bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 1
Numbers 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 2 →
1
ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେବାର ଦ୍ଵିତୀୟ ବର୍ଷର ଦ୍ଵିତୀୟ ମାସର ପ୍ରଥମ ଦିନରେ ସଦାପ୍ରଭୁ ସୀନୟ ପ୍ରାନ୍ତରରେ ସମାଗମ-ତମ୍ଵୁ ମଧ୍ୟରେ ମୋଶାଙ୍କୁ କହିଲେ,
2
ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମ-ସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର ।
3
କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର ।
4
ପୁଣି ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ ।
5
ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର; ଶଦେୟରର ପୁତ୍ର ଇଲୀଷୂର ।
6
ଶିମୀୟୋନ ବଂଶର ସୂରୀସଦ୍ଦୟର ପୁତ୍ର ଶଲୁମୀୟେଲ୍ ।
7
ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍
8
ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ୍ ।
9
ସବୂଲୂନ ବଂଶର; ହେଲୋନର ପୁତ୍ର ଇଲୀୟାବ୍ ।
10
ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ ।
11
ବିନ୍ୟାମିନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍ ।
12
ଦାନ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ।
13
ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ ।
14
ଗାଦ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍ ।
15
ନପ୍ତାଲି ବଂଶର; ଐନନର ପୁତ୍ର ଅହୀର ।
16
ଏମାନେ ମଣ୍ତଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ ।
17
ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ ।
18
ପୁଣି ଦ୍ଵିତୀୟ ମାସର ପ୍ରଥମ ଦିନରେ ସମଗ୍ର ମଣ୍ତଳୀକି ଏକତ୍ର କରି ମସ୍ତକ-ସଂଖ୍ୟାରେ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କ ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ସେମାନଙ୍କର ବଂଶାବଳୀ ଲେଖିଲେ ।
19
ଏହିରୂପେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସୀନୟ ପ୍ରାନ୍ତରରେ ସେମାନଙ୍କୁ ଗଣନା କଲେ ।
20
ଇସ୍ରାଏଲଙ୍କର ଜ୍ୟେଷ୍ଠ ପୁତ୍ର ଯେ ରୁବେନ୍, ତାହାର ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
21
ରୁବେନ୍-ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଛୟାଳିଶ ହଜାର ପାଞ୍ଚ ଶହ ହେଲା ।
22
ଶିମୀୟୋନ-ସନ୍ତାନଗଣ ମଧ୍ୟରୁ ବଂଶ ଓ ପିତୃଗୃହ ଅନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେଉଁ ପୁରୁଷମାନେ ନାମସଂଖ୍ୟା ଓ ମସ୍ତକ ଗଣନାନୁସାରେ ଗଣା ଗଲେ, ସେମାନଙ୍କର ବଂଶାବଳୀ;
23
ଶିମୀୟୋନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଊଣଷଠି ହଜାର ତିନି ଶହ ହେଲା ।
24
ଗାଦ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
25
ଗାଦ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚଚାଳିଶ ହଜାର ଛଅ ଶହ ପଚାଶ ହେଲା ।
26
ଯିହୁଦା-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
27
ଯିହୁଦା ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚଉସ୍ତରି ହଜାର ଛଅ ଶହ ହେଲା ।
28
ଇଷାଖର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ-ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
29
ଇଷାଖର ବଂଶର ଗଣିତ ଲୋକସଂଖ୍ୟା ଚଉବନ ହଜାର ଚାରି ଶହ ହେଲା ।
30
ସବୂଲୂନ୍-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
31
