍ମିକ ବ୍ୟକ୍ତିଙ୍କି ଧାର୍ମିକ ବୋଲି ଗ୍ରହଣ କରେ, ସେ ଧାର୍ମିକ ବ୍ୟକ୍ତିଙ୍କ ପୁରସ୍କାର ପାଇବ ।
42
ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି କେବଳ ଗିନାଏ ଥଣ୍ତା ପାଣି ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ ।
← Chapter 9
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 11 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28