bible
ra
🌐 Language
English
Español
Français
Deutsch
Português
Italiano
Nederlands
Русский
中文
日本語
한국어
العربية
Türkçe
Tiếng Việt
ไทย
Indonesia
All Languages
Home
/
Odia
/
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
/
Philippians 4
Philippians 4
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
← Chapter 3
Jump to:
Chapter 1
Chapter 2
Chapter 3
Chapter 4
1
ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ଵରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ ।
2
ପ୍ରଭୁଙ୍କଠାରେ ଏକମନା ହେବା ନିମନ୍ତେ ମୁଁ ଇୟଦିଆ ଓ ସୁନ୍ତୁଖୀ ଉଭୟଙ୍କୁ ଅନୁରୋଧ କରୁଅଛି ।
3
ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍ସ୍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋʼ ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।
4
ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର ।
5
ତୁମ୍ଭମାନଙ୍କର ମୃଦୁପଣ ସମସ୍ତ ଲୋକଙ୍କ ନିକଟରେ ପ୍ରକାଶିତ ହେଉ । ପ୍ରଭୁ ନିକଟବର୍ତ୍ତୀ ।
6
କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ଵାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଈଶ୍ଵରଙ୍କ ନିକଟରେ ଜଣାଅ ।
7
ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଈଶ୍ଵରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ ।
8
ଅବଶେଷରେ, ହେ ଭ୍ରାତୃଗଣ, ଯାହା ଯାହା ସତ୍ୟ, ଯାହା ଯାହା ଆଦରଣୀୟ, ଯାହା ଯାହା ଯଥାର୍ଥ, ଯାହା ଯାହା ବିଶୁଦ୍ଧ, ଯାହା ଯାହା ପ୍ରୀତିଭାଜନ, ଯାହା ଯାହା ସୁଖ୍ୟାତିଯୁକ୍ତ, ଯେକୌଣସି ସଦ୍ଗୁଣ ଓ ପ୍ରଶଂସାର ବିଷୟ ଥାଏ, ସେହି ସମସ୍ତ ବିଷୟ ଚିନ୍ତା କର ।
9
ତୁମ୍ଭେମାନେ ଯେସମସ୍ତ ବିଷୟ ମୋʼଠାରୁ ଶିଖିଅଛ, ପାଇଅଛ, ଶୁଣିଅଛ ଓ ମୋʼଠାରେ ଦେଖିଅଛ, ସେହିସବୁ କର; ସେଥିରେ ଶାନ୍ତିଦାତା ଈଶ୍ଵର ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ।
10
ଏବେ ଅବଶେଷରେ ମୋʼ ନିମନ୍ତେ ତୁମ୍ଭମାନଙ୍କର ଚିନ୍ତା ଯେ ପ୍ରକାଶ ହୋଇ ପାରିଲା, ଏଥିପାଇଁ ମୁଁ ପ୍ରଭୁଙ୍କଠାରେ ମହାନନ୍ଦ କରୁଅଛି; ପ୍ରକୃତରେ ମୋʼ ବିଷୟରେ ତୁମ୍ଭମାନଙ୍କର ଚିନ୍ତା ଥିଲା, କିନ୍ତୁ ସୁଯୋଗ ନ ଥିଲା ।
11
