bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Matthew 28
Matthew 28
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
1
ବିଶ୍ରାମବାର ଶେଷ ହେଲା ଉତ୍ତାରେ ସପ୍ତାହର ପ୍ରଥମ ଦିବସର ପ୍ରତ୍ୟୁଷରେ ମଗ୍ଦଲିନୀ ମରୀୟମ ଓ ଅନ୍ୟ ମରୀୟମ ସମାଧି ଦେଖିବାକୁ ଆସିଲେ।
2
ଆଉ ଦେଖ, ମହା ଭୂମିକମ୍ପ ହେଲା, କାରଣ ପ୍ରଭୁଙ୍କର ଜଣେ ଦୂତ ସ୍ଵର୍ଗରୁ ଓହ୍ଲାଇ ଆସି ସେହି ପଥରଖଣ୍ତିକ ଗଡ଼ାଇଦେଇ ତାହା ଉପରେ ବସିଲେ ।
3
ତାଙ୍କ ରୂପ ବିଜୁଳି ପରି ଓ ତାଙ୍କର ବସ୍ତ୍ର ହିମ ପରି ଶୁଭ୍ରବର୍ଣ୍ଣ ଥିଲା,
4
ପୁଣିତାଙ୍କ ଭୟରେ ପ୍ରହରୀମାନେ କମ୍ପମାନ ହୋଇ ମୃତବତ୍ ହେଲେ ।
5
କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କର ଅନ୍ଵେଷଣ କରୁଅଛ, ତାହା ମୁଁ ଜାଣେ ।
6
ସେ ଏଠାରେ ନାହାନ୍ତି, କାରଣ ସେ ଯେପରି କହିଥିଲେ, ସେହିପରି ଉଠିଅଛନ୍ତି। ଆସ, ସେ ଯେଉଁଠାରେ ଶୋଇଥିଲେ, ସେହି ସ୍ଥାନ ଦେଖ ।
7
ଆଉ, ତୁମ୍ଭେମାନେ ଶୀଘ୍ର ଯାଇ ତାହାଙ୍କ ଶିଷ୍ୟମାନଙ୍କୁ କୁହ, ସେ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ପୁଣି ଦେଖ, ସେ ତୁମ୍ଭମାନଙ୍କ ଆଗେ ଗାଲିଲୀକି ଯାଉଅଛନ୍ତି, ସେଠାରେ ତୁମ୍ଭେମାନେ ତାହାଙ୍କର ଦର୍ଶନ ପାଇବ; ଦେଖ, ମୁଁ ତୁମ୍ଭମାନଙ୍କୁ କହିଲି ।
8
ଏଥିରେ ସେମାନେ ଭୟ ଓ ମହାନନ୍ଦରେ ସମାଧି ନିକଟରୁ ଶୀଘ୍ର ପ୍ରସ୍ଥାନ କରି ତାହାଙ୍କ ଶିଷ୍ୟମାନଙ୍କୁ ସମ୍ଵାଦ ଦେବା ନିମନ୍ତେ ଦୌଡ଼ିଲେ ।
9
ଆଉ ଦେଖ, ଯୀଶୁ ସେମାନଙ୍କୁ ସାକ୍ଷାତ୍ କରି କହିଲେ, ତୁମ୍ଭମାନଙ୍କର ମଙ୍ଗଳ ହେଉ । ତହୁଁ ସେମାନେ ନିକଟକୁ ଆସି ତାହାଙ୍କ ପାଦ ଧରି ତାହାଙ୍କୁ ପ୍ରଣାମ କଲେ ।
10
ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଭୟ କର ନାହିଁ, ତୁମ୍ଭେମାନେ ଯାଇ ମୋହର ଭାଇମାନଙ୍କୁ ଜଣାଅ, ସେମାନେ ଗାଲିଲୀକି ଯାଆନ୍ତୁ; ସେଠାରେ ସେମାନେ ମୋହର ଦର୍ଶନ ପାଇବେ ।
11
ସେମାନେ ଯାଉଥିବା ସମୟରେ, ଦେଖ, ପ୍ରହରୀଦଳ ମଧ୍ୟରୁ କେତେକ ଜଣ ନଗରକୁ ଯାଇ ସେହି ସମସ୍ତ ଘଟନାର ବିବରଣ ପ୍ରଧାନ ଯାଜକମାନଙ୍କୁ ଜଣାଇଲେ ।
12
ସେମାନେ ପ୍ରାଚୀନବର୍ଗ ସହିତ ଏକତ୍ର ହୋଇ ମନ୍ତ୍ରଣା କଲା ଉତ୍ତାରେ ସେହି ସୈନ୍ୟମାନଙ୍କୁ ବହୁତ ଟଙ୍କା ଦେଇ କହିଲେ,
13
ତୁମ୍ଭେମାନେ କୁହ, ଆମ୍ଭେମାନେ ଶୋଇପଡ଼ିଥିବା ସମୟରେ ତାହାର ଶିଷ୍ୟମାନେ ରାତିରେ ଆସି ତାହାକୁ ଚୋରି କରି ନେଇଗଲେ ।
14
ପୁଣି, ଏ କଥା ଯେବେ ଶାସନକର୍ତ୍ତାଙ୍କ କର୍ଣ୍ଣଗୋଚର ହୁଏ, ତାହାହେଲେ ଆମ୍ଭେମାନେ ତାଙ୍କୁ ବୁଝାଇ ତୁମ୍ଭମାନଙ୍କୁ ଚିନ୍ତାରୁ ମୁକ୍ତ କରିବା ।
15
ସେଥିରେ ସେମାନେ ଟଙ୍କା ନେଇ ଯେପରି ଶିକ୍ଷା ପାଇଥିଲେ, ସେହିପରି କଲେ । ଏଣୁ ଏହି କଥା ଯିହୁଦୀମାନଙ୍କ ମଧ୍ୟରେ ବ୍ୟାପିଯାଇ ଆଜି ପର୍ଯ୍ୟନ୍ତ ପ୍ରଚଳିତ ଅଛି ।
16
କିନ୍ତୁ ଏକାଦଶ ଶିଷ୍ୟ ଗାଲିଲୀକି ଯାଇ, ଯୀଶୁ ଯେଉଁ ପର୍ବତ ବିଷୟ ସେମାନଙ୍କୁ କହିଥିଲେ, ସେହି ପର୍ବତକୁ ଗଲେ ।
17
ଆଉ, ସେମାନେ ତାହାଙ୍କୁ ଦେଖି ପ୍ରଣାମ କଲେ, ମାତ୍ର କେହି କେହି ସନ୍ଦେହ କଲେ ।
18
ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ଵର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ପ୍ରଦତ୍ତ ହୋଇଅଛି ।
19
ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
20
ମୁଁ ତୁମ୍ଭମାନଙ୍କୁ ଯେଉଁ ଯେଉଁ ଆଜ୍ଞା ଦେଇଅଛି, ସେହିସବୁ ପାଳନ କରିବାକୁ ଶିକ୍ଷା ଦେଇ ସେମାନଙ୍କୁ ଶିଷ୍ୟ କର; ଆଉ ଦେଖ, ଯୁଗା; ପର୍ଯ୍ୟନ୍ତ ସଦାସର୍ବଦା ମୁଁ ତୁମ୍ଭମାନଙ୍କ ସଙ୍ଗେ ସଙ୍ଗେ ଅଛି ।
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28