bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 21
Numbers 21
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 22 →
1
ଅନନ୍ତର ଇସ୍ରାଏଲ ଅଥାରୀମର ପଥ ଦେଇ ଆସୁଅଛନ୍ତି, ଏହି କଥା ଶୁଣି ଦକ୍ଷିଣ ପ୍ରଦେଶ ନିବାସୀ କିଣାନ ବଂଶୀୟ ଅରାଦର ରାଜା ଇସ୍ରାଏଲର ପ୍ରତିକୂଳରେ ଯୁଦ୍ଧ କଲେ ଓ ସେମାନଙ୍କର କେତେକ ଲୋକଙ୍କୁ ଧରି ବନ୍ଦୀ କଲେ ।
2
ତହିଁରେ ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରି କହିଲେ, ଯେବେ ତୁମ୍ଭେ ଏହି ଲୋକମାନଙ୍କୁ ଆମ୍ଭ ହସ୍ତରେ ସମର୍ପଣ କରିବ, ତେବେ ଆମ୍ଭେ ସେମାନଙ୍କ ନଗରସବୁ ବର୍ଜନୀୟ ରୂପେ ବିନାଶ କରିବା ।
3
ଏଥିରେ ସଦାପ୍ରଭୁ ଇସ୍ରାଏଲର ରବରେ କର୍ଣ୍ଣପାତ କରି ସେହି କିଣାନୀୟମାନଙ୍କୁ ସମର୍ପଣ କଲେ; ତହିଁରେ ସେମାନେ ସେମାନଙ୍କୁ ଓ ସେମାନଙ୍କ ସମସ୍ତ ନଗର ବର୍ଜନୀୟ ରୂପେ ବିନାଶ କଲେ, ପୁଣି ସେହି ସ୍ଥାନର ନାମ ହର୍ମା (ବର୍ଜିତ) ହେଲା ।
4
ଅନନ୍ତର ସେମାନେ ଇଦୋମ ଦେଶ ପ୍ରଦକ୍ଷିଣ କରିବା ନିମନ୍ତେ ହୋର ପର୍ବତରୁ ସୂଫ ସାଗର ପଥ ଦେଇ ଯାତ୍ରା କଲେ; ପୁଣି ପଥ ସକାଶୁ ଲୋକମାନଙ୍କର ପ୍ରାଣ ଅତି ସାହସହୀନ ହେଲା ।
5
ତହିଁରେ ଲୋକମାନେ ପରମେଶ୍ଵରଙ୍କ ବିରୁଦ୍ଧରେ ଓ ମୋଶାଙ୍କ ବିରୁଦ୍ଧରେ କହିଲେ, କିହେତୁ ତୁମ୍ଭେମାନେ ଆମ୍ଭମାନଙ୍କୁ ପ୍ରାନ୍ତରରେ ମାରିବାକୁ ମିସର ଦେଶରୁ ବାହାର କରି ଆଣିଲ? ଦେଖ, ଏଠାରେ ରୋଟୀ ନାହିଁ ଓ ଜଳ ନାହିଁ; ପୁଣି ଆମ୍ଭମାନଙ୍କ ପ୍ରାଣ ଏହି ଲଘୁ ଅନ୍ନକୁ ଘୃଣା କରେ ।
6
ସେତେବେଳେ ସଦାପ୍ରଭୁ ଲୋକମାନଙ୍କ ମଧ୍ୟକୁ ଦାହକ-ସର୍ପଣ ପ୍ରେରଣ କରନ୍ତେ, ସେମାନେ ଲୋକମାନଙ୍କୁ ଦଂଶନ କଲେ; ତହିଁରେ ଇସ୍ରାଏଲର ଅନେକ ଲୋକ ମଲେ ।
7
