bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 22
Numbers 22
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 23 →
1
ଅନନ୍ତର ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ଯିରୀହୋ-ନିକଟସ୍ଥ ଯର୍ଦ୍ଦନ ଆଗରେ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ ।
2
ପୁଣି ଇସ୍ରାଏଲ ଇମୋରୀୟମାନଙ୍କ ପ୍ରତି ଯାହା ଯାହା କରିଥିଲେ, ତାହା ସିପ୍ପୋରର ପୁତ୍ର ବାଲାକ ଦେଖିଲେ ।
3
ଏଣୁ ମୋୟାବ ଲୋକମାନଙ୍କ ସକାଶୁ ଅତିଶୟ ଭୀତ ହେଲେ, କାରଣ ସେମାନେ ବହୁତ ଥିଲେ; ଆଉ ମୋୟାବ ଇସ୍ରାଏଲ-ସନ୍ତାନଗଣ ସକାଶୁ ଉଦ୍ବିଗ୍ନ ହେଲେ ।
4
ଏଥିରେ ମୋୟାବ ମିଦୀୟନୀୟ ପ୍ରାଚୀନଗଣକୁ କହିଲେ, ଗୋରୁ ଯେପରି ପଦାରୁ ଘାସ ଚାଟି ଖାଏ, ସେପରି ଏହି ଜନତା ଆମ୍ଭମାନଙ୍କ ଚତୁର୍ଦ୍ଦିଗସ୍ଥ ସବୁ ଚାଟି ପକାଇବେ । ଏହି ସମୟରେ ସିପ୍ପୋରର ପୁତ୍ର ବାଲାକ ମୋୟାବର ରାଜା ଥିଲେ ।
5
ଏନିମନ୍ତେ ସେ ବିୟୋରର ପୁତ୍ର ବିଲୀୟମକୁ ଡାକିବା ପାଇଁ ଆପଣା ଲୋକମାନଙ୍କ ସନ୍ତାନଗଣର ଦେଶ-ନିକଟସ୍ଥ ନଦୀର ନିକଟବର୍ତ୍ତୀ ପଥୋର ନଗରକୁ ଦୂତ ପଠାଇ ଏହା କହିଲେ, ଦେଖ, ମିସରରୁ ବାହାର ହୋଇ ଏକ ଜନତା ଆସିଅଛନ୍ତି; ଦେଖ, ସେମାନେ ପୃଥିବୀର ମୁଖ ଆଚ୍ଛନ୍ନ କରନ୍ତି; ପୁଣି ଆମ୍ଭ ସମ୍ମୁଖରେ ବାସ କରନ୍ତି ।
6
ଏହେତୁ ଆମ୍ଭେ ନିବେଦନ କରୁଅଛୁ, ତୁମ୍ଭେ ଆସି ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଶାପ ଦିଅ; କାରଣ ସେମାନେ ଆମ୍ଭ ପ୍ରତି ଅତି ବଳବାନ୍; ହୋଇପାରେ, ଆମ୍ଭେ ସେମାନଙ୍କୁ ପରାଜୟ କରି ଦେଶରୁ ଦୂର କରି ପାରିବା; ଯେହେତୁ ଆମ୍ଭେ ଜାଣୁ, ତୁମ୍ଭେ ଯାହାକୁ ଆଶୀର୍ବାଦ କର, ସେ ଆଶୀର୍ବାଦ ପାଏ, ପୁଣି ତୁମ୍ଭେ ଯାହାକୁ ଶାପ ଦିଅ, ସେ ଶାପଗ୍ରସ୍ତ ହୁଏ ।
7
ତହିଁରେ ମୋୟାବର ପ୍ରାଚୀନବର୍ଗ ଓ ମିଦୀୟନର ପ୍ରାଚୀନବର୍ଗ ମନ୍ତ୍ରର ପୁରସ୍କାର ହସ୍ତରେ ଘେନି ପ୍ରସ୍ଥାନ କଲେ; ପୁଣି ସେମାନେ ବିଲୀୟମ ନିକଟରେ ଉପସ୍ଥିତ ହୋଇ ବାଲାକଙ୍କ କଥା ତାହାକୁ କହିଲେ ।
8
ତହୁଁ ସେ ସେମାନଙ୍କୁ କହିଲା, ତୁମ୍ଭେମାନେ ଆଜି ରାତ୍ରି ଏଠାରେ ରୁହ, ଆଉ ସଦାପ୍ରଭୁ ମୋତେ ଯାହା କହିବେ, ତାହା ମୁଁ ପୁନର୍ବାର ତୁମ୍ଭମାନଙ୍କୁ ଜଣାଇବି; ତହିଁରେ ମୋୟାବର ଅଧିପତିମାନେ ବିଲୀୟମ ସଙ୍ଗରେ ରହିଲେ ।
9
ଏଉତ୍ତାରେ ପରମେଶ୍ଵର ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ତୁମ୍ଭ ସଙ୍ଗରେ ଏହି ଲୋକମାନେ କିଏ?
