bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Matthew 25
Matthew 25
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 26 →
1
ସେତେବେଳେ ସ୍ଵର୍ଗରାଜ୍ୟ ଦଶ ଜଣ କନ୍ୟାଙ୍କ ସଦୃଶ ହେବ; ସେମାନେ ଆପଣା ଆପଣା ପ୍ରଦୀପ ଘେନି ବରଙ୍କ ସହିତ ସାକ୍ଷାତ କରିବାକୁ ବାହାରିଲେ ।
2
ସେମାନଙ୍କ ମଧ୍ୟରୁ ପାଞ୍ଚ ଜଣ ନିର୍ବୁଦ୍ଧି ଓ ପାଞ୍ଚ ଜଣ ସୁବୁଦ୍ଧି ଥିଲେ ।
3
ନିର୍ବୁଦ୍ଧିମାନେ ପ୍ରଦୀପ ନେବା ସମୟରେ ନିଜ ନିଜ ସହିତ ତୈଳ ନେଲେ ନାହିଁ,
4
ମାତ୍ର ସୁବୁଦ୍ଧିମାନେ ଆପଣା ଆପଣା ପ୍ରଦୀପ ସହିତ ପାତ୍ରରେ ତୈଳ ନେଲେ ।
5
ବରଙ୍କ ଆସିବାର ବିଳମ୍ଵ ହୁଅନ୍ତେ, ସମସ୍ତେ ଢୁଳାଉ ଢୁଳାଉ ଶୋଇ ପଡ଼ିଲେ ।
6
କିନ୍ତୁ ଅର୍ଦ୍ଧରାତ୍ରରେ ‘ଏହି ଦେଖ, ବର, ତାଙ୍କ ସାଙ୍ଗରେ ସାକ୍ଷାତ କରିବାକୁ ବାହାରʼ, ଏପରି କୋଳାହଳ ହେଲା ।
7
ସେତେବେଳେ ସେହି କନ୍ୟାସମସ୍ତେ ଉଠି ଆପଣା ଆପଣା ପ୍ରଦୀପ ସଜାଡ଼ିଲେ ।
8
କିନ୍ତୁ ନିର୍ବୁଦ୍ଧିମାନେ ସୁବୁଦ୍ଧିମାନଙ୍କୁ କହିଲେ, ତୁମ ତେଲରୁ ଆମକୁ ଟିକେ ଦିଅ, କାରଣ ଆମ ଦୀପସବୁ ଲିଭିଯାଉଅଛି ।
9
ମାତ୍ର ସୁବୁଦ୍ଧିମାନେ ଉତ୍ତର ଦେଲେ, ନାହିଁ, ନାହିଁ, ତୁମ ଆମ ପାଇଁ ତ ଅଣ୍ଟିବ ନାହିଁ, ବରଂ ଦୋକାନୀମାନଙ୍କ ପାଖକୁ ଯାଇ ଆପଣା ଆପଣା ନିମନ୍ତେ କିଣିଆଣ ।
10
କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ବର ଆସିଲେ, ପୁଣି ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ଵାର ବନ୍ଦ କରାଗଲା ।
11
ଏଥିଉତ୍ତାରେ ଅନ୍ୟ କନ୍ୟାମାନେ ମଧ୍ୟ ଆସି କହିଲେ, ହେ ପ୍ରଭୁ, ହେ ପ୍ରଭୁ, ଆମ ପାଇଁ ଦ୍ଵାର ଫିଟାଇ ଦିଅନ୍ତୁ ।
12
କିନ୍ତୁ ସେ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମୁଁ ତୁମ୍ଭମାନଙ୍କୁ ଜାଣେ ନାହିଁ ।
13
ଅତଏବ, ଜାଗ୍ରତ ଥାଅ, କାରଣ ତୁମ୍ଭେମାନେ ସେହି ଦିନ କି ସେହି ଦଣ୍ତ ଜାଣ ନାହିଁ ।
14
କାରଣ ବିଦେଶକୁ ଯାତ୍ରା କରୁଥିବା ଜଣେ ବ୍ୟକ୍ତି ଯେପରି ଆପଣା ଦାସମାନଙ୍କୁ ଆହ୍ଵାନ କରି ସେମାନଙ୍କ ହସ୍ତରେ ନିଜର ସର୍ବସ୍ଵ ସମର୍ପଣ କଲେ, ସ୍ଵର୍ଗରାଜ୍ୟ ସେହିପରି ।
