bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Nehemiah 13
Nehemiah 13
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
1
ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନ; କାଳ ପରମେଶ୍ଵରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,
2
କାରଣ ସେମାନେ ଅନ୍ନଜଳ ନେଇ ଇସ୍ରାଏଲ-ସନ୍ତାନଗଣକୁ ଭେଟିଲେ ନାହିଁ, ମାତ୍ର ସେମାନଙ୍କୁ ଶାପ ଦେବା ନିମନ୍ତେ ସେମାନଙ୍କ ପ୍ରତିକୂଳରେ ବିଲୀୟମକୁ ବେତନ ଦେଲେ; ତଥାପି ଆମ୍ଭମାନଙ୍କର ପରମେଶ୍ଵର ସେହି ଶାପକୁ ଆଶୀର୍ବାଦରେ ପରିଣତ କଲେ ।
3
ସେତେବେଳେ ସେମାନେ ଏହି ବ୍ୟବସ୍ଥା ଶୁଣି ଇସ୍ରାଏଲ ମଧ୍ୟରୁ ସମଗ୍ର ମିଶ୍ରିତ ଜନତାକୁ ପୃଥକ୍ କଲେ ।
4
ଏଥିପୂର୍ବେ ଆମ୍ଭମାନଙ୍କ ପରମେଶ୍ଵରଙ୍କ ଗୃହସ୍ଥିତ କୋଠରିସକଳର ଅଧ୍ୟକ୍ଷ ଇଲୀୟାଶୀବ୍ ଯାଜକ ଟୋବୀୟର କୁଟୁମ୍ଵ ହେବାରୁ
5
ତାହା ନିମନ୍ତେ ଏକ ବୃହତ୍ କୋଠରି ପ୍ରସ୍ତୁତ କରିଥିଲା, ମାତ୍ର ପୂର୍ବେ ଲୋକମାନେ ସେହି ସ୍ଥାନରେ ଭକ୍ଷ୍ୟ-ନୈବେଦ୍ୟ, କୁନ୍ଦୁରୁ ଓ ପାତ୍ରାଦି ଓ ଆଜ୍ଞା ପ୍ରମାଣେ ଲେବୀୟ ଓ ଗାୟକ ଓ ଦ୍ଵାରପାଳମାନଙ୍କ ନିମନ୍ତେ ଦେୟ ଶସ୍ୟ, ଦ୍ରାକ୍ଷାରସ ଓ ତୈଳର ଦଶମାଂଶ; ଆଉ, ଯାଜକମାନଙ୍କ ନିମନ୍ତେ ଉତ୍ତୋଳନୀୟ ଉପହାର ରଖୁଥିଲେ ।
6
ମାତ୍ର ମୁଁ ଏସବୁ ସମୟରେ ଯିରୂଶାଲମରେ ନ ଥିଲି, କାରଣ ବାବିଲର ଅର୍ତ୍ତକ୍ଷସ୍ତ ରାଜାଙ୍କ ଅଧିକାରର ବତିଶ ବର୍ଷରେ ମୁଁ ରାଜାଙ୍କ ନିକଟକୁ ଗଲି ଓ କେତେକ ଦିନ ଉତ୍ତାରେ ରାଜାଙ୍କୁ ବିଦାୟ ମାଗିଲି;
7
ଏଉତ୍ତାରେ ମୁଁ ଯିରୂଶାଲମକୁ ଆସି ଇଲୀୟାଶୀବ୍, ଟୋବୀୟ ନିମନ୍ତେ ପରମେଶ୍ଵରଙ୍କ ଗୃହର ପ୍ରାଙ୍ଗଣରେ ଏକ କୋଠରି ପ୍ରସ୍ତୁତ କରି ଯେଉଁ ଅନିଷ୍ଟ କରିଥିଲା, ତାହା ବୁଝିଲି । ଣ
8
ଏଥିରେ ମୁଁ ଅତ୍ୟ; ଦୁଃଖିତ ହେଲି; ଏହେତୁ ମୁଁ ସେହି କୋଠରିରୁ ଟୋବୀୟର ସମସ୍ତ ଗୃହସାମଗ୍ରୀ ବାହାର କରି ପକାଇ ଦେଲି ।
9