10
ତହୁଁ ବିଲୀୟମ ପରମେଶ୍ଵରଙ୍କୁ କହିଲା, ମୋୟାବର ରାଜା ସିପ୍ପୋରର ପୁତ୍ର ବାଲାକ ମୋʼ ନିକଟକୁ ଏହା କହି ପଠାଇ ଅଛନ୍ତି;
11
ଦେଖ, ଏହି ଯେଉଁ ଲୋକମାନେ ମିସରରୁ ବାହାରି ଆସିଅଛନ୍ତି, ସେମାନେ ପୃଥବୀର ମୁଖ ଆଚ୍ଛନ୍ନ କରୁଅଛନ୍ତି; ଏବେ ତୁମ୍ଭେ ଆସି ଆମ୍ଭ ନିମନ୍ତେ ସେମାନଙ୍କୁ ଶାପ ଦିଅ, ହୋଇପାରେ, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କରି ସେମାନଙ୍କୁ ତଡ଼ି ଦେଇ ପାରିବା ।
12
ତହିଁରେ ପରମେଶ୍ଵର ବିଲୀୟମକୁ କହିଲେ, ତୁମ୍ଭେ ସେମାନଙ୍କ ସଙ୍ଗେ ଯିବ ନାହିଁ; ତୁମ୍ଭେ ସେହି ଲୋକମାନଙ୍କୁ ଶାପ ଦେବ ନାହିଁ; କାରଣ ସେମାନେ ଆଶୀର୍ବାଦପ୍ରାପ୍ତ ଅଟନ୍ତି ।
13
ଏଥିରେ ବିଲୀୟମ ପ୍ରାତଃକାଳରେ ଉଠି ବାଲାକଙ୍କ ଅଧିପତିମାନଙ୍କୁ କହିଲା, ତୁମ୍ଭେମାନେ ଆପଣା ଦେଶକୁ ଯାଅ, କାରଣ ସଦାପ୍ରଭୁ ମୋତେ ତୁମ୍ଭମାନଙ୍କ ସହିତ ଯିବା ପାଇଁ ଅନୁମତି ଦେବାକୁ ନାସ୍ତି କରୁଅଛନ୍ତି ।
14
ଏଣୁ ମୋୟାବର ଅଧିପତିମାନେ ଉଠି ବାଲାକଙ୍କ ନିକଟକୁ ଯାଇ କହିଲେ, ବିଲୀୟମ ଆମ୍ଭମାନଙ୍କ ସଂଗେ ଆସିବାକୁ ନାସ୍ତି କରୁଅଛି।
15
ଏଉତ୍ତାରେ ବାଲାକ ସେମାନଙ୍କଠାରୁ ଅଧିକ ସଂଖ୍ୟକ ଓ ଅଧିକ ସମ୍ଭ୍ରାନ୍ତ ଅଧିପତିମାନଙ୍କୁ ପୁନର୍ବାର ପଠାଇଲେ ।
16
ତହୁଁ ସେମାନେ ବିଲୀୟମ ନିକଟକୁ ଆସି ତାହାକୁ କହିଲେ, ସିପ୍ପୋରର ପୁତ୍ର ବାଲାକ ଏହି କଥା କହନ୍ତି, ଆମ୍ଭେ ବିନୟ କରୁଅଛୁ, ଆମ୍ଭ କତିକି ଆସିବାକୁ ତୁମ୍ଭେ ନିବାରିତ ହୁଅ ନାହିଁ ।
17
କାରଣ ଆମ୍ଭେ ତୁମ୍ଭକୁ ସମ୍ଭ୍ରମ ଦେଇ ମହାସମ୍ଭ୍ରାନ୍ତ କରିବା, ପୁଣି ଯାହା ତୁମ୍ଭେ ଆମ୍ଭକୁ କହିବ, ଆମ୍ଭେ ତାହା କରିବା; ଏଣୁ ବିନୟ କରୁଅଛୁ, ଆସ, ଆମ୍ଭ ନିମନ୍ତେ ଏହି ଲୋକମାନଙ୍କୁ ଶାପ ଦିଅ ।
18