15
ସେ ଜଣକୁ ପାଞ୍ଚ ତୋଡ଼ା, ଅନ୍ୟକୁ ଦୁଇ ତୋଡ଼ା, ଆଉ ଜଣକୁ ଏକ ତୋଡ଼ା, ଏହିପରି ପ୍ରତ୍ୟେକକୁ ତାହାର ଶକ୍ତି ଅନୁସାରେ ଦେଇ ବିଦେଶକୁ ଯାତ୍ରା କଲେ ।
16
ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ତତ୍କ୍ଷଣାତ୍ ତାହା ଘେନି ବ୍ୟବସାୟ କରି ଆଉ ପାଞ୍ଚ ତୋଡ଼ା ଲାଭ କଲା ।
17
ସେହି ପ୍ରକାରେ ଯେ ଦୁଇଟି ପାଇଥିଲା, ସେ ଆଉ ଦୁଇଟି ଲାଭ କଲା ।
18
ମାତ୍ର ଯେ ଗୋଟିଏ ପାଇଥିଲା, ସେ ଯାଇ ମାଟି ଖୋଳି ଆପଣା ପ୍ରଭୁଙ୍କ ଟଙ୍କା ପୋତି ଲୁଚାଇ ରଖିଲା ।
19
ବହୁକାଳ ପରେ ସେହି ଦାସମାନଙ୍କର ପ୍ରଭୁ ଆସି ସେମାନଙ୍କ ସାଙ୍ଗରେ ହିସାବ କଲେ ।
20
ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ଘେନି ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଅଛି ।
21
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
22
ପୁଣି, ଯେ ଦୁଇ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ଦୁଇ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ଦୁଇ ତୋଡ଼ା ଲାଭ କରିଅଛି ।
23
ତାହାର ପ୍ରଭୁ ତାହାକୁ କହିଲେ, ବେଶ୍, ଉତ୍ତମ ଓ ବିଶ୍ଵସ୍ତ ଦାସ, ତୁମ୍ଭେ ଅଳ୍ପ ବିଷୟରେ ବିଶ୍ଵସ୍ତ ହେଲ, ମୁଁ ତୁମ୍ଭକୁ ବହୁତ ବିଷୟ ଉପରେ ନିଯୁକ୍ତ କରିବି, ତୁମ୍ଭେ ଆପଣା ପ୍ରଭୁଙ୍କ ଆନନ୍ଦର ସହଭାଗୀ ହୁଅ ।
24
ଆଉ, ଯେ ଏକ ତୋଡ଼ା ପାଇଥିଲା, ସେ ମଧ୍ୟ ଆସି କହିଲା, ହେ ପ୍ରଭୁ, ଆପଣ ଯେ ଜଣେ କଠିନ ଲୋକ, ଯେଉଁଠାରେ ବୁଣି ନ ଥାଆନ୍ତି, ସେଠାରେ କାଟନ୍ତି, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଆନ୍ତି, ସେଠାରେ ସଂଗ୍ରହ କରନ୍ତି, ଏହା ମୁଁ ଜାଣିଥିଲି ।
25
ଏଣୁ ଭୟ କରି ମୁଁ ଯାଇ ଆପଣଙ୍କ ତୋଡ଼ା ମାଟିରେ ପୋତି ଲୁଚାଇ ରଖିଲି; ଦେଖନ୍ତୁ, ଆପଣ ନିଜର ଧନ ପାଇଲେ ।
26
କିନ୍ତୁ ତାହାର ପ୍ରଭୁ ତାହାକୁ ଉତ୍ତର ଦେଲେ, ରେ ଦୁଷ୍ଟ ଓ ଅଳସ ଦାସ, ମୁଁ ଯେଉଁଠାରେ ବୁଣି ନ ଥାଏ, ସେଠାରେ କାଟେ, ଆଉ ଯେଉଁଠାରେ ଶସ୍ୟ ଉଡ଼ାଇ ନ ଥାଏ, ସେଠାରେ ସଂଗ୍ରହ କରେ, ଏହା କଅଣ ଜାଣିଥିଲୁ?
