bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Matthew 15
Matthew 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 16 →
1
ସେହି ସମୟରେ ଯିରୂଶାଲମରୁ ଫାରୂଶୀ ଓ ଶାସ୍ତ୍ରୀମାନେ ଯୀଶୁଙ୍କ ନିକଟକୁ ଆସି କହିଲେ,
2
ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଲଙ୍ଘନ କରନ୍ତି? କାରଣ ଭୋଜନ କରିବା ସମୟରେ ସେମାନେ ହସ୍ତ ପ୍ରକ୍ଷାଳନ କରନ୍ତି ନାହିଁ ।
3
ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ସକାଶେ କାହିଁକି ଈଶ୍ଵରଙ୍କ ଆଜ୍ଞା ଲଙ୍ଘନ କର?
4
ଈଶ୍ଵର ତ କହିଅଛନ୍ତି, ପିତାମାତାଙ୍କୁ ସମାଦର କର, ଆଉ ଯେକେହି ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ତ ଭୋଗ କରିବ ।
5
କିନ୍ତୁ ତୁମ୍ଭେମାନେ କହୁଥାଅ, ଯେକେହି ପିତା କି ମାତାଙ୍କୁ କହେ, ମୋʼଠାରୁ ଯାହା ଦ୍ଵାରା ତୁମ୍ଭର ଉପକାର ହୋଇ-ଥାଆନ୍ତା, ତାହା ମାନତ୍ ହୋଇଅଛି,
6
ସେ ଆପଣା ପିତାମାତାଙ୍କୁ ନିଶ୍ଚୟ ସମାଦର କରିବ ନାହିଁ । ଏହିରୂପେ ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଈଶ୍ଵରଙ୍କ ବାକ୍ୟ ବ୍ୟର୍ଥ କରିଅଛ ।
7
ରେ କପଟୀମାନେ, ଯିଶାଇୟ ତୁମ୍ଭମାନଙ୍କ ବିଷୟରେ ଯଥାର୍ଥ ରୂପେ ଏହି ଭାବବାଣୀ କହିଅଛନ୍ତି,
8
ଏହି ଜାତି ମୁଖରେ ଆମ୍ଭକୁ ସମାଦର କରନ୍ତି, କିନ୍ତୁ ସେମାନଙ୍କ ହୃଦୟ ଆମ୍ଭଠାରୁ ଦୂରରେ ଥାଏ ।
9
ସେମାନେ ମନୁଷ୍ୟମାନଙ୍କ ବିଧିଗୁଡ଼ିକୁ ଧର୍ମର ଉପଦେଶବାଣୀ ବୋଲି ଶିକ୍ଷା ଦେଇ ବୃଥାରେ ଆମ୍ଭର ଆରାଧନା କରନ୍ତି ।
10
ଆଉ, ଯୀଶୁ ଲୋକସମୂହକୁ ନିକଟକୁ ଡାକି ସେମାନଙ୍କୁ କହିଲେ, ଶୁଣ ଓ ବୁଝ;
11
ମୁଖରେ ଯାହା ପ୍ରବେଶ କରେ, ତାହା ଯେ ମନୁଷ୍ୟକୁ ଅଶୁଚି କରେ, ଏପରି ନୁହେଁ, କିନ୍ତୁ ମୁଖରୁ ଯାହା ବାହାରେ, ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।
12
ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ବିଘ୍ନ ପାଇଅଛନ୍ତି, ଆପଣ କଅଣ ଏହା ଜାଣନ୍ତି?
13
କିନ୍ତୁ ସେ ଉତ୍ତର ଦେଲେ, ମୋହର ସ୍ଵର୍ଗସ୍ଥ ପିତା ଯେଉଁସବୁ ବୃକ୍ଷ ରୋପଣ କରି ନାହାନ୍ତି, ସେସବୁ ଉତ୍ପାଟିତ ହେବ ।
14
ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ, ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଉଭୟେ ଖାତରେ ପଡ଼ିବେ ।
15
ସେଥିରେ ପିତର ତାହାଙ୍କୁ ଉତ୍ତର ଦେଲେ, ଦୃଷ୍ଟାନ୍ତଟି ଆମ୍ଭମାନଙ୍କୁ ବୁଝାଇ ଦିଅନ୍ତୁ ।
16
ଯୀଶୁ କହିଲେ, ତୁମ୍ଭେମାନେ ମଧ୍ୟ କଅଣ ଏପର୍ଯ୍ୟନ୍ତ ଅବୋଧ?