ଏଥିରେ ବିଲୀୟମ ଉତ୍ତର ଦେଇ ବାଲାକଙ୍କ ଦାସମାନଙ୍କୁ କହିଲା, ଯଦ୍ୟପି ବାଲାକ ରୂପା ଓ ସୁନାରେ ପରିପୂର୍ଣ୍ଣ ଆପଣା ଗୃହ ମୋତେ ଦିଅନ୍ତି, ତଥାପି ଊଣା କି ଅଧିକ କରିବାକୁ ମୁଁ ଆପଣା ପରମେଶ୍ଵର ସଦାପ୍ରଭୁଙ୍କ ବାକ୍ୟର ବାହାରେ ଯାଇ ପାରେ ନାହିଁ ।
19
ଏନିମନ୍ତେ ବିନୟ କରୁଅଛି, ତୁମ୍ଭେମାନେ ହେଁ ଆଜି ରାତ୍ରି ଏଠାରେ ରୁହ, ସଦାପ୍ରଭୁ ମୋତେ ଆଉ ଯାହା କହିବେ, ତାହା ମୁଁ ଜାଣିବି ।
20
ଏଥିରେ ପରମେଶ୍ଵର ରାତ୍ରିରେ ବିଲୀୟମ ନିକଟକୁ ଆସି କହିଲେ, ଯେବେ ଏହି ଲୋକମାନେ ତୁମ୍ଭକୁ ଡାକିବାକୁ ଆସନ୍ତି, ତେବେ ଉଠ, ସେମାନଙ୍କ ସଂଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା; କେବଳ ତାହା ହିଁ ତୁମ୍ଭେ କହିବ ।
21
ତହିଁରେ ବିଲୀୟମ ପ୍ରାତଃକାଳରେ ଉଠି ଆପଣା ଗର୍ଦ୍ଦଭୀ ସଜାଇ ମୋୟାବର ଅଧିପତିମାନଙ୍କ ସହିତ ଗମନ କଲା ।
22
ଏଥିରେ ସେ ଯିବା ସକାଶୁ ପରମେଶ୍ଵରଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସଦାପ୍ରଭୁଙ୍କ ଦୂତ ତାହାର ଶତ୍ରୁ ରୂପେ ପଥ ମଧ୍ୟରେ ଠିଆ ହୋଇ ରହିଲେ; ସେତେବେଳେ ସେ ଆପଣା ଗର୍ଦ୍ଦଭୀ ଉପରେ ଚଢ଼ି ଯାଉଥିଲା ଓ ତାହାର ଦୁଇ ଦାସ ତାହା ସଙ୍ଗରେ ଥିଲେ ।
23
ଏଥିରେ ସେହି ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହୁଁ ଗର୍ଦ୍ଦଭୀ ବାଟ ଛାଡ଼ି ବିଲ ଆଡ଼କୁ ଗଲା; ତହିଁରେ ବିଲୀୟମ ଗର୍ଦ୍ଦଭୀକି ବାଟକୁ ଫେରାଇ ଆଣିବା ପାଇଁ ପ୍ରହାର କଲା;
24
ତେବେ ସଦାପ୍ରଭୁଙ୍କ ଦୂତ ଦୁଇ ଦ୍ରାକ୍ଷାକ୍ଷେତ୍ରର ଏପାଖେ ପ୍ରାଚୀର ଓ ସେପାଖେ ପ୍ରାଚୀର ଥିବା ଗଳିପଥରେ ଠିଆ ହେଲେ ।
25
ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କ ଦୂତଙ୍କୁ ଦେଖି କାନ୍ଥ ଆଡ଼କୁ ଠେଲି ହୋଇ ଯିବାରୁ ବିଲୀୟମର ଗୋଡ଼ କାନ୍ଥରେ ଘଷି ହେଲା; ତହିଁରେ ସେ ପୁନର୍ବାର ତାହାକୁ ପ୍ରହାର କଲା ।
26
