bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Matthew 8
Matthew 8
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 9 →
1
ଯୀଶୁ ପର୍ବତରୁ ଓହ୍ଲାଇ ଆସନ୍ତେ, ବହୁସଂଖ୍ୟକ ଲୋକ ତାହାଙ୍କ ପଛେ ପଛେ ଚାଲିଲେ ।
2
ଆଉ ଦେଖ, ଜଣେ କୁଷ୍ଠୀ ତାହାଙ୍କ ନିକଟକୁ ଆସି ପ୍ରଣାମ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରି ପାରନ୍ତି ।
3
ସେଥିରେ ଯୀଶୁ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ । ସେହିକ୍ଷଣି ସେ ଆପଣା କୁଷ୍ଠରୋଗରୁ ଶୁଚି ହେଲା ।
4
ଆଉ, ଯୀଶୁ ତାହାକୁ କହିଲେ, ସାବଧାନ, କାହାକୁ କୁହ ନାହିଁ, କିନ୍ତୁ ଯାଅ, ଯାଜକଙ୍କୁ ନିଜକୁ ଦେଖାଅ, ପୁଣି ମୋଶା ଯେଉଁ ନୈବେଦ୍ୟ ବିଷୟରେ ଆଦେଶ ଦେଇଅଛନ୍ତି, ତାହା ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ଉତ୍ସର୍ଗ କର ।
5
ଯୀଶୁ କଫର୍ନାହୂମରେ ପ୍ରବେଶ କରନ୍ତେ, ଜଣେ ଶତସେନାପତି ତାହାଙ୍କ ନିକଟକୁ ଆସି ବିନତି କରି କହିଲେ,
6
ହେ ପ୍ରଭୁ, ମୋହର ଦାସ ପକ୍ଷାଘାତ ରୋଗରେ ଅତିଶୟ ଯନ୍ତ୍ରଣା ପାଇ ଗୃହରେ ଶଯ୍ୟାଗତ ଅଛି ।
7
ଯୀଶୁ ତାହାକୁ କହିଲେ, ମୁଁ ଯାଇ ତାହାକୁ ଆରୋଗ୍ୟ କରିବି ।
8
କିନ୍ତୁ ଶତସେନାପତି ଉତ୍ତର ଦେଲେ, ପ୍ରଭୋ, ଆପଣ ଯେ ମୋʼ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; କିନ୍ତୁ କେବଳ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ।
9
କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ସୁଦ୍ଧା ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ ।
10
ଯୀଶୁ ଏହା ଶୁଣି ଚମତ୍କୃତ ହୋଇ ପଛରେ ଆସୁଥିବା ଲୋକଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଇସ୍ରାଏଲ ମଧ୍ୟରେ କାହାରିଠାରେ ଏଡ଼େ ବଡ଼ ବିଶ୍ଵାସ ପାଇ ନାହିଁ ।
11
କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ଵର୍ଗରାଜ୍ୟରେ ଭୋଜନରେ ବସିବେ,
12
