bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Nehemiah 7
Nehemiah 7
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
1
ପ୍ରାଚୀର ନିର୍ମିତ ହୁଅନ୍ତେ, ମୁଁ କବାଟସବୁ ଝୁଲାଇଲି, ପୁଣି ଦ୍ଵାରପାଳ ଓ ଗାୟକ ଓ ଲେବୀୟମାନେ ନିଯୁକ୍ତ ହେଲେ ।
2
ତହୁଁ ମୁଁ ଆପଣା ଭ୍ରାତା ହନାନିକି ଓ ଦୁର୍ଗର ଶାସନକର୍ତ୍ତା ହନାନୀୟକୁ ଯିରୂଶାଲମ ଉପରେ ନିଯୁକ୍ତ କଲି; କାରଣ ହନାନୀୟ ବିଶ୍ଵସ୍ତ ଲୋକ ଥିଲା ଓ ସେ ଅନେକଙ୍କ ଅପେକ୍ଷା ପରମେଶ୍ଵରଙ୍କୁ ଭୟ କଲା ।
3
ଆଉ, ମୁଁ ସେମାନଙ୍କୁ କହିଲି, ସୂର୍ଯ୍ୟ ପ୍ରଚଣ୍ତ ନୋହିବା ପର୍ଯ୍ୟନ୍ତ ଯିରୂଶାଲମର ଦ୍ଵାରସବୁ ଫିଟା ନ ଯାଉ; ଲୋକମାନେ ପ୍ରହରୀକର୍ମରେ ଠିଆ ହେବା ବେଳେ ଦ୍ଵାରସବୁ ବନ୍ଦ କରନ୍ତୁ, ଆଉ ତୁମ୍ଭେମାନେ ତହିଁରେ ଅର୍ଗଳ ଦିଅ; ପୁଣି, ତୁମ୍ଭେମାନେ ଯିରୂଶାଲମ-ନିବାସୀମାନଙ୍କୁ ପ୍ରହରୀ କରି ନିଯୁକ୍ତ କର, ସେମାନେ ପ୍ରତ୍ୟେକେ ଆପଣା ଆପଣା ପହରାରେ ଓ ପ୍ରତ୍ୟେକେ ଆପଣା ଆପଣା ଗୃହ ସମ୍ମୁଖରେ ରହନ୍ତୁ ।
4
ନଗର ପ୍ରଶସ୍ତ ଓ ବୃହତ ଥିଲା; ମାତ୍ର ତହିଁ ମଧ୍ୟରେ ଅଳ୍ପ ଲୋକ ଥିଲେ ଓ ଗୃହ ସବୁ ନିର୍ମିତ ହୋଇ ନ ଥିଲା ।
5
ଏଉତ୍ତାରେ ବଂଶାବଳୀକ୍ରମେ ଗଣିତ ହେବା ପାଇଁ କୁଳୀନମାନଙ୍କୁ ଓ ଅଧ୍ୟକ୍ଷମାନଙ୍କୁ ଓ ଲୋକମାନଙ୍କୁ ଏକତ୍ର କରିବାକୁ ମୋହର ପରମେଶ୍ଵର ମୋʼ ମନରେ ପ୍ରବୃତ୍ତି ଦେଲେ । ଆଉ, ଯେଉଁମାନେ ପ୍ରଥମେ ଆସିଥିଲେ, ମୁଁ ସେମାନଙ୍କର ବଂଶାବଳୀ-ପୁସ୍ତକ ପାଇଲି, ତହିଁରେ ଏହା ଲେଖା ଥିବାର ଦେଖିଲି, ଯଥା,
6
ଯେଉଁମାନେ ବନ୍ଦୀ ରୂପେ ନୀତ ହୋଇଥିଲେ, ସେମାନଙ୍କ ମଧ୍ୟରୁ ପ୍ରଦେଶୀୟ ଏହି ସନ୍ତାନଗଣ ପ୍ରତ୍ୟେକେ ଯିରୂଶାଲମ ଓ ଯିହୁଦାସ୍ଥିତ ଆପଣା ଆପଣା ନଗରକୁ ଫେରି ଆସିଲେ, ବାବିଲର ରାଜା ନବୁଖଦ୍ନିତ୍ସର ଏମାନଙ୍କୁ ନେଇଯାଇଥିଲା;
