bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 20
Numbers 20
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 21 →
1
ଅନନ୍ତର ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ପ୍ରଥମ ମାସରେ ସୀନ୍ ପ୍ରାନ୍ତରରେ ଉପସ୍ଥିତ ହେଲେ ଓ ଲୋକମାନେ କାଦେଶରେ ବାସ କଲେ; ପୁଣି ସେହି ସ୍ଥାନରେ ମରୀୟମ ମଲେ ଓ ସେଠାରେ ତାଙ୍କୁ କବର ଦିଆଗଲା ।
2
ଆଉ ସେହି ସ୍ଥାନରେ ମଣ୍ତଳୀ ନିମନ୍ତେ ଜଳ ନ ଥିଲା; ତହିଁରେ ଲୋକମାନେ ମୋଶାଙ୍କ ବିରୁଦ୍ଧରେ ଓ ହାରୋଣଙ୍କ ବିରୁଦ୍ଧରେ ଏକତ୍ର ହେଲେ ।
3
ପୁଣି ଲୋକମାନେ ମୋଶାଙ୍କ ସହିତ ବିବାଦ କରି କହିଲେ, ହାୟ, ଆମ୍ଭମାନଙ୍କ ଭାଇମାନେ ଯେତେବେଳେ ସଦାପ୍ରଭୁଙ୍କ ସମ୍ମୁଖରେ ମଲେ, ସେତେବେଳେ ଯେବେ ଆମ୍ଭେମାନେ ମରିଥାʼନ୍ତୁ ।
4
ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କ ସମାଜକୁ ବାହାର କରି ଏହି ପ୍ରାନ୍ତରକୁ ଆଣିଲ, ଯେପରି କି ଆମ୍ଭେମାନେ ଓ ଆମ୍ଭମାନଙ୍କର ପଶୁମାନେ ଏହିଠାରେ ମରିବୁ?
5
ଆଉ ତୁମ୍ଭେମାନେ କାହିଁକି ଆମ୍ଭମାନଙ୍କୁ ମିସର ଦେଶରୁ ବାହାର କରି ଆଣିଲ, କି ଏହି କଦର୍ଯ୍ୟ ସ୍ଥାନକୁ ଆଣିବାକୁ? ଏ ତ ଶସ୍ୟ କି ଡିମିରି କି ଦ୍ରାକ୍ଷା କି ଡାଳିମ୍ଵର ସ୍ଥାନ ନୁହେଁ; କିଅବା ଏଠାରେ ପିଇବାକୁ ଜଳ ନାହିଁ ।
6
ଏଥିରେ ମୋଶା ଓ ହାରୋଣ ସମାଜ ସାକ୍ଷାତରୁ ସମାଗମ-ତମ୍ଵୁ ଦ୍ଵାରକୁ ଯାଇ ମୁହଁ ମାଡ଼ି ପଡ଼ିଲେ; ତହୁଁ ସଦାପ୍ରଭୁଙ୍କ ପ୍ରତାପ ସେମାନଙ୍କ ପ୍ରତି ପ୍ରକାଶ ପାଇଲା ।
7
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
8
ତୁମ୍ଭେ ଯଷ୍ଟି ନିଅ, ପୁଣି ତୁମ୍ଭେ ଓ ତୁମ୍ଭ ଭାଇ ହାରୋଣ ମଣ୍ତଳୀକି ଏକତ୍ର କର, ଆଉ ତୁମ୍ଭେମାନେ ସେମାନଙ୍କ ଦୃଷ୍ଟିଗୋଚରରେ ସେହି ଶୈଳକୁ ଆପଣା ଜଳ ଦେବା ପାଇଁ ଆଜ୍ଞା ଦିଅ; ତହିଁରେ ତୁମ୍ଭେ ସେମାନଙ୍କ ନିମନ୍ତେ ଶୈଳରୁ ଜଳ ବାହାର କରି ମଣ୍ତଳୀକି ଓ ସେମାନଙ୍କ ପଶୁଗଣକୁ ପାନ କରାଇବ ।
9
ତହୁଁ ମୋଶା ସଦାପ୍ରଭୁଙ୍କ ସମ୍ମୁଖରୁ ତାହାଙ୍କ ଆଜ୍ଞା ପ୍ରମାଣେ ଯଷ୍ଟି ନେଲେ ।
10
ପୁଣି ମୋଶା ଓ ହାରୋଣ ସେହି ଶୈଳ ସମ୍ମୁଖରେ ସମାଜକୁ ଏକତ୍ର କଲେ, ଆଉ ସେ ସେମାନଙ୍କୁ କହିଲେ, ହେ ବିଦ୍ରୋହୀଗଣ, ଶୁଣ, ଆମ୍ଭେମାନେ କି ତୁମ୍ଭମାନଙ୍କ ନିମନ୍ତେ ଏହି ଶୈଳରୁ ଜଳ ବାହାର କରିବା?
