bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 6
Numbers 6
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 7 →
1
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, କୌଣସି ପୁରୁଷ କି ସ୍ତ୍ରୀ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହେବା ନିମନ୍ତେ ଯେବେ ନାସରୀୟ କୌଣସି ବିଶେଷ ବ୍ରତ କରେ,
3
ତେବେ ସେ ଦ୍ରାକ୍ଷାରସ ଓ ସୁରାରୁ ଆପଣାକୁ ପୃଥକ କରିବ; ସେ ଦ୍ରାକ୍ଷାରସର ସିର୍କା ଓ ସୁରାର ସିର୍କା ପାନ କରିବ ନାହିଁ, କିଅବା ସେ ଦ୍ରାକ୍ଷାଫଳଜାତ କୌଣସି ପେୟ ପାନ କରିବ ନାହିଁ ଓ କଞ୍ଚା କି ଶୁଖିଲା ଦ୍ରାକ୍ଷାଫଳ ଖାଇବ ନାହିଁ ।
4
ସେ ତାହାର ପୃଥକ ଥିବା ସମସ୍ତ ଦିନ ଦ୍ରାକ୍ଷାଫଳରେ ପ୍ରସ୍ତୁତ କୌଣସି ଦ୍ରବ୍ୟ କି ତହିଁର ମଞ୍ଜିଠାରୁ ଚୋପା ପର୍ଯ୍ୟନ୍ତ କିଛି ଖାଇବ ନାହିଁ ।
5
ତାହାର ବ୍ରତ ହେତୁ ପୃଥକ ଥିବା ସମସ୍ତ ଦିନ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ଦିନ ସମାପ୍ତ ହେବା ପର୍ଯ୍ୟନ୍ତ ସେ ପବିତ୍ର ରହିବ, ସେ ଆପଣା ମସ୍ତକର କେଶ ବୃଦ୍ଧି ପାଇବାକୁ ଦେବ ।
6
ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ ।
7
ଆପଣା ପିତା କି ମାତା କି ଭ୍ରାତା କି ଭଗିନୀ ମଲେ, ସେ ସେମାନଙ୍କ ସକାଶୁ ଆପଣାକୁ ଅଶୁଚି କରିବ ନାହିଁ; କାରଣ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ପୃଥକ୍ ହେବାର ଚିହ୍ନ ତାହାର ମସ୍ତକରେ ଅଛି ।
8
ତାହାର ପୃଥକ ଥିବା ସମସ୍ତ ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ।
9
ଆଉ ଯେବେ କୌଣସି ମନୁଷ୍ୟ ହଠାତ୍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ତନ କରିବ, ଅର୍ଥାତ୍, ସେ ସପ୍ତମ ଦିନରେ ତାହା ମୁଣ୍ତନ କରିବ ।
10
ପୁଣି ଅଷ୍ଟମ ଦିନରେ ସେ ଦୁଇ ଘୁଘୁ ଅବା ଦୁଇ କପୋତ ଛୁଆ ସମାଗମ-ତମ୍ଵୁ ଦ୍ଵାରରେ ଯାଜକ ନିକଟକୁ ଆଣିବ ।
11
ଆଉ ଯାଜକ ତହିଁରୁ ଗୋଟିକି ପାପାର୍ଥେ ଓ ଅନ୍ୟଟିକି ହୋମାର୍ଥେ ଉତ୍ସର୍ଗ କରିବ ଓ ସେ ଶବ-ଘଟିତ ଯେଉଁ ପାପ କଲା, ତହିଁ ଲାଗି ପ୍ରାୟଶ୍ଚିତ୍ତ କରିବ ଓ ସେ ସେହିଦିନ ତାହାର ମସ୍ତକ ପବିତ୍ର କରିବ ।
12
ତହୁଁ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ହୋଇ ରହିବା ଦିନମାନ ପୃଥକ କରିବ, ପୁଣି ଦୋଷାର୍ଥକ ବଳି ନିମନ୍ତେ ଏକବର୍ଷୀୟ ଗୋଟିଏ ମେଷବତ୍ସ ଆଣିବ; ମାତ୍ର ପୂର୍ବ ଦିନସବୁ ବୃଥା ହେବ, କାରଣ ତାହାର ପୃଥକକରଣ ଅଶୁଚି ହେଲା ।
13
ଆଉ ପୃଥକ ରହିବା ଦିନ ସମ୍ପୂର୍ଣ୍ଣ ହେଲେ, ନାସରୀୟ ବ୍ରତର ଏହି ବ୍ୟବସ୍ଥା; ବ୍ରତକାରୀ ସମାଗମ-ତମ୍ଵୁ ଦ୍ଵାର ନିକଟକୁ ଅଣାଯିବ ।
14