7
ଏମାନେ ସରୁବ୍ବାବିଲ, ଯେଶୂୟ, ନିହିମୀୟା, ଅସରୀୟ, ରୟମା, ନହମାନି, ମର୍ଦ୍ଦଖୟ, ବିଲଶନ୍, ମିସ୍ପର, ବିଗ୍ବୟ, ନହୂମ, ବାନା ସଙ୍ଗେ ଫେରି ଆସିଲେ । ଇସ୍ରାଏଲ ବଂଶୀୟ ପୁରୁଷଗଣର ସଂଖ୍ୟା ଏହି, ଯଥା,
8
ପରିୟୋଶର ସନ୍ତାନ ଦୁଇ ହଜାର ଏକ ଶହ ବାସ୍ତରି ଜଣ ।
9
ଶଫଟୀୟର ସନ୍ତାନ ତିନି ଶହ ବାସ୍ତରି ଜଣ ।
10
ଆରହର ସନ୍ତାନ ଛଅ ଶହ ବାଆନ ଜଣ ।
11
ଯେଶୂୟ ଓ ଯୋୟାବର ସନ୍ତାନଗଣ ମଧ୍ୟରୁ ପହତ୍-ମୋୟାବର ସନ୍ତାନ ଦୁଇ ହଜାର ଆଠ ଶହ ଅଠର ଜଣ ।
12
ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
13
ସତ୍ତୂର ସନ୍ତାନ ଆଠ ଶହ ପଞ୍ଚଚାଳିଶ ଜଣ ।
14
ସକ୍କୟର ସନ୍ତାନ ସାତ ଶହ ଷାଠିଏ ଜଣ ।
15
ବିନ୍ନୁୟିର ସନ୍ତାନ ଛଅ ଶହ ଅଠଚାଳିଶ ଜଣ ।
16
ବେବୟର ସନ୍ତାନ ଛଅ ଶହ ଅଠାଇଶ ଜଣ ।
17
ଅସ୍ଗଦର ସନ୍ତାନ ଦୁଇ ହଜାର ତିନି ଶହ ବାଇଶ ଜଣ ।
18
ଅଦୋନୀକାମର ସନ୍ତାନ ଛଅ ଶହ ସତଷଠି ଜଣ ।
19
ବିଗ୍ବୟର ସନ୍ତାନ ଦୁଇ ହଜାର ସତଷଠି ଜଣ ।
20
ଆଦୀନର ସନ୍ତାନ ଛଅ ଶହ ପଞ୍ଚାବନ ଜଣ ।
21
ହିଜକୀୟର ବଂଶଜାତ ଆଟରର ସନ୍ତାନ ଅଠାନବେ ଜଣ ।
22
ହଶୂମର ସନ୍ତାନ ତିନି ଶହ ଅଠାଇଶ ଜଣ ।
23
ବେତ୍ସୟର ସନ୍ତାନ ତିନି ଶହ ଚବିଶ ଜଣ ।
24
ହାରୀଫର ସନ୍ତାନ ଏକ ଶହ ବାର ଜଣ ।
25
ଗିବିୟୋନର ସନ୍ତାନ ପଞ୍ଚାନବେ ଜଣ ।
26
ବୈଥ୍ଲେହମ୍ ଓ ନଟୋଫାର ଲୋକ ଏକ ଶହ ଅଠାଅଶୀ ଜଣ ।
27
ଅନାଥୋତର ଲୋକ ଏକ ଶହ ଅଠାଇଶ ଜଣ ।
28
ବେଥ୍-ଅସ୍ମାବତର ଲୋକ ବୟାଳିଶ ଜଣ ।
29
କିରୀୟତ୍-ଯିୟାରୀମର, କଫୀରାର ଓ ବେରୋତର ଲୋକ ସାତଣଶହ ତେୟାଳିଶ ଜଣ ।
30
ରାମା ଓ ଗେବାର ଲୋକ ଛଅ ଶହ ଏକୋଇଶ ଜଣ ।
31