ଏଉତ୍ତାରେ ସଦାପ୍ରଭୁଙ୍କ ଦୂତ ଆହୁରି ଆଗକୁ ଯାଇ ଏକ ସଂକୀର୍ଣ୍ଣ ସ୍ଥାନରେ ଠିଆ ହେଲେ, ସେଠାରେ ଡାହାଣରେ କି ବାମରେ ଫେରିବାର ସ୍ଥାନ ନ ଥିଲା ।
27
ସେତେବେଳେ ଗର୍ଦ୍ଦଭୀ ସଦାପ୍ରଭୁଙ୍କୁ ଦୂତଙ୍କୁ ଦେଖି ବିଲୀୟମର ତଳେ ଶୋଇ ପଡ଼ିଲା; ତହିଁରେ ବିଲୀୟମର କ୍ରୋଧ ପ୍ରଜ୍ଵଳିତ ହୁଅନ୍ତେ, ସେ ଗର୍ଦ୍ଦଭୀକି ଆପଣା ଯଷ୍ଟିରେ ପ୍ରହାର କଲା ।
28
ତହୁଁ ସଦାପ୍ରଭୁ ଗର୍ଦ୍ଦଭୀର ମୁଖ ଫିଟାଇଲେ, ତେଣୁ ସେ ବିଲୀୟମକୁ କହିଲା, ମୁଁ ତୁମ୍ଭର କଅଣ କଲି ଯେ, ତୁମ୍ଭେ ମୋତେ ଏହି ତିନିଥର ପ୍ରହାର କଲ?
29
ତେବେ ବିଲୀୟମ ଗର୍ଦ୍ଦଭୀକି କହିଲା, କାରଣ ତୁ ମୋତେ ପରିହାସ କରୁଅଛୁ; ମୋʼ ହାତରେ ଖଣ୍ତା ଥିଲେ ମୁଁ ଏବେ ତୋତେ ବଧ କରନ୍ତି ।
30
ପୁଣି ଗର୍ଦ୍ଦଭୀ ବିଲୀୟମକୁ କହିଲା, ତୁମ୍ଭେ ଜନ୍ମାବଧି ଆଜି ପର୍ଯ୍ୟନ୍ତ ଯାହା ଉପରେ ଚଢ଼ି ଆସିଅଛ, ମୁଁ କି ତୁମ୍ଭର ସେହି ଗର୍ଦ୍ଦଭୀ ନୁହେଁ? ମୁଁ କି ପୂର୍ବେ କେବେ ତୁମ୍ଭ ପ୍ରତି ଏପରି କରିଥିଲି? ତହୁଁ ସେ କହିଲା, ‘ନାʼ ।
31
ଏଥିରେ ସଦାପ୍ରଭୁ ବିଲୀୟମର ଚକ୍ଷୁ ପ୍ରସନ୍ନ କରନ୍ତେ, ସେ ସଦାପ୍ରଭୁଙ୍କ ଦୂତଙ୍କୁ ପଥ ମଧ୍ୟରେ ନିଷ୍କୋଷ ଖଡ଼୍ଗ ହସ୍ତରେ ଧରି ଠିଆ ହୋଇଥିବାର ଦେଖିଲା; ତହିଁରେ ସେ ମସ୍ତକ ନୁଆଁଇ ମୁହଁ ମାଡ଼ି ପଡ଼ିଲା ।
32
ସେତେବେଳେ ସଦାପ୍ରଭୁଙ୍କ ଦୂତ ତାହାକୁ କହିଲେ, ତୁମ୍ଭେ ଏହି ତିନିଥର ଆପଣା ଗର୍ଦ୍ଦଭୀକି କିହେତୁ ପ୍ରହାର କଲ? ଦେଖ, ଆମ୍ଭେ ତୁମ୍ଭର ଶତ୍ରୁ ରୂପେ ବାହାର ହୋଇଅଛୁ, ଯେହେତୁ ଆମ୍ଭ ସାକ୍ଷାତରେ ତୁମ୍ଭର ଗତି ବିପଥଗାମୀ ହୋଇଅଛି;
33
ପୁଣି ଗର୍ଦ୍ଦଭୀ ଆମ୍ଭକୁ ଦେଖି ଏହି ତିନିଥର ଆମ୍ଭ ସମ୍ମୁଖରୁ ଫେରିଲା; ସେ ଯେବେ ଆମ୍ଭ ସମ୍ମୁଖରୁ ଫେରି ନ ଥାʼନ୍ତା, ତେବେ ନିଶ୍ଚୟ ଆମ୍ଭେ ତୁମ୍ଭକୁ ବଧ କରିଥାʼନ୍ତୁ, ଆଉ ତାହାକୁ ଜୀଅନ୍ତା ରଖିଥାʼନ୍ତୁ ।
34
