bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Numbers 9
Numbers 9
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 10 →
1
ଅନନ୍ତର ଲୋକମାନେ ମିସର ଦେଶରୁ ବାହାର ହେଲା ଉତ୍ତାରେ ଦ୍ଵିତୀୟ ବର୍ଷର ପ୍ରଥମ ମାସରେ ସୀନୟ ପ୍ରାନ୍ତରରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2
ଇସ୍ରାଏଲ-ସନ୍ତାନଗଣ ନିରୂପିତ ସମୟରେ ନିସ୍ତାର ପର୍ବ ପାଳନ କରନ୍ତୁ;
3
ଏହି ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା କାଳର ନିରୂପିତ ସମୟରେ ତୁମ୍ଭେମାନେ ତାହା ପାଳନ କରିବ; ତହିଁର ସମସ୍ତ ବିଧି ଓ ନିୟମ ଅନୁସାରେ ତାହା ପାଳନ କରିବ ।
4
ତହୁଁ ମୋଶା ଇସ୍ରାଏଲ-ସନ୍ତାନଗଣକୁ ନିସ୍ତାର ପର୍ବ ପାଳନ କରିବା ପାଇଁ କହିଲେ ।
5
ତହିଁରେ ସେମାନେ ପ୍ରଥମ ମାସ ଚତୁର୍ଦ୍ଦଶ ଦିନର ସନ୍ଧ୍ୟା ବେଳେ ସୀନୟ ପ୍ରାନ୍ତରରେ ନିସ୍ତାର ପର୍ବ ପାଳନ କଲେ; ସଦାପ୍ରଭୁ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତଦନୁସାରେ ଇସ୍ରାଏଲ-ସନ୍ତାନଗଣ ସବୁ କର୍ମ କଲେ ।
6
ମାତ୍ର କେତେକ ଲୋକ ମନୁଷ୍ୟର ଶବ ସ୍ପର୍ଶ କରି ଅଶୁଚି ହେବାରୁ ସେହିଦିନ ସେମାନେ ନିସ୍ତାର ପର୍ବ ପାଳନ କରି ପାରିଲେ ନାହିଁ; ଏନିମନ୍ତେ ସେମାନେ ସେହିଦିନ ମୋଶା ଓ ହାରୋଣଙ୍କ ନିକଟକୁ ଆସିଲେ ।
7
ସେହି ଲୋକମାନେ ତାଙ୍କୁ କହିଲେ, ଆମ୍ଭେମାନେ ମନୁଷ୍ୟର ଶବ ଦ୍ଵାରା ଅଶୁଚି ହୋଇଅଛୁ; ଏହେତୁ ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କରିବା ପାଇଁ କିହେତୁ ଆମ୍ଭେମାନେ ନିବାରିତ ହେଉ?
8
ତେବେ ମୋଶା ସେମାନଙ୍କୁ କହିଲେ, ତୁମ୍ଭେମାନେ ରହିଥାଅ; ତୁମ୍ଭମାନଙ୍କ ବିଷୟରେ ସଦାପ୍ରଭୁ କି ଆଜ୍ଞା ଦେବେ, ତାହା ଶୁଣେ ।
9
ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ,
10
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ କୁହ, ତୁମ୍ଭମାନଙ୍କ ମଧ୍ୟରେ କିଅବା ତୁମ୍ଭମାନଙ୍କ ଭବିଷ୍ୟତ ସନ୍ତାନଗଣ ମଧ୍ୟରେ ଯେବେ କେହି ଶବ ଦ୍ଵାରା ଅଶୁଚି ହୁଏ, କିଅବା ଦୂର ସ୍ଥାନରେ ପଥିକ ହୁଏ, ତେବେହେଁ ସେ ସଦାପ୍ରଭୁଙ୍କ ନିସ୍ତାର ପର୍ବ ପାଳନ କରିବ;
11
ଦ୍ଵିତୀୟ ମାସର ଚତୁର୍ଦ୍ଦଶ ଦିନ ସନ୍ଧ୍ୟା ବେଳେ ସେମାନେ ତାହା ପାଳନ କରିବେ; ସେମାନେ ତାଡ଼ିଶୂନ୍ୟ ରୋଟୀ ଓ ପିତା ଶାକ ସହିତ ତାହା ଭୋଜନ କରିବେ;
12
ସେମାନେ ପ୍ରଭାତ ପର୍ଯ୍ୟନ୍ତ ତହିଁରୁ କିଛି ରଖିବେ ନାହିଁ କିଅବା ତହିଁର କୌଣସି ହାଡ଼ ଭାଙ୍ଗିବେ ନାହିଁ; ସେମାନେ ନିସ୍ତାର ପର୍ବର ସମସ୍ତ ବିଧି ଅନୁସାରେ ପାଳନ କରିବେ ।
13
ମାତ୍ର ଯେକେହି ଶୁଚି ଥାଇ ଓ ପଥିକ ନ ହୋଇ ନିସ୍ତାର ପର୍ବ ପାଳନ କରିବାରୁ କ୍ଷା; ହୁଏ, ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ନିରୂପିତ ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗ କଲା ନାହିଁ, ଏଥପାଇଁ ସେହି ମନୁଷ୍ୟ ଆପଣା ପାପ ବହିବ;
14
ଆଉ ଯେବେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ କୌଣସି ବିଦେଶୀୟ ଲୋକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିସ୍ତାର ପର୍ବ ପାଳନ କରିବାକୁ ଇଚ୍ଛା କରେ, ତେବେ ସେ ନିସ୍ତାର ପର୍ବର ବିଧି ଅନୁସାରେ ଓ ତହିଁର ନିୟମାନୁସାରେ ତାହା ପାଳନ କରିବ; ସ୍ଵଦେଶଜାତ କି ବିଦେଶଜାତ, ଦୁହିଁଙ୍କ ପାଇଁ ତୁମ୍ଭମାନଙ୍କର ଏକ ବିଧି ହେବ ।