ଅଭାବ ହେତୁ ମୁଁ ଯେ ଏହା କହୁଅଛି, ତାହା ନୁହେଁ, କାରଣ ମୁଁ ଯେକୌଣସି ଅବସ୍ଥାରେ ଥାଏ, ସେଥିରେ ସନ୍ତୁଷ୍ଟ ରହିବାକୁ ଶିକ୍ଷା କରିଅଛି ।
12
ଦୀନତା ଭୋଗ କରି ଜାଣେ ଓ ପ୍ରଚୁରତା ମଧ୍ୟ ଭୋଗ କରି ଜାଣେ; ସର୍ବବିଧ ଅବସ୍ଥାରେ ଓ ସର୍ବ-ବିଷୟରେ, ପରିତୃପ୍ତ ହେବାରେ ବା କ୍ଷୁଧିତ ରହିବାରେ, ପ୍ରଚୁରତା ଭୋଗ କରିବାରେ କିଅବା ଅଭାବଗ୍ରସ୍ତ ହେବାରେ ମୁଁ ସୁଶିକ୍ଷିତ ହୋଇଛି ।
13
ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ ।
14
ତଥାପି ତୁମ୍ଭେମାନେ ମୋହର କ୍ଳେଶଭୋଗର ସହଭାଗୀ ହେବା ଦ୍ଵାରା ଭଲ କରିଅଛ ।
15
ହେ ଫିଲିପ୍ପୀୟମାନେ, ତୁମ୍ଭେମାନେ ମଧ୍ୟ ନିଜେ ଜାଣ ଯେ, ସୁସମାଚାର ପ୍ରଚାର କରିବା ଆରମ୍ଭ ସମୟରେ ଯେତେବେଳେ ମୁଁ ମାକିଦନିଆରୁ ପ୍ରସ୍ଥାନ କଲି, ସେତେବେଳେ ତୁମ୍ଭମାନଙ୍କ ବିନା ଆଉ କୌଣସି ମଣ୍ତଳୀ ମୋହର ସହଭାଗୀ ହୋଇ ମୋʼ ସହିତ ଦେବା ନେବାର ହିସାବ ରଖି ନ ଥିଲେ ।
16
କାରଣ ଥେସଲନୀକୀରେ ମୁଁ ଥିବା ସମୟରେ ସୁଦ୍ଧା ତୁମ୍ଭେମାନେ ମୋହର ଅଭାବ ମୋଚନ ନିମନ୍ତେ ଥରେ, ହଁ, ଦୁଇ ଥର ଦାନ ପଠାଇଥିଲ ।
17
ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ଵାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ ।
18
ମୁଁ ସବୁ ପାଇଅଛି, ପୁଣି ମୋହର ପ୍ରଚୁର ଅଛି; ତୁମ୍ଭମାନଙ୍କର ପଠାଇଥିବା ଯେଉଁସବୁ ବିଷୟ ଏପାଫ୍ରାଦିତଙ୍କ ପାଖରୁ ପାଇଅଛି, ସେହିସବୁ ମୋʼ ପାଇଁ ଯଥେଷ୍ଟ; ସେହିସବୁ ଈଶ୍ଵରଙ୍କ ନିକଟରେ ତୁଷ୍ଟିଜନକ ସୁଗନ୍ଧି ନୈବେଦ୍ୟ ଓ ସୁଗ୍ରାହ୍ୟ ବଳି ସ୍ଵରୂପ ।
19
ପୁଣି, ମୋହର ଈଶ୍ଵର ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କର ଗୌରବମୟ ଐଶ୍ଵର୍ଯ୍ୟ ଅନୁସାରେ ତୁମ୍ଭମାନଙ୍କର ପ୍ରତ୍ୟେକ ଅଭାବ ପୂରଣ କରିବେ ।
20
ଆମ୍ଭମାନଙ୍କର ଈଶ୍ଵର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ । ଆମେନ୍ ।
21
ଖ୍ରୀଷ୍ଟ ଯୀଶୁଙ୍କ ନାମରେ ପ୍ରତ୍ୟେକ ସାଧୁଙ୍କୁ ନମସ୍କାର ଜଣାଅ । ମୋହର ସଙ୍ଗୀ ଭ୍ରାତୃଗଣ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
22
ସାଧୁମାନେ ସମସ୍ତେ, ବିଶେଷରେ ଯେଉଁମାନେ କାଇସରଙ୍କ ପ୍ରାସାଦରେ ଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।
23
ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଅନୁଗ୍ରହ ତୁମ୍ଭମାନଙ୍କ ଆତ୍ମାର ସହବର୍ତ୍ତୀ ହେଉ ।
← Chapter 3
Jump to:
Chapter 1
Chapter 2
Chapter 3
Chapter 4
All chapters:
1
2
3
4