bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 27
Numbers 27
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 28 →
1
ଅନନ୍ତର ଯୋଷେଫଙ୍କ ପୁତ୍ର ମନଃଶି ବଂଶୀୟମାନଙ୍କ ମଧ୍ୟରୁ ମନଃଶିର ବୃଦ୍ଧ ପ୍ରପୌତ୍ର, ମାଖୀରର ପ୍ରପୌତ୍ର, ଗିଲୀୟଦର ପୌତ୍ର, ହେଫରର ପୁତ୍ର ଯେ ସଲଫାଦ; ତାହାର କନ୍ୟାଗଣ ନିକଟକୁ ଆସିଲେ; ତାହାର କନ୍ୟାମାନଙ୍କ ନାମ ଏହି, ମହଲା, ନୋୟା ଓ ହଗ୍ଲା ଓ ମିଲ୍କା ଓ ତିର୍ସା ।
2
ଏମାନେ ମୋଶାଙ୍କ ସମ୍ମୁଖରେ ଓ ଇଲୀୟାସର ଯାଜକ ସମ୍ମୁଖରେ, ପୁଣି ଅଧିପତିଗଣ ଓ ସମସ୍ତ ମଣ୍ତଳୀର ସମ୍ମୁଖରେ ସମାଗମ-ତମ୍ଵୁ ଦ୍ଵାରରେ ଠିଆ ହୋଇ କହିଲେ,
3
ଆମ୍ଭମାନଙ୍କ ପିତା ପ୍ରାନ୍ତରରେ ମଲେ, ପୁଣି ଯେଉଁ କୋରହର ଦଳ ସଦାପ୍ରଭୁଙ୍କ ପ୍ରତିକୂଳରେ ଆପଣାମାନଙ୍କୁ ଏକତ୍ର କରିଥିଲେ, ସେହି ଦଳ ମଧ୍ୟରେ ସେ ନ ଥିଲେ; ମାତ୍ର ସେ ଆପଣା ପାପରେ ମଲେ; ଆଉ ତାଙ୍କର ପୁତ୍ର ନ ଥିଲା ।
4
ଆମ୍ଭମାନଙ୍କ ପିତାଙ୍କର ପୁତ୍ର ନ ଥିବା ସକାଶୁ କି ହେତୁ ତାଙ୍କର ନାମ ତାଙ୍କ ବଂଶରୁ ଲୋପ ପାଇବ? ଆମ୍ଭମାନଙ୍କ ପିତୃବଂଶୀୟ ଭାଇମାନଙ୍କ ମଧ୍ୟରେ ଆମ୍ଭମାନଙ୍କୁ ଅଧିକାର ଦିଅ ।
5
ଏଥିରେ ମୋଶା ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କର ବିଚାର ଉପସ୍ଥିତ କରାଇଲେ ।
6
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ,
7
ସଲଫାଦର କନ୍ୟାଗଣ ଯଥାର୍ଥ କହୁଅଛନ୍ତି; ତୁମ୍ଭେ ସେମାନଙ୍କ ପିତୃବଂଶୀୟ ଭ୍ରାତୃଗଣ ମଧ୍ୟରେ ଅବଶ୍ୟ ସେମାନଙ୍କୁ ପୈତୃକ-ଅଧିକାର ଦେବ; ପୁଣି ତୁମ୍ଭେ ସେମାନଙ୍କୁ ସେମାନଙ୍କ ପୈତୃକ-ଅଧିକାର ସମର୍ପଣ କରିବ ।
8
ଆଉ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ମନୁଷ୍ୟ ମଲେ ଯେବେ ତାହାର ପୁତ୍ର ନ ଥାଏ, ତେବେ ତୁମ୍ଭେମାନେ ତାହାର ଅଧିକାର ତାହାର କନ୍ୟାକୁ ସମର୍ପଣ କରିବ ।
9
ଯେବେ ତାହାର କନ୍ୟା ନ ଥାଏ, ତେବେ ତାହାର ଅଧିକାର ତାହାର ଭାଇମାନଙ୍କୁ ଦେବ ।
10
ପୁଣି ଯେବେ ତାହାର ଭାଇ ନ ଥାଏ, ତେବେ ତାହାର ପିତୃବ୍ୟମାନଙ୍କୁ ତାହାର ଅଧିକାର ଦେବ ।
11
ଆଉ ଯେବେ ତାହାର ପିତୃବ୍ୟ ନ ଥାଏ, ତେବେ ତାହାର ବଂଶ ମଧ୍ୟରୁ ନିକଟସ୍ଥ ଜ୍ଞାତିକି ତାହା ଅଧିକାର ଦେବ ଓ ସେ ତାହା ଅଧିକାର କରିବ; ମୋଶା ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏହା ଇସ୍ରାଏଲ-ସନ୍ତାନଗଣର ବିଚାର-ବିଧି ହେବ ।
12
