bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 18
Numbers 18
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 19 →
1
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ଵ-ପଦଘଟିତ ଅପରାଧ ବହିବ ।
2
ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ଵୁ ସମ୍ମୁଖରେ ରହିବ ।
3
ପୁଣି ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ ।
4
ସେମାନେ ତୁମ୍ଭ ସହିତ ଯୋଗ ଦେଇ ତମ୍ଵୁର ସମସ୍ତ ସେବାକର୍ମ ଅନୁସାରେ ସମାଗମ-ତମ୍ଵୁର ରକ୍ଷଣୀୟ ରକ୍ଷା କରିବେ, ଆଉ କୌଣସି ଅନ୍ୟ ବଂଶୀୟ ଲୋକ ସେମାନଙ୍କ ନିକଟକୁ ଯିବ ନାହିଁ ।
5
ପୁଣି ଇସ୍ରାଏଲ-ସନ୍ତାନଗଣ ପ୍ରତି ଯେପରି ଆଉ କ୍ରୋଧ ଉପସ୍ଥିତ ନ ହୁଏ, ଏଥିପାଇଁ ତୁମ୍ଭେମାନେ ପବିତ୍ର ସ୍ଥାନର ରକ୍ଷଣୀୟ ଓ ବେଦିର ରକ୍ଷଣୀୟ ରକ୍ଷା କରିବ ।
6
ଆଉ ଆମ୍ଭେ, ଦେଖ, ଆମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ତୁମ୍ଭମାନଙ୍କର ଭ୍ରାତୃଗଣ ଲେବୀୟମାନଙ୍କୁ ଗ୍ରହଣ କରିଅଛୁ, ସେମାନେ ସମାଗମ-ତମ୍ଵୁର ସେବାକର୍ମ ନିମନ୍ତେ ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦତ୍ତ ଦାନ ଅଟନ୍ତି ।
7
ଏଣୁ ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ, ତୁମ୍ଭେମାନେ ବେଦି ସମ୍ଵନ୍ଧୀୟ ସକଳ ବିଷୟରେ ଓ ବିଚ୍ଛେଦବସ୍ତ୍ର ଭିତରେ ଆପଣାର ଯାଜକତ୍ଵ ପାଳନ କରିବ ଓ ତୁମ୍ଭେମାନେ ସେବା କରିବ । ଆମ୍ଭେ (ଆପଣା) ଦାନଜନିତ ସେବା ରୂପେ ତୁମ୍ଭମାନଙ୍କୁ ଯାଜକତ୍ଵ ପଦ ଦେଲୁ; ମାତ୍ର ଯେଉଁ ଅନ୍ୟ ବଂଶୀୟ ଲୋକ ନିକଟକୁ ଆସେ, ତାହାର ପ୍ରାଣଦଣ୍ତ ହେବ ।
8
ଅନନ୍ତର ସଦାପ୍ରଭୁ ହାରୋଣଙ୍କୁ କହିଲେ, ଆହୁରି ଆମ୍ଭେ, ଦେଖ, ଆମ୍ଭେ ଆପଣା ଉତ୍ତୋଳନୀୟ ଉପହାର, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ପବିତ୍ରୀକୃତ ଦ୍ରବ୍ୟର ଭାର ତୁମ୍ଭଙ୍କୁ ଦେଲୁ, ତୁମ୍ଭର ଅଭିଷେକ ହେତୁରୁ ତୁମ୍ଭକୁ ଓ ତୁମ୍ଭର ସନ୍ତାନଗଣକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ତାହାସବୁ ଦେଲୁ ।
9
ଅଗ୍ନିକୃତ ମହାପବିତ୍ର ଉପହାର ମଧ୍ୟରୁ ରକ୍ଷିତ ଏହାସବୁ ତୁମ୍ଭର ହେବ; ଆମ୍ଭ ଉଦ୍ଦେଶ୍ୟରେ ସେମାନେ ଯାହା ଉତ୍ସର୍ଗ କରିବେ, ଏପରି ସେମାନଙ୍କର ପ୍ରତ୍ୟେକ ଉପହାର, ଅର୍ଥାତ୍, ସେମାନଙ୍କର ପ୍ରତ୍ୟେକ ଭକ୍ଷ୍ୟ-ନୈବେଦ୍ୟ ଓ ସେମାନଙ୍କର ପ୍ରତ୍ୟେକ ପାପାର୍ଥକ ବଳି ଓ ସେମାନଙ୍କର ପ୍ରତ୍ୟେକ ଦୋଷାର୍ଥକ ବଳି ତୁମ୍ଭ ଓ ତୁମ୍ଭ ପୁତ୍ରଗଣ ନିମନ୍ତେ ମହାପବିତ୍ର ହେବ ।
10
ତୁମ୍ଭେ ତାହା ମହାପବିତ୍ର ଦ୍ରବ୍ୟ ମଣି ତହିଁରୁ ଭୋଜନ କରିବ; ପ୍ରତ୍ୟେକ ପୁରୁଷ ତହିଁରୁ ଭୋଜନ କରିବ; ତାହା ତୁମ୍ଭ ପ୍ରତି ପବିତ୍ର ହେବ ।
11