ମାତ୍ର ରାଜ୍ୟର ସନ୍ତାନମାନେ ବାହାର ଅନ୍ଧକାରରେ ପକାଯିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ ।
13
ଆଉ ଯୀଶୁ ଶତସେନାପତିଙ୍କି କହିଲେ, ଯାଅ, ତୁମ୍ଭେ ଯେପରି ବିଶ୍ଵାସ କରିଅଛ, ତୁମ୍ଭ ପ୍ରତି ସେହିପରି ଘଟୁ । ସେହି ଦଣ୍ତରେ ଦାସଟି ସୁସ୍ଥ ହେଲା ।
14
ପରେ ଯୀଶୁ ପିତରଙ୍କ ଗୃହକୁ ଆସି ତାଙ୍କ ଶାଶୁଙ୍କୁ ଜ୍ଵରରେ ଶଯ୍ୟାଗତା ଥିବା ଦେଖିଲେ;
15
ସେଥିରେ ସେ ତାହାଙ୍କ ହସ୍ତ ସ୍ପର୍ଶ କଲେ, ଆଉ ତାହାଙ୍କୁ ଜ୍ଵର ଛାଡ଼ିଗଲା, ପୁଣି ସେ ଉଠି ତାହାଙ୍କର ସେବା କରିବାକୁ ଲାଗିଲେ ।
16
ସନ୍ଧ୍ୟା ହୁଅନ୍ତେ, ଲୋକମାନେ ଅନେକ ଭୂତଗ୍ରସ୍ତ ଲୋକଙ୍କୁ ତାହାଙ୍କ ନିକଟକୁ ଆଣିଲେ, ସେଥିରେ ସେ କଥା ମାତ୍ରକେ ଭୂତଗୁଡ଼ାକୁ ଛଡ଼ାଇଲେ ଏବଂ ସମସ୍ତ ପୀଡ଼ିତ ଲୋକଙ୍କୁ ସୁସ୍ଥ କଲେ,
17
ଯେପରି ଯିଶାଇୟ ଭାବବାଦୀଙ୍କ ଦ୍ଵାରା ଉକ୍ତ ଏହି ବାକ୍ୟ ସଫଳ ହୁଏ, ସେ ନିଜେ ଆମ୍ଭମାନଙ୍କର ଦୁର୍ବଳତାସବୁ ଗ୍ରହଣ କଲେ ଓ ବ୍ୟାଧିସବୁ ବହନ କଲେ ।
18
ଯୀଶୁ ଆପଣାର ଚାରିଆଡ଼େ ଲୋକସମୂହ ଦେଖି ଆରପାରିକି ଯିବା ପାଇଁ ଆଜ୍ଞା ଦେଲେ ।
19
ପୁଣି, ଜଣେ ଶାସ୍ତ୍ରୀ ତାହାଙ୍କ ନିକଟକୁ ଆସି କହିଲେ, ହେ ଗୁରୁ, ଆପଣ ଯେକୌଣସି ସ୍ଥାନକୁ ଯିବେ, ମୁଁ ଆପଣଙ୍କ ଅନୁଗମନ କରିବି ।
20
ସେଥିରେ ଯୀଶୁ ତାହାଙ୍କୁ କହିଲେ, କୋକିଶିଆଳିର ଗାତ ଅଛି, ଆକାଶ ପକ୍ଷୀର ବସା ଅଛି, ମାତ୍ର ମନୁଷ୍ୟପୁତ୍ରର ମୁଣ୍ତ ଗୁଞ୍ଜିବାର ସ୍ଥାନ ନାହିଁ ।
21
ପୁଣି, ଶିଷ୍ୟମାନଙ୍କ ମଧ୍ୟରୁ ଆଉ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
22
କିନ୍ତୁ ଯୀଶୁ ତାହାଙ୍କୁ କହିଲେ, ମୋହର ଅନୁଗମନ କର, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ ।
23
ଯୀଶୁ ନୌକାରେ ଚଢ଼ନ୍ତେ ତାହାଙ୍କର ଶିଷ୍ୟମାନେ ତାହାଙ୍କ ପଛେ ପଛେ ଗଲେ ।
24
ପୁଣି ଦେଖ, ସମୁଦ୍ରରେ ଏପରି ପ୍ରବଳ ଝଡ଼ ହେଲା ଯେ, ତରଙ୍ଗରେ ନୌକାଟି ଆଚ୍ଛାଦିତ ହେବାକୁ ଲାଗିଲା, ମାତ୍ର ଯୀଶୁ ଶୟନ କରିଥିଲେ ।
25
