bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 14
Numbers 14
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 15 →
1
ଏଥିରେ ସମସ୍ତ ମଣ୍ତଳୀ ଉଚ୍ଚସ୍ଵରରେ କୋଳାହଳ କଲେ ଓ ଲୋକମାନେ ସେହି ରାତ୍ରି ରୋଦନ କଲେ ।
2
ପୁଣି ଇସ୍ରାଏଲ-ସନ୍ତାନଗଣ ସମସ୍ତେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ବଚସା କଲେ ଓ ସମସ୍ତ ମଣ୍ତଳୀ ସେମାନଙ୍କ ଆଗରେ କହିଲେ, ଆହା, ଆମ୍ଭେମାନେ ଯେବେ ମିସର ଦେଶରେ ମରିଥାʼନ୍ତୁଣ! ଆହା, ଆମ୍ଭେମାନେ ଯେବେ ଏହି ପ୍ରାନ୍ତରରେ ମରିଥାʼନ୍ତୁ!
3
ସଦାପ୍ରଭୁ ଆମ୍ଭମାନଙ୍କୁ ଖଡ଼୍ଟରେ ନିପାତ କରିବା ପାଇଁ କିହେତୁ ଏ ଦେଶକୁ ଆଣିଲେ? ଆମ୍ଭମାନଙ୍କର ଭାର୍ଯ୍ୟା ଓ ବାଳକମାନେ ଲୁଟିତ ହେବେ; ମିସରକୁ ଫେରି ଗଲେ କି ଆମ୍ଭମାନଙ୍କ ପାଇଁ ଭଲ ହୁଅନ୍ତା ନାହିଁ?
4
ଏଥିରେ ସେମାନେ ଏକକୁ ଆରେକ କହିଲେ, ଆସ, ଆମ୍ଭେମାନେ ଜଣକୁ ପ୍ରଧାନ କରି ମିସରକୁ ଫେରି ଯାଉ ।
5
ତହିଁରେ ମୋଶା ଓ ହାରୋଣ ଇସ୍ରାଏଲ-ସନ୍ତାନଗଣର ସମସ୍ତ ସମାଜ ଆଗରେ ମୁହଁ ମାଡ଼ି ପଡ଼ିଲେ ।
6
ତହୁଁ ଦେଶ ଅନୁସନ୍ଧାନକାରୀ ଲୋକମାନଙ୍କ ମଧ୍ୟରୁ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଆପଣା ଆପଣା ବସ୍ତ୍ର ଚିରିଲେ;
7
ଆଉ ସେମାନେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କହିଲେ, ଆମ୍ଭେମାନେ ଯେଉଁ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲୁ, ତାହା ଅତ୍ୟ; ଉତ୍ତମ ଦେଶ ।
8
ଯେବେ ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ଆଣିବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଦମଧୁପ୍ରବାହୀ ଅଟେ ।
9
କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ଵରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ ।
10
ମାତ୍ର ସମସ୍ତ ମଣ୍ତଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ । ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ଵୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା ।
11
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଏହି ଲୋକମାନେ କେତେ କାଳ ଆମ୍ଭଙ୍କୁ ଅବଜ୍ଞା କରିବେ? ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଚିହ୍ନ ସ୍ଵରୂପେ ଯେସମସ୍ତ କର୍ମ କରିଅଛୁ, ତାହା କଲେ ହେଁ ସେମାନେ କେତେ କାଳ ଆମ୍ଭଠାରେ ବିଶ୍ଵାସ କରିବେ ନାହିଁ?