11
ଏଉତ୍ତାରେ ମୋଶା ହସ୍ତ ଉଠାଇ ଆପଣା ଯଷ୍ଟିରେ ସେହି ଶୈଳକୁ ଦୁଇ ଥର ଆଘାତ କଲେ; ତହିଁରେ ପ୍ରଚୁର ଜଳ ବାହାରିଲା, ପୁଣି ମଣ୍ତଳୀ ଓ ସେମାନଙ୍କ ପଶୁଗଣ ପାନ କଲେ ।
12
ଏଥିରେ ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନମାନଙ୍କ ସାକ୍ଷାତରେ ଆମ୍ଭକୁ ପବିତ୍ର ବୋଲି ମାନ୍ୟ କରିବାକୁ ଆମ୍ଭଠାରେ ବିଶ୍ଵାସ କଲ ନାହିଁ, ଏହେତୁ ଆମ୍ଭେ ଏହି ମଣ୍ତଳୀକି ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ତୁମ୍ଭେମାନେ ସେମାନଙ୍କୁ ପ୍ରବେଶ କରାଇବ ନାହିଁ ।
13
ଏହିସବୁ ମିରୀବାଃ-ଜଳ, (ବିବାଦର ଜଳ); ଯେହେତୁ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ସହିତ ବିବାଦ କଲେ ଓ ସେମାନଙ୍କ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେଲେ ।
14
ଅନନ୍ତର ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ଵାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, ଆମ୍ଭମାନଙ୍କ ପ୍ରତି ଯେସମସ୍ତ କ୍ଳେଶ ଘଟିଅଛି,
15
ଅର୍ଥାତ୍, କିପରି ଆମ୍ଭମାନଙ୍କର ପୂର୍ବପୁରୁଷମାନେ ମିସରକୁ ଗଲେ ଓ ମିସରରେ ଦୀର୍ଘକାଳ ବାସ କଲେ; ଆଉ ମିସ୍ରୀୟମାନେ ଆମ୍ଭମାନଙ୍କ ପ୍ରତି ଓ ଆମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି କୁବ୍ୟବହାର କଲେ, ତାହା ତୁମ୍ଭେ ଜାଣ ।
16
ସେସମୟରେ ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କ୍ରନ୍ଦନ କରନ୍ତେ, ସେ ଆମ୍ଭମାନଙ୍କ ରବ ଶୁଣିଲେ, ପୁଣି ଏକ ଦୂତ ପଠାଇ ଆମ୍ଭମାନଙ୍କୁ ମିସରରୁ ବାହାର କରି ଆଣିଲେ; ଆଉ ଦେଖ, ଏବେ ଆମ୍ଭେମାନେ ତୁମ୍ଭ ଦେଶର ପ୍ରାନ୍ତସ୍ଥିତ କାଦେଶ ନଗରରେ ଅଛୁ;
17
ମୁଁ ବିନୟ କରୁଅଛି, ତୁମ୍ଭ ଦେଶ ଦେଇ ଆମ୍ଭମାନଙ୍କୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ମଧ୍ୟଦେଇ ଯିବୁ ନାହିଁ, କିଅବା କୂପ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ରାଜପଥ ଦେଇ ଗମନ କରିବୁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ଦକ୍ଷିଣରେ କି ବାମରେ ଫେରିବୁ ନାହିଁ ।
18
ତହିଁରେ ଇଦୋମ ତାଙ୍କୁ କହିଲେ, ତୁମ୍ଭେ ଆମ୍ଭ (ଦେଶର) ମଧ୍ୟଦେଇ ଯିବ ନାହିଁ, ଗଲେ ଆମ୍ଭେ ଖଡ଼୍ଗ ନେଇ ତୁମ୍ଭ ବିରୁଦ୍ଧରେ ବାହାର ହେବା ।