ମିକ୍ମସର ଲୋକ ଏକ ଶହ ବାଇଶ ଜଣ ।
32
ବୈଥେଲ୍ ଓ ଅୟର ଲୋକ ଏକ ଶହ ତେଇଶ ଜଣ ।
33
ଅନ୍ୟ ନବୋର ଲୋକ ବାଆନ ଜଣ ।
34
ଅନ୍ୟ ଏଲମର ସନ୍ତାନ ଏକ ହଜାର ଦୁଇ ଶହ ଚଉବନ ଜଣ ।
35
ହାରୀମର ସନ୍ତାନ ତିନି ଶହ କୋଡ଼ିଏ ଜଣ ।
36
ଯିରୀହୋର ସନ୍ତାନ ତିନି ଶହ ପଞ୍ଚଚାଳିଶ ଜଣ ।
37
ଲୋଦ୍, ହାଦୀଦ୍ ଓ ଓନୋର ସନ୍ତାନ ସାତ ଶହ ଏକୋଇଶ ଜଣ ।
38
ସନାୟାର ସନ୍ତାନ ତିନି ହଜାର ନଅ ଶହ ତିରିଶ ଜଣ ।
39
ଯାଜକମାନଙ୍କର ସଂଖ୍ୟା; ଯେଶୂୟ ବଂଶୀୟ ଯିଦୟୀୟର ସନ୍ତାନ ନଅ ଶହ ତେସ୍ତରି ଜଣ ।
40
ଇମ୍ମେରର ସନ୍ତାନ ଏକ ହଜାର ବାଆନ ଜଣ ।
41
ପଶ୍ହୂରର ସନ୍ତାନ ଏକ ହଜାର ଦୁଇ ଶହ ସତଚାଳିଶ ଜଣ ।
42
ହାରିମର ସନ୍ତାନ ଏକ ହଜାର ସତର ଜଣ ।
43
ଲେବୀୟମାନଙ୍କର ସଂଖ୍ୟା; ହେଦବାର ସନ୍ତାନ-ମାନଙ୍କ ମଧ୍ୟରୁ ଯେଶୂୟର, କଦ୍ମୀୟେଲର ସନ୍ତାନ ଚଉସ୍ତରି ଜଣ ।
44
ଗାୟକମାନଙ୍କ ସଂଖ୍ୟା; ଆସଫର ସନ୍ତାନ ଏକ ଶହ ଅଠଚାଳିଶ ଜଣ ।
45
ଦ୍ଵାରପାଳମାନଙ୍କ ସଂଖ୍ୟା; ଶଲ୍ଲୁମର ସନ୍ତାନ, ଆଟରର ସନ୍ତାନ, ଟଲମୋନର ସନ୍ତାନ, ଅକ୍କୂବର ସନ୍ତାନ, ହଟୀଟାର ସନ୍ତାନ, ଶୋବୟର ସନ୍ତାନ ଏକ ଶହ ଅଠତିରିଶ ଜଣ ।
46
ନଥୀନୀୟମାନଙ୍କ ସଂଖ୍ୟା; ସୀହର ସନ୍ତାନଗଣ, ହସୂଫାର ସନ୍ତାନଗଣ, ଟବ୍ବାୟୋତର ସନ୍ତାନଗଣ;
47
କେରୋସର ସନ୍ତାନଗଣ, ସୀୟର ସନ୍ତାନଗଣ, ପାଦୋନର ସନ୍ତାନଗଣ;
48
ଲବାନାର ସନ୍ତାନଗଣ, ହଗାବର ସନ୍ତାନଗଣ, ଶଲ୍ମୟର ସନ୍ତାନଗଣ;
49
ହାନନର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ, ଗହରର ସନ୍ତାନଗଣ;
50
ରାୟାର ସନ୍ତାନଗଣ, ରତ୍ସୀନର ସନ୍ତାନଗଣ, ନକୋଦର ସନ୍ତାନଗଣ;
51
ଗସମର ସନ୍ତାନଗଣ, ଉଷର ସନ୍ତାନଗଣ, ପାସେହର ସନ୍ତାନଗଣ;
52
ବେଷୟର ସନ୍ତାନଗଣ, ମିୟୂନୀମର ସନ୍ତାନଗଣ, ନଫୁଷୀମର ସନ୍ତାନଗଣ;