ତହିଁରେ ବିଲୀୟମ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, ‘ମୁଁ ପାପ କରିଅଛିʼ; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯେବେ ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି ।
35
ତହିଁରେ ସଦାପ୍ରଭୁଙ୍କ ଦୂତ ବିଲୀୟମକୁ କହିଲେ, ସେହି ଲୋକମାନଙ୍କ ସଙ୍ଗେ ଯାଅ; ମାତ୍ର ଆମ୍ଭେ ତୁମ୍ଭକୁ ଯେଉଁ କଥା କହିବା, କେବଳ ତାହା ତୁମ୍ଭେ କହିବ । ତହିଁରେ ବିଲୀୟମ ବାଲାକଙ୍କ ଅଧିପତିମାନଙ୍କ ସହିତ ଗମନ କଲା ।
36
ଅନନ୍ତର ବିଲୀୟମର ଆଗମନ ସମ୍ଵାଦ ଶୁଣି ବାଲାକ ତାହା ସଙ୍ଗେ ଭେଟିବା ପାଇଁ ଦେଶର ପ୍ରାନ୍ତସ୍ଥିତ ଅର୍ଣ୍ଣୋନର ସୀମାନ୍ତବର୍ତ୍ତୀ ମୋୟାବ ନଗରକୁ ଗମନ କଲେ ।
37
ପୁଣି ବାଲାକ ବିଲୀୟମକୁ କହିଲେ, ଆମ୍ଭେ କି ତୁମ୍ଭକୁ ଡାକିବା ପାଇଁ ଅତି ଯନିରେ ଲୋକ ପଠାଇଲୁ ନାହିଁ? ତୁମ୍ଭେ କାହିଁକି ଆମ୍ଭ ନିକଟକୁ ଆସିଲ ନାହିଁ? ଆମ୍ଭେ କି ତୁମ୍ଭକୁ ସମ୍ଭ୍ରମ ଦେଇ ସମ୍ଭ୍ରାନ୍ତ କରିବାକୁ ନିତା; ଅସମର୍ଥ?
38
ତହୁଁ ବିଲୀୟମ ବାଲାକଙ୍କୁ କହିଲା, ଏହି ଦେଖ, ମୁଁ ତୁମ୍ଭ ନିକଟକୁ ଆସିଲି; ମାତ୍ର ଏବେ କୌଣସି କଥା କହିବାକୁ କି ମୋହର କିଛି ସାମର୍ଥ୍ୟ ଅଛି? ପରମେଶ୍ଵର ମୋʼ ମୁଖରେ ଯେଉଁ ବାକ୍ୟ ଦେବେ ତାହା ହିଁ ମୁଁ କହିବି ।
39
ଏଉତ୍ତାରେ ବିଲୀୟମ ବାଲାକ ସହିତ ଗମନ କରି କିରୀୟତ୍-ହୁଷୋତରେ ଉପସ୍ଥିତ ହେଲା ।
40
ତହୁଁ ବାଲାକ ଗୋରୁ ଓ ମେଷ ବଳିଦାନ କରି ବିଲୀୟମ ଓ ତାହାର ସଙ୍ଗୀ ଅଧିପତିମାନଙ୍କ ନିକଟକୁ ପଠାଇଲେ ।
41
ପୁଣି ପ୍ରଭାତରେ ବାଲାକ ବିଲୀୟମକୁ ସଂଗେ ନେଇ ବାଲର ଉଚ୍ଚସ୍ଥଳୀରେ ଆରୋହଣ କରାଇଲେ; ଆଉ ସେହିଠାରୁ ସେ ଲୋକମାନଙ୍କର ଶେଷ ସୀମା ପର୍ଯ୍ୟନ୍ତ ଦେଖିଲେ ।
← Chapter 21
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 23 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36