bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 4
Numbers 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 5 →
1
ଅନନ୍ତର ସଦାପ୍ରଭୁ ମୋଶା ଓ ହାରୋଣଙ୍କୁ କହିଲେ,
2
ତୁମ୍ଭେମାନେ ଲେବୀର ସନ୍ତାନଗଣ ମଧ୍ୟରୁ କହାତ- ସନ୍ତାନଗଣମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ
3
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବାକୁ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର ।
4
ସମାଗମ-ତମ୍ଵୁରେ ମହାପବିତ୍ର ଦ୍ରବ୍ୟାଦିର (ରକ୍ଷା) କହାତ-ସନ୍ତାନଗଣର ସେବା ଅଟେ ।
5
ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ଆଚ୍ଛାଦନର ବିଚ୍ଛେଦବସ୍ତ୍ର ନେଇ ସାକ୍ଷ୍ୟ-ସିନ୍ଦୁକ ଢାଙ୍କିବେ
6
ଓ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେବେ ଓ ତହିଁ ଉପରେ ସମ୍ପୂର୍ଣ୍ଣ ନୀଳବର୍ଣ୍ ଏକ ବସ୍ତ୍ର ଦେବେ, ତହିଁ ଉତ୍ତାରେ ତହିଁର ସାଙ୍ଗୀ ଲଗାଇବେ ।
7
ଅନନ୍ତର ସେମାନେ ଦର୍ଶନୀୟ ରୋଟୀର ମେଜ ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇବେ ଓ ତହିଁ ଉପରେ ଥାଳୀ ଓ ଚମସ ଓ ଗଡ଼ୁ ଓ ଢାଳିବା ପାତ୍ରସକଳ ରଖିବେ ଓ ତହିଁ ଉପରେ ନିତ୍ୟ ରୋଟୀ ରହିବ ।
8
ସେହି ସମସ୍ତର ଉପରେ ସେମାନେ ଏକ ସିନ୍ଦୂରବର୍ଣ୍ଣ ବସ୍ତ୍ର ବିଛାଇବେ ଓ ଶିଶୁକଚର୍ମର ଆଚ୍ଛାଦନ ଦେଇ ତାହା ଢାଙ୍କିବେ, ତହୁଁ ତହିଁର ସାଙ୍ଗୀ ଲଗାଇବେ ।
9
ଏଉତ୍ତାରେ ସେମାନେ ଏକ ନୀଳବର୍ଣ୍ଣ ବସ୍ତ୍ର ନେଇ ଆଲୁଅର ଦୀପବୃକ୍ଷ ଓ ତହିଁର ପ୍ରଦୀପ ଓ ଚିମୁଟା ଓ ଅଙ୍ଗାରଧାନୀ ଓ ତହିଁର ସେବାର୍ଥକ ସମସ୍ତ ତୈଳପାତ୍ର ଆଚ୍ଛାଦନ କରିବେ ।
10
ପୁଣି ସେମାନେ ତାହା ଓ ତହିଁର ସମସ୍ତ ପାତ୍ର ଶିଶୁକଚର୍ମର ଏକ ଆଚ୍ଛାଦନରେ ରଖି ଦୋଳା ଉପରେ ଥୋଇବେ ।
