bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Philippians 3
Philippians 3
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
1
ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର । ଏକପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ ।
2
କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀ-ମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;
3
କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତପ୍ରାପ୍ତ, ଆମ୍ଭେମାନେ ଈଶ୍ଵରଙ୍କ ଆତ୍ମାରେ ଉପାସନା କରୁ, ପୁଣି ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କ-ଠାରେ ଦର୍ପ କରୁ ।
4
ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରି ପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରି ପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରି ପାରେ;
5
ମୁଁ ଅଷ୍ଟମ ଦିନରେ ସୁନ୍ନତପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ବ୍ୟବସ୍ଥା ପାଳନ ସମ୍ଵନ୍ଧରେ ଜଣେ ଫାରୂଶୀ,
6
ଉଦ୍ଯୋଗ ସମ୍ଵନ୍ଧରେ ମଣ୍ତଳୀର ଜଣେ ତାଡ଼ନାକାରୀ, ପୁଣି ବ୍ୟବସ୍ଥାଗତ ଧାର୍ମିକତା ସମ୍ଵନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।
7
କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି ।
8
ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟକଲି, ପୁଣି ସେହିସବୁ ଆବର୍ଜ୍ଜନା ସ୍ଵରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରି ପାରେ ଓ ତାହାଙ୍କର ବୋଲି ଜଣାଯାଏ,
9
ପୁଣି, ବ୍ୟବସ୍ଥାପାଳନ ହେତୁ ନିଜର ଧାର୍ମିକତା ପ୍ରାପ୍ତ ନ ହୋଇ ବରଂ ଯେପରି ଖ୍ରୀଷ୍ଟଙ୍କଠାରେ ବିଶ୍ଵାସ ଦ୍ଵାରା ଈଶ୍ଵରଦତ୍ତ ବିଶ୍ଵାସମୂଳକ ଧାର୍ମିକତା ପ୍ରାପ୍ତ ହୁଏ,
10
ଯେପରି ମୁଁ ତାହାଙ୍କୁ, ତାହାଙ୍କ ପୁନରୁତ୍ଥାନର ଶକ୍ତି ଓ ତାହାଙ୍କ ମୃତ୍ୟୁଭୋଗରେ ତାହାଙ୍କ ତୁଲ୍ୟ ହୋଇ ତାହାଙ୍କ ଦୁଃଖଭୋଗର ସହଭାଗିତା ଜ୍ଞାତ ହୁଏ,
11
ଏବଂ କୌଣସି ପ୍ରକାରେ ମୃତମାନଙ୍କ ମଧ୍ୟରୁ ପୁନରୁତ୍ଥାନ ପ୍ରାପ୍ତ ହୋଇ ପାରେ ।
12
ମୁଁ ଯେ ଏବେ ସେହିସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ଵାରା ଧୃତ ହୋଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।
13
ହେ ଭାଇମାନେ, ମୁଁ ଏପର୍ଯ୍ୟନ୍ତ ତାହା ଧରିଅଛି ବୋଲି ମନେ କରୁ ନାହିଁ, କିନ୍ତୁ ଗୋଟିଏ ବିଷୟ ମୁଁ କରୁଅଛି,
14
ପଶ୍ଚାତ୍ ବିଷୟସବୁ ମନରୁ ଦୂର କରି ସମ୍ମୁଖରେ ଥିବା ବିଷୟଗୁଡ଼ିକ ପ୍ରତି ଦୃଷ୍ଟି ରଖି ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ଵରଙ୍କ ସ୍ଵର୍ଗୀୟ ଆହ୍ଵାନର ପଣ ପାଇବା ନିମନ୍ତେ ପ୍ରାଣପଣ କରି ଲକ୍ଷ୍ୟ ସ୍ଥଳକୁ ଦୌଡ଼ୁଅଛି ।
15
ଅତଏବ, ଆସ, ଆମ୍ଭେମାନେ ଯେତେ ଲୋକ ସିଦ୍ଧ, ଏହିପରି ଭାବ ଧାରଣ କରୁ, ଆଉ ଯଦି କୌଣସି ବିଷୟରେ ତୁମ୍ଭମାନଙ୍କର ଭାବ ଭିନ୍ନ ପ୍ରକାର ଥାଏ, ତେବେ ଏହା ମଧ୍ୟ ଈଶ୍ଵର ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରିବେ;
16
କେବଳ, ଆମ୍ଭେମାନେ ଯିଏ ଯେତେ ପର୍ଯ୍ୟନ୍ତ ଅଗ୍ରସର ହୋଇଅଛୁ, ସେହି ଅନୁସାରେ ଆଚରଣ କରୁ ।
17
ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର ।
18
କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ;
19
ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି ।
20
ଆମ୍ଭେମାନେ ତ ସ୍ଵର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ;
21
ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ଵାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ଦ୍ଵାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ ।
← Chapter 2
Jump to:
Chapter 1
Chapter 2
Chapter 3
Chapter 4
Chapter 4 →
All chapters:
1
2
3
4