19
ସେତେବେଳେ ଇସ୍ରାଏଲ-ସନ୍ତାନଗଣ ତାଙ୍କୁ କହିଲେ, ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ; ଯେବେ ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ ।
20
ତହୁଁ ସେ କହିଲେ, ତୁମ୍ଭେ (ଦେଶ) ଦେଇ ଯିବ ନାହିଁ । ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ ।
21
ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ଵୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ ।
22
ଅନନ୍ତର ସେମାନେ କାଦେଶରୁ ଯାତ୍ରା କଲେ । ତହୁଁ ଇସ୍ରାଏଲ-ସନ୍ତାନଗଣ, ଅର୍ଥାତ୍, ସମସ୍ତ ମଣ୍ତଳୀ ହୋର ପର୍ବତରେ ଉପସ୍ଥିତ ହେଲେ ।
23
ସେତେବେଳେ ଇଦୋମ ଦେଶର ସୀମା ନିକଟସ୍ଥ ହୋର ପର୍ବତରେ ସଦାପ୍ରଭୁ ମୋଶାଙ୍କୁ ଓ ହାରୋଣଙ୍କୁ କହିଲେ,
24
ହାରୋଣ ଆପଣା ଲୋକମାନଙ୍କ ନିକଟରେ ସଂଗୃହୀତ ହେବ; କାରଣ ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ସେହି ଦେଶରେ ସେ ପ୍ରବେଶ କରିବ ନାହିଁ, ଯେହେତୁ ମିରୀବାଃ-ଜଳ ନିକଟରେ ତୁମ୍ଭେମାନେ ଆମ୍ଭ ଆଜ୍ଞାର ବିରୁଦ୍ଧ କର୍ମ କରିଥିଲ ।
25
ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ର ଇଲୀୟାସରକୁ ହୋର ପର୍ବତ ଉପରକୁ ନେଇ ଯାଅ ।
26
ପୁଣି ହାରୋଣଠାରୁ ତାହାର ବସ୍ତ୍ର କାଢ଼ି ତାହାର ପୁତ୍ର ଇଲୀୟାସରକୁ ପିନ୍ଧାଅ; ଯେଣୁ ହାରୋଣ (ଆପଣା ଲୋକମାନଙ୍କ ନିକଟରେ) ସଂଗୃହୀତ ହେବ ଓ ସେ ସେସ୍ଥାନରେ ମରିବ ।
27
ତହୁଁ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ଆଉ ସେମାନେ ସମସ୍ତେ ମଣ୍ତଳୀର ସାକ୍ଷାତରେ ହୋର ପର୍ବତକୁ ଉଠିଗଲେ ।
28
ତେବେ ମୋଶା ହାରୋଣଙ୍କର ବସ୍ତ୍ର କାଢ଼ି ତାଙ୍କର ପୁତ୍ର ଇଲୀୟାସରକୁ ପିନ୍ଧାଇଲେ, ପୁଣି ହାରୋଣ ସେହି ସ୍ଥାନରେ ପର୍ବତଶୃଙ୍ଗରେ ମଲେ; ତହୁଁ ମୋଶା ଓ ଇଲୀୟାସର ପର୍ବତରୁ ଓହ୍ଲାଇ ଆସିଲେ ।
29
ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ତଳୀ ଦେଖନ୍ତେ, ସେମାନେ, ଅର୍ଥାତ୍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ ।
← Chapter 19
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 21 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36