ଏନିମନ୍ତେ ଲୋକମାନେ ମୋଶାଙ୍କ ନିକଟକୁ ଆସି କହିଲେ, ଆମ୍ଭେମାନେ ପାପ କଲୁ, କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିଷୟରେ ଓ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ; ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କର ଯେପରି ସେ ଆମ୍ଭମାନଙ୍କ ନିକଟରୁ ଏହି ସର୍ପମାନଙ୍କୁ ଦୂର କରିବେ । ତେଣୁ ମୋଶା ଲୋକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ ।
8
ତେବେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଗୋଟିଏ ଦାହକ-ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖ; ତହିଁରେ ସର୍ପଦ୍ରଂଷ୍ଟ ପ୍ରତ୍ୟେକ ଲୋକ ତାହା ପ୍ରତି ଅନାଇଲେ ବଞ୍ଚିବ ।
9
ତହୁଁ ମୋଶା ପିତ୍ତଳର ଏକ ସର୍ପ ନିର୍ମାଣ କରି ପତାକା-ଦଣ୍ତ ଉପରେ ରଖିଲେ; ତହିଁରେ ସର୍ପ କୌଣସି ମନୁଷ୍ୟକୁ ଦଂଶନ କଲେ, ସେ ସେହି ପିତ୍ତଳ ସର୍ପ ପ୍ରତି ଦୃଷ୍ଟିପାତ କରନ୍ତେ, ବଞ୍ଚିଲା ।
10
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଓବୋତରେ ଛାଉଣି ସ୍ଥାପନ କଲେ ।
11
ତହିଁ ଉତ୍ତାରେ ଓବୋତରୁ ଯାତ୍ରା କରି ସୂର୍ଯ୍ୟୋଦୟ ଦିଗରେ ମୋୟାବର ସମ୍ମୁଖସ୍ଥିତ ପ୍ରାନ୍ତରରେ ଇୟୀ-ଅବାରୀମରେ ଛାଉଣି ସ୍ଥାପନ କଲେ ।
12
ସେମାନେ ସେଠାରୁ ଯାତ୍ରା କରି ସେରଦ୍ ଉପତ୍ୟକାରେ ଛାଉଣି ସ୍ଥାପନ କଲେ ।
13
ସେଠାରୁ ସେମାନେ ଯାତ୍ରା କରି ଇମୋରୀୟ-ମାନଙ୍କର ସୀମାରୁ ନିର୍ଗତ ଅର୍ଣ୍ଣୋନର ଅନ୍ୟ ପାରିସ୍ଥିତ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ; କାରଣ ମୋୟାବର ଓ ଇମୋରୀୟମାନଙ୍କର ମଧ୍ୟବର୍ତ୍ତୀ ଅର୍ଣ୍ଣୋନ୍ ମୋୟାବର ସୀମା ଥିଲା ।
14
ଏନିମନ୍ତେ ସଦାପ୍ରଭୁଙ୍କ ଯୁଦ୍ଧ-ପୁସ୍ତକରେ କଥିତ ଅଛି, ଯଥା “ଘୂର୍ଣ୍ଣିବାୟୁରେ ବାହେବକୁ ଓ ଅର୍ଣ୍ଣୋନର ସକଳ ଉପତ୍ୟକା,
15
ପୁଣି ଆରର ବାସସ୍ଥାନଗାମୀ ଓ ମୋୟାବ-ସୀମାର ପାର୍ଶ୍ଵସ୍ଥିତ ଗଡ଼ନ୍ତି ଉପତ୍ୟକାସକଳକୁ (ସେ ଜୟ କଲେ) ।”
16
ସେଠାରୁ ସେମାନେ (ଯାତ୍ରା କରି) ବେର (କୂପ) ନାମକ ସ୍ଥାନକୁ ଆସିଲେ । ସେହି କୂପ ବିଷୟରେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ସ୍ଥାନରେ ଲୋକମାନଙ୍କୁ ଏକତ୍ର କର, ଆମ୍ଭେ ସେମାନଙ୍କୁ ଜଳ ଦେବା ।
