bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 15
Numbers 15
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 16 →
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ଇସ୍ରାଏଲ-ସନ୍ତାନଗଣକୁ କୁହ, ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶ ଦେବା, ତୁମ୍ଭେମାନେ ଆପଣା-ମାନଙ୍କ ସେହି ନିବାସ ଦେଶରେ ଯେତେବେଳେ ପ୍ରବେଶ କରିବ,
3
ପୁଣି ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ଵେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
4
ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
5
ପୁଣି ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ ।
6
ଅଥବା ଏକ ମେଷ ନିମନ୍ତେ, ତୁମ୍ଭେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ହିନ୍ର ତୃତୀୟାଂଶ ତୈଳରେ ମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ନୈବେଦ୍ୟ ପ୍ରସ୍ତୁତ କରିବ,
7
ପୁଣି ତୁମ୍ଭେ ପେୟନୈବେଦ୍ୟ ନିମନ୍ତେ ଏକ ହିନ୍ର ତୃତୀୟାଂଶ ଦ୍ରାକ୍ଷାରସ ଉତ୍ସର୍ଗ କରିବ ।
8
ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯେବେ ଗୋବତ୍ସ ପ୍ରସ୍ତୁତ କରିବ,
9
ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହିନ୍ ତୈଳମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ ।
10
ପୁଣି ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହିନ୍ ଦ୍ରାକ୍ଷାରସ ଆଣିବ ।
11
ଏହିରୂପେ ପ୍ରତ୍ୟେକ ଗୋରୁ ଓ ପ୍ରତ୍ୟେକ ମେଷ ଓ ପ୍ରତ୍ୟେକ ମେଷବତ୍ସ ଅବା ଛାଗବତ୍ସ ପ୍ରତି କରାଯିବ ।
12
ତୁମ୍ଭେମାନେ ପ୍ରସ୍ତୁତ କରିବା ସଂଖ୍ୟାନୁସାରେ ପ୍ରତ୍ୟେକ ପଶୁ ପ୍ରତି ସେମାନଙ୍କ ସଂଖ୍ୟା ପ୍ରମାଣେ ସେରୂପ କରିବ ।
13
ଗୃହଜାତ ସମସ୍ତ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ଉତ୍ସର୍ଗ କଲେ, ଏହି ବ୍ୟବସ୍ଥାନୁସାରେ ଏହିସବୁ କାର୍ଯ୍ୟ କରିବ ।
14
ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ କିଅବା ତୁମ୍ଭମାନଙ୍କ ମଧ୍ୟରେ ପୁରୁଷାନୁକ୍ରମେ ବାସକାରୀ କୌଣସି ଲୋକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବାକୁ ଇଚ୍ଛା କରେ, ତେବେ ତୁମ୍ଭେମାନେ ଯେ ପ୍ରକାର କର, ସେ ସେ ପ୍ରକାର କରିବ ।
15
ସମାଜ ନିମନ୍ତେ, (ଅର୍ଥାତ୍) ତୁମ୍ଭମାନଙ୍କ ନିମନ୍ତେ ଓ ପ୍ରବାସକାରୀ ବିଦେଶୀ ଲୋକ ନିମନ୍ତେ ଏକ ବ୍ୟବସ୍ଥା ହେବ, ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ଅନନ୍ତକାଳୀନ ବିଧି; ସଦାପ୍ରଭୁଙ୍କ ଛାମୁରେ ଯେପରି ତୁମ୍ଭେମାନେ ଅଟ, ସେପରି ବିଦେଶୀ ଲୋକମାନେ ହେବେ ।
16
ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ ।
17
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ଇସ୍ରାଏଲ-ସନ୍ତାନଗଣକୁ କୁହ,
18
ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
19
ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ ।
20
ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ ।
21
ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ ।
22
ଆଉ ଯେବେ ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହିସବୁ ଆଜ୍ଞା,
23
ଅର୍ଥାତ୍, ସଦାପ୍ରଭୁ ଆଜ୍ଞା ଦେବା ଦିନାବଧି ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ସଦାପ୍ରଭୁ ମୋଶାଙ୍କ ଦ୍ଵାରା ଯେସବୁ ଆଜ୍ଞା ଦେଇଅଛନ୍ତି, ତାହା ସବୁ ଯେବେ ପାଳନ ନ କର;