11
ପୁଣି ସେମାନେ ସ୍ଵର୍ଣ୍ଣମୟ ବେଦି ଉପରେ ନୀଳବର୍ଣ୍ଣ ଏକ ବସ୍ତ୍ର ବିଛାଇ ତାହା ଶିଶୁକଚର୍ମରେ ଢ଼ାଙ୍କିବେ ଓ ତହିଁରେ ସାଙ୍ଗୀ ଲଗାଇବେ ।
12
ଆଉ ସେମାନେ ପବିତ୍ର ସ୍ଥାନର ସେବାର୍ଥକ ସମସ୍ତ ପାତ୍ର ନେଇ ନୀଳବର୍ଣ୍ଣ ବସ୍ତ୍ର ମଧ୍ୟରେ ରଖିବେ ଓ ଶିଶୁକଚର୍ମର ଏକ ଆଚ୍ଛାଦନରେ ତାହା ଢାଙ୍କି ଦୋଳା ଉପରେ ରଖିବେ ।
13
ପୁଣି ସେମାନେ ବେଦିରୁ ଭସ୍ମ କାଢ଼ି ନେଇ ତହିଁ ଉପରେ ବାଇଗଣିଆ ବର୍ଣ୍ଣ ବସ୍ତ୍ର ବିଛାଇବେ ।
14
ଆଉ ତହିଁ ଉପରେ ସେମାନେ ଅଙ୍ଗାରଧାନୀ, ତ୍ରିଶୂଳ ଓ କରଚୁଲି ଓ କୁଣ୍ତ ପ୍ରଭୃତି ବେଦିର ସେବାର୍ଥକ ସମସ୍ତ ପାତ୍ର ରଖିବେ; ତହୁଁ ସେମାନେ ତହିଁ ଉପରେ ଶିଶୁକଚର୍ମର ଆଚ୍ଛାଦନ ଦେଇ ସାଙ୍ଗୀ ଲଗାଇବେ ।
15
ଏହିରୂପେ ଛାଉଣି ଅଗ୍ରସର ହେବା ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ର ସ୍ଥାନ ଓ ପବିତ୍ର ସ୍ଥାନର ସମସ୍ତ ଦ୍ରବ୍ୟ ଢାଙ୍କିବାର ଶେଷ କଲା ଉତ୍ତାରେ କହାତ୍-ସନ୍ତାନଗଣ ତାହା ବହିବା ପାଇଁ ଆସିବେ; ମାତ୍ର ସେମାନଙ୍କର ମୃତ୍ୟୁ ଯେପରି ନ ହୁଏ, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ସ୍ପର୍ଶ କରିବେ ନାହିଁ । ଏହା ହିଁ ସମାଗମ-ତମ୍ଵୁରେ କହାତ୍-ସନ୍ତାନଗଣର ଭାର ହେବ ।
16
ଆଉ ସମସ୍ତ ଆବାସର ଓ ତନ୍ମଧ୍ୟସ୍ଥିତ ସମସ୍ତ ଦ୍ରବ୍ୟର ଓ ପବିତ୍ର ସ୍ଥାନର ଓ ତହିଁରେ ସ୍ଥିତ ସମସ୍ତ ଦ୍ରବ୍ୟର ତତ୍ତ୍ଵାବଧାନ, ଅର୍ଥାତ୍, ଦୀପାର୍ଥକ ତୈଳ ଓ ଧୂପାର୍ଥକ ସୁଗନ୍ଧି ଦ୍ରବ୍ୟ ଓ ନିତ୍ୟ ଭକ୍ଷ୍ୟ-ନୈବେଦ୍ୟ ଓ ଅଭିଷେକାର୍ଥକ ତୈଳ, ଏହି ସବୁର ତତ୍ତ୍ଵାବଧାନ କାର୍ଯ୍ୟ ହାରୋଣଙ୍କ ପୁତ୍ର ଇଲୀୟାସର ଯାଜକର ହେବ ।
17
ଅନନ୍ତର ସଦାପ୍ରଭୁ ମୋଶା ହାରୋଣଙ୍କୁ କହିଲେ,
18
ତୁମ୍ଭେମାନେ ଲେବୀୟମାନଙ୍କ ମଧ୍ୟରୁ କହାତ୍ ବଂଶୀୟ ଗୋଷ୍ଠୀକି ଉଚ୍ଛିନ୍ନ କର ନାହିଁ!
