bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 28
Numbers 28
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 29 →
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ତୁମ୍ଭେମାନେ ଆମ୍ଭର ତୁଷ୍ଟିଜନକ ଆଘ୍ରାଣାର୍ଥେ ଆମ୍ଭର ଉପହାର, ଅର୍ଥାତ୍, ଆମ୍ଭ ଉଦ୍ଦେଶ୍ୟରେ ଅଗ୍ନିକୃତ ନାନା ନୈବେଦ୍ୟାର୍ଥକ ଆମ୍ଭର ଯେଉଁ ଭକ୍ଷ୍ୟ, ତାହା ତହିଁର ନିରୂପିତ ସମୟରେ ଉତ୍ସର୍ଗ କରିବାକୁ ମନୋଯୋଗ କରିବ ।
3
ପୁଣି ତୁମ୍ଭେ ସେମାନଙ୍କୁ କହିବ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯେଉଁ ଅଗ୍ନିକୃତ ଉପହାର ଉତ୍ସର୍ଗ କରିବ, ତାହା ଏହି; ପ୍ରତି ଦିନ ନିତ୍ୟ ହୋମ ନିମନ୍ତେ ଏକବର୍ଷୀୟ ନିଖୁ; ଦୁଇ ମେଷବତ୍ସ ।
4
ପ୍ରାତଃକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ଓ ସନ୍ଧ୍ୟାକାଳରେ ଏକ ମେଷବତ୍ସ ଉତ୍ସର୍ଗ କରିବ ।
5
ପୁଣି ଭକ୍ଷ୍ୟ-ନୈବେଦ୍ୟ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେଷା ତୈଳମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦା ଦେବ ।
6
ଏହା ନିତ୍ୟ ହୋମବଳି, ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ଏହା ସୀନୟ ପର୍ବତରେ ନିରୂପିତ ହୋଇଥିଲା ।
7
ପୁଣି ତହିଁର ଏକ ମେଷବତ୍ସ ନିମନ୍ତେ ଏକ ହିନ୍ର ଚତୁର୍ଥାଂଶ ପେୟ-ନୈବେଦ୍ୟ ହେବ । ତୁମ୍ଭେ ପବିତ୍ର ସ୍ଥାନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପେୟ-ନୈବେଦ୍ୟ ରୂପେ ମଦ୍ୟ ଢାଳିବ ।
8
ଆଉ ତୁମ୍ଭେ ଅନ୍ୟ ମେଷବତ୍ସକୁ ସନ୍ଧ୍ୟାକାଳରେ ଉତ୍ସର୍ଗ କରିବ; ଯେପରି ପ୍ରାତଃକାଳର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ, ସେପରି ତୁମ୍ଭେ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତୁଷ୍ଟିଜନକ ଆଘ୍ରାଣାର୍ଥେ ଅଗ୍ନିକୃତ ଉପହାର ରୂପେ ଉତ୍ସର୍ଗ କରିବ ।
9
ଆଉ ବିଶ୍ରାମଦିନରେ ଏକବର୍ଷୀୟ ନିଖୁ; ଦୁଇ ମେଷବତ୍ସ ଓ ତୈଳମିଶ୍ରିତ ଏକ ଐଫାର ଦୁଇ ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ;
10
ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ପ୍ରତି ବିଶ୍ରାମବାରର ଏହି ହୋମବଳି ହେବ ।
11
ଆଉ ପ୍ରତି ମାସର ଆରମ୍ଭରେ ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ନିଖୁ; ମେଷବତ୍ସ ଉତ୍ସର୍ଗ କରିବ ।
12
ପୁଣି ଏକ ଗୋବତ୍ସ ନିମନ୍ତେ ଏକ ଐଫାର ତିନି ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଉ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
13
ପୁଣି ଏକ ଏକ ମେଷବତ୍ସ ନିମନ୍ତେ ଏକ ଏକ ଐଫାର ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ହେବ; ତହିଁରେ ସେହି ହୋମବଳି ତୁଷ୍ଟିଜନକ ଆଘ୍ରାଣର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ହେବ ।
14
ଆଉ ଏକ ଗୋବତ୍ସ ନିମନ୍ତେ ଏକ ହିନର ଅର୍ଦ୍ଧେକ ଓ ଏକ ମେଷ ନିମନ୍ତେ ଏକ ହିନର ତୃତୀୟାଂଶ ଓ ଏକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସ ପେୟ-ନୈବେଦ୍ୟ ହେବ; ଏହା ବର୍ଷର ପ୍ରତି ମାସର ଅମାବାସ୍ୟାରେ କର୍ତ୍ତବ୍ୟ ମାସିକ ହୋମ ହେବ ।