27
ତେବେ ବଣିକମାନଙ୍କ ହସ୍ତରେ ମୋହର ଟଙ୍କା ରଖିବା ତୋର ଉଚିତ ଥିଲା; ତାହାହେଲେ ମୁଁ ଆସି ସୁଧ ସହିତ ମୋହର ଧନ ଫେରି ପାଇଥାଆନ୍ତି ।
28
ଅତଏବ, ଏହାଠାରୁ ଏହି ତୋଡ଼ା ଘେନିଯାଇ, ଯାହାର ଦଶ ତୋଡ଼ା ଅଛି, ତାହାକୁ ଦିଅ ।
29
କାରଣ ଯେକୌଣସି ଲୋକର ଅଛି, ତାହାକୁ ଦିଆଯିବ, ଆଉ ତାହାର ପ୍ରଚୁର ହେବ; କିନ୍ତୁ ଯାହାର ନାହିଁ, ତାହା ପାଖରେ ଯାହା ଅଛି, ତାହା ହିଁ ତାହାଠାରୁ ନିଆଯିବ ।
30
ଆଉ, ତୁମ୍ଭେମାନେ ଏହି ଅକର୍ମଣ୍ୟ ଦାସକୁ ବାହାର ଅନ୍ଧକାରରେ ପକାଇଦିଅ, ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
31
ମନୁଷ୍ୟପୁତ୍ର ଯେତେବେଳେ ସମସ୍ତ ଦୂତଙ୍କ ସହିତ ସ୍ଵମହିମାରେ ଆଗମନ କରିବେ, ସେତେବେଳେ ସେ ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ,
32
ପୁଣି ତାହାଙ୍କ ଛାମୁରେ ସମସ୍ତ ଜାତି ଏକତ୍ର କରାଯିବେ, ଆଉ ମେଷପାଳକ ଯେପରି ଛାଗଠାରୁ ମେଷ ପୃଥକ୍ କରେ, ସେହିପରି ସେ ସେମାନଙ୍କୁ ପରସ୍ପରଠାରୁ ପୃଥକ୍ କରି,
33
ମେଷମାନଙ୍କୁ ଆପଣା ଦକ୍ଷିଣ ପାର୍ଶ୍ଵରେ ଓ ଛାଗମାନଙ୍କୁ ବାମ ପାର୍ଶ୍ଵରେ ରଖିବେ ।
34
ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ଵସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦ-ପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିର ଅଧିକାରୀ ହୁଅଣ;
35
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ;
36
ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ; ପୀଡ଼ିତ ଥିଲି, ମୋତେ ସଂଖୋଳିଲ; କାରାଗାରରେ ଥିଲି, ମୋʼ ନିକଟକୁ ଆସିଲ ।
37
ସେଥିରେ ଧାର୍ମିକମାନେ ତାହାଙ୍କୁ ଉତ୍ତର ଦେବେ,ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ ଦେଖି ଆହାର ଦେଲୁ? ଅବା ତୃଷିତ ଦେଖି ପାନ କରିବାକୁ ଦେଲୁ?
38
ଆଉ, କେବେ ଆପଣଙ୍କୁ ପ୍ରବାସୀ ଦେଖି ଆଶ୍ରୟ ଦେଲୁ? କିମ୍ଵା ଉଲଙ୍ଗ ଦେଖି ବସ୍ତ୍ର ପରିଧାନ କରାଇଲୁ?
39
ଆଉ, କେବେ ଆପଣଙ୍କୁ ପୀଡ଼ିତ ଅବା କାରାଗାରସ୍ଥ ଦେଖି ଆପଣଙ୍କ ନିକଟକୁ ଗଲୁ?
40
ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋʼ ପ୍ରତି ହିଁ ତାହା କରିଅଛ ।
41
ତତ୍ପରେ ସେ ବାମ ପାର୍ଶ୍ଵସ୍ଥ ଲୋକଙ୍କୁ ମଧ୍ୟ କହିବେ, ରେ ଶାପଗ୍ରସ୍ତମାନେ, ମୋʼ ସମ୍ମୁଖରୁ ଦୂର ହୋଇ ଶୟତାନ ଓ ତାହାର ଦୂତମାନଙ୍କ ନିମନ୍ତେ ପ୍ରସ୍ତୁତ କରାଯାଇଥିବା ଅନ; ଅଗ୍ନି ମଧ୍ୟକୁ ପ୍ରସ୍ଥାନ କର,
42
କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ ନାହିଁ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ ନାହିଁ;
43
ପ୍ରବାସୀ ଥିଲି, ମୋତେ ଆଶ୍ରୟ ଦେଲ ନାହିଁ; ଉଲଙ୍ଗ ଥିଲି, ମୋତେ ବସ୍ତ୍ର ପରିଧାନ କରାଇଲ ନାହିଁ; ପୀଡ଼ିତ ଓ କାରାଗାରସ୍ଥ ଥିଲି, ମୋତେ ସଂଖୋଳିଲ ନାହିଁ ।
44
ସେଥିରେ ସେମାନେ ମଧ୍ୟ ଉତ୍ତର ଦେବେ, ହେ ପ୍ରଭୁ, କେବେ ଆମ୍ଭେମାନେ ଆପଣଙ୍କୁ କ୍ଷୁଧିତ କି ତୃଷିତ, ପ୍ରବାସୀ କି ଉଲଙ୍ଗ, ପୀଡ଼ିତ, କି କାରାଗାରସ୍ଥ ଦେଖି ଆପଣଙ୍କର ସେବା କଲୁ ନାହିଁ?
45
ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରତମମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋʼ ପ୍ରତି ହିଁ ତାହା କରି ନାହଁ ।
46
ଆଉ, ଏମାନେ ଅନ; ଶାସ୍ତି, କିନ୍ତୁ ଧାର୍ମିକମାନେ ଅନ; ଜୀବନ ଭୋଗ କରିବାକୁ ଯିବେ ।
← Chapter 24
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 26 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28