19
ମାତ୍ର ସେମାନେ ମହାପବିତ୍ର ସ୍ଥାନର ନିକଟବର୍ତ୍ତୀ ହେଲା ବେଳେ ଯେପରି ନ ମରି ବଞ୍ଚନ୍ତି, ଏଥିପାଇଁ ତୁମ୍ଭେମାନେ ସେମାନଙ୍କ ପ୍ରତି ଏରୂପ କରିବ; ହାରୋଣ ଓ ତାହାର ପୁତ୍ରଗଣ ଭିତରେ ଯାଇ ସେମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା ସେବାରେ ଓ ଭାରବହନରେ ନିଯୁକ୍ତ କରିବେ ।
20
ମାତ୍ର ସେମାନେ ଯେପରି ନ ମରନ୍ତି, ଏଥିପାଇଁ ସେମାନେ ପବିତ୍ର ସ୍ଥାନ ଦେଖିବା ନିମନ୍ତେ ଏକ ନିମିଷ ପର୍ଯ୍ୟନ୍ତ ଭିତରକୁ ଯିବେ ନାହିଁ ।
21
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
22
ତୁମ୍ଭେ ଗେର୍ଶୋନ-ସନ୍ତାନଗଣର ପିତୃଗୃହ ଓ ବଂଶାନୁସାରେ ସେମାନଙ୍କର ସଂଖ୍ୟା ନିଅ;
23
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କର ।
24
ସେବା କରିବା ଓ ଭାର ବହିବା କାର୍ଯ୍ୟ ମଧ୍ୟରେ ଗେର୍ଶୋନୀୟ ବଂଶର ସେବା ଏହି;
25
ସେମାନେ ଆବାସର ଯବନିକା ସକଳ ଓ ସମାଗମ-ତମ୍ଵୁ, ତହିଁର ଆଚ୍ଛାଦନ ଓ ତହିଁର ଉପରିସ୍ଥିତ ଶିଶୁକଚର୍ମର ଛାତ ଓ ସମାଗମ-ତମ୍ଵୁ ଦ୍ଵାରର ଆଚ୍ଛାଦନବସ୍ତ୍ର ।
26
ଆଉ ପ୍ରାଙ୍ଗଣର ପରଦାସକଳ ଓ ଆବାସର ଓ ବେଦିର ଚତୁର୍ଦ୍ଦିଗସ୍ଥିତ ପ୍ରାଙ୍ଗଣ ଦ୍ଵାରର ଆଚ୍ଛାଦନବସ୍ତ୍ର ଓ ତହିଁର ରଜ୍ଜୁ ଓ ତହିଁର ସେବାର୍ଥକ ସମସ୍ତ ଦ୍ରବ୍ୟ ବହିବେ ଓ ସେହି ସବୁରେ ଯେ ଯେ କାର୍ଯ୍ୟ କରିବାକୁ ହୁଏ, ତାହାସବୁ କରିବେ ।
27
ହାରୋଣ ଓ ତାଙ୍କର ପୁତ୍ରଗଣର ଆଜ୍ଞାନୁସାରେ ଗେର୍ଶୋନର ସନ୍ତାନଗଣ ଆପଣା ଆପଣା ଭାର ଓ ସେବା ସମ୍ଵନ୍ଧୀୟ ସମସ୍ତ କର୍ମ କରିବେ; ଆଉ ତୁମ୍ଭେମାନେ ରକ୍ଷଣୀୟ ବୋଲି ସେମାନଙ୍କ ସମସ୍ତ ଭାରରେ ସେମାନଙ୍କୁ ନିଯୁକ୍ତ କରିବ ।
28
ସମାଗମ-ତମ୍ଵୁରେ ଗେର୍ଶୋନୀୟ ସନ୍ତାନମାନଙ୍କ ବଂଶର ଏହି ସେବା; ପୁଣି ସେମାନଙ୍କ ରକ୍ଷଣୀୟ ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ ।
29
ଏଉତ୍ତାରେ ତୁମ୍ଭେ ମରାରି-ସନ୍ତାନଗଣର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କୁ ଗଣନା କରିବ ।
30
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କାର୍ଯ୍ୟ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହୁଅନ୍ତି, ସେମାନଙ୍କୁ ଗଣନା କରିବ ।
31
ପୁଣି ସମାଗମ-ତମ୍ଵୁରେ ସେମାନଙ୍କର ସମସ୍ତ ସେବାକର୍ମ ସମ୍ଵନ୍ଧୀୟ ଏହି ଏହି ଭାର ସେମାନଙ୍କର ରକ୍ଷଣୀୟ ହେବ; ଆବାସର ପଟା ଓ ତହିଁର ଅର୍ଗଳ ଓ ସ୍ତମ୍ଭ ଓ ଚୁଙ୍ଗୀସକଳ,
32
ଓ ପ୍ରାଙ୍ଗଣର ଚତୁର୍ଦ୍ଦିଗସ୍ଥ ସ୍ତମ୍ଭ ଓ ତହିଁର ଚୁଙ୍ଗୀ ଓ ମେଖ ଓ ରଜ୍ଜୁ ଓ ତହିଁ ସମ୍ଵନ୍ଧୀୟ ସମସ୍ତ ଦ୍ରବ୍ୟ ଓ କାର୍ଯ୍ୟ; ତୁମ୍ଭେମାନେ ସେମାନଙ୍କ ରକ୍ଷଣୀୟ-ଭାର⇧ ଦ୍ରବ୍ୟାଦି ନାମ ଦ୍ଵାରା ନିରୂପଣ କରିବ ।
33