12
ଆମ୍ଭେ ମହାମାରୀ ଦ୍ଵାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ ଗୋଷ୍ଠୀ କରିବା ।
13
ଏଥିରେ ମୋଶା ସଦାପ୍ରଭୁଙ୍କୁ କହିଲେ, ତେବେ ମିସ୍ରୀୟ ଲୋକମାନେ ତ ଏହା ଶୁଣିବେ; କାରଣ ତୁମ୍ଭେ ଆପଣା ପରାକ୍ରମ ଦ୍ଵାରା ସେମାନଙ୍କ ମଧ୍ୟରୁ ଏହି ଲୋକମାନଙ୍କୁ ଆଣିଅଛ ।
14
ପୁଣି ସେମାନେ ଏ ଦେଶ ନିବାସୀମାନଙ୍କୁ ତାହା କହିବେ; ସେମାନେ ଶୁଣିଅଛନ୍ତି ଯେ, ତୁମ୍ଭେ ସଦାପ୍ରଭୁ ଏହି ଲୋକମାନଙ୍କ ମଧ୍ୟବର୍ତ୍ତୀ ଅଟ; କାରଣ ତୁମ୍ଭେ ସଦାପ୍ରଭୁ ପ୍ରତ୍ୟକ୍ଷ ଦର୍ଶନ ଦେଉଅଛ ଓ ତୁମ୍ଭ ମେଘ ସେମାନଙ୍କ ଉପରେ ସ୍ଥିତି କରୁଅଛି ଓ ତୁମ୍ଭେ ଦିନ ବେଳେ ମେଘ ସ୍ତମ୍ଭରେ ଓ ରାତ୍ରି ବେଳେ ଅଗ୍ନି ସ୍ତମ୍ଭରେ ସେମାନଙ୍କ ଆଗେ ଆଗେ ଗମନ କରୁଅଛ ।
15
ବର୍ତ୍ତମାନ ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,
16
ସଦାପ୍ରଭୁ ଏହି ଲୋକମାନଙ୍କୁ ଯେଉଁ ଦେଶ ଦେବାକୁ ଶପଥ କରିଥିଲେ, ସେହି ଦେଶକୁ ସେମାନଙ୍କୁ ଆଣି ପାରିଲେ ନାହିଁ, ଏହେତୁ ସେ ସେମାନଙ୍କୁ ପ୍ରାନ୍ତରରେ ବଧ କରିଅଛନ୍ତି ।
17
ଏବେ ମୁଁ ବିନୟ କରୁଅଛି, ପ୍ରଭୁଙ୍କ ପରାକ୍ରମ ମହାନ ହେଉ, ଯେପରି ତୁମ୍ଭେ କହିଅଛ,
18
ସଦାପ୍ରଭୁ କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ ଓ ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତା; ତହିଁର ଦଣ୍ତଦାତା; ପୁଣି ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣର ଅପରାଧର ପ୍ରତିଫଳଦାତା ।
19
ବିନୟ କରୁଅଛି, ତୁମ୍ଭେ ଆପଣା ଦୟାର ମହତ୍ତ୍ଵ ଅନୁସାରେ ଓ ତୁମ୍ଭେ ଏହି ଲୋକମାନଙ୍କୁ ମିସରଠାରୁ ଏପର୍ଯ୍ୟନ୍ତ ଯେପରି କ୍ଷମା କରିଅଛ, ତଦନୁସାରେ ଏହି ଲୋକମାନଙ୍କର ଅପରାଧ କ୍ଷମା କର ।
20
ତହିଁରେ ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭର ବାକ୍ୟ ପ୍ରମାଣେ କ୍ଷମା କଲୁ ।
21
ମାତ୍ର ଯେବେ ଆମ୍ଭେ ଜୀବିତ ହେଉ, ଆଉ ଯେବେ ଏହି ସମସ୍ତ ପୃଥିବୀ ସଦାପ୍ରଭୁଙ୍କ ପ୍ରତାପରେ ପରିପୂର୍ଣ୍ଣ ହେବ,
22
ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ଵରୂପ କର୍ମ ଦେଖିଲେ ହେଁ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
23
ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
24