ସବୂଲୂନ୍ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ସତାବନ ହଜାର ଚାରି ଶହ ହେଲା ।
32
ଯୋଷେଫ-ସନ୍ତାନଗଣର, ଯଥା, ଇଫ୍ରୟିମ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
33
ଇଫ୍ରୟିମ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ଚାଳିଶ ହଜାର ପାଞ୍ଚ ଶହ ହେଲା ।
34
ମନଃଶି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
35
ମନଃଶି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବତ୍ରିଶ ହଜାର ଦୁଇ ଶହ ହେଲା ।
36
ବିନ୍ୟାମିନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
37
ବିନ୍ୟାମିନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ପଞ୍ଚତ୍ରିଂଶ ହଜାର ଚାରି ଶହ ହେଲା ।
38
ଦାନ-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମ ସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
39
ଦାନ ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ବାଷଠି ହଜାର ସାତ ଶହ ହେଲା ।
40
ଆଶେର-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କର ବଂଶାବଳୀ;
41
ଆଶେର ବଂଶର ଗଣିତ ଲୋକମାନଙ୍କର ସଂଖ୍ୟା ଏକଚାଳିଶ ହଜାର ପାଞ୍ଚ ଶହ ହେଲା ।
42
ନପ୍ତାଲି-ସନ୍ତାନଗଣର ବଂଶ ଓ ପିତୃଗୃହ ଓ ନାମସଂଖ୍ୟାନୁସାରେ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ପୁରୁଷମାନଙ୍କ ବଂଶାବଳୀ;
43
ନପ୍ତାଲି ବଂଶର ଗଣିତ ଲୋକମାନଙ୍କ ସଂଖ୍ୟା ତେପନ ହଜାର ଚାରି ଶହ ହେଲା ।
44
ଏହି ଲୋକମାନେ ଗଣିତ ହେଲେ; ମୋଶା ଓ ହାରୋଣ ଓ ଇସ୍ରାଏଲର ବାର ଜଣ ଅଧିପତି, ଅର୍ଥାତ୍; ଏକ ଏକ ପିତୃଗୃହ ନିମନ୍ତେ ଏକ ଏକ ଅଧିପତି ସେମାନଙ୍କୁ ଗଣନା କଲେ ।
45
ଏହିରୂପେ ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ପିତୃ-ଗୃହାନୁସାରେ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବା ଯୋଗ୍ୟ କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଲୋକମାନେ ଗଣିତ ହେଲେ ।
46
ଏହିସବୁ ଗଣିତ ଲୋକମାନଙ୍କ ସଂଖ୍ୟା ଛଅ ଲକ୍ଷ ତିନି ହଜାର ପାଞ୍ଚ ଶହ ପଚାଶ ଜଣ ହେଲା ।
47
ମାତ୍ର ଲେବୀୟମାନେ ଆପଣା ପିତୃବଂଶାନୁସାରେ ସେମାନଙ୍କ ମଧ୍ୟରେ ଗଣା ଗଲେ ନାହିଁ ।
48
କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ,
49
ତୁମ୍ଭେ କେବଳ ଲେବୀୟ ବଂଶର ଗଣନା କରିବ ନାହିଁ, କିଅବା ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନଙ୍କର ସଂଖ୍ୟା ନେବ ନାହିଁ;
50
ମାତ୍ର ତୁମ୍ଭେ ସାକ୍ଷ୍ୟର ଆବାସ ଓ ତହିଁର ସକଳ ଦ୍ରବ୍ୟ ଓ ତତ୍ସମ୍ଵନ୍ଧୀୟ ସମସ୍ତ ବିଷୟ ଉପରେ ଲେବୀୟ-ମାନଙ୍କୁ ନିଯୁକ୍ତ କରିବ; ସେମାନେ ଆବାସ ଓ ତହିଁର ସମସ୍ତ ଦ୍ରବ୍ୟ ବହିବେ ଓ ସେମାନେ ତହିଁର ସେବା କରିବେ ଓ ଆବାସର ଚାରିଆଡ଼େ ଛାଉଣି କରି ରହିବେ ।
51
ପୁଣି ଆବାସ ଆଗକୁ ଯିବା ବେଳେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ବେଳେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ-ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ତ ହେବ ।
52
ଇସ୍ରାଏଲ-ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ଵଜା ନିକଟରେ ତମ୍ଵୁ ସ୍ଥାପନ କରିବେ ।
53
ମାତ୍ର ଇସ୍ରାଏଲ-ସନ୍ତାନଗଣର ମଣ୍ତଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ ।
54
ଇସ୍ରାଏଲ-ସନ୍ତାନଗଣ ଏହିରୂପେ କଲେ; ସଦାପ୍ରଭୁ ମୋଶାଙ୍କୁ ଯେସମସ୍ତ ଆଜ୍ଞା ଦେଇଥିଲେ, ତଦନୁସାରେ ସେମାନେ କଲେ ।
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 2 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36