ଆଉ ଏହା ତୁମ୍ଭର ଅଟେ; ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣର ସମସ୍ତ ଦୋଳନୀୟ ନୈବେଦ୍ୟର ଦାନ ମଧ୍ୟରୁ ଉତ୍ତୋଳନୀୟ ଉପହାର; ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତାହାସବୁ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭର ପୁତ୍ରଗଣକୁ ଓ ତୁମ୍ଭର କନ୍ୟାଗଣକୁ ଦେଲୁ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ ।
12
ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣା-ମାନଙ୍କର ସମସ୍ତ ଉତ୍ତମ ତୈଳ ଓ ସମସ୍ତ ଉତ୍ତମ ଦ୍ରାକ୍ଷାଫଳ ଓ ଶସ୍ୟ, ଯେ ଯେ ପ୍ରଥମଜାତ ଫଳ ଉତ୍ସର୍ଗ କରିବେ, ତାହାସବୁ ଆମ୍ଭେ ତୁମ୍ଭକୁ ଦେଲୁ ।
13
ସେମାନେ ଆପଣା ଆପଣା ଭୂମିରୁ ଉତ୍ପନ୍ନ ଯେସବୁ ପ୍ରଥମ ପକ୍ଵ ଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସବୁ ତୁମ୍ଭର ହେବ; ତୁମ୍ଭ ଗୃହସ୍ଥିତ ପ୍ରତ୍ୟେକ ଶୁଚି ଲୋକ ତାହା ଭୋଜନ କରିବ ।
14
ଇସ୍ରାଏଲ ମଧ୍ୟରେ ବର୍ଜିତ ବସ୍ତୁସବୁ ତୁମ୍ଭର ହେବ ।
15
ସେମାନେ ମନୁଷ୍ୟ କି ପଶୁମାନଙ୍କ ମଧ୍ୟରୁ ଯେସମସ୍ତ ପ୍ରଥମଜାତ ଗର୍ଭଫଳ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସମସ୍ତ ତୁମ୍ଭର ହେବ; ତଥାପି ତୁମ୍ଭେ ମନୁଷ୍ୟର ପ୍ରଥମଜାତକୁ ଅବଶ୍ୟ ମୁକ୍ତ କରିବ, ପୁଣି ତୁମ୍ଭେ ଅଶୁଚି ପଶୁର ପ୍ରଥମଜାତକୁ ମୁକ୍ତ କରିବ ।
16
ପୁଣି ଯେଉଁମାନେ ଏକ ମାସ ବୟସ୍କ ଅବଧି ମୁକ୍ତ କରାଯିବେ, ସେସମସ୍ତଙ୍କୁ ତୁମ୍ଭର ନିରୂପଣୀୟ ମୂଲ୍ୟରେ ପବିତ୍ର ସ୍ଥାନର କୋଡ଼ିଏ ଗେରା ପରିମିତ ଶେକଲ ଅନୁସାରେ ପାଞ୍ଚ ଶେକଲ ରୂପାରେ ମୁକ୍ତ କରିବ ।
17
ମାତ୍ର ତୁମ୍ଭେ ଗୋରୁର ପ୍ରଥମଜାତକୁ ଅବା ମେଷର ପ୍ରଥମଜାତକୁ ଅବା ଛାଗର ପ୍ରଥମଜାତକୁ ମୁକ୍ତ କରିବ ନାହିଁ, ସେମାନେ ପବିତ୍ର; ତୁମ୍ଭେ ବେଦି ଉପରେ ସେମାନଙ୍କର ରକ୍ତ ସେଚନ କରିବ, ପୁଣି ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ନିମନ୍ତେ ସେମାନଙ୍କର ମେଦ ଦଗ୍ଧ କରିବ ।
18
ଆଉ ସେମାନଙ୍କର ମାଂସ ତୁମ୍ଭର ହେବ, ଯେପରି ଦୋଳନୀୟ ନୈବେଦ୍ୟାର୍ଥକ ବକ୍ଷ ଓ ଦକ୍ଷିଣ ଚଟୁଆ, ସେପରି ତାହା ତୁମ୍ଭର ହେବ ।
19
ଇସ୍ରାଏଲ-ସନ୍ତାନଗଣ ଯେସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣକୁ ଓ ତୁମ୍ଭ କନ୍ୟାଗଣକୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ ।
20
ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର ।
21
ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବା-କାର୍ଯ୍ୟ କରନ୍ତି, ସମାଗମ-ତମ୍ଵୁ ସମ୍ଵନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ ।
22
ଆଉ ଇସ୍ରାଏଲ-ସନ୍ତାନଗଣ ପାପ ବହି ଯେପରି ନ ମରନ୍ତି, ଏଥିପାଇଁ,ଏହି ସମୟଠାରୁ ସେମାନେ ସମାଗମ-ତମ୍ଵୁ ନିକଟକୁ ଆସିବେ ନାହିଁ ।