17
ଯାହା କିଛି ମୁଖରେ ପ୍ରବେଶ କରେ, ତାହା ଉଦରକୁ ଯାଇ ବାହ୍ୟସ୍ଥାନରେ ଯେ ନିକ୍ଷିପ୍ତ ହୁଏ, ଏହା କଅଣ ବୁଝୁ ନାହଁ?
18
କିନ୍ତୁ ମୁଖରୁ ଯାହାସବୁ ନିର୍ଗତ ହୁଏ, ତାହା ହୃଦୟରୁ ବାହାରେ ଓ ତାହା ହିଁ ମନୁଷ୍ୟକୁ ଅଶୁଚି କରେ ।
19
କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୌର୍ଯ୍ୟ, ମିଥ୍ୟାସାକ୍ଷ୍ୟ ଓ ନିନ୍ଦା ବାହାରେ;
20
ଏହିସମସ୍ତ ହିଁ ମନୁଷ୍ୟକୁ ଅଶୁଚି କରେ, କିନ୍ତୁ ଅଧୌତ ହସ୍ତରେ ଭୋଜନ କରିବା ମନୁଷ୍ୟକୁ ଅଶୁଚି କରେ ନାହିଁ ।
21
ଯୀଶୁ ସେହି ସ୍ଥାନରୁ ଅନ୍ତର ହୋଇ ସୋର ଓ ସୀଦୋନ ଅଞ୍ଚଳକୁ ପ୍ରସ୍ଥାନ କଲେ ।
22
ଆଉ ଦେଖ, ସେହି ସୀମାରୁ ଜଣେ କିଣାନୀୟା ସ୍ତ୍ରୀ ଆସି ଉଚ୍ଚ ସ୍ଵରରେ କହିବାକୁ ଲାଗିଲା, ହେ ପ୍ରଭୁ, ଦାଉଦ-ସନ୍ତାନ, ମୋତେ ଦୟା କରନ୍ତୁ, ମୋର ଝିଅଟିକୁ ଅତି ଭୟଙ୍କର ଭାବରେ ଭୂତ ଲାଗିଅଛି ।
23
କିନ୍ତୁ ସେ ତାହାକୁ ପଦେ ହେଲେ ଉତ୍ତର ଦେଲେ ନାହିଁ । ଆଉ ତାହାଙ୍କ ଶିଷ୍ୟମାନେ ଆସି ତାହାଙ୍କୁ ଅନୁରୋଧ କରି କହିବାକୁ ଲାଗିଲେ, ଏହାକୁ ବିଦାୟ କରନ୍ତୁ, କାରଣ ଏ ଆମ୍ଭମାନଙ୍କ ପଛେ ପଛେ ଚିତ୍କାର କରୁଅଛି ।
24
କିନ୍ତୁ ସେ ଉତ୍ତର ଦେଲେ, ମୁଁ ଇସ୍ରାଏଲ-ବଂଶର ହଜିଯାଇଥିବା ମେଷମାନଙ୍କ ବିନା ଆଉ କାହା ନିକଟକୁ ପ୍ରେରିତ ହୋଇ ନାହିଁ ।
25
କିନ୍ତୁ ସେହି ସ୍ତ୍ରୀ ଆସି ତାହାଙ୍କୁ ପ୍ରଣାମ କରି କହିବାକୁ ଲାଗିଲା, ହେ ପ୍ରଭୁ, ମୋର ଉପକାର କରନ୍ତୁ ।
26
ମାତ୍ର ସେ ଉତ୍ତର ଦେଲେ, ସନ୍ତାନମାନଙ୍କ ଆହାର ନେଇ କୁକୁରମାନଙ୍କ ପାଖରେ ପକାଇବା ଉଚିତ ନୁହେଁ ।
27
କିନ୍ତୁ ସେ କହିଲା, ହଁ, ପ୍ରଭୁ କାରଣ କୁକୁରମାନେ ତ ନିଜ ନିଜ ପ୍ରଭୁଙ୍କ ମେଜରୁ ପଡ଼ିବା ଗୁଣ୍ତିଗୁଣ୍ତା ଖାଆନ୍ତି ।
28
ସେଥିରେ ଯୀଶୁତାହାକୁ ଉତ୍ତର ଦେଲେ, ଗୋ ନାରୀ, ତୁମ୍ଭର ବଡ଼ ବିଶ୍ଵାସ, ତୁମ୍ଭର ଇଚ୍ଛାନୁସାରେ ତୁମ୍ଭ ପ୍ରତି ଘଟୁ । ସେହି ଦଣ୍ତରୁ ତାହାର କନ୍ୟା ସୁସ୍ଥ ହେଲା ।
29