17
ସେତେବେଳେ ଇସ୍ରାଏଲ ଏହି ଗୀତ ଗାନ କଲେ, “ହେ କୂପ, ଉଚ୍ଛୁଳି ଉଠ; ତୁମ୍ଭେମାନେ ତହିଁ ଉଦ୍ଦେଶ୍ୟରେ ଗାନ କର;
18
ଅଧିପତିମାନେ ସେହି କୂପ ଖୋଳିଛନ୍ତି, ଲୋକ-ମାନଙ୍କର କୁଳୀନମାନେ ରାଜଦଣ୍ତ ଓ ଆପଣା ଆପଣା ଯଷ୍ଟି ଘେନି ତାହା ଖୋଳିଛନ୍ତି ।”
19
ଏଉତ୍ତାରେ ସେମାନେ ପ୍ରାନ୍ତରରୁ ମତ୍ତାନକୁ ଓ ମତ୍ତାନଠାରୁ ନହଲୀୟେଲକୁ ଓ ନହଲୀୟେଲଠାରୁ ବାମୋତକୁ
20
ଓ ବାମୋତଠାରୁ ମୋୟାବ କ୍ଷେତ୍ରସ୍ଥିତ ଉପତ୍ୟକା ଦେଇ ପିସ୍ଗା ପର୍ବତର ଶୃଙ୍ଗକୁ ଯାତ୍ରା କଲେ, ତାହା ମରୁଭୂମି ଆଡ଼କୁ ଥିଲା ।
21
ଅନନ୍ତର ଇସ୍ରାଏଲ ଇମୋରୀୟମାନଙ୍କ ରାଜା ସୀହୋନ ନିକଟକୁ ଏହା କହି ଦୂତ ପଠାଇଲେ;
22
ତୁମ୍ଭ ଦେଶ ଦେଇ ଆମ୍ଭକୁ ଯିବାକୁ ଦିଅ; ଆମ୍ଭେମାନେ ଶସ୍ୟକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଆଡ଼େ ଫେରିବୁ ନାହିଁ; ଆମ୍ଭେମାନେ କୂପରୁ ଜଳ ପାନ କରିବୁ ନାହିଁ; ଆମ୍ଭେମାନେ ତୁମ୍ଭ ସୀମା ପାର ହେବା ପର୍ଯ୍ୟନ୍ତ ରାଜପଥ ଦେଇ ଗମନ କରିବୁ ।
23
ଏଥିରେ ସୀହୋନ ଆପଣା ସୀମା ଦେଇ ଇସ୍ରାଏଲକୁ ଯିବା ପାଇଁ ଦେଲେ ନାହିଁ; ମାତ୍ର ସୀହୋନ ଆପଣାର ସମସ୍ତ ଲୋକଙ୍କୁ ଏକତ୍ର କରି ଇସ୍ରାଏଲର ପ୍ରତିକୂଳରେ ପ୍ରାନ୍ତରକୁ ବାହାର ହେଲେ, ପୁଣି ଯହସରେ ଉପସ୍ଥିତ ହୋଇ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କଲେ ।
24
ତହିଁରେ ଇସ୍ରାଏଲ ଖଡ଼୍ଗଧାରରେ ତାଙ୍କୁ ଆଘାତ କରି ଅର୍ଣ୍ଣୋନଠାରୁ ଯବ୍ବୋକ୍ ପର୍ଯ୍ୟନ୍ତ, ଅର୍ଥାତ୍, ଅମ୍ମୋନ୍-ସନ୍ତାନଗଣର ସୀମା ପର୍ଯ୍ୟନ୍ତ, ତାହାର ଦେଶ ଅଧିକାର କଲେ; କାରଣ ଅମ୍ମୋନ୍-ସନ୍ତାନଗଣର ସୀମା ଦୃଢ଼ ଥିଲା ।
25
ଏହିରୂପେ ଇସ୍ରାଏଲ ସେହି ସମସ୍ତ ନଗର ହସ୍ତଗତ କଲେ ଓ ଇସ୍ରାଏଲ ଇମୋରୀୟମାନଙ୍କର ସମସ୍ତ ନଗରରେ, ଅର୍ଥାତ୍ ହିଷ୍ବୋନ୍ରେ ଓ ତହିଁର ସମସ୍ତ ନଗରରେ ବାସ କଲେ ।
26
କାରଣ ହିଷ୍ବୋନ୍ ଇମୋରୀୟମାନଙ୍କ ରାଜା ସୀହୋନଙ୍କ ନଗର ଥିଲା, ସେ ମୋୟାବର ପୂର୍ବ ରାଜାର ପ୍ରତିକୂଳରେ ଯୁଦ୍ଧ କରି ତାହା ହସ୍ତରୁ ଅର୍ଣ୍ଣୋନ୍ ପର୍ଯ୍ୟନ୍ତ ତାହାର ସମସ୍ତ ଦେଶ ନେଇଥିଲେ ।