ପୁଣି ସେ ହୋମାର୍ଥେ ଏକବର୍ଷୀୟ ନିଖୁ; ଏକ ମେଷବତ୍ସ ଓ ପାପାର୍ଥେ ଏକବର୍ଷୀୟ ନିଖୁ; ଏକ ମେଷବତ୍ସ ଓ ମଙ୍ଗଳାର୍ଥେନିଖୁ; ଏକ ମେଷ
15
ଓ ଏକ ଡାଲା ତାଡ଼ିଶୂନ୍ୟ ରୋଟୀ, ତୈଳମିଶ୍ରିତ ସରୁ ମଇଦାର ପିଠା, ତାଡ଼ିଶୂନ୍ୟ ତୈଳାକ୍ତ ସରୁ ଚକୁଳି ଓ ତହିଁର ଭକ୍ଷ୍ୟ ଓ ପେୟ-ନୈବେଦ୍ୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ ।
16
ତହୁଁ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ଏହିସବୁ ଆଣି ତାହାର ପାପାର୍ଥକ ବଳି ଓ ହୋମାର୍ଥକ ବଳି ଉତ୍ସର୍ଗ କରିବ ।
17
ତହିଁ ଉତ୍ତାରେ ସେ ତାଡ଼ିଶୂନ୍ୟ ରୋଟୀର ଡାଲା ସହିତ ମଙ୍ଗଳାର୍ଥକ ମେଷବଳି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ; ମଧ୍ୟ ଯାଜକ ତହିଁର ଭକ୍ଷ୍ୟ-ନୈବେଦ୍ୟ ଓ ପେୟ-ନୈବେଦ୍ୟ ଉତ୍ସର୍ଗ କରିବ ।
18
ତେବେ ନାସରୀୟ ଲୋକ ସମାଗମ-ତମ୍ଵୁ ଦ୍ଵାରରେ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କରିବ ଓ ଆପଣା ପ୍ରତିଷ୍ଠିତ ମସ୍ତକର କେଶ ନେଇ ମଙ୍ଗଳାର୍ଥକ ବଳିର ଅଧଃସ୍ଥିତ ଅଗ୍ନିରେ ପକାଇବ ।
19
ପୁଣି ନାସରୀୟ ଲୋକ ଆପଣା ପ୍ରତିଷ୍ଠିତ ମସ୍ତକ ମୁଣ୍ତନ କଲା ଉତ୍ତାରେ, ଯାଜକ ସେହି ମେଷର ଜଳସିଦ୍ଧ ସ୍କନ୍ଧ ଓ ଡାଲାରୁ ଗୋଟିଏ ତାଡ଼ିଶୂନ୍ୟ ପିଠା ଓ ତାଡ଼ିଶୂନ୍ୟ ସରୁ ଚକୁଳି ନେଇ ତାହାର ହସ୍ତରେ ଦେବ ।
20
ଆଉ, ଯାଜକ ଦୋଳନୀୟ ନୈବେଦ୍ୟାର୍ଥେ ତାହାସବୁ ସଦାପ୍ରଭୁଙ୍କ ସମ୍ମୁଖରେ ଦୋଳାଇବ; ତହିଁରେ ଦୋଳନୀୟ ବକ୍ଷ ଓ ଉତ୍ତୋଳନୀୟ ଚଟୁଆ ସହିତ ତାହା ଯାଜକର ଉଦ୍ଦେଶ୍ୟରେ ପବିତ୍ର ହେବ; ତହିଁ ଉତ୍ତାରେ ସେହି ନାସରୀୟ ଲୋକ ଦ୍ରାକ୍ଷାରସ ପାନ କରି ପାରିବ ।
21
ନାସରୀୟ ବ୍ରତଧାରୀ ଲୋକ ଯାହା ଦେବାକୁ ସକ୍ଷମ, ତାହା ଛଡ଼ା ତାହାର ଓ ତାହାର ପୃଥକ ରହିବା ହେତୁରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ-ଦାନର ବ୍ୟବସ୍ଥା ଏହି; ସେ ଯେରୂପ ବ୍ରତ କରେ, ପୃଥକ ରହିବା ବ୍ୟବସ୍ଥାନୁସାରେ ତାହା ତାହାକୁ କରିବାକୁ ହେବ ।
22
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
23
ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
24
ସଦାପ୍ରଭୁ ତୁମ୍ଭକୁ ଆଶୀର୍ବାଦ କରନ୍ତୁ ଓ ତୁମ୍ଭକୁ ରକ୍ଷା କରନ୍ତୁ;
25
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖର ତେଜ ପ୍ରକାଶ କରନ୍ତୁ ଓ ତୁମ୍ଭକୁ ଅନୁଗ୍ରହ କରନ୍ତୁ;
26
ସଦାପ୍ରଭୁ ତୁମ୍ଭ ଉପରେ ଆପଣା ମୁଖ ଉଠାଉନ୍ତୁ ଓ ତୁମ୍ଭକୁ ଶାନ୍ତି ଦେଉନ୍ତୁ ।
27
ଏହିରୂପେ ସେମାନେ ଇସ୍ରାଏଲ-ସନ୍ତାନଗଣ ଉପରେ ଆମ୍ଭର ନାମ ରଖିବେ; ତହିଁରେ ଆମ୍ଭେ ସେମାନଙ୍କୁ ଆଶୀର୍ବାଦ କରିବା ।
← Chapter 5
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 7 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36