ଯୀଶୁ ସେଠାରୁ ପ୍ରସ୍ଥାନ କରି ଗାଲିଲୀ ସମୁଦ୍ର ନିକଟକୁ ଆସିଲେ, ଆଉ ପର୍ବତ ଉପରକୁ ଯାଇ ସେଠାରେ ବସିଲେ ।
30
ପୁଣି, ବହୁସଂଖ୍ୟକ ଲୋକ ଖଞ୍ଜ, ପଙ୍ଗୁ, ଅନ୍ଧ, ମୂକ ଓ ଅନ୍ୟାନ୍ୟ ଅନେକଙ୍କୁ ସାଙ୍ଗରେ ଘେନି ତାହାଙ୍କ ଛାମୁକୁ ଆସିଲେ ଏବଂ ସେମାନଙ୍କୁ ତାହାଙ୍କ ପାଦ ତଳେ ଥୋଇଦେଲେ, ପୁଣି ସେ ସେମାନଙ୍କୁ ସୁସ୍ଥ କଲେ ।
31
ଏହିରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି ଇସ୍ରାଏଲର ଈଶ୍ଵରଙ୍କ ମହିମା କୀର୍ତ୍ତନ କଲେ ।
32
ଆଉ, ଯୀଶୁ ଆପଣା ଶିଷ୍ୟମାନଙ୍କୁ ନିକଟକୁ ଡାକି କହିଲେ, ଏହି ଲୋକସମୂହ ପ୍ରତି ମୋହର ଦୟା ହେଉଅଛି, କାରଣ ଏମାନେ ତିନି ଦିନ ହେଲାଣି ମୋʼ ସାଙ୍ଗରେ ରହିଅଛନ୍ତି ଓ ଏମାନଙ୍କ ପାଖରେ କିଛି ଖାଇବାକୁ ନାହିଁ; କାଳେ ବାଟରେ ସେମାନଙ୍କର ହଂସା ଉଡ଼ିଯାଏ, ଏଥିପାଇଁ ସେମାନଙ୍କୁ ଅନାହାରରେ ବିଦାୟ ଦେବାକୁ ମୋହର ଇଚ୍ଛା ନାହିଁ ।
33
ଶିଷ୍ୟମାନେ ତାହାଙ୍କୁ କହିଲେ, ଏତେ ଲୋକଙ୍କୁ ତୃପ୍ତ କରିବା ପାଇଁ ଆମ୍ଭେମାନେ ନିର୍ଜ୍ଜନ ସ୍ଥାନରେ କେଉଁଠାରୁ ଏତେ ରୋଟୀ ପାଇବା?
34
ଯୀଶୁ ସେମାନଙ୍କୁ ପଚାରିଲେ, ତୁମ୍ଭମାନଙ୍କ ପାଖରେ କେତୋଟି ରୋଟୀ ଅଛି? ସେମାନେ କହିଲେ, ସାତୋଟି, ପୁଣି ଅଳ୍ପ କେତୋଟି ସାନ ମାଛ ।
35
ସେଥିରେ ସେ ଲୋକସମୂହକୁ ଭୂମିରେ ବସିବାକୁ ଆଜ୍ଞା ଦେଲେ,
36
ଆଉ ଯୀଶୁ ସେହି ସାତୋଟି ରୋଟୀ ଓ ମାଛଗୁଡ଼ିକ ଘେନି ଧନ୍ୟବାଦ ଦେଇ ସେହିସବୁ ଶିଷ୍ୟମାନଙ୍କୁ ଦିଅନ୍ତେ, ସେମାନେ ଲୋକସମୂହକୁ ଦେଲେ ।
37
ଆଉ, ସମସ୍ତେ ଭୋଜନ କରି ତୃପ୍ତ ହେଲେ ଓ ଭଙ୍ଗା ରୋଟୀରୁ ଯାହା ବଳିଲା, ତାହା ସେମାନେ ଉଠାଇ ସାତ ବେତା ଭର୍ତ୍ତି କଲେ ।
38
ଭୋଜନ କରିବା ଲୋକେ, ସ୍ତ୍ରୀ ଓ ପିଲାମାନଙ୍କ ଛଡ଼ା, ଚାରିହଜାର ପୁରୁଷ ଥିଲେ ।
39
ଏଥିଉତ୍ତାରେ ସେ ଲୋକସମୂହକୁ ବିଦାୟ ଦେଇ ନୌକାରେ ଚଢ଼ି ମଗଦାନ ସୀମାକୁ ଆସିଲେ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28