24
ଯେବେ ତାହା ମଣ୍ତଳୀର ଅଗୋଚରରେ ଭ୍ରାନ୍ତିରେ ହୋଇଥାଏ, ତେବେ ସମସ୍ତ ମଣ୍ତଳୀ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଏକ ଗୋବତ୍ସ ଓ ବିଧିମତେ ତାହା ସହିତ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଓ ପାପାର୍ଥକ ବଳି ନିମନ୍ତେ ଏକ ଛାଗ ଉତ୍ସର୍ଗ କରିବେ ।
25
ଆଉ ଯାଜକ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେମାନେ କ୍ଷମା ପାଇବେ, କାରଣ ତାହା ଭ୍ରାନ୍ତି ଓ ସେମାନେ ସେହି ଭ୍ରାନ୍ତି ସକାଶୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କ ଉପହାର, ଅର୍ଥାତ୍, ଅଗ୍ନିକୃତ ଉପହାର ଓ ପାପାର୍ଥକ ବଳି ସଦାପ୍ରଭୁଙ୍କ ଛାମୁକୁ ଆଣିଅଛନ୍ତି ।
26
ତହିଁରେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ଲୋକମାନେ କ୍ଷମା ପାଇବେ; କାରଣ ସମସ୍ତ ଲୋକଙ୍କ ସମ୍ଵନ୍ଧରେ ଏହା ଭ୍ରାନ୍ତିରେ କରାଯାଇଥିଲା ।
27
ଆଉ ଯେବେ ଏକ ପ୍ରାଣୀ ଭ୍ରାନ୍ତିରେ ପାପ କରେ, ତେବେ ସେ ପାପାର୍ଥକ ବଳି ରୂପେ ଏକବର୍ଷୀୟ ଏକ ଛାଗବତ୍ସା ଆଣିବ ।
28
ପୁଣି ଯେଉଁ ଲୋକ ଭ୍ରାନ୍ତିରେ ପାପ କରେ, ଯାଜକ ତାହା ପାଇଁ ସଦାପ୍ରଭୁଙ୍କ ସମ୍ମୁଖରେ ପ୍ରାୟଶ୍ଚିତ୍ତ କରଣାର୍ଥେ ସେହି ଭ୍ରାନ୍ତ ପ୍ରାଣୀ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମା ପ୍ରାପ୍ତ ହେବ ।
29
ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଗୃହଜାତ ଓ ସେମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀୟ ଲୋକମାନଙ୍କ ନିମନ୍ତେ ଭ୍ରାନ୍ତିରେ କୌଣସି କର୍ମକାରୀର ଏକ ବ୍ୟବସ୍ଥା ହେବ ।
30
ମାତ୍ର ଯେଉଁ ପ୍ରାଣୀ ଊର୍ଦ୍ଧ୍ଵହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ ।
31
କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା ଲଙ୍ଘନ କଲା; ସେହି ପ୍ରାଣୀ ନିତା; ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ ।
32
ଏଥିଉତ୍ତାରୁ ଇସ୍ରାଏଲ-ସନ୍ତାନଗଣ ପ୍ରାନ୍ତରରେ ଥିବା ସମୟରେ ଏକ ମନୁଷ୍ୟକୁ ବିଶ୍ରାମବାରରେ କାଠ ସାଉଣ୍ଟିବାର ଦେଖିଲେ ।
33
ପୁଣି ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା ଓ ହାରୋଣ ଓ ସମସ୍ତ ମଣ୍ତଳୀଙ୍କର ସାକ୍ଷାତକୁ ତାହାକୁ ଆଣିଲେ ।
34
ଆଉ ସେମାନେ ତାହାକୁ ରୁଦ୍ଧ କରି ରଖିଲେ, କାରଣ ତାହା ପ୍ରତି କି କର୍ତ୍ତବ୍ୟ, ତାହା ପ୍ରକାଶ ହୋଇ ନ ଥିଲା ।
35
ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ତଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ ।
36
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସମଗ୍ର ମଣ୍ତଳୀ ତାହାକୁ ଛାଉଣି ବାହାରକୁ ଆଣି ପଥର ପକାଇଲେ, ତହୁଁ ସେ ମଲା ।
37
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
38
ଇସ୍ରାଏଲ-ସନ୍ତାନଗଣକୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
39
ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
40
ଓ ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ ।
41
ତୁମ୍ଭମାନଙ୍କ ପରମେଶ୍ଵର ସଦାପ୍ରଭୁ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ହେବା ନିମନ୍ତେ ମିସର ଦେଶରୁ ତୁମ୍ଭମାନଙ୍କୁ ବାହାର କରି ଆଣିଅଛୁ; ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ଵର ସଦାପ୍ରଭୁ ଅଟୁ ।
← Chapter 14
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 16 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36