bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Philippians 1
Philippians 1
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
1
ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ଲେଖୁଅଛନ୍ତି;
2
ଆମ୍ଭମାନଙ୍କ ପିତା ଈଶ୍ଵର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ-ଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।
3
ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ଵରଙ୍କୁ ଧନ୍ୟବାଦ ଦେଇଥାଏ ।
4
ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ
5
ତୁମ୍ଭସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି;
6
କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ ରୂପେ ବିଶ୍ଵାସ କରେ;
7
ଆଉ ତୁମ୍ଭସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି ।
8
କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭସମସ୍ତଙ୍କ ନିମନ୍ତେ କିପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ଵର ମୋହର ସାକ୍ଷୀ ।
9
ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ,
10
ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରି ପାର, ପୁଣି ଈଶ୍ଵରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ଵାରା ଧାର୍ମିକତାର ଯେଉଁ ଫଳ,
11
ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ ।
12
ହେ ଭାଇମାନେ, ମୋʼ ପ୍ରତି ଯାହା ଯାହା ଘଟିଅଛି, ସେହିସବୁ ଯେ ବରଂ ସୁସମାଚାର କାର୍ଯ୍ୟର ବୃଦ୍ଧି ନିମନ୍ତେ ହୋଇଅଛି, ଏହା ତୁମ୍ଭମାନଙ୍କୁ ଜଣାଇବାକୁ ମୁଁ ଇଚ୍ଛା କରେ;
13
ଯେଣୁ ମୋହର ବନ୍ଧନ ଯେ ଖ୍ରୀଷ୍ଟଙ୍କ ନିମନ୍ତେ, ଏହା ରାଜପ୍ରସାଦର ସମୁଦାୟ ସୈନ୍ୟଦଳ ଓ ଅନ୍ୟାନ୍ୟ ସମସ୍ତଙ୍କନିକଟରେ ପ୍ରକାଶିତ ହେଲା;
14
ଆହୁରି ମଧ୍ୟ ଅଧିକାଂଶ ଭାଇମାନେ ମୋହର ବନ୍ଧନ ଦ୍ଵାରା ପ୍ରଭୁଙ୍କଠାରେ ନିର୍ଭର କରି ନିର୍ଭୟରେ ଈଶ୍ଵରଙ୍କ ବାକ୍ୟ କହିବା ନିମନ୍ତେ ଅତ୍ୟୁତ୍ସୁକଭାବେ ସାହସୀ ହୋଇଅଛନ୍ତି ।
15
କେହି କେହି ଈର୍ଷା ଓ ବିବାଦ ହେତୁ ଖ୍ରୀଷ୍ଟଙ୍କୁ ପ୍ରଚାର କରୁଅଛନ୍ତି ସତ୍ୟ, କିନ୍ତୁ ଆଉ କେହି କେହି ସଦ୍ଭାବରେ ତାହା କରୁଅଛନ୍ତି;
16
ମୁଁ ଯେ ସୁସମାଚାରର ପକ୍ଷ ସମର୍ଥନ କରିବା ନିମନ୍ତେ ନିଯୁକ୍ତ ରହିଅଛି, ଏହା ଜାଣି ଏକ ପକ୍ଷ ପ୍ରେମ ହେତୁ ତାହା କରନ୍ତି,
17
କିନ୍ତୁ ଅନ୍ୟ ପକ୍ଷ ମୋହର ବନ୍ଧନରେ ମୋତେ କ୍ଳେଶ ଦେବାକୁ ଭାବି ଅସରଳ ଭାବରେ ସ୍ଵାର୍ଥପରତା ସକାଶେ ଖ୍ରୀଷ୍ଟଙ୍କୁ ପ୍ରଚାର କରନ୍ତି ।
18
ସେଥିରେ ବା କଅଣ? କପଟ ଭାବରେ ହେଉ ବା ସରଳ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି ।
19
କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ଵାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ,
20
ଏ ସମ୍ଵନ୍ଧରେ ମୋହର ଏକା; ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ଵିତ କରିବି ।
21
କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି ମୃତ୍ୟୁଭୋଗ ଲାଭଜନକ ।
22
କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ ।
23
ମୁଁ ଦୁଇଟି ବିଷୟ ଘେନି ମହାସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;
24
ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ ।
25
ଆଉ ମୁଁ ଦୃଢ଼ ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ଵାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭସମସ୍ତଙ୍କ ସହିତ ରହିବି,
26
ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ଵାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ ।
27
ମୋହର ଏହିମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ଵରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ଵାସ ନିମନ୍ତେ ଏକ ପ୍ରାଣରେ ଏକ ସଙ୍ଗରେ ଉଦ୍ୟମ କରୁଅଛ,
28
ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ଵାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶର, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ଵରଦତ୍ତ ଏକ ଲକ୍ଷଣ;
29
କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ଵାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦତ୍ତ ହୋଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦତ୍ତ ହୋଇଅଛି;
30
ଆଉ ମୋତେ ଯେଉଁପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ ।
Jump to:
Chapter 1
Chapter 2
Chapter 3
Chapter 4
Chapter 2 →
All chapters:
1
2
3
4