ସମାଗମ-ତମ୍ଵୁରେ ମରାରି-ସନ୍ତାନମାନଙ୍କ ବଂଶର ସମସ୍ତ ସେବା ସମ୍ଵନ୍ଧୀୟ ଏହି କାର୍ଯ୍ୟ; ଏହା ହାରୋଣ ଯାଜକର ପୁତ୍ର ଈଥାମରର ହସ୍ତଗତ ହେବ ।
34
ଅନନ୍ତର ମୋଶା ଓ ହାରୋଣ ଓ ମଣ୍ତଳୀର ଅଧିପତିଗଣ କହାତୀୟ ସନ୍ତାନମାନଙ୍କର ବଂଶ ଓ ପିତୃଗୃହ ଅନୁସାରେ ସେମାନଙ୍କ ମଧ୍ୟରୁ
35
ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ, ସେମାନଙ୍କୁ ଗଣନା କଲେ ।
36
ତହିଁରେ ସେମାନଙ୍କ ବଂଶାନୁସାରେ ଗଣିତ ଲୋକ ଦୁଇ ହଜାର ସାତ ଶହ ପଚାଶ ଜଣ ହେଲେ;
37
ଏମାନେ କହାତୀୟ ବଂଶର ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ ।
38
ପୁଣି ଗେର୍ଶୋନର ସନ୍ତାନଗଣ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
39
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
40
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ଦୁଇ ହଜାର ଛଅ ଶହ ତିରିଶ ଜଣ ହେଲେ ।
41
ଏମାନେ ଗେର୍ଶୋନ-ସନ୍ତାନଗଣର ବଂଶରେ ଗଣିତ ଓ ସମାଗମ-ତମ୍ଵୁର ସେବାକର୍ମରେ ନିଯୁକ୍ତ ଲୋକ; ମୋଶା ଓ ହାରୋଣ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଏମାନଙ୍କୁ ଗଣନା କଲେ ।
42
ଆଉ ମରାରି-ସନ୍ତାନଗଣର ବଂଶ ମଧ୍ୟରେ ଯେଉଁମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଗଲେ,
43
ଅର୍ଥାତ୍, ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ କର୍ମ କରିବା ନିମନ୍ତେ ସେବକ ଶ୍ରେଣୀଭୁକ୍ତ ହେଲେ,
44
ସେମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣାଯାʼନ୍ତେ, ତିନି ହଜାର ଦୁଇ ଶହ ଜଣ ହେଲେ ।
45
ଏମାନେ ମରାରି ସନ୍ତାନଗଣ ବଂଶର ଗଣିତ ଲୋକ; ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ହାରୋଣ ଏମାନଙ୍କୁ ଗଣନା କଲେ ।
46
ଏହିରୂପେ ମୋଶା, ହାରୋଣ ଓ ଇସ୍ରାଏଲର ଅଧିପତିଗଣ ଦ୍ଵାରା ଯେଉଁ ଲେବୀୟ ଲୋକମାନେ ଆପଣା ଆପଣା ବଂଶ ଓ ପିତୃଗୃହ ଅନୁସାରେ ଗଣିତ ହେଲେ,
47
ଅର୍ଥାତ୍ ତିରିଶ ବର୍ଷ ବୟସ୍କଠାରୁ ପଚାଶ ବର୍ଷ ବୟସ୍କ ପର୍ଯ୍ୟନ୍ତ ଯେଉଁମାନେ ସମାଗମ-ତମ୍ଵୁରେ ସେବାକର୍ମରେ ଓ ଭାର ବହିବା କର୍ମରେ ନିଯୁକ୍ତ ହେଲେ,
48
ସେମାନେ ଗଣାଯାʼନ୍ତେ, ଆଠ ହଜାର ପାଞ୍ଚ ଶହ ଅଶୀ ଜଣ ହେଲେ ।
49
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସେମାନେ ପ୍ରତ୍ୟେକେ ମୋଶାଙ୍କର ହସ୍ତ ଦ୍ଵାରା ଆପଣା ଆପଣା ସେବା ଓ ଭାର ବହିବା କର୍ମ ଅନୁସାରେ ଗଣିତ ହେଲେ; ଏହିରୂପେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ତାଙ୍କ ଦ୍ଵାରା ସେମାନେ ଗଣିତ ହେଲେ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 5 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36