23
ମାତ୍ର ଲେବୀୟମାନେ ସମାଗମ-ତମ୍ଵୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି,ପୁଣି ସେମାନେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ ।
24
କାରଣ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି,ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ ।
25
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
26
ଆହୁରି ତୁମ୍ଭେ ଲେବୀୟମାନଙ୍କୁ କହିବ, ଆମ୍ଭେ ତୁମ୍ଭମାନଙ୍କ ଅଧିକାରାର୍ଥେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ତୁମ୍ଭମାନଙ୍କୁ ଦେଲୁ, ତାହା ଯେତେବେଳେ ତୁମ୍ଭେ ସେମାନଙ୍କଠାରୁ ଗ୍ରହଣ କରିବ, ସେତେବେଳେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ସେହି ଦଶମାଂଶର ଦଶମାଂଶ ଉତ୍ସର୍ଗ କରିବ ।
27
ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ ।
28
ଏହିରୂପେ ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣଠାରୁ ଯେଉଁ ଦଶମାଂଶ ଗ୍ରହଣ କରିବ, ତହିଁରୁ ତୁମ୍ଭେମାନେ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ; ପୁଣି ତହିଁରୁ ତୁମ୍ଭେମାନେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର ହାରୋଣ ଯାଜକକୁ ଦେବ ।
29
ତୁମ୍ଭମାନଙ୍କର ପ୍ରାପ୍ତ ସମସ୍ତ ଦାନ ମଧ୍ୟରୁ ସେ ସଦାପ୍ରଭୁଙ୍କ ଉତ୍ତୋଳନୀୟ ଉପହାର, ଅର୍ଥାତ୍, ତହିଁର ସମସ୍ତ ଉତ୍ତମ ଦ୍ରବ୍ୟରୁ ତହିଁର ପବିତ୍ର ଅଂଶ ଉତ୍ସର୍ଗ କରିବ ।
30
ଏହେତୁ ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ଯେତେବେଳେ ତହିଁରୁ ଉତ୍ତମ ଦ୍ରବ୍ୟ ଉତ୍ତୋଳନୀୟ ଉପହାର ରୂପେ ଉତ୍ସର୍ଗ କରିବ, ସେତେବେଳେ ତାହା ଲେବୀୟମାନଙ୍କ ପକ୍ଷରେ ଖଳାରୁ ଉତ୍ପନ୍ନ ଦ୍ରବ୍ୟ ଓ ଦ୍ରାକ୍ଷାଯନ୍ତ୍ରରୁ ଉତ୍ପନ୍ନ ଦ୍ରବ୍ୟ ବୋଲି ଗଣାଯିବ ।
31
ପୁଣି ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିଜନଗଣ ସବୁ ସ୍ଥାନରେ ତାହା ଭୋଜନ କରିବ; କାରଣ ତାହା ସମାଗମ-ତମ୍ଵୁରେ କୃତ ତୁମ୍ଭମାନଙ୍କ ସେବାକାର୍ଯ୍ୟ ପରିଶୋଧରେ ତୁମ୍ଭମାନଙ୍କର ପୁରସ୍କାର ଅଟେ ।
32
ଆଉ ତହିଁରୁ ସେହି ଉତ୍ତମ ଦ୍ରବ୍ୟ ଉପହାର ରୂପେ ଉତ୍ସର୍ଗ କଲେ, ତୁମ୍ଭେମାନେ ତଦ୍ଦ୍ଵାରା ଘଟିତ କୌଣସି ପାପ ବହିବ ନାହିଁ; ପୁଣି ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ଇସ୍ରାଏଲ-ସନ୍ତାନଗଣର ପବିତ୍ର ଦ୍ରବ୍ୟ ଅପବିତ୍ର କରିବ ନାହିଁ ।
← Chapter 17
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 19 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36