ମାତ୍ର ଆମ୍ଭର ସେବକ କାଲେବଠାରେ ଅନ୍ୟ ଆତ୍ମା ଅଛି ଓ ସେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇଅଛି, ଏଥିପାଇଁ ସେ ଯେଉଁ ଦେଶକୁ ଯାଇଥିଲା, ସେହି ଦେଶରେ ଆମ୍ଭେ ତାହାକୁ ପ୍ରବେଶ କରାଇବା ଓ ତାହାର ବଂଶ ତାହା ଅଧିକାର କରିବେ ।
25
ବର୍ତ୍ତମାନ ଅମାଲେକୀୟ ଓ କିଣାନୀୟମାନେ ତଳଭୂମିରେ ବାସ କରନ୍ତି; କାଲି ତୁମ୍ଭେମାନେ ଫେରି ସୂଫ-ସମୁଦ୍ରକୁ ଯିବା ପଥ ଦେଇ ପ୍ରାନ୍ତରକୁ ଗମନ କର ।
26
ଏଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
27
ଆମ୍ଭ ବିରୁଦ୍ଧରେ ବଚସା କରୁଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହାକୁ ଆମ୍ଭେ କେତେ କାଳ ସହିବା? ଇସ୍ରାଏଲ-ସନ୍ତାନଗଣ ଆମ୍ଭ ପ୍ରତିକୂଳରେ ଯେଉଁ ବଚସା କରୁଅଛନ୍ତି, ତାହା ଶୁଣିଲୁ ।
28
ସେମାନଙ୍କୁ କୁହ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଯେବେ ଜୀବିତ ହେଉ, ତେବେ ତୁମ୍ଭେମାନେ ଆମ୍ଭ କର୍ଣ୍ଣଗୋଚରରେ ଯାହା କହିଅଛ, ତାହା ହିଁ ଆମ୍ଭେ ତୁମ୍ଭମାନଙ୍କ ପ୍ରତି କରିବା ।
29
ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ; ତୁମ୍ଭମାନଙ୍କ ମଧ୍ୟରେ କୋଡ଼ିଏ ବର୍ଷ ଓ ତହିଁରୁ ଅଧିକ ବର୍ଷ ବୟସ୍କ ଲୋକମାନଙ୍କର ସମ୍ପୂର୍ଣ୍ଣ ସଂଖ୍ୟାନୁସାରେ ଗଣିତ ଯେତେ ଲୋକ, ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ ବଚସା କରିଅଛ,
30
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶରେ ବାସ କରାଇବାକୁ ହସ୍ତ ଉଠାଇଅଛୁ, ନିଶ୍ଚୟ ସେହି ଦେଶରେ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ଛଡ଼ା ତୁମ୍ଭେମାନେ ପ୍ରବେଶ କରିବ ନାହିଁ ।
31
ମାତ୍ର ତୁମ୍ଭେମାନେ ଆପଣା ଆପଣାର ଯେଉଁ ବାଳକଗଣ ବିଷୟରେ ସେମାନେ ଲୁଟିତ ହେବେ ବୋଲି କହିଥିଲ, ସେମାନଙ୍କୁ ଆମ୍ଭେ ସେହି ସ୍ଥାନକୁ ଆଣିବା ଓ ତୁମ୍ଭେମାନେ ଯେଉଁ ଦେଶକୁ ତୁଚ୍ଛଜ୍ଞାନ କରିଅଛ, ସେମାନେ ତହିଁର ପରିଚୟ ପାଇବେ ।
32
ମାତ୍ର ତୁମ୍ଭମାନଙ୍କର ଶବ ଏହି ପ୍ରାନ୍ତରରେ ପଡ଼ିବ ।
33
ପୁଣି ତୁମ୍ଭମାନଙ୍କ ସନ୍ତାନଗଣ ଚାଳିଶ ବର୍ଷ ଏହି ପ୍ରାନ୍ତରରେ ଭ୍ରମଣକାରୀ ହେବେ ଓ ଏହି ପ୍ରାନ୍ତରରେ ତୁମ୍ଭମାନଙ୍କ ଶବ ନଷ୍ଟ ନ ହେବା ପର୍ଯ୍ୟନ୍ତ ସେମାନେ ତୁମ୍ଭମାନଙ୍କ ବ୍ୟଭିଚାରର ଫଳ ଭୋଗ କରିବେ ।
34
ତୁମ୍ଭେମାନେ ଯେଉଁ ଚାଳିଶ ଦିନ ଦେଶ ଅନୁସନ୍ଧାନ କରିଅଛ, ସେହି ଦିନର ସଂଖ୍ୟାନୁସାରେ ଏକ ଏକ ଦିନ ପାଇଁ ଏକ ଏକ ବର୍ଷ, ଏରୂପେ ଚାଳିଶ ବର୍ଷ ପର୍ଯ୍ୟନ୍ତ ତୁମ୍ଭେମାନେ ଆପଣା ଆପଣା ଅପରାଧ ବହିବ ଓ ଆମ୍ଭର ବିପକ୍ଷତା କିପରି, ତାହା ଜ୍ଞାତ ହେବ ।