27
ଏନିମନ୍ତେ କବିମାନେ କହନ୍ତି, “ତୁମ୍ଭେମାନେ ହିଷ୍ବୋନ୍କୁ ଆସ, ସୀହୋନର ନଗର ନିର୍ମିତ ଓ ଦୃଢ଼ୀକୃତ ହେଉ;
28
କାରଣ ହିଷ୍ବୋନ୍ଠାରୁ ଅଗ୍ନି, ସୀହୋନ ନଗରଠାରୁ ଅଗ୍ନିଶିଖା ନିର୍ଗତ ହୋଇଅଛି; ତାହା ମୋୟାବର ଆର ନଗରକୁ, ଅର୍ଣ୍ଣୋନସ୍ଥ ଉଚ୍ଚସ୍ଥଳୀର ଦେବଗଣକୁ ଗ୍ରାସ କରିଅଛି ।
29
ହେ ମୋୟାବ, ତୁମ୍ଭର ସନ୍ତାପ ହେଲା! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
30
ଆମ୍ଭେମାନେ ସେମାନଙ୍କୁ ବାଣ ମାରିଅଛୁ; ହିଷ୍ବୋନ୍ ଦୀବୋନ୍ ପର୍ଯ୍ୟନ୍ତ ବିନଷ୍ଟ ହେଲା, ଆମ୍ଭେମାନେ ନୋଫହ ପର୍ଯ୍ୟନ୍ତ ଧ୍ଵଂସ କଲୁ, ତାହା ମେଦବା ପର୍ଯ୍ୟନ୍ତ ବ୍ୟାପଇ ।”
31
ଏହିରୂପେ ଇସ୍ରାଏଲ ଇମୋରୀୟମାନଙ୍କ ଦେଶରେ ବାସ କଲେ ।
32
ଅନନ୍ତର ମୋଶା ଯାସେର ଅନୁସନ୍ଧାନ କରିବା ପାଇଁ ଲୋକ ପଠାନ୍ତେ, ସେମାନେ ତହିଁର ସକଳ ନଗର ହସ୍ତଗତ କଲେ ଓ ସେଠାସ୍ଥିତ ଇମୋରୀୟମାନଙ୍କୁ ତଡ଼ି ଦେଲେ ।
33
ତହୁଁ ସେମାନେ ଫେରି ବାଶନର ପଥ ଦେଇ ଉଠିଗଲେ; ତହିଁରେ ବାଶନର ରାଜା ଓଗ, ସେ ଓ ତାହାର ସମସ୍ତ ଲୋକ ସେମାନଙ୍କ ପ୍ରତିକୂଳରେ ବାହାର ହୋଇ ଇଦ୍ରିୟୀରେ ଯୁଦ୍ଧ କଲେ ।
34
ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, ତାହାକୁ ଭୟ କର ନାହିଁ; କାରଣ ଆମ୍ଭେ ତାହାକୁ ଓ ତାହାର ସମସ୍ତ ଲୋକଙ୍କୁ ଓ ତାହାର ଦେଶକୁ ତୁମ୍ଭ ହସ୍ତରେ ସମର୍ପଣ କଲୁ; ତୁମ୍ଭେ ହିଷ୍ବୋନ୍ବାସୀ ଇମୋରୀୟ ରାଜା ସୀହୋନ ପ୍ରତି ଯେରୂପ କଲ, ତାହା ପ୍ରତି ସେରୂପ କରିବ ।
35
ଏଣୁ ତାହାର କେହି ଅବଶିଷ୍ଟ ନ ରହିବା ପର୍ଯ୍ୟନ୍ତ ସେମାନେ ତାହାକୁ ଓ ତାହାର ପୁତ୍ରଗଣକୁ ଓ ତାହାର ସମସ୍ତ ଲୋକଙ୍କୁ ଆଘାତ କଲେ, ପୁଣି ସେମାନେ ତାହାର ଦେଶ ଅଧିକାର କଲେ ।
← Chapter 20
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 22 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36