53
ବକ୍ବୁକର ସନ୍ତାନଗଣ, ହକୂଫାର ସନ୍ତାନଗଣ, ହର୍ହୂରର ସନ୍ତାନଗଣ;
54
ବସ୍ଲୂତର ସନ୍ତାନଗଣ, ମହୀଦାର ସନ୍ତାନଗଣ, ହର୍ଶାର ସନ୍ତାନଗଣ;
55
ବର୍କୋସର ସନ୍ତାନଗଣ, ସୀଷରାର ସନ୍ତାନଗଣ, ତେମହର ସନ୍ତାନଗଣ;
56
ନତ୍ସୀହର ସନ୍ତାନଗଣ, ହଟୀଫାର ସନ୍ତାନଗଣ ।
57
ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା; ସୋଟୟର ସନ୍ତାନଗଣ, ସୋଫେରତର ସନ୍ତାନଗଣ, ପରିଦାର ସନ୍ତାନଗଣ;
58
ଯାଳାର ସନ୍ତାନଗଣ, ଦର୍କୋଣର ସନ୍ତାନଗଣ, ଗିଦ୍ଦେଲର ସନ୍ତାନଗଣ;
59
ଶଫଟୀୟର ସନ୍ତାନଗଣ, ହଟୀଲାର ସନ୍ତାନଗଣ, ପୋଖେରତ୍-ହତ୍ସବାୟିମର ସନ୍ତାନଗଣ, ଆମୋନର ସନ୍ତାନଗଣ ।
60
ସମୁଦାୟ ନଥୀନୀୟ ଓ ଶଲୋମନର ଦାସମାନଙ୍କ ସନ୍ତାନଗଣର ସଂଖ୍ୟା ତିନି ଶହ ବୟାନବେ ଜଣ ।
61
ପୁଣି, ତେଲମେଲହ, ତେଲହର୍ଶା, କଋବ୍, ଅଦ୍ଦନ ଓ ଇମ୍ମେର, ଏହି ସକଳ ସ୍ଥାନରୁ ଲୋକ ଆସିଲେ; ମାତ୍ର ସେମାନେ ଇସ୍ରାଏଲୀୟ ଲୋକ ବୋଲି ଆପଣା ଆପଣା ପିତୃବଂଶ ଓ ଗୋଷ୍ଠୀର ପ୍ରମାଣ ଦର୍ଶାଇ ପାରିଲେ ନାହିଁ; ସେହି ଲୋକମାନେ ଏହି, ଯଥା,
62
ଦଲାୟର ସନ୍ତାନ, ଟୋବୀୟର ସନ୍ତାନ, ନକୋଦର ସନ୍ତାନ, ଛଅଣଶହ ବୟାଳିଶ ଜଣ ।
63
ଯାଜକମାନଙ୍କ ମଧ୍ୟରୁ ହବାୟର ସନ୍ତାନଗଣ, ହକୋସର ସନ୍ତାନଗଣ, ବର୍ସିଲ୍ଲୟର ସନ୍ତାନଗଣ, ଏହି ବର୍ସିଲ୍ଲୟ ଗିଲୀୟଦୀୟ ବର୍ସିଲ୍ଲୟର ଏକ କନ୍ୟାକୁ ବିବାହ କରିବାରୁ ତାହାର ନାମାନୁସାରେ ଖ୍ୟାତ ହୋଇଥିଲା ।
64
ଏମାନେ ବଂଶାବଳୀକ୍ରମେ ଗଣିତ ଲୋକମାନଙ୍କ ମଧ୍ୟରେ ଆପଣାମାନଙ୍କ ବଂଶାବଳୀ-ପତ୍ର ଅନ୍ଵେଷଣ କଲେ, ମାତ୍ର ପାଇଲେ ନାହିଁ; ଏହେତୁ ସେମାନେ ଅଶୁଚି ଗଣିତ ହୋଇ ଯାଜକ ପଦଚ୍ୟୁତ ହେଲେ ।
65