ଆଉ, ସେମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ପ୍ରଭୁ, ରକ୍ଷା କରନ୍ତୁ, ଆମେ ମଲୁ ।
26
ଯୀଶୁ ସେମାନଙ୍କୁ କହିଲେ, ହେ ଅଳ୍ପବିଶ୍ଵାସୀମାନେ, ତୁମ୍ଭେମାନେ କାହିଁକି ଏଡ଼େ ଭୀରୁ? ସେତେବେଳେ ଯୀଶୁ ଉଠି ପବନ ଓ ସମୁଦ୍ରକୁ ଧମକ ଦେଲେ, ଆଉ ସବୁ ଧୀରସ୍ଥିର ହେଲା ।
27
ସେଥିରେ ଲୋକମାନେ ଚମତ୍କୃତ ହୋଇ କହିଲେ, ଏ କିପରି ବ୍ୟକ୍ତି ଯେ, ପବନ ଓ ସମୁଦ୍ର ଉଭୟ ଏହାଙ୍କ ଆଜ୍ଞା ମାନନ୍ତି ।
28
ପରେ ସେପାରିରେ ଗଦରୀୟମାନଙ୍କ ଅଞ୍ଚଳରେ ଯୀଶୁ ଉପସ୍ଥିତ ହୁଅନ୍ତେ, ଦୁଇ ଜଣ ଭୂତଗ୍ରସ୍ତ ସମାଧି-ସ୍ଥାନରୁ ବାହାରି ତାହାଙ୍କୁ ଭେଟିଲେ । ସେମାନେ ଏପରି ଦୁର୍ଦ୍ଦା; ଥିଲେ ଯେ, ସେହି ବାଟ ଦେଇ କେହି ଯିବା ଆସିବା କରି ପାରୁ ନ ଥିଲେ ।
29
ଆଉ ଦେଖ, ସେମାନେ ଚିତ୍କାର କରି କହିଲେ, ହେ ଈଶ୍ଵରଙ୍କ ପୁତ୍ର, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ସମୟ ନ ହେଉଣୁ ତୁମ୍ଭେ କି ଆମ୍ଭମାନଙ୍କୁ ଯନ୍ତ୍ରଣା ଦେବା ପାଇଁ ଏଠାକୁ ଆସିଲ?
30
ଆଉ, ସେମାନଙ୍କଠାରୁ ଦୂରରେ ଗୋଟିଏ ବଡ଼ ଘୁଷୁରିପଲ ଚରୁଥିଲା ।
31
ସେଥିରେ ଭୂତଗୁଡ଼ାକ ତାହାଙ୍କୁ ବିନତି କରି କହିବାକୁ ଲାଗିଲେ, ଯେବେ ଆମ୍ଭମାନଙ୍କୁ ଛଡ଼ାଅ, ତେବେ ଘୁଷୁରି ପଲ ଭିତରକୁ ପଠାଇ ଦିଅ ।
32
ଯୀଶୁ ସେମାନଙ୍କୁ କହିଲେ, ଯାଅ । ସେଥିରେ ସେମାନେ ବାହାରି ଘୁଷୁରିଗୁଡ଼ାକ ଭିତରେ ପଶିଲେ; ଆଉ ଦେଖ, ପଲଯାକ ଅତି ବେଗରେ ଦୌଡ଼ିଯାଇ ତୀଖସ୍ଥାନ ଦେଇ ସମୁଦ୍ରରେ ପଡ଼ି ବୁଡ଼ି ମଲେ ।
33
ପୁଣି, ଚରାଉଥିବା ଲୋକମାନେ ପଳାଇଗଲେ ଏବଂ ନଗରକୁ ଯାଇ ସମସ୍ତ ବୃତ୍ତା; ଓ ଭୂତଗ୍ରସ୍ତ ଲୋକଙ୍କ ପ୍ରତି ଯାହା ଯାହା ଘଟିଥିଲା, ସେହିସବୁ ଜଣାଇଲେ ।
34
ଆଉ ଦେଖ, ନଗରର ସମସ୍ତ ଲୋକ ଯୀଶୁଙ୍କ ସହିତ ସାକ୍ଷାତ୍ କରିବା ପାଇଁ ବାହାରି ଆସିଲେ, ପୁଣି ତାହାଙ୍କୁ ଦେଖି ସେମାନଙ୍କ ସୀମାରୁ ପ୍ରସ୍ଥାନ କରିବାକୁ ବିନତି କଲେ ।
← Chapter 7
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 9 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28