ତହୁଁ ମୁଁ ଆଜ୍ଞା କରନ୍ତେ, ସେମାନେ କୋଠରିସବୁ ଶୁଚି କଲେ; ତେବେ ମୁଁ ସେଠାକୁ ପୁନର୍ବାର ପରମେଶ୍ଵରଙ୍କ ଗୃହର ପାତ୍ରାଦି ଓ ଭକ୍ଷ୍ୟ-ନୈବେଦ୍ୟ ଓ କୁନ୍ଦୁରୁ ଆଣିଲି ।
10
ଆହୁରି, ମୁଁ ଦେଖିଲି ଯେ, ଲେବୀୟମାନଙ୍କ ଅଂଶ ସେମାନଙ୍କୁ ଦିଆଯାଇ ନ ଥିଲା; ତେଣୁ କର୍ମକାରୀ ଲେବୀୟମାନେ ଓ ଗାୟକମାନେ ପ୍ରତ୍ୟେକେ ଆପଣା ଆପଣା ଭୂମିକି ପଳାଇ ଯାଇଥିଲେ ।
11
ତହିଁରେ କିହେତୁ ପରମେଶ୍ଵରଙ୍କ ଗୃହ ପରିତ୍ୟକ୍ତ ହୋଇଅଛି? ଏହା କହି ମୁଁ ଅଧ୍ୟକ୍ଷମାନଙ୍କ ସଙ୍ଗେ ବାଦାନୁବାଦ କଲି, ପୁଣି, ମୁଁ ସେମାନଙ୍କୁ ଏକତ୍ର କରି ସ୍ଵ ସ୍ଵ ପଦରେ ସେମାନଙ୍କୁ ନିଯୁକ୍ତ କଲି ।
12
ତହୁଁ ସମଗ୍ର ଯିହୁଦା ଶସ୍ୟ ଓ ଦ୍ରାକ୍ଷାରସ ଓ ତୈଳର ଦଶମାଂଶ ଭଣ୍ତାରକୁ ଆଣିଲେ ।
13
ତହିଁରେ ମୁଁ ଶେଲିମୀୟ ଯାଜକକୁ ଓ ସାଦୋକ ଅଧ୍ୟାପକକୁ ଓ ଲେବୀୟମାନଙ୍କ ମଧ୍ୟରୁ ପଦାୟକୁ ଭଣ୍ତାରସମୂହର ଅଧ୍ୟକ୍ଷ କଲି; ସେମାନଙ୍କ ତଳେ ମତ୍ତନୀୟର ପୌତ୍ର ସକ୍କୂରର ପୁତ୍ର ହାନନ୍ ରହିଲା; କାରଣ ସେମାନେ ବିଶ୍ଵସ୍ତ ଗଣିତ ଥିଲେ, ଏଣୁ ଆପଣା ଭ୍ରାତୃଗଣକୁ ବିତରଣ କରିବାର କାର୍ଯ୍ୟ ସେମାନଙ୍କର ହେଲା ।
14
ହେ ମୋହର ପରମେଶ୍ଵର, ଏ ବିଷୟରେ ମୋତେ ସ୍ମରଣ କର, ଆଉ ମୁଁ ମୋହର ପରମେଶ୍ଵରଙ୍କ ଗୃହ ଓ ତହିଁର ପାଳନୀୟ ବିଷୟ ନିମନ୍ତେ ଯାହା କରିଅଛି, ମୋହର କୃତ ସେହି ସୁକର୍ମସବୁ ନିଭାଇ ନ ଦିଅ ।
15
ସେହି ସମୟରେ ମୁଁ ଯିହୁଦା ମଧ୍ୟରେ କେତେକ ଲୋକଙ୍କୁ ବିଶ୍ରାମବାରରେ ଦ୍ରାକ୍ଷାଯନ୍ତ୍ର ଦଳିବାର ଓ ବିଡ଼ା ଭିତରକୁ ଆଣିବାର ଓ ଗର୍ଦ୍ଦଭ ଉପରେ ବୋଝାଇ କରିବାର, ମଧ୍ୟ ବିଶ୍ରାମଦିନରେ ଦ୍ରାକ୍ଷାରସ, ଦ୍ରାକ୍ଷାଫଳ ଓ ଡିମିରିଫଳ ଓ ସର୍ବପ୍ରକାର ବୋଝ ଯିରୂଶାଲମକୁ ଆଣିବାର ଦେଖିଲି; ପୁଣି, ଯେଉଁ ଦିନ ସେମାନେ ଭକ୍ଷ୍ୟଦ୍ରବ୍ୟ ବିକ୍ରୟ କଲେ, ସେହି ଦିନ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଲି ।
16