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ଏହି ଅବାରୀମ୍ ପର୍ବତ ଆରୋହଣ କର, ପୁଣି ଆମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛୁ, ତାହା ନିରୀକ୍ଷଣ କର ।
13
ତାହା ନିରୀକ୍ଷଣ କଲା ଉତ୍ତାରେ ତୁମ୍ଭ ଭ୍ରାତା ହାରୋଣ ତୁଲ୍ୟ ତୁମ୍ଭେ ମଧ୍ୟ ଆପଣା ପିତୃଗଣ ନିକଟରେ ସଂଗୃହୀତ ହେବ ।
14
ଯେହେତୁ ତୁମ୍ଭେମାନେ ସୀନ୍ ପ୍ରାନ୍ତରରେ ମଣ୍ତଳୀର ବିବାଦରେ ଲୋକମାନଙ୍କ ଦୃଷ୍ଟିଗୋଚରରେ ଜଳ ନିକଟରେ ଆମ୍ଭକୁ ପବିତ୍ର ରୂପେ ମାନ୍ୟ କରିବା ବିଷୟକ ଆମ୍ଭ ଆଜ୍ଞାର ବିରୁଦ୍ଧାଚରଣ କଲ । (ସେହି ଜଳ ସୀନ୍ ପ୍ରାନ୍ତରର କାଦେଶସ୍ଥ ମିରୀବାଃ ଜଳ ।)
15
ତହିଁରେ ମୋଶା ସଦାପ୍ରଭୁଙ୍କୁ କହିଲେ,
16
ସଦାପ୍ରଭୁ ସର୍ବଶରୀରସ୍ଥ ଆତ୍ମାଗଣର ପରମେଶ୍ଵର ମଣ୍ତଳୀ ଉପରେ ଏକ ଜଣ ନିଯୁକ୍ତ କରନ୍ତୁ,
17
ଯେ ସେମାନଙ୍କ ଅଗ୍ରଗାମୀ ହୋଇ ବାହାରକୁ ଯାଇ ପାରିବ ଓ ସେମାନଙ୍କ ଅଗ୍ରଗାମୀ ହୋଇ ଭିତରକୁ ଆସି ପାରିବ, ପୁଣି ଯେ ସେମାନଙ୍କର ପଥପ୍ରଦର୍ଶକ ହୋଇ ସେମାନଙ୍କୁ ବାହାରକୁ ନେଇ ପାରିବ ଓ ଭିତରକୁ ଆଣି ପାରିବ; ତାହା କଲେ ସଦାପ୍ରଭୁଙ୍କର ମଣ୍ତଳୀ ପାଳକବିହୀନ ମେଷପଲ ତୁଲ୍ୟ ହେବ ନାହିଁ ।
18
ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, ନୂନର ପୁତ୍ର ଯିହୋଶୂୟକୁ ନିଅ, ସେହି ଲୋକଠାରେ ଆତ୍ମା ଅଛନ୍ତି, ପୁଣି ତୁମ୍ଭେ ତାହା ଉପରେ ହସ୍ତାର୍ପଣ କର;
19
ଆଉ ଇଲୀୟାସର ଯାଜକ ସମ୍ମୁଖରେ ଓ ସମସ୍ତ ମଣ୍ତଳୀ ସମ୍ମୁଖରେ ତାହାକୁ ଉପସ୍ଥିତ କରାଇ ସେମାନଙ୍କ ସାକ୍ଷାତରେ ଆଜ୍ଞା ଦିଅ ।
20
ଆହୁରି ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ଯେପରି ତାହାର ଆଜ୍ଞାବହ ହେବେ, ଏଥିପାଇଁ ତୁମ୍ଭେ ଆପଣା ସମ୍ଭ୍ରମ ତାହା ଉପରେ ଅର୍ପଣ କର ।
21
ପୁଣି ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ଵାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ତଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ ।
22
ଏଥିରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ କର୍ମ କଲେ; ସେ ଯିହୋଶୂୟଙ୍କୁ ଇଲୀୟାସର ଯାଜକ ସମ୍ମୁଖରେ ଓ ସମୁଦାୟ ମଣ୍ତଳୀ ସମ୍ମୁଖରେ ଉପସ୍ଥିତ କରାଇଲେ ।
23
ପୁଣି ସେ ତାଙ୍କ ଉପରେ ହସ୍ତାର୍ପଣ କଲେ, ପୁଣି ସଦାପ୍ରଭୁ ମୋଶାଙ୍କ ହାତରେ ଯେରୂପ କହିଥିଲେ, ସେରୂପ ସେ ତାଙ୍କୁ ଆଜ୍ଞା ଦେଲେ।
← Chapter 26
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 28 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36