15
ପୁଣି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପାପାର୍ଥକ ବଳି ରୂପେ ଏକ ଛାଗ ଉତ୍ସର୍ଗ କରାଯିବ ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ହେବ ।
16
ଆହୁରି ପ୍ରଥମ ମାସରେ, ସେହି ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ ।
17
ପୁଣି ସେହି ମାସର ପଞ୍ଚଦଶ ଦିନରେ ଉତ୍ସବ ହେବ; ସାତ ଦିନ ତାଡ଼ିଶୂନ୍ୟ ରୋଟୀ ଭୋଜନ କରାଯିବ ।
18
ପ୍ରଥମ ଦିନରେ ପବିତ୍ର ସଭା ହେବ; ସେହି ଦିନରେ ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
19
ମାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ନିମନ୍ତେ ଦୁଇ ପୁଂଗୋବତ୍ସ ଓ ଏକ ମେଷ ଓ ଏକବର୍ଷୀୟ ସାତ ମେଷବତ୍ସ, ଏହିସବୁ ନିଖୁ; ପଶୁ;
20
ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ ଓ ଏକ ମେଷ ନିମନ୍ତେ ଦୁଇ ଦଶମାଂଶ,
21
ଆଉ ସାତ ମେଷବତ୍ସ ମଧ୍ୟରେ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ,
22
ପୁଣି ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବା ପାଇଁ ପାପାର୍ଥକ ବଳି ରୂପେ ଏକ ଛାଗ,
23
ଏହି ସମସ୍ତ ତୁମ୍ଭେମାନେ ନିତ୍ୟ ହୋମର ପ୍ରାତଃକାଳୀନ ହୋମ ଛଡ଼ା ଉତ୍ସର୍ଗ କରିବ ।
24
ତୁମ୍ଭେମାନେ ଏହି ବିଧି ଅନୁସାରେ ସାତ ଦିନ ଯାଏ ପ୍ରତି ଦିନ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଭକ୍ଷ୍ୟ ରୂପ ଉପହାର ଉତ୍ସର୍ଗ କରିବ; ନିତ୍ୟ ହୋମ ଓ ତହିଁର ପେୟ-ନୈବେଦ୍ୟ ଛଡ଼ା ତାହା ଉତ୍ସର୍ଗିତ ହେବ ।
25
ପୁଣି ସପ୍ତମ ଦିନରେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
26
ଆହୁରି ପ୍ରଥମ-ପକ୍ଵ ଫଳର ଦିନରେ, ଅର୍ଥାତ୍, ଯେତେବେଳେ ତୁମ୍ଭେମାନେ ଆପଣାମାନଙ୍କ ଉତ୍ସବ-ସପ୍ତାହମାନଙ୍କରେ ସଦାପ୍ରଭୁଙ୍କ ଛାମୁକୁ ନୂତନ ଭକ୍ଷ୍ୟ-ନୈବେଦ୍ୟ ଆଣିବ, ସେତେବେଳେ ତୁମ୍ଭମାନଙ୍କର ପବିତ୍ର ସଭା ହେବ; ତୁମ୍ଭେମାନେ କୌଣସି ବ୍ୟବସାୟ କର୍ମ କରିବ ନାହିଁ ।
27
ମାତ୍ର ତୁମ୍ଭେମାନେ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ରୂପେ ଦୁଇ ପୁଂଗୋବତ୍ସ, ଏକ ମେଷ, ଏକବର୍ଷୀୟ ସାତ ମେଷବତ୍ସ;
28
ପୁଣି ଏକ ଗୋବତ୍ସ ନିମନ୍ତେ ତିନି ଦଶମାଂଶ, ଏକ ମେଷ ନିମନ୍ତେ ଦୁଇ ଦଶମାଂଶ
29
ଓ ସାତ ମେଷବତ୍ସ ମଧ୍ୟରୁ ଏକ ଏକ ବତ୍ସ ନିମନ୍ତେ ଏକ ଏକ ଦଶମାଂଶ ତୈଳମିଶ୍ରିତ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ;
30
ଆଉ ତୁମ୍ଭମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରଣାର୍ଥ ଏକ ଛାଗ ଉତ୍ସର୍ଗ କରିବ ।
31
ତୁମ୍ଭେମାନେ ନିତ୍ୟ ହୋମ ଓ ତହିଁର ଭକ୍ଷ୍ୟ-ନୈବେଦ୍ୟ ଛଡ଼ା ଏହି ସମସ୍ତ ଓ ତହିଁର ପେୟ-ନୈବେଦ୍ୟ ଉତ୍ସର୍ଗ କରିବ, ଏହିସବୁ ନିଖୁ; ହେବ ।
← Chapter 27
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 29 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36