ମଧ୍ୟ ନଗରରେ ସୋରୀୟ ଲୋକେ ବାସ କରୁଥିଲେ, ସେମାନେ ମତ୍ସ୍ୟ ଓ ସର୍ବପ୍ରକାର ବିକ୍ରେୟ ଦ୍ରବ୍ୟ ଆଣି ବିଶ୍ରାମବାରରେ ଯିହୁଦାର ସନ୍ତାନଗଣ ନିକଟରେ ଓ ଯିରୂଶାଲମରେ ବିକ୍ରୟ କଲେ ।
17
ତହିଁରେ ମୁଁ ଯିହୁଦାର କୁଳୀନମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଏ କି କୁକର୍ମ କରୁଅଛ?
18
ତୁମ୍ଭମାନଙ୍କ ପିତୃପୁରୁଷମାନେ କʼଣ ଏପରି କାର୍ଯ୍ୟ କଲେ ନାହିଁ? ଆଉ, ତହିଁ ସକାଶୁ ଆମ୍ଭମାନଙ୍କ ପରମେଶ୍ଵର କି ଆମ୍ଭମାନଙ୍କ ଉପରେ ଓ ଏହି ନଗର ଉପରେ ଏହିସବୁ ଅମଙ୍ଗଳ ଘଟାଇ ନାହାନ୍ତି? ତଥାପି ତୁମ୍ଭେମାନେ ବିଶ୍ରାମଦିନ ଅପବିତ୍ର କରି ଇସ୍ରାଏଲ ଉପରକୁ ଆହୁରି କୋପ ଆଣୁଅଛ ।
19
ଏଉତ୍ତାରେ ବିଶ୍ରାମବାର ପୂର୍ବେ ଯିରୂଶାଲମର ଦ୍ଵାରସବୁ ଅନ୍ଧାର ହେବାକୁ ଲାଗିବା ବେଳେ ମୁଁ କବାଟସବୁ ବନ୍ଦ କରିବାକୁ ଆଜ୍ଞା ଦେଲି, ଆହୁରି ବିଶ୍ରାମବାର ଗତ ନୋହିବା ପର୍ଯ୍ୟନ୍ତ ମେଲା ନ କରିବାକୁ ଆଜ୍ଞା ଦେଲି; ପୁଣି, ବିଶ୍ରାମଦିନ କୌଣସି ବୋଝ ଭିତରକୁ ଅଣା ନ ଯିବା ପାଇଁ ମୁଁ ଆପଣା ଦାସମାନଙ୍କ ମଧ୍ୟରୁ କେତେକଙ୍କୁ ଦ୍ଵାରସମୂହରେ ନିଯୁକ୍ତ କଲି ।
20
ତହିଁରେ ବଣିକମାନେ ଓ ସର୍ବପ୍ରକାର ଦ୍ରବ୍ୟ-ବିକ୍ରୟକାରୀମାନେ ଏକ ଦୁଇ ଥର ଯିରୂଶାଲମ ବାହାରେ ରାତ୍ରି କ୍ଷେପଣ କଲେ ।
21
ତହିଁରେ ମୁଁ ସେମାନଙ୍କ ପ୍ରତିକୂଳରେ ସାକ୍ଷ୍ୟ ଦେଇ ସେମାନଙ୍କୁ କହିଲି, ତୁମ୍ଭେମାନେ କାହିଁକି ପ୍ରାଚୀର ନିକଟରେ ରାତ୍ରିକ୍ଷେପଣ କରୁଅଛ? ତୁମ୍ଭେମାନେ ଆଉ ଥରେ ଏପରି କଲେ ମୁଁ ତୁମ୍ଭମାନଙ୍କୁ ଧରିବି । ସେହି ସମୟଠାରୁ ସେମାନେ ଆଉ ବିଶ୍ରାମବାରରେ ଆସିଲେ ନାହିଁ ।
22
ଏଉତ୍ତାରେ ମୁଁ ଲେବୀୟମାନଙ୍କୁ ବିଶ୍ରାମଦିନ ପବିତ୍ର କରିବା ନିମନ୍ତେ ଆପଣା ଆପଣାକୁ ଶୁଚି କରିବାକୁ ଓ ଆସି ଦ୍ଵାରସବୁ ରକ୍ଷା କରିବାକୁ ଆଜ୍ଞା କଲି । ହେ ମୋହର ପରମେଶ୍ଵର, ମୋʼ ପକ୍ଷରେ ଏହା ମଧ୍ୟ ସ୍ମରଣ କର ଓ ଆପଣା ଦୟାର ମହତ୍ତ୍ଵାନୁସାରେ ମୋତେ ରକ୍ଷା କର ।
23
ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;
24
ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ ।
25
ତହୁଁ ମୁଁ ସେମାନଙ୍କ ସହିତ ବାଦାନୁବାଦ କଲି ଓ ସେମାନଙ୍କୁ ଶାପ ଦେଲି ଓ ସେମାନଙ୍କର କାହା କାହାକୁ ପ୍ରହାର କଲି ଓ ସେମାନଙ୍କର କେଶ ଉତ୍ପାଟନ କଲି, ଆଉ ପରମେଶ୍ଵରଙ୍କ ନାମରେ ଶପଥ କରାଇ କହିଲି, ତୁମ୍ଭେମାନେ ସେମାନଙ୍କ ପୁତ୍ରମାନଙ୍କୁ ଆପଣା ଆପଣାର କନ୍ୟା ଦିଅ ନାହିଁ, ଅବା ଆପଣା ଆପଣା ପୁତ୍ର ନିମନ୍ତେ କି ଆପଣାମାନଙ୍କ ନିମନ୍ତେ ସେମାନଙ୍କ କନ୍ୟା ଗ୍ରହଣ କର ନାହିଁ ।
26
ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ଵାରା ପାପ କରି ନ ଥିଲେ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ଵରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ଵର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ ।
27
ତେବେ ବିଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିବା ଦ୍ଵାରା ଆମ୍ଭମାନଙ୍କ ପରମେଶ୍ଵରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଏହିସବୁ ମହାପାପ କରିବାକୁ କି ଆମ୍ଭେମାନେ ତୁମ୍ଭମାନଙ୍କ କଥା ଶୁଣିବୁ?
28
ତହୁଁ ଇଲୀୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି ।
29
ହେ ମୋହର ପରମେଶ୍ଵର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି ।
30
ଏହିରୂପେ ମୁଁ ସେମାନଙ୍କୁ ବିଦେଶୀୟ ସମସ୍ତଙ୍କଠାରୁ ପରିଷ୍କାର କଲି ଓ ପ୍ରତ୍ୟେକର କାର୍ଯ୍ୟାନୁସାରେ ଯାଜକ-ମାନଙ୍କର ଓ ଲେବୀୟମାନଙ୍କର ରକ୍ଷଣୀୟ ନିରୂପଣ କଲି;
31
ଆଉ, ନିରୂପିତ ସମୟରେ କାଷ୍ଠ ଓ ପ୍ରଥମଜାତ ଫଳର ଉପହାର ନିମନ୍ତେ ଲୋକ ନିଯୁକ୍ତ କଲି । ହେ ମୋହର ପରମେଶ୍ଵର, ମଙ୍ଗଳ ନିମନ୍ତେ ମୋତେ ସ୍ମରଣ କର ।
← Chapter 12
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
All chapters:
1
2
3
4
5
6
7
8
9
10
11
12
13