15
ଆଉ ଯେଉଁ ଦିନ ଆବାସ ସ୍ଥାପିତ ହେଲା, ସେହିଦିନ ମେଘ ଆବାସକୁ, ଅର୍ଥାତ୍, ସାକ୍ଷ୍ୟତମ୍ଵୁକୁ ଆଚ୍ଛାଦନ କଲା; ପୁଣି ତାହା ସନ୍ଧ୍ୟା ସମୟରୁ ପ୍ରଭାତ ପର୍ଯ୍ୟନ୍ତ ଆବାସ ଉପରେ ଅଗ୍ନି ତୁଲ୍ୟ ଦେଖାଗଲା
16
ଏହିରୂପେ ସର୍ବଦା ହେଲା; ମେଘ ଆବାସକୁ ଆଚ୍ଛାଦନ କଲା, ପୁଣି ରାତ୍ରରେ ଅଗ୍ନିତୁଲ୍ୟ ଦେଖାଗଲା ।
17
ଆଉ ଯେକୌଣସି ସମୟରେ ତମ୍ଵୁ ଉପରୁ ସେହି ମେଘ ଉପରକୁ ନିଆଗଲା, ସେସମୟ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ; ପୁଣି ସେହି ମେଘ ଯେଉଁଠାରେ ରହିଲା, ଇସ୍ରାଏଲ-ସନ୍ତାନଗଣ ସେହିଠାରେ ଛାଉଣି ସ୍ଥାପନ କଲେ ।
18
ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି ସ୍ଥାପନ କଲେ; ଯେପର୍ଯ୍ୟନ୍ତ ସେହି ମେଘ ଆବାସ ଉପରେ ରହିଲା, ସେପର୍ଯ୍ୟନ୍ତ ସେମାନେ ଛାଉଣି ସ୍ଥାପନ କରି ରହିଲେ ।
19
ପୁଣି ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ଵ କରି ରହିଲା, ସେତେବେଳେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ ।
20
ପୁଣି କେବେ କେବେ ସେହି ମେଘ ଆବାସ ଉପରେ ଅଳ୍ପ ଦିନ ରହିଲା, ସେସମୟରେ ହେଁ ସେମାନେ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଛାଉଣି କରି ରହିଲେ ଓ ସଦାପ୍ରଭୁଙ୍କ ଆଜ୍ଞାନୁସାରେ ଯାତ୍ରା କଲେ ।
21
ଆଉ କେବେ କେବେ ମେଘ ସନ୍ଧ୍ୟାଠାରୁ ପ୍ରଭାତ ପର୍ଯ୍ୟନ୍ତ ରହିଲା ଓ ପ୍ରଭାତରେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ; ଅବା ଯେବେ ତାହା ଦିବାରାତ୍ର ରହିଲା, ତେବେ ମେଘ ଉପରକୁ ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
22
ଦୁଇ ଦିନ କି ଏକ ମାସ କି ଏକ ବର୍ଷ ହେଉ, ଆବାସ ଉପରେ ମେଘ ଯେତେ କାଳ ବିଳମ୍ଵ କରି ଅବସ୍ଥିତି କଲା, ସେତେ କାଳ ଇସ୍ରାଏଲ-ସନ୍ତାନଗଣ ଯାତ୍ରା ନ କରି ଛାଉଣିରେ ରହିଲେ; ମାତ୍ର ତାହା ନିଆଯାʼନ୍ତେ, ସେମାନେ ଯାତ୍ରା କଲେ ।
23
ସେମାନେ ସଦାପ୍ରଭୁଙ୍କ ଆଜ୍ଞାରେ ଛାଉଣି ସ୍ଥାପନ କଲେ ଓ ସଦାପ୍ରଭୁଙ୍କ ଆଜ୍ଞାରେ ଯାତ୍ରା କଲେ; ସେମାନେ ମୋଶାଙ୍କ ଦ୍ଵାରା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ।
← Chapter 8
Jump to:
Chapter 1
Chapter 2
Chapter 3
Chapter 4
Chapter 5
Chapter 6
Chapter 7
Chapter 8
Chapter 9
Chapter 10
Chapter 11
Chapter 12
Chapter 13
Chapter 14
Chapter 15
Chapter 16
Chapter 17
Chapter 18
Chapter 19
Chapter 20
Chapter 21
Chapter 22
Chapter 23
Chapter 24
Chapter 25
Chapter 26
Chapter 27
Chapter 28
Chapter 29
Chapter 30
Chapter 31
Chapter 32
Chapter 33
Chapter 34
Chapter 35
Chapter 36
Chapter 10 →
All chapters:
1
2
3
4
5
6
7
8
9
10
11
12
13
14
15
16
17
18
19
20
21
22
23
24
25
26
27
28
29
30
31
32
33
34
35
36