35
ଆମ୍ଭେ ସଦାପ୍ରଭୁ ଏହା କହିଲୁ, ଆମ୍ଭ ବିପରୀତରେ ଏକମେଳି ହୋଇଅଛି, ଏହି ଯେଉଁ ଦୁଷ୍ଟ ମଣ୍ତଳୀ, ତାହା ପ୍ରତି ଆମ୍ଭେ ତାହା ନିଶ୍ଚୟ କରିବା, ଏହି ପ୍ରାନ୍ତରରେ ସେମାନେ ନଷ୍ଟ ହେବେ ଓ ଏହି ସ୍ଥାନରେ ସେମାନେ ମରିବେ ।
36
ଆଉ ଦେଶ ଅନୁସନ୍ଧାନ କରିବା ପାଇଁ ମୋଶାଙ୍କର ପ୍ରେରିତ ଯେଉଁ ଲୋକମାନେ ଫେରି ଆସି ସେହି ଦେଶର ଅଖ୍ୟାତି ଆଣି ତାହା ବିରୁଦ୍ଧରେ ସମସ୍ତ ମଣ୍ତଳୀକି ବଚସା କରାଇଥିଲେ,
37
ଦେଶର ଅଖ୍ୟାତିକାରୀ ସେହି ଲୋକମାନେ ସଦାପ୍ରଭୁଙ୍କ ସମ୍ମୁଖରେ ମହାମାରୀ ଦ୍ଵାରା ମଲେ ।
38
ମାତ୍ର ଯେଉଁ ମନୁଷ୍ୟମାନେ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନଙ୍କ ମଧ୍ୟରୁ କେବଳ ନୂନର ପୁତ୍ର ଯିହୋଶୂୟ ଓ ଯିଫୁନ୍ନିର ପୁତ୍ର କାଲେବ ଜୀବିତ ରହିଲେ ।
39
ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ ।
40
ପୁଣି ସେମାନେ ଅତି ପ୍ରାତଃକାଳରେ ଉଠି ପର୍ବତଶୃଙ୍ଗ ଉପରକୁ ଯିବାକୁ ବାହାରି କହିଲେ, ଦେଖ, ଆମ୍ଭେମାନେ ଏଠାରେ ଅଛୁ, ସଦାପ୍ରଭୁ ଯେଉଁ ସ୍ଥାନ ବିଷୟରେ ପ୍ରତିଜ୍ଞା କରିଅଛନ୍ତି, ସେହି ସ୍ଥାନକୁ ଯିବା; କାରଣ ଆମ୍ଭେମାନେ ପାପ କରିଅଛୁ ।
41
ତହିଁରେ ମୋଶା କହିଲେ, ଏବେ ତୁମ୍ଭେମାନେ କିହେତୁ ସଦାପ୍ରଭୁଙ୍କ ଆଜ୍ଞା ଲଙ୍ଘନ କରୁଅଛ? ତୁମ୍ଭମାନଙ୍କର ଏହି କର୍ମ ସଫଳ ହେବ ନାହିଁ ।
42
କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ ।
43
ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ଼୍ଟରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ ।
44
ତଥାପି ସେମାନେ ପର୍ବତଶୃଙ୍ଗ ଉପରକୁ ଯିବାକୁ ଦୁଃସାହସ କଲେ; ମାତ୍ର ସଦାପ୍ରଭୁଙ୍କ ସାକ୍ଷ୍ୟସିନ୍ଦୁକ ଓ ମୋଶା ଛାଉଣିରୁ ପ୍ରସ୍ଥାନ କଲେ ନାହିଁ ।
45
ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ି ଦେଲେ ।
← Chapter 13
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 15 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36
Recommended Reading
Commentary
Numbers Commentaries
→
Devotional
Numbers Devotional Guide
→
Get This Bible
Re-edited Study Bible
→