ପୁଣି, ଶାସନକର୍ତ୍ତା ସେମାନଙ୍କୁ କହିଲା ଯେ, ଊରୀମ୍ ଓ ତୁମ୍ମୀମ୍ଧାରୀ ଯାଜକ ଉତ୍ପନ୍ନ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ପବିତ୍ର ବସ୍ତୁ ଭୋଜନ କରିବ ନାହିଁ ।
66
ଆଉ, ଏକତ୍ରୀକୃତ ସମସ୍ତ ସମାଜ ବୟାଳିଶ ହଜାର ତିନି ଶହ ଷାଠିଏ ଜଣ ।
67
ଏହା ଛଡ଼ା ସେମାନଙ୍କର ଦାସଦାସୀ ସାତ ହଜାର ତିନି ଶହ ସଇଁତିରିଶ ଜଣ ଥିଲେ; ଆହୁରି, ସେମାନଙ୍କର ଦୁଇ ଶହ ପଞ୍ଚଚାଳିଶ ଜଣ ଗାୟକ ଗାୟିକା ଥିଲେ ।
68
ସେମାନଙ୍କର ସାତ ଶହ ଛତିଶ ଅଶ୍ଵ; ଦୁଇ ଶହ ପଞ୍ଚଚାଳିଶ ଖଚର;
69
ଚାରି ଶହ ପଞ୍ଚତିରିଶ ଉଷ୍ଟ୍ର; ଛଅ ହଜାର ସାତ ଶହ କୋଡ଼ିଏ ଗର୍ଦ୍ଦଭ ଥିଲେ ।
70
ପୁଣି, ପିତୃବଂଶୀୟ ପ୍ରଧାନମାନଙ୍କ ମଧ୍ୟରୁ କେହି କେହି ସେହି କର୍ମ ନିମନ୍ତେ ଦାନ କଲେ । ଶାସନକର୍ତ୍ତା ଭଣ୍ତାରରେ ଡାରିକ୍ ନାମକ ଏକ ହଜାର ସ୍ଵର୍ଣ୍ଣମୁଦ୍ରା, ପଚାଶ କୁଣ୍ତ, ପାଞ୍ଚ ଶହ ତିରିଶ ଯାଜକୀୟ ବସ୍ତ୍ର ଦେଲା ।
71
ଆଉ, ପିତୃବଂଶୀୟ କେତେକ ପ୍ରଧାନ ଲୋକ କର୍ମର ଭଣ୍ତାରରେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ଦୁଇ ଶହ ପାଉଣ୍ତ ରୂପା ଦେଲେ ।
72
ଅନ୍ୟ ଲୋକ ସମସ୍ତେ ଡାରିକ୍ ନାମକ କୋଡ଼ିଏ ହଜାର ସ୍ଵର୍ଣ୍ଣମୁଦ୍ରା ଓ ଦୁଇ ହଜାର ପାଉଣ୍ତ ରୂପା ଓ ସତଷଠି ଯାଜକୀୟ ବସ୍ତ୍ର ଦେଲେ ।
73
ଏଉତ୍ତାରେ ଯାଜକମାନେ ଓ ଲେବୀୟମାନେ ଓ ଦ୍ଵାରପାଳମାନେ ଓ ଗାୟକମାନେ, ଆଉ ଲୋକମାନଙ୍କ ମଧ୍ୟରୁ କେତେକ ଓ ନଥୀନୀୟମାନେ ଓ ସମଗ୍ର ଇସ୍ରାଏଲ ଆପଣା ଆପଣା ନଗରରେ ବାସ କଲେ । ଏଉତ୍ତାରେ ସପ୍ତମ ମାସ ଉପସ୍ଥିତ ହେଲା, ଆଉ ଇସ୍ରାଏଲ-ସନ୍ତାନଗଣ ଆପଣା ନଗରରେ ଥିଲେ ।
← Chapter 6
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 8 →
All chapters:
1
2
3
4
5